Biblia Todo Logo
Bib sou entènèt

- Piblisite -




ରୋମୀୟ 7:1 - ପବିତ୍ର ବାଇବଲ (CL) NT (BSI)

1 ଭାଇମାନେ, ବର୍ତ୍ତମାନ ଯାହା କହିବାକୁ ଯାଉଛି, ତୁମ୍ଭେମାନେ ତାହା ବୁଝିପାରିବ, କାରଣ ତୁମେ ଜାଣିଛ, “ବ୍ୟବସ୍ଥା” କଅଣ। ମନୁଷ୍ୟ କେବଳ ତା’ର ଜୀବଦ୍ଦଶା ସମୟରେ ବ୍ୟବସ୍ଥାର ଅଧୀନରେ ଥାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ଭାଇମାନେ, ମନୁଷ୍ୟ ଯେପର୍ଯ୍ୟନ୍ତ ଜୀବିତ ଥାଏ, ସେପର୍ଯ୍ୟନ୍ତ ବ୍ୟବସ୍ଥା ଯେ ତାହାର ଉପରେ କର୍ତ୍ତୃତ୍ଵ କରେ, ଏହା ତୁମ୍ଭେମାନେ କଅଣ ଜାଣ ନାହିଁ? ମୁଁ ତ ବ୍ୟବସ୍ଥା ଜାଣିବା ଲୋକମାନଙ୍କୁ କହୁଅଛି।

Gade chapit la Kopi

ଓଡିଆ ବାଇବେଲ

1 ହେ ଭାଇମାନେ, ମନୁଷ୍ୟ ଯେପର୍ଯ୍ୟନ୍ତ ଜୀବିତ ଥାଏ, ସେପର୍ଯ୍ୟନ୍ତ ମୋଶାଙ୍କ ବ୍ୟବସ୍ଥା ଯେ ତାହାର ଉପରେ କର୍ତ୍ତୃତ୍ୱ କରେ, ଏହା ତୁମ୍ଭେମାନେ କ'ଣ ଜାଣ ନାହିଁ ? ମୁଁ ତ ମୋଶାଙ୍କ ବ୍ୟବସ୍ଥା ଜାଣିଥିବା ଲୋକମାନଙ୍କୁ କହୁଅଛି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ଭାଇମାନେ, ମନୁଷ୍ୟ ଯେପର୍ଯ୍ୟନ୍ତ ଜୀବିତ ଥାଏ, ସେପର୍ଯ୍ୟନ୍ତ ବ୍ୟବସ୍ଥା ଯେ ତାହାର ଉପରେ କର୍ତ୍ତୃତ୍ୱ କରେ, ଏହା ତୁମ୍ଭେମାନେ କଅଣ ଜାଣ ନାହିଁ? ମୁଁ ତ ମୋଶାଙ୍କ ବ୍ୟବସ୍ଥା ଜାଣିଥିବା ଲୋକମାନଙ୍କୁ କହୁଅଛି।

Gade chapit la Kopi

ପବିତ୍ର ବାଇବଲ

1 ଭାଇ ଓ ଭଉଣୀଗଣ, ତୁମ୍ଭେମାନେ ବ୍ୟବସ୍ଥା ଜାଣ। ତୁମ୍ଭେମାନେ ଜାଣ ଯେ ଯେତେବେଳେ ଜଣେ ଲୋକ ଜୀବିତ, ବ୍ୟବସ୍ଥା ତାହାକୁ ନିୟନ୍ତ୍ରିତ କର।

Gade chapit la Kopi




ରୋମୀୟ 7:1
12 Referans Kwoze  

ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ ନ କରୁ। ତୁମ୍ଭେମାନେ ଆଉ ବ୍ୟବସ୍ଥାର ଅଧୀନ ନୁହଁ। କିନ୍ତୁ ଈଶ୍ୱରଙ୍କ ଅନୁଗ୍ରହରେ ଆଶ୍ରିତ।


ବର୍ତ୍ତମାନ ଆମେମାନେ ବ୍ୟବସ୍ଥାର କର୍ତ୍ତୃତ୍ୱରୁ ମୁକ୍ତି ପାଉଛୁ, କାରଣ ଯାହା ଦିନେ ଆମକୁ ବନ୍ଦୀ କରି ରଖିଥିଲା, ସେଥିପ୍ରତି ଆମେ ଏବେ ମୃତ। ଆମେ ଆଉ ପୂର୍ବପରି ଲିଖିତ ବ୍ୟବସ୍ଥାର ସେବା କରୁ ନାହୁଁ, ପବିତ୍ରଆତ୍ମା ପ୍ରଦର୍ଶିତ ପଥରେ ବର୍ତ୍ତମାନ ଆମେ ଚାଲିଛୁ।


ତୁମ୍ଭେମାନେ ଜାଣ, ଜଳଦୀକ୍ଷା ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହୋଇ ଆମ୍ଭେମାନେ ତାଙ୍କ ମୃତ୍ୟୁରେ ମଧ୍ୟ ଅଂଶୀ ହୋଇଛୁ।


ଭାଇମାନେ, ମୋ’ ନିଜ ଜାତିର ଲୋକେ ପରିତ୍ରାଣ ପାଆନ୍ତୁ, ଏହା ମୋର ଆନ୍ତରିକ ଇଚ୍ଛା ଓ ଈଶ୍ୱରଙ୍କଠାରେ ଏହା ମୋର ଏକାନ୍ତ ପ୍ରାର୍ଥନା।


ଯେଉଁମାନେ ବ୍ୟବସ୍ଥାର ବଶବର୍ତ୍ତୀ ହୋଇ ରହିବାକୁ ଚାହାନ୍ତି, ମୁଁ ସେମାନଙ୍କୁ ପଚାରେ, ବ୍ୟବସ୍ଥାରେ କ’ଣ ଉଲ୍ଲେଖ ଅଛି, ତାହା ତୁମ୍ଭେମାନେ ଜାଣି ନାହଁ?


ମୋ’ ସ୍ୱଜାତି ଭାଇମାନଙ୍କ ନିମନ୍ତେ ମୁଁ ନିଜେ ଖ୍ରୀଷ୍ଟଙ୍କଠାରୁ ବିଚ୍ଛିନ୍ନ ହୋଇ ଈଶ୍ୱରଙ୍କ ଦ୍ୱାରା ଅଭିଶପ୍ତ ହେବା ପାଇଁ ମୁଁ ଇଚ୍ଛୁକ, କାରଣ ସେମାନେ ଈଶ୍ୱରଙ୍କ ଲୋକ।


ମନୁଷ୍ୟ ଭାବରେ କ’ଣ ମୁଁ ଏହା କହୁଛି? ବ୍ୟବସ୍ଥାରେ ଏହା କୁହାଯାଇ ନାହିଁ କି?


ଭାଇମାନେ, ତୁମ୍ଭମାନଙ୍କ ନିକଟକୁ ଆସିବା ପାଇଁ ମୁଁ ଅନେକ ଥର ମନସ୍ଥ କରିଛି, କିନ୍ତୁ ଅନିବାର୍ଯ୍ୟ କାରଣରୁ, ଏ ପର୍ଯ୍ୟନ୍ତ ଆସିପାରି ନାହିଁ। ଅନ୍ୟାନ୍ୟ ଅଞ୍ଚଳର ଅଣଇହୁଦୀମାନଙ୍କ ମଧ୍ୟରେ ପ୍ରଚାର କରି ଯେପରି ସୁଫଳ ପାଇଛି, ତୁମ୍ଭମାନଙ୍କ ଅଞ୍ଚଳରେ ମଧ୍ୟ ତା’ କରିବା ପାଇଁ ମୋର ଇଚ୍ଛା।


ଖ୍ରୀଷ୍ଟ ହିଁ ବ୍ୟବସ୍ଥାର ଚୂଡ଼ାନ୍ତ, କେବଳ ତାଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ମନୁଷ୍ୟ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୁଏ।


Swiv nou:

Piblisite


Piblisite