Biblia Todo Logo
Bib sou entènèt

- Piblisite -




ରୋମୀୟ 8:2 - ପବିତ୍ର ବାଇବଲ (CL) NT (BSI)

2 ପବିତ୍ରଆତ୍ମା ଯେଉଁ ବ୍ୟବସ୍ଥା ଦ୍ୱାରା ଆମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ କରି ଜୀବନ ଦେଇଛନ୍ତି, ତଦ୍ଦ୍ୱାରା ଆମେ ପାପ ଓ ମୃତ୍ୟୁର ବ୍ୟବସ୍ଥାରୁ ମୁକ୍ତ ହୋଇଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 କାରଣ ଜୀବନଦାୟକ ଆତ୍ମାଙ୍କ ବ୍ୟବସ୍ଥା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ବ୍ୟବସ୍ଥାରୁ ମୁକ୍ତ କରିଅଛିମ।

Gade chapit la Kopi

ଓଡିଆ ବାଇବେଲ

2 କାରଣ ଜୀବନଦାୟକ ଆତ୍ମାଙ୍କ ମୋଶାଙ୍କ ବ୍ୟବସ୍ଥା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ମୋଶାଙ୍କ ବ୍ୟବସ୍ଥାରୁ ମୁକ୍ତ କରିଅଛି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 କାରଣ ଜୀବନଦାୟକ ଆତ୍ମା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ବ୍ୟବସ୍ଥାରୁ ମୁକ୍ତ କରିଅଛି।

Gade chapit la Kopi

ପବିତ୍ର ବାଇବଲ

2 ମୁଁ ଦୋଷୀ ବୋଲି ବିଗ୍ଭରିତ ହେଉ ନାହିଁ କାହିଁକି? କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆତ୍ମାର ବ୍ୟବସ୍ଥା ଜୀବନ ଦିଏ ଓ ତାହା ମୋତେ ମୁକ୍ତ କରିଛି। ପାପ ଓ ମୃତ୍ୟୁ ଆଣୁଥିବା ବ୍ୟବସ୍ଥାରୁ ଏହା ମୋତେ ମୁକ୍ତ କରିଛି।

Gade chapit la Kopi




ରୋମୀୟ 8:2
29 Referans Kwoze  

ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ ନ କରୁ। ତୁମ୍ଭେମାନେ ଆଉ ବ୍ୟବସ୍ଥାର ଅଧୀନ ନୁହଁ। କିନ୍ତୁ ଈଶ୍ୱରଙ୍କ ଅନୁଗ୍ରହରେ ଆଶ୍ରିତ।


ଏହି ଶାସ୍ତ୍ରାଂଶରେ ଉଲ୍ଲିଖିତ “ପ୍ରଭୁ” ହେଉଛନ୍ତି “ଆତ୍ମା”। ଯେଉଁଠି ପ୍ରଭୁଙ୍କ ଆତ୍ମା, ସେଇଠି ଥାଏ ସ୍ୱାଧୀନତା।


ତୁମେ ପାପରୁ ମୁକ୍ତ ହୋଇ ଧାର୍ମିକତାର ଦାସ ହୋଇଛ।


ନୂତନ ନିୟମକୁ ପାଳକ କରିବା ନିମନ୍ତେ ଈଶ୍ୱର ଅମ୍ଭମାନଙ୍କୁ ଯୋଗ୍ୟ କରିଛନ୍ତି। ଏହି ନିୟମ ଲିଖିତ ନୁହେଁ, ମାତ୍ର ଆତ୍ମାଙ୍କ ନିୟମ ଜୀବନ ସଞ୍ଚାର କରେ।


ଧର୍ମଶାସ୍ତ୍ରରେ ଲେଖାଅଛି: “ପ୍ରଥମେ ଆଦମ ଏକ ସଜୀବ ପ୍ରାଣୀ ରୂପେ ସୃଷ୍ଟ ହୋଇଥିଲା।” ଅନ୍ତିମ ଆଦମ ଥିଲେ, ଜୀବନ ପ୍ରଦାୟୀ ଆତ୍ମା।


ପୁତ୍ର ଯଦି ତୁମ୍ଭମାନଙ୍କୁ ମୁକ୍ତି ଦିଅନ୍ତି, ତୁମେ ପ୍ରକୃତରେ ମୁକ୍ତ ହେବ।


ତୁମ୍ଭେମାନେ ସତ୍ୟ ଜାଣିବ ଓ ସତ୍ୟ ତୁମକୁ ମୁକ୍ତ କରିବ।”


ଭାଇମାନେ, ତୁମ୍ଭମାନଙ୍କର ମଧ୍ୟ ଠିକ୍ ସେହି ପରିସ୍ଥିତି। ତୁମ୍ଭେମାନେ ଜଳଦୀକ୍ଷା ଦ୍ୱାରା ଖ୍ରୀଷ୍ଟଙ୍କ ଶରୀର ସହିତ ମୃତ୍ୟୁଭୋଗ କରି, ତାଙ୍କର ପୁନରୁତ୍ଥାନରେ ମଧ୍ୟ ଅଂଶୀ ହୋଇଛ ଏବଂ ବର୍ତ୍ତମାନ ତୁମେ ଈଶ୍ୱରଙ୍କ ସୁଯୋଗ୍ୟ ସେବକ। ବ୍ୟବସ୍ଥା ପ୍ରତି ତୁମ୍ଭେମାନେ ମୃତ ହୋଇଛି।


କିନ୍ତୁ ବର୍ତ୍ତମାନ ତୁମ୍ଭେମାନେ ପାପରୁ ମୁକ୍ତି ପାଇ ଈଶ୍ୱରଙ୍କ ଦାସ ହୋଇଛ। ଏହାର ଲାଭ ହେଉଛି, ଈଶ୍ୱରଙ୍କଠାରେ ସମ୍ପୂର୍ଣ୍ଣ ଭାବେ ଆତ୍ମସମର୍ପଣ ଏବଂ ଏହାର ପରିଣାମ ଅନନ୍ତ ଜୀବନ।


କେବଳ ଈଶ୍ୱରଙ୍କ ଆତ୍ମା ଜୀବନ ଦେଇପାରନ୍ତି। ମନୁଷ୍ୟର ଶକ୍ତି କିଛି କରିପାରେ ନାହିଁ। ଈଶ୍ୱରଙ୍କ ସେହି ଜୀବନଦାୟୀ ଆତ୍ମାଙ୍କୁ ତୁମ୍ଭେମାନେ ଯେପରି ଅନୁଭବ କରିବ, ସେଥିପାଇଁ ମୁଁ ଏହି ସବୁ କଥା କହିଛି।


କିନ୍ତୁ ମୁଁ ଯେଉଁ ଜଳ ଦିଏ, ତାହା ଯେ ପାନ କରିବ, ସେ ଆଉ କେବେ ତୃଷାର୍ତ୍ତ ହେବ ନାହିଁ, ବରଂ ମୁଁ ଦେଉଥିବା ଜଳ ତା’ ଅନ୍ତରରେ ଗୋଟିଏ ଜୀବନ ପ୍ରଦାୟୀ ନିର୍ଝରରେ ପରିଣତ ହେବ। ସେଥିରୁ ପାନ କଲେ, ସେ ଅନନ୍ତ ଜୀବନ ପାଇବ।”


ଯୀଶୁ ତାଙ୍କୁ କହିଲେ: “ଈଶ୍ୱର କ’ଣ ଦେଇ ପାରନ୍ତି, ତୁମେ ଯଦି ଜାଣି ଥାଆନ୍ତି ଏବଂ କିଏ ତୁମ ହାତରୁ ପିଇବାକୁ ଚାହୁଁଛନ୍ତି, ତାଙ୍କୁ ଯଦି ଜାଣି ଥାଆନ୍ତ, ତୁମେ ତାଙ୍କୁ ମାଗନ୍ତ ଓ ସେ ତୁମକୁ ଜୀବନ ପ୍ରଦାୟୀ ଜଳ ଦେଇ ଥାଆନ୍ତେ।”


ଆମେ ସ୍ୱାଧୀନ। ଖ୍ରୀଷ୍ଟ ଆମକୁ ସ୍ୱାଧୀନ କରି ଅଛନ୍ତି। ତେଣୁ ତୁମ୍ଭେମାନେ ସ୍ୱାଧୀନତାରେ ଅଟଳ ରୁହ। ପୁନର୍ବାର ଦାସତ୍ୱ ବନ୍ଧନରେ ଆବଦ୍ଧ ହେବା ପାଇଁ ନିଜକୁ ପ୍ରଶ୍ରୟ ଦିଅ ନାହିଁ।


ବ୍ୟବସ୍ଥା ପ୍ରତି ମୁଁ ସମ୍ପୂର୍ଣ୍ଣ ମୃତ - ସେହି ବ୍ୟବସ୍ଥା ଦ୍ୱାରା ହିଁ ମୁଁ ନିହତ ହୋଇଛି। କିନ୍ତୁ ମୁଁ ଏବେ ଈଶ୍ୱରଙ୍କ ପାଇଁ ସଜୀବ। ଖ୍ରୀଷ୍ଟଙ୍କ ସହିତ ତାଙ୍କ କ୍ରୁଶ ଉପରେ ମୁଁ ମଧ୍ୟ ନିହତ ହୋଇଛି।


ପାପ ଯେପରି ମୃତ୍ୟୁ ଦ୍ୱାରା ନିଜର ଆଧିପତ୍ୟ ପ୍ରତିଷ୍ଠା କରିଥିଲା, ସେହିପରି ଈଶ୍ୱରଙ୍କ ଅନୁଗ୍ରହ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସହାୟତାରେ ଆମ୍ଭମାନଙ୍କୁ ଧାର୍ମିକ ଗଣ୍ୟ କରି ଅନନ୍ତ ଜୀବନ ଦିଏ।


ଏହା ମୋ’ ଭିତରେ ଏକ ସକ୍ରିୟ ବିଧାନ ବୋଲି ମନେହୁଏ। ଯାହା ସତ୍, ତାହା ମୁଁ କରିବାକୁ ଗଲାବେଳେ, କେବଳ ଅସତ୍ କାର୍ଯ୍ୟ କରିଥାଏ।


ନୂତନ ପୃଥିବୀରେ ସ୍ଫଟିକ ପରି ସ୍ୱଚ୍ଛ ଜୀବନ-ଜଳର ଗୋଟିଏ ନଦୀ ଦୂତ ମୋତେ ଦେଖାଇଲେ। ଏହି ନଦୀ ଈଶ୍ୱର ଓ ମେଷଶାବକଙ୍କ ସିଂହାସନରୁ ନିର୍ଗତ ହୋଇ


ତାହାହେଲେ କେଉଁ ବିଷୟରେ ଆମ୍ଭେମାନେ ଗର୍ବ କରିବା? ନା, ସେପରି ବିଷୟ କିଛି ନାହିଁ। ଗର୍ବ କରିବା ପାଇଁ ଆମ୍ଭମାନଙ୍କର କି କାରଣ ଥାଇପାରେ? କଅଣ ବ୍ୟବସ୍ଥା ପୁରାପୁରି ପାଳନ କରିଛୁ ବୋଲି? ନା, କେବଳ ବିଶ୍ୱାସ ହିଁ ଆମ ଗର୍ବର କାରଣ।


କିନ୍ତୁ ସାଢ଼େ ତିନି ଦିନ ପରେ ଈଶ୍ୱରଙ୍କଠାରୁ ପ୍ରାଣବାୟୁ ଆସି ସେମାନଙ୍କ ଶରୀରରେ ପ୍ରବେଶ କଲା ଏବଂ ସେମାନେ ଉଠି ଠିଆ ହେଲେ। ଯେଉଁମାନେ ଏହି ଘଟଣା ଦେଖିଲେ, ସେମାନେ ଆତଙ୍କିତ ହେଲେ।


କିନ୍ତୁ ମୋ’ ମନର ଏହି ଇଚ୍ଛା ବିରୁଦ୍ଧରେ ମୋର ଶରୀରକୁ ନିୟନ୍ତ୍ରଣ କରୁଥିବା ବିଧାନ ସର୍ବଦା ସଂଘର୍ଷ କରୁଥାଏ। ମୋ’ ଶରୀରରେ ସକ୍ରିୟ ଥିବା ସେହି ପାପ ପ୍ରବୃତ୍ତି ମୋତେ ବନ୍ଦୀ କରି ରଖିଛି।


ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ଜୀବନ ଯାପନ କରନ୍ତି, ସେମାନେ ଆଉ ଦୋଷୀ ବିବେଚିତ ହେବେ ନାହିଁ।


ଖ୍ରୀଷ୍ଟ ଯୀଶୁଙ୍କ ସେବାରେ ମୋର ସହକର୍ମୀ ପ୍ରିସ୍କିଲା ଓ ଆକ୍ୱିଲାଙ୍କୁ ମୋର ନମସ୍କାର ଜଣାଇବ।


ପରସ୍ପରର ଭାର ବହନ କରିବା ନିମନ୍ତେ ସାହାଯ୍ୟ କର। ଏହା କରିବା ଦ୍ୱାରା ତୁମ୍ଭେମାନେ ଖ୍ରୀଷ୍ଟଙ୍କର ଆଜ୍ଞା ପାଳନ କରିବ।


କିନନ୍ତୁ ମନୁଷ୍ୟର ପରିତ୍ରାଣ ପାଇଁ ଏକ ପୂର୍ଣ୍ଣାଙ୍ଗ ବ୍ୟବସ୍ଥା ଅଛି। ଯେ ତାହା ଶୁଣି ଭୁଲିଯାଏ ନାହିଁ ଓ ତା’ ପ୍ରତି ସର୍ବାନ୍ତଃକରଣରେ ମନୋଯୋଗୀ ହୋଇ ନିଜ ଜୀବନେ ପାଳନ କରେ, ତା’ର ସକଳ କାର୍ଯ୍ୟକୁ ଈଶ୍ୱର ଆଶୀର୍ବାଦ କରିବେ।


Swiv nou:

Piblisite


Piblisite