Biblia Todo Logo
Bib sou entènèt

- Piblisite -




ରୋମୀୟ 8:3 - ପବିତ୍ର ବାଇବଲ (CL) NT (BSI)

3 ମନୁଷ୍ୟର ପ୍ରକୃତିଗତ ଦୁର୍ବଳତା ହେତୁ ମୋଶ ପ୍ରଦତ୍ତ ସ୍ୱସ୍ଥା ଯାହା ସାଧନ କରିପାରିଲା ନାହିଁ, ଈଶ୍ୱର ତାହା କରିଛନ୍ତି। ମନୁଷ୍ୟ ଜୀବନରେ ପାପକୁ ବିନଷ୍ଟ କରିବା ପାଇଁ ସେ ନିଜ ପୁତ୍ରଙ୍କୁ ପାପୀ ମନୁଷ୍ୟ ସାଦୃଶ୍ୟରେ ପ୍ରେରଣ କଲେ ଏବଂ ଖ୍ରୀଷ୍ଟ ପାପର ଶକ୍ତି ବିନଷ୍ଟ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ବ୍ୟବସ୍ଥା ଯାହା ସାଧନ କରି ପାରିଲା ନାହିଁ, ତାହା ଈଶ୍ଵର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ତାଜ୍ଞା ଦେବା ଦ୍ଵାରା କଲେ,

Gade chapit la Kopi

ଓଡିଆ ବାଇବେଲ

3 ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ମୋଶାଙ୍କ ବ୍ୟବସ୍ଥା ଯାହା ସାଧନ କରି ପାରିଲା ନାହିଁ, ତାହା ଈଶ୍ୱର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ବ୍ୟବସ୍ଥା ଯାହା ସାଧନ କରିପାରିଲା ନାହିଁ, ତାହା ଈଶ୍ବର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,

Gade chapit la Kopi

ପବିତ୍ର ବାଇବଲ

3 ଆମ୍ଭର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ବ୍ୟବସ୍ଥା ଶକ୍ତି ହୀନ ହୋଇପାରେ। କିନ୍ତୁ ବ୍ୟବସ୍ଥା ଯାହା କରି ପାରି ନ ଥିଲା, ତାହା ପରମେଶ୍ୱର କଲେ। ପରମେଶ୍ୱର ନିଜ ପୁତ୍ରକୁ ସେଇ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ୱର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ୟବହାର କଲେ।

Gade chapit la Kopi




ରୋମୀୟ 8:3
28 Referans Kwoze  

ମାତ୍ର ଖ୍ରୀଷ୍ଟ ଆମ ପାଇଁ ଅଭିଶପ୍ତ ହୋଇ ବ୍ୟବସ୍ଥାରେ ଉଲ୍ଲିଖିତ ଅଭିଶାପରୁ ଆମକୁ ମୁକ୍ତ କରିଛନ୍ତି। ଧର୍ମଶାସ୍ତ୍ରରେ ଲେଖାଅଛି, “ଯେ ବୃକ୍ଷରେ ଟଙ୍ଗାଯାଇ ମୃତ୍ୟୁଦଣ୍ଡ ଭୋଗ କରେ, ସେ ଈଶ୍ୱରଙ୍କ ଦ୍ୱାରା ଅଭିଶପ୍ତ!”


କାରଣ ଖ୍ରୀଷ୍ଟ ସମ୍ପୂର୍ଣ୍ଣ ନିଷ୍ଠାପ ଥିଲେ ସୁଦ୍ଧା, ଈଶ୍ୱର ତାଙ୍କୁ ଆମ ପାଇଁ ପାପ ସ୍ୱରୂପ କଲେ, ଆମେ ଯେପିର ତାଙ୍କ ସହିତ ଯଂଯୁକ୍ତ ହୋଇ ଈଶ୍ୱରଙ୍କ ଧାର୍ମିକତାର ଅଂଶୀ ହୋଇ ପାରିବା।


ଯେଉଁମାନେ ପାପରୁ ପରିଷ୍କୃତ ହୋଇ ଶୁଚି ହୋଇଛନ୍ତି, ସେହି ଏକମାତ୍ର ବଳିଦାନ ଦ୍ୱାରା ସେମାନଙ୍କୁ ସେ ଚିରକାଳ ପାଇଁ ସିଦ୍ଧ କରିଛନ୍ତି।


ଆମ୍ଭମାନେ ଯେପରି ପାପ ପ୍ରତି ମୃତ ହେବୁ ଓ ଧର୍ମ ଜୀବନ ଯାପନ କରିବୁ, ଏଥିପାଇଁ ଖୀଷ୍ଟ କ୍ରୁଶ ଉପରେ ନିଜ ଶରୀରରେ ଆମ ପାପ ବୋଝ ବହନ କଲେ। ତାଙ୍କ ଶରୀରର ସେହି କ୍ଷତ ଦ୍ୱାରା ତୁମ୍ଭେମାନେ ସୁସ୍ଥ ହୋଇଛ।


ଆମେ ଜାଣୁ, ଖ୍ରୀଷ୍ଟଙ୍କ ସହିତ କ୍ରୁଶ ଉପରେ ଆମ୍ଭମାନଙ୍କ ପୁରାତନ ବ୍ୟକ୍ତିତ୍ୱ ମୃତ ହୋଇଛି। ତଦ୍ଦ୍ୱାରା ଆମ ପାପ ପ୍ରକୃତି ବିନଷ୍ଟ ହୋଇଛି ଓ ଆମେ ପାପର ଦାସତ୍ୱରୁ ମୁକ୍ତି ପାଇଛୁ,


ଏହାର ଅର୍ଥ କ’ଣ? ବ୍ୟବସ୍ଥା କ’ଣ ଈଶ୍ୱରଙ୍କ ପ୍ରତିଜ୍ଞାର ବିରୋଧ କରେ? ନା, କଦାପି ନୁହେଁ। କାରଣ ମନୁଷ୍ୟକୁ ଜୀବନ ଦେବା ଭଳି ଯଦି ଗୋଟିଏ ବ୍ୟବସ୍ଥା କରାଯାଇ ଥାଆନ୍ତା, ତେବେ ତାହା ପାଳନ କରିବା ଦ୍ୱାରା ହିଁ ମନୁଷ୍ୟ ଈଶ୍ୱରଙ୍କ ଦୃଷ୍ଟିରେ ନିର୍ଦ୍ଦୋଷ ବିବେଚିତ ହୋଇପାରି ଥାଆନ୍ତା।


ଈଶ୍ୱର କଦାପି ଆମର ବିପକ୍ଷ ନୁହନ୍ତି, କାରଣ ସେ ନିଜ ପୁତ୍ରଙ୍କୁ ମଧ୍ୟ ରକ୍ଷା ନ କରି ଆମ୍ଭମାନଙ୍କ ପାଇଁ ଦାନ କରିଛନ୍ତି। ତାହାହେଲେ, ସେ କଅଣ ଆମ୍ଭମାନଙ୍କୁ ସବୁ ବିଷୟ ଦାନ କରିବେ ନାହିଁ?


କିନ୍ତୁ ବ୍ୟବସ୍ଥାର କ୍ରିୟାକର୍ମ ସାଧନ କରି କେହି ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇପାରିବ ନାହିଁ। ବ୍ୟବସ୍ଥାରୁ ମନୁଷ୍ୟ କେବଳ ପାପର ବୋଧ ପାଇଥାଏ।


ସେ ଯେଉଁମାନଙ୍କୁ ସନ୍ତାନ ବୋଲି ସମ୍ବାଧନ କରିଛନ୍ତି, ସେମାନେ ରକ୍ତମାଂସ ଶରୀରବିଶିଷ୍ଟ ମନୁଷ୍ୟ ହୋଇଥିବାରୁ ଯୀଶୁ ମଧ୍ୟ ନିଜେ ସେମାନଙ୍କ ପରି ମାନବୀୟ ରୂପ ଓ ସ୍ୱଭାବ ଧାରଣ କଲେ। ସେ ଏହା କରିବାର ଉଦ୍ଦେଶ୍ୟ ହେଉଛି, ସେ ଯେପରି ଆପଣାର ମୃତ୍ୟୁ ଦ୍ୱାରା ଶୟତାନକୁ ବିାନଶ କରିବେ, କାରଣ ମୃତ୍ୟୁ ଉପରେ ଶୟତାନର କତ୍ତ୍ୱର୍ତ୍ୱ ଥଲା।


ବରଂ ସ୍ୱଇଚ୍ଛାରେ ତାଙ୍କର ସର୍ବସ୍ୱ ପରିତ୍ୟାଗ କରି ଦାସରୂପ ଧାରଣ କଲେ। ମନୁଷ୍ୟ ପରି ହୋଇ ମନୁଷ୍ୟ ସାଦୃଶ୍ୟରେ ଆବିର୍ଭୂତ ହେଲେ।


କିନ୍ତୁ ଖୀଷ୍ଟ ପାପର ପ୍ରାୟଶ୍ଚିତ ସ୍ୱରୂପେ ଚିରକାଳ ପାଇଁ ଗୋଟିଏ ମାତ୍ର ବଳି ଉତ୍ସର୍ଗ କରିଛନ୍ତି। ତା’ପରେ ସେ ଯାଇ ଈଶ୍ୱରଙ୍କ ଦକ୍ଷିଣ ପାଶ୍ୱର୍ରେ ଉପବେଶନ କରିଛନ୍ତି।


ଯେ ଆମର ଦୋଷ ଦୁର୍ବଳତା ଅନୁଭବ କରି ପାରନ୍ତି ନାହିଁ, ସେପରି ମହାଯାଜକ ସେ ନୁଦ୍ନ୍ି। ବରଂ ଆମ ମହାଯାଜକ, ଆମ ପରି ନାନା ପ୍ରକାରେ ପ୍ରଲୋଭିତ ହୋଇଥିଲେ, କିନ୍ତୁ ସେ ନିଷ୍ପାପ ରହିଲେ;


ଏହାର ଅର୍ଥ ହେଉଛି, ସବୁ ବିଷୟରେ ତାଙ୍କର ଭ୍ରାତାମାନଙ୍କ ସଦୃଶ ହେବା ତାଙ୍କର ପ୍ରୟୋଜନ ଥିଲା, ଯାହା ଫଳରେ ସେ ସେମାନଙ୍କର ବିଶ୍ୱସ୍ତ ଓ ଦୟାଳୁ ମହାଯାଜକ ହୋଇ ଈଶ୍ବରଙ୍କ ସେବା କରିପାରିବେ ଏବଂ ମନୁଷ୍ୟମାନେ ପାପକ୍ଷମା ପାଇବେ।


ମୋ’ ସ୍ୱଜାତି ଭାଇମାନଙ୍କ ନିମନ୍ତେ ମୁଁ ନିଜେ ଖ୍ରୀଷ୍ଟଙ୍କଠାରୁ ବିଚ୍ଛିନ୍ନ ହୋଇ ଈଶ୍ୱରଙ୍କ ଦ୍ୱାରା ଅଭିଶପ୍ତ ହେବା ପାଇଁ ମୁଁ ଇଚ୍ଛୁକ, କାରଣ ସେମାନେ ଈଶ୍ୱରଙ୍କ ଲୋକ।


ସେହି ବାକ୍ୟ ମାନବ ଶରୀର ଧାରଣ କରି ଆମ ସହିତ ଜୀବନଯାପନ କଲେ। ସେ ଅନୁଗ୍ରହ ଓ ସତ୍ୟତାରେ ପରିପୂର୍ଣ୍ଣ ଥିଲେ। ଈଶ୍ୱରଙ୍କ ଅନ୍ୟ ପୁତ୍ର ସ୍ୱରୂପେ ସେ ଯେଉଁ ଅଲୌକିକ ମହିମା ପାଇଥିଲେ, ତାହା ଆମେ ଦେଖିଲୁ।


ଫାରୁଶୀମାନେ ସେହି ଜନ୍ମାନ୍ଧକୁ ଆଉ ଥରେ ଡାକି କହିଲେ, “ଈଶ୍ୱରଙ୍କ ସମ୍ମୁଖରେ ଶପଥ କରି କହ, ତୁ ସତ କହିବୁ। ଆମେ ଜାଣୁ, ଯେଉଁ ଲୋକ ତୋତେ ଦୃଷ୍ଟି ଶକ୍ତି ଦେଇଛି, ସେ ଜଣେ ପାପୀ।”


ସେମାନେ ସେ ଦିନ ଦୁଇଜଣ ଦସ୍ୟୁଙ୍କୁ ମଧ୍ୟ କ୍ରୁଶରେ ଚଢ଼ାଇଲେ - ଜଣଙ୍କୁ ଯୀଶୁଙ୍କ ବାମ ପାଶ୍ୱର୍ରେ ଓ ଆଉ ଜଣକୁ ତାଙ୍କ ଦକ୍ଷିଣ ପାଶ୍ୱର୍ରେ କ୍ରୁଶବିଦ୍ଧ କଲେ।


ମୁଁ ଜାଣେ, ମୋ' ଭିତରେ ଅର୍ଥାତ୍ ମୋର ମାନବ ପ୍ରକୃତିରେ କୌଣସି ଉତ୍ତମତା ନାହିଁ, କାରଣ ସତ୍କାର୍ଯ୍ୟ କରିବାକୁ ମୋର ଇଚ୍ଛା ଥିଲେ ସୁଦ୍ଧା ତା’ କରିପାରେ ନାହିଁ।


Swiv nou:

Piblisite


Piblisite