Biblia Todo Logo
Bib sou entènèt

- Piblisite -




ରୋମୀୟ 8:7 - ପବିତ୍ର ବାଇବଲ (CL) NT (BSI)

7 ମାନବ ପ୍ରକୃତିର ବଶୀଭୂତ ହେବା ଦ୍ୱାରା ବ୍ୟକ୍ତି ଈଶ୍ୱରଙ୍କ ଶତ୍ରୁ ହୁଏ; କାରଣ ସେ ଈଶ୍ୱରଙ୍କ ବ୍ୟବସ୍ଥା ପାଳନ କରେ ନାହିଁ- ସେ ତା’ କରିବାକୁ ଅସମର୍ଥ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଯେଣୁ ଶାରୀରିକ ଭାବ ଈଶ୍ଵରଙ୍କ ବିରୁଦ୍ଧରେ ଶତ୍ରୁତା; କାରଣ ତାହା ଈଶ୍ଵରଙ୍କ ବ୍ୟବସ୍ଥାର ବଶୀଭୂତ ନୁହେଁ, ପୁଣି ବଶୀଭୂତ ହେବା ଅସମ୍ଭବ;

Gade chapit la Kopi

ଓଡିଆ ବାଇବେଲ

7 ଯେଣୁ ଶାରୀରିକ ମନ ଈଶ୍ୱରଙ୍କ ବିରୁଦ୍ଧରେ ଶତ୍ରୁତା; କାରଣ ତାହା ଈଶ୍ୱରଙ୍କ ବ୍ୟବସ୍ଥାର ବଶୀଭୂତ ନୁହେଁ, ପୁଣି, ବଶୀଭୂତ ହେବା ଅସମ୍ଭବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଯେଣୁ ଶାରୀରିକ ମନ ଈଶ୍ବରଙ୍କ ବିରୁଦ୍ଧରେ ଶତ୍ରୁତା; କାରଣ ତାହା ଈଶ୍ବରଙ୍କ ବ୍ୟବସ୍ଥାର ବଶୀଭୂତ ନୁହେଁ, ପୁଣି, ବଶୀଭୂତ ହେବା ଅସମ୍ଭବ;

Gade chapit la Kopi

ପବିତ୍ର ବାଇବଲ

7 ଏହା କାହିଁକି ସତ୍ୟ? କାରଣ ଯଦି ଜଣେ ଲୋକର ବିଗ୍ଭର ତାହାର ପାପପୂର୍ଣ୍ଣ ଶରୀର ଦ୍ୱାରା ନିୟନ୍ତ୍ରିତ ହୁଏ, ତା'ହେଲେ ସେ ଲୋକ ପରମେଶ୍ୱରଙ୍କର ବିରୋଧୀ। ସେ ଲୋକ ପରମେଶ୍ୱରଙ୍କର ବ୍ୟବସ୍ଥା ମାନିବାକୁ ମନା କରେ। ପ୍ରକୃତରେ ସେ ଲୋକ ପରମେଶ୍ୱରଙ୍କର ବ୍ୟବସ୍ଥା ମାନିବା ପାଇଁ ଅସମର୍ଥ।

Gade chapit la Kopi




ରୋମୀୟ 8:7
28 Referans Kwoze  

କିନ୍ତୁ ଯେ ଆଧ୍ୟାତ୍ମିକମନା ନୁହେଁ, ସେ ପରମାତ୍ମାଙ୍କ ଦାନଗୁଡ଼ିକ ଗ୍ରହଣ କରିବାକୁ ଅକ୍ଷମ। ସେ ପ୍ରକୃତରେ ଏହି ଦାନଗୁଡ଼ିକୁ ବୁଝିପାରେ ନାହିଁ। ସେସବୁ ତା’ ପାଇଁ ନିର୍ବୋଧତା; କାରଣ କେବଳ ଆଧ୍ୟାତ୍ମିକ ଭିତ୍ତିରେ ସେଗୁଡ଼କର ମୂଲ୍ୟାୟନ କରାଯାଇପାରେ।


ହେ ବିଶ୍ୱାସଘାତକ ଲୋକେ, ତୁମେ କଅଣ ଜାଣି ନାହିଁ, ସଂସାରପ୍ରୀତି ଈଶ୍ୱରଙ୍କ ପ୍ରତିଶତ୍ରୁତାଜରଣ? ଯେ ଇହ ଜଗତ ସହିତ ବନ୍ଧୁତା କରେ, ସେ ଈଶ୍ୱରଙ୍କ ଶତ୍ରୁ।


ଈଶ୍ୱରଙ୍କ ବ୍ୟବସ୍ଥା ପାଳନ କରିବା ପାଇଁ ମୋର ଆଗ୍ରହ,


ପ୍ରଭୁ କହନ୍ତି, ମୁଁ ଭବିଷ୍ୟତରେ ଈଶ୍ରାଲଲର ଲୋକଙ୍କ ସଙ୍ଗରେ ଲହି ନିୟମ କରିବି: ମୁଁ ମୋର ବ୍ୟବସ୍ଥା ସେମାନଙ୍କ ମାନସପଟରେ ଓ ହୃଦୟ ଫଳକରେ ଲେଖିବି। ମୁଁ ସେମାନଙ୍କର ଈଶ୍ୱର ହେବି, ସେମାନେ ମୋର ଲୋକ ହେବେ।


ସେମାନେ ଗର୍ବରେ ସ୍ଫୀତ ହୋଇ ବିଶ୍ୱାସଘାତକ ଓ ବିଚାରଶୂନ୍ୟ ହେବେ; ସେମାନେ ଈଶ୍ୱର ଭକ୍ତିଠାରୁ ଆମୋଦ ପ୍ରମୋଦକୁ ଅଧିକ ସୁଖକର ମଣିବେ।


ଏକ ସମୟରେ ଅସତ୍ ଚିନ୍ତା ଓ ଅସତ୍ କାର୍ଯ୍ୟ କରୁଥିବାରୁ ତୁମ୍ଭେମାନେ ଈଶ୍ୱରଙ୍କଠାରୁ ଦୂରରେ ଥିଲ ଓ ତାଙ୍କର ଶତ୍ରୁ ଥିଲ।


ତେଣୁ ବର୍ତ୍ତମାନ ଆମେ ମାନବ ପ୍ରକୃତିର ବଶବର୍ତ୍ତୀ ନ ହୋଇ ପବିତ୍ରଆତ୍ମାଙ୍କ ଦ୍ୱାରା ପରିଚାଳିତ ଏବଂ ଏହା ଦ୍ୱାରା ଆମ୍ଭେମାନେ ବ୍ୟବସ୍ଥାର ଯଥାର୍ଥ ଦାବୀ ପୂରଣ କରିଛୁ।


ଆମ୍ଭେମାନେ ଈଶ୍ୱରଙ୍କ ଶତ୍ରୁ ଥିବା ସମୟରେ ତାଙ୍କ ପୁତ୍ର ଆମ୍ଭମାନଙ୍କ ପାଇଁ ପ୍ରାଣ ଦେଲେ, ତାହା ଦ୍ୱାରା ଈଶ୍ୱରଙ୍କ ସହିତ ପୁନର୍ମିଳନ ହେଲା ପରେ ବର୍ତ୍ତମାନ ଖ୍ରୀଷ୍ଟଙ୍କ ଜୀବନ ଦ୍ୱାରା ପରିତ୍ରାଣ ପାଇବା ପାଇଁ ଆମେ କେତେ ଅଧିକ ସୁଯୋଗ ନ ପାଇବା?


ଏହି ଲୋକମାନେ ଈଶ୍ୱରଙ୍କ ବିଷୟରେ ସଠିକ୍‍ ଧାରଣା ପୋଷଣ କରିବାକୁ ଅନିଚ୍ଛୁକ ଥିବାରୁ, ଈଶ୍ୱର ସେମାନଙ୍କୁ ପରିତ୍ୟାଗ କରିଛନ୍ତି ଓ ସେମାନେ କଳୁଷିତମନା ହୋଇ ମନୁଷ୍ୟୋଚିତ ଆଚରଣ କରୁ ନାହାନ୍ତି।


କାରଣ ଜଗତ ତୁମକୁ ଘୃଣା କରେ ନାହିଁ। କିନ୍ତୁ ଜଗତ ମୋତେ ଘୃଣା କରେ, କାରଣ ତା’ର କାର୍ଯ୍ୟକଳାପ ମନ୍ଦ ବୋଲି ମୁଁ କହି ଆସୁଛି।


ଏହାର ଅର୍ଥ କଅଣ, ଆମେ ବିଶ୍ୱାସ ଦ୍ୱାରା ବ୍ୟବସ୍ଥାକୁ ଲୋପ କରିବାକୁ ଯାଉଛୁ? କଦାପି ନୁହେଁ। ବିଶ୍ୱାସ ଦ୍ୱାରା ଆମେ ବ୍ୟବସ୍ଥାର ଭିତ୍ତିମୂଳ ଦୃଢ଼ କରୁଛୁ।


ସେମାନେ ଈଶ୍ୱରଙ୍କ ନିକଟରେ ଘୃଣ୍ୟ; ଉଦ୍ଧତ, ଅହଂକାରୀ ଓ ଆତ୍ମବଡ଼ିମାପ୍ରିୟ; କୁକର୍ମର ବିଭିନ୍ନ ଉପାୟ ସେମାନେ ପାଞ୍ଚୁ ଥାଆନ୍ତି; ସେମାନେ ପିତା ମାତାଙ୍କର ଅବାଧ୍ୟ,


ଆରେ ସର୍ପପରି ଖଳଲୋକେ! ନିଜେ ଖଳ ହୋଇ ତୁମ୍ଭେମାନେଳ କ’ଣ ଭଲ କଥା କହି ପାରିବ? ହୃଦୟର ଭାବ ମୁଖ ଦେଇ ପ୍ରକାଶ ପାଏ।


ସେମାନେ ତୁମ୍ଭମାନଙ୍କର ଲଜ୍ଜା ଓ କଳଙ୍କ ସ୍ୱରୂପ। ସେମାନଙ୍କ ଚୁକ୍ଷୁ କାମୁକତାରେ ପୂର୍ଣ୍ଣ। ସେମାନଙ୍କର ପାପ-କ୍ଷୁଧା କେବେ ପୂର୍ଣ୍ଣ। ସେମାନଙ୍କର ଦୁର୍ବଳମନା ଲୋକମାନଙ୍କୁ ଫାନ୍ଦରେ ପକାନ୍ତି। ଲୋଭାସକ୍ତ ହେବାରେ ସେମାନେ ଅଭ୍ୟସ୍ତ। ସେମାନେ ଈଶ୍ୱରଙ୍କ ଅଭିଶାପର ପାତ୍ର।


ତେଣୁ ଯେ କେହି ବ୍ୟବସ୍ଥାର ସବୁଠାରୁ ଗୌଣ ଆଜ୍ଞାଟିକୁ ଅବଜ୍ଞା କରେ ଏବଂ ସେପରି କରିବାକୁ ଅନ୍ୟମାନଙ୍କୁ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ ସବୁଠାରୁ ନିକୃଷ୍ଟ ବୋଲି ବିବେଚିତ ହେବ।


ସେହିପରି ଅଣଇହୁଦୀମାନଙ୍କୁ ଲାଭ କରିବା ପାଇଁ ମୁଁ ସେମାନଙ୍କ ମଧ୍ୟରେ କାର୍ଯ୍ୟ କରିବାବେଳେ ଅଣଇହୁଦୀମାନଙ୍କ ପରି ବ୍ୟବସ୍ଥା ବହିର୍ଭୂତ ଆଚରଣ କରିଛି। ଏହାର ଅର୍ଥ ନୁହେଁ ଯେ, ମୁଁ ଈଶ୍ୱରଙ୍କ ବିଧିବିଧାନ ପାଳନ କରେ ନାହିଁ। ପ୍ରକୃତରେ ମୁଁ ଖ୍ରୀଷ୍ଟଙ୍କ ବ୍ୟବସ୍ଥାର ଅଧୀନ।


ଯେଉଁମାନେ ବିଶେଷ ଦର୍ଶନ, ଛଳ ନମ୍ରତା ଓ ସ୍ୱର୍ଗଦୂତ ପୂଜା ଉପରେ ଗୁରୁତ୍ୱ ଦେଇ ଆତ୍ମବଡ଼ିମା କରନ୍ତି, ସେମାନଙ୍କୁ ଦେଖି ତୁମ୍ଭେମାନେ ନିଜକୁ ହୀନ ମନେ କର ନାହିଁ। ଏହିପରି ଲୋକମାନେ ନିଜର ମାନବୀୟ ଚିନ୍ତା ଦ୍ୱାରା ଅହେତୁକ ଗର୍ବରେ ସ୍ଫୀତ ହୋଇଥାଆନ୍ତି।


Swiv nou:

Piblisite


Piblisite