Biblia Todo Logo
Bib sou entènèt

- Piblisite -




ରୋମୀୟ 9:11 - ପବିତ୍ର ବାଇବଲ (CL) NT (BSI)

11-12 ଏମାନଙ୍କ ମଧ୍ୟରୁ ଜଣେ ଈଶ୍ୱରଙ୍କ ଉଦ୍ଦେଶ୍ୟ ସାଧନ ନିମନ୍ତେ ମନୋନୀତ ହେଲା। ରିବିକାଙ୍କୁ ଈଶ୍ୱର କହିଲେ, “ଜ୍ୟେଷ୍ଠ ଭ୍ରାତା କନିଷ୍ଠର ସେବା କରିବ।” ସେମାନେ ଜନ୍ମ ହେବା ଆଗରୁ, କେହି କିଛି ସତ୍ ବା ଅସତ୍ କାର୍ଯ୍ୟ କରିବା ପୂର୍ବରୁ ଈଶ୍ୱର ଏହା କହିଥିଲେ। ସେମାନଙ୍କ କର୍ମ ଫଳରୁ ନୁହେଁ, କେବଳ ଈଶ୍ୱରଙ୍କ ଆହ୍ୱାନ ଦ୍ୱାରା ସେମାନେ ମନୋନୀତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଯେତେବେଳେ ସନ୍ତାନମାନେ ଜନ୍ମ ହୋଇ ନ ଥିଲେ, ଆଉ ଭଲ କିମ୍ଵା ମନ୍ଦ କିଛି କରି ନ ଥିଲେ, ସେତେବେଳେ କର୍ମ ହେତୁ ନୁହେଁ, ମାତ୍ର ଆହ୍ଵାନକାରୀଙ୍କ ଇଚ୍ଛା ହେତୁ ନିର୍ବାଚନାନୁସାରେ ଈଶ୍ଵରଙ୍କ ସଂକଳ୍ପ ଯେପରି ସ୍ଥିର ରହେ,

Gade chapit la Kopi

ଓଡିଆ ବାଇବେଲ

11 ଯେତେବେଳେ ସନ୍ତାନମାନେ ଜନ୍ମ ହୋଇ ନ ଥିଲେ, ଆଉ ଭଲ କିମ୍ବା ମନ୍ଦ କିଛି କରି ନ ଥିଲେ, ସେତେବେଳେ କର୍ମ ହେତୁ ନୁହେଁ, ମାତ୍ର ଆହ୍ୱାନକାରୀଙ୍କ ଇଚ୍ଛା ହେତୁ ନିର୍ବାଚନାନୁସାରେ ଈଶ୍ୱରଙ୍କ ସଂକଳ୍ପ ଯେପରି ସ୍ଥିର ରହେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଯେତେବେଳେ ସନ୍ତାନମାନେ ଜନ୍ମ ହୋଇ ନ ଥିଲେ, ଆଉ ଭଲ କିମ୍ବା ମନ୍ଦ କିଛି କରି ନ ଥିଲେ, ସେତେବେଳେ କର୍ମ ହେତୁ ନୁହେଁ, ମାତ୍ର ଆହ୍ୱାନକାରୀଙ୍କ ଇଚ୍ଛା ହେତୁ ନିର୍ବାଚନ ଅନୁସାରେ ଈଶ୍ବରଙ୍କ ସଂକଳ୍ପ ଯେପରି ସ୍ଥିର ରହେ,

Gade chapit la Kopi

ପବିତ୍ର ବାଇବଲ

11-12 ଦୁଇଟି ପୁତ୍ର ଜନ୍ମ ହେବା ପୂର୍ବରୁ ଓ ସେମାନେ କୌଣସି ଭଲ ବା ମନ୍ଦ କାମ କରି ନଥୀବା ପୂର୍ବରୁ ପରମେଶ୍ୱର ରିବିକାକୁ କହିଥିଲେ, ବଡ଼ ପୁତ୍ରଟି ସାନଟିର ସେବା କରିବ। ପରମେଶ୍ୱରଙ୍କ ମନୋନୟନ ତାହାଙ୍କ ଯୋଜନା ଉପରେ ଆଧାରିତ ଥିଲା ଓ ଯାହା ସେ ଗ୍ଭହିଁଥିଲେ ସେହି କାରଣରୁ ହେଲା।

Gade chapit la Kopi




ରୋମୀୟ 9:11
22 Referans Kwoze  

ଆମ ନିଜ ସତ୍କର୍ମର ପୁରସ୍କାର ସ୍ୱରୂପ ସେ ଆମ୍ଭମାନଙ୍କୁ ଆହ୍ୱାନ କରି ନାହାନ୍ତି - କେବଳ ତାଙ୍କ ଅନୁଗ୍ରହରେ ତାଙ୍କର ଉଦ୍ଦେଶ୍ୟ ସାଧନ ନିମିତ୍ତ ଆମ୍ଭମାନଙ୍କୁ ତାଙ୍କ ପ୍ରିୟଜନ ହେବା ପାଇଁ ମନୋନୀତ କରିଛନ୍ତି। ଖ୍ରୀଷ୍ଟ ଯୀଶୁଙ୍କ କର୍ତ୍ତୃକ ଅନାଦି କାଳରୁ ଈଶ୍ୱର ଆମ୍ଭମାନଙ୍କୁ ଏହି ଅନୁଗ୍ରହର ପାତ୍ର କରି ରଖିଥିଲେ;


ଅତିଏବ, ହେ ଭାଇମାନେ, ଈଶ୍ୱର ଯେ ତମ୍କୁ ମନୋନୀତ କରି ଆହ୍ୱାନ କରିଛନ୍ତି; ଏହି ଅନୁଭୂତିକୁ ଚିରସ୍ଥାୟୀ କରିବା ପାଇଁ ଅଧିକ ଯତ୍ନଶୀଳ ହୁଅ। ଏହିପରି କଲେ, ତୁମ୍ଭେମାନେ କେବେ ତୁମ ବିଶ୍ୱାସରୁ ବିଚ୍ୟୁତ ହେବ ନାହିଁ।


ସେମାନେ ମେଷଶାବକଙ୍କ ବିରୁଦ୍ଧରେ ଯୁଦ୍ଧ କରିବେ; କିନ୍ତୁ ମେଷଶାବକ ତାଙ୍କର ଆହୂତ, ମନୋନୀତ, ଅନୁଗତ ଓ ବିଶ୍ୱସ୍ତ ଲୋକମାନଙ୍କ ସାହାଯ୍ୟରେ ସେମାନଙ୍କୁ ପରାସ୍ତ କରିବେ। କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା।”


ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ତାଙ୍କର ଅନନ୍ତ ଗୌରବରେ ଭାଗୀ ହେବା ପାଇଁ, ଦୟାମୟ ଈଶ୍ୱର ତୁମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି। ତୁମ୍ଭମାଙ୍କର କ୍ଷଣିକ ଦୁଃଖଭୋଗ ପରେ ସେ ନିଜେ ତୁମ୍ଭମାନଙ୍କୁ ସିଦ୍ଧ, ସୁଦୃଢ଼, ବଳିଷ୍ଠ ଓ ସୁପତିଷ୍ଠିତ କରିବେ।


ଏ ସମ୍ପର୍କରେ ଶାସ୍ତ୍ରରେ ଲେଖାଅଛି, “ତୁମକୁ ଆମ୍ଭେ ଅନେକ ଜାତିର ଜନକ କରିଛୁ।” ଈଶ୍ୱରଙ୍କ ଦୃଷ୍ଟିରେ ଏହି ପ୍ରତିଜ୍ଞା ଯଥାର୍ଥ ଥିଲା, କାରଣ ଯେଉଁ ଈଶ୍ୱରଙ୍କୁ ଅବ୍ରାହମ ବିଶ୍ୱାସ କରୁଥିଲେ, ତାଙ୍କର ବାକ୍ୟ ମୃତକୁ ସଞ୍ଜୀବିତ କରେ ଓ ଶୂନ୍ୟରୁ ସମସ୍ତ ବିଷୟ ସୃଷ୍ଟି କରେ।


ଭାଇମାନେ! ଆମେ ଜାଣୁ ଯେ, ଈଶ୍ୱର ତୁମ୍ଭମାନଙ୍କୁ ପ୍ରେମ କରନ୍ତି ଏବଂ ତାଙ୍କ ଆପଣାର ଲୋକ ହେବା ନିମନ୍ତେ ତୁମ୍ଭମାନଙ୍କୁ ମନୋନୀତ କରିଛନ୍ତି।


ପ୍ରକୃତରେ ଆମେ ସମସ୍ତେ ସେମାନଙ୍କ ପରି ଥିଲୁ ଏବଂ ଶରୀର ଓ ମନର ଅଭିଳାଷକୁ ଚରିତାର୍ଥ କରି ଜୀବନ ଯାପନ କରୁଥିଲୁ। ସ୍ୱଭାବତଃ, ଅନ୍ୟମାନଙ୍କ ପରି ଆମେ ମଧ୍ୟ ଈଶ୍ୱରଙ୍କ କ୍ରୋଧର ପରିଣାମ ଭୋଗ କରିବାକୁ ଯାଉଥିଲୁ।


ଆମେ ତୁମକୁ ଉତ୍ସାହିତ କରିଥିଲୁ, ସାନ୍ତ୍ୱନା ପ୍ରଦାନ କରିଥିଲୁ, ପୁଣି ତୁମ୍ଭେମାନେ ଯେପରି ଈଶ୍ୱରଙ୍କ ଯୋଗ୍ୟ ଆଚରଣ କରି ତାଙ୍କ ରାଜ୍ୟ ଓ ଗୌରବର ଅଂଶୀ ହେବା ପାଇଁ ତାଙ୍କର ଆହ୍ୱାନ ଗ୍ରହଣ କରିପାରିବ, ଏଥିନିମନ୍ତେ ଉତ୍ସାହ ଦେଇଥିଲୁ।


ଈଶ୍ୱର ତାଙ୍କର ଅନନ୍ତକାଳୀନ ଉଦ୍ଦେଶ୍ୟ ଅନୁଯାୟୀ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଏହା ସାଧନ କରିଛନ୍ତି।


Swiv nou:

Piblisite


Piblisite