Biblia Todo Logo
Bib sou entènèt

- Piblisite -




ତୀତସ 1:1 - ପବିତ୍ର ବାଇବଲ (CL) NT (BSI)

1 ଈଶ୍ୱରଙ୍କ ଦାସ ଓ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତ ଶିଷ୍ୟ ପାଉଲଙ୍କ ପତ୍ର। ଈଶ୍ୱରଙ୍କ ମନୋନୀତ ଲୋକମାନଙ୍କ ବିଶ୍ୱାସକୁ ବଳିଷ୍ଠ କରିବା ପାଇଁ ଏବଂ ଅନନ୍ତ ଜୀବନ ପ୍ରାପ୍ତିର ଆଶା ଉପରେ ଆଧାରିତ ଆମ ଧର୍ମବିଶ୍ୱାସର ସତ୍ୟ ପ୍ରତି ସେମାନଙ୍କୁ ସଚେତନ କରାଇବା ପାଇଁ ମୁଁ ପ୍ରେରିତ ହୋଇଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପାଉଲ, ଈଶ୍ଵରଙ୍କ ଦାସ ଓ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ବିଶ୍ଵାସର ସହଭାଗିତା ଅନୁସାରେ ଯଥାର୍ଥ ପୁତ୍ର ତୀତସଙ୍କ ନିକଟକୁ ପତ୍ର ଲେଖୁଅଛି;

Gade chapit la Kopi

ଓଡିଆ ବାଇବେଲ

1 ପାଉଲ, ଈଶ୍ୱରଙ୍କ ଦାସ ଓ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ବିଶ୍ଵାସର ସହଭାଗିତା ଅନୁସାରେ ଯଥାର୍ଥ ପୁତ୍ର ତୀତସଙ୍କ ନିକଟକୁ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପାଉଲ, ଈଶ୍ବରଙ୍କ ଦାସ ଓ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ବିଶ୍ୱାସର ସହଭାଗିତା ଅନୁସାରେ ଯଥାର୍ଥ ପୁତ୍ର ତୀତସଙ୍କ ନିକଟକୁ ପତ୍ର,

Gade chapit la Kopi

ପବିତ୍ର ବାଇବଲ

1 ପରମେଶ୍ୱରଙ୍କ ସେବକ, ଓ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତ ପାଉଲଙ୍କଠାରୁ ପତ୍ର। ପରମେଶ୍ୱରଙ୍କ ମନୋନୀତ ଲୋକମାନଙ୍କ ବିଶ୍ୱାସରେ ସାହାଯ୍ୟ କରିବା ପାଇଁ ମୋତେ ପଠାଯାଇଛି। ସତ୍ୟ ଜାଣିବା ପାଇଁ ସେହି ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ମୋତେ ପଠାଯାଇଛି। ପରମେଶ୍ୱରଙ୍କୁ ଲୋକେ କିପରି ସେବା କରିବେ, ତାହା ସେହି ସତ୍ୟ ଦେଖାଇ ଥାଏ।

Gade chapit la Kopi




ତୀତସ 1:1
23 Referans Kwoze  

ଖ୍ରୀଷ୍ଟଯୀଶୁଙ୍କ ଦାସ ଓ ଈଶ୍ୱରପ୍ରଦତ୍ତ ସୁସମାଚାର ପ୍ରଚାର କରିବା ପାଇଁ ପ୍ରେରିତ ଶିଷ୍ୟରୂପେ ଆହୂତ ପାଉଲଙ୍କ ପତ୍ର:


ଯେଉଁମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଶିକ୍ଷା ସହିତ ସାମଞ୍ଜସ୍ୟ ନ ଥିବା ଏବଂ ଆମ ଧର୍ମଶିକ୍ଷାର ବିରୋଧ କରୁଥିବା ଅନ୍ୟ ପ୍ରକାର ମତ ପ୍ରଚାର କରନ୍ତି,


ତାଙ୍କୁ ବିରୋଧ କରୁଥିବା ଲୋକମାନଙ୍କର ଦୋଷତ୍ରୁଟି ସେ ମୃଦୁ ଭାବରେ ଦର୍ଶାଇ ଦେଉଥିବେ, କାରଣ ଅନୁତାପ କରି ସତ୍ୟ ଉପଲବ୍ଧି କରିବାକୁ ହୁଏତ ଦିନେ ଈଶ୍ୱର ସେମାନଙ୍କୁ ଅବକାଶ ଦେବେ।


ଆଉ ଥରେ କହି ରଖୁଛି, ଅବାନ୍ତର ଓ ନିର୍ବୋଧ ଯୁକ୍ତିତର୍କରୁ ଦୂରରେ ରୁହ। ତୁମେ ଜାଣ, ଏ ସବୁର ପରିଣତି କେବଳ କଳହ।


ଯଥାର୍ଥଭାବେ ଧାର୍ମିକ ଜୀବନ କାଟିବା ପାଇଁ ଆମର ଯାହା କିଛି ଆବଶ୍ୟକ, ତାହା ଈଶ୍ୱର ନିଜ ଐଶ୍ୱରିକ ଶକ୍ତିରେ ଆମକୁ ଦାନ କରିଛନ୍ତି। ଯେ ନିଜ ମମହିମା ଓ ଧାର୍ମିକତାରେ ଅଂଶୀ ହେବା ପାଇଁ ଆମକୁ ଆହ୍ୱାନ କରିଛନ୍ତି, ତାଙ୍କୁ ଜାଣିବା ଦ୍ୱରା ଆମେ ଏହି ଦାନ ପାଇଛୁ।


ଆମ ଧର୍ମବିଶ୍ୱାସର ଏହି ମହାରହସ୍ୟ କେହି ଅସ୍ୱୀକାର କରିପାରିବେ ନାହିଁ: ମାନବ ଦେହ ଧରି ସେ ଅବତୀର୍ଣ୍ଣ ହେଲେ, ସ୍ୱର୍ଗଦୂତମାନଙ୍କ ସାକ୍ଷାତରେ ପରମାତ୍ମାଙ୍କ ସମର୍ଥନ ଲାଭ କଲେ, ସମସ୍ତ ଜାତିମାନଙ୍କ ମଧ୍ୟରେ ତାଙ୍କ ବାର୍ତ୍ତା ପ୍ରଚାରିତ ହେଲା, ପୃଥିବୀର ସର୍ବତ୍ର ସେ ବିଶ୍ୱାସଭାଜନ ହୋଇ ସଗୌରବେ ସ୍ୱର୍ଗକୁ ଉତ୍ଥାପିତ ହେଲେ।


ଯଦି ଏହିପରି ସବୁ ବିଷୟ ବିଲୁପ୍ତ ହେବ, ତେବେ ଭାବି ଦେଖ, ତୁମ୍ଭମାନଙ୍କର କି ପ୍ରକାର ଜୀବନ ହେବା ଉଚିତ। ତାହା ପବିତ୍ର ଓ ଈଶ୍ୱରଙ୍କଠାରେ ଉତ୍ସର୍ଗିତ ହେବା ଏକାନ୍ତ ଆବଶ୍ୟକ।


ସମସ୍ତେ ପାପରୁ ଉଦ୍ଧାର ପାଇ ସତ୍ୟ ଉପଲବ୍ଧି କରନ୍ତୁ, ଏହା ତାଙ୍କର ଇଚ୍ଛା।


ତୁମେ ସମସ୍ତେ ଯେପରି ଉତ୍ସାହିତ ହେବ, ପରସ୍ପର ସହିତ ପ୍ରେମରେ ଆବଦ୍ଧ ହେବ ଓ ପ୍ରକୃତ ଜ୍ଞାନ ଲାଭ କରି ନିଶ୍ଚିତ ଭରସାରୂପ ସମ୍ପଦର ପୂର୍ଣ୍ଣ ଅଧିକାରୀ ହେବ, ଏହା ମୋର ଉଦ୍ଦେଶ୍ୟ। ଏହା ଦ୍ୱାରା ତୁମେ ସମସ୍ତେ ଜାଣିବ ଯେ, ଯୀଶୁ ଖ୍ରୀଷ୍ଟ ହିଁ ଈଶ୍ୱରଙ୍କ ସେହି ନିଗୂଢ଼ ତତ୍ତ୍ୱ।


ଫିଲିପୀ ମଣ୍ଡଳୀର ବିଶପ୍‌ମାନଙ୍କୁ, ଦୀକନମାନଙ୍କୁ ଓ ଖ୍ରୀଷ୍ଟିବିଶ୍ୱାସୀ ସମସ୍ତଙ୍କୁ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ପାଉଲ ଓ ତୀମଥିଙ୍କର ପତ୍ର:-


ଈଶ୍ୱରଙ୍କ ଇଚ୍ଛା ଅନୁଯାୟୀ ନିଯୁକ୍ତ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତ ଶିଷ୍ୟ ପାଇଲ ମଣ୍ଡଳୀ ଏବଂ ଆଖାୟା ଦେଶର ସମସ୍ତ ବିଶ୍ୱାସୀ ନିକଟକୁ ଏହି ପତ୍ର ଲେଖୁ ଅଛନ୍ତି।


ଅଣଇହୁଦୀମାନେ ଏହା ଶୁଣି ଆନନ୍ଦିତ ହେଲେ ଓ ପ୍ରଭୁଙ୍କର ବାର୍ତ୍ତା ପାଇଁ ଧନ୍ୟବାଦ ଦେଲେ। ଯେଉଁମାନେ ଅନନ୍ତ ଜୀବନ ନିମନ୍ତେ ମନୋନୀତ ହୋଇଥିଲେ, ସେମାନେ ସେହି ବାର୍ତ୍ତାରେ ବିଶ୍ୱାସ କଲେ।


କାରଣ ଈଶ୍ୱରଙ୍କ ଅନୁଗ୍ରହ ହେତୁ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଛ। ଏହା ତୁମ ନିଜ ପ୍ରଚେଷ୍ଟାର ଫଳ ନୁହେଁ, ମାତ୍ର ଈଶ୍ୱରଙ୍କ ଦାନ ଅଟେ। ତେଣୁ ଏ ବିଷୟରେ କେହି ଦର୍ପ କରିପାରିବ ନାହିଁ।


କାରଣ ଯେ ପୁତ୍ରଙ୍କୁ ପ୍ରତ୍ୟାଖ୍ୟାନ କରେ, ସେ ପିତାଙ୍କୁ ମଧ୍ୟ ପ୍ରତ୍ୟାଖ୍ୟାନ କରେ; ଯେ ପୁତ୍ରଙ୍କୁ ଗ୍ରହଣ କରେ, ସେ ତା’ ଜୀବନରେ ପିତାଙ୍କ ସତ୍ତା ମଧ୍ୟ ଅନୁଭବ କରିବ।


ଯେଉଁମାନେ ସବୁବେଳେ ସାହାଯ୍ୟ ପାଇଁ ଈଶ୍ୱରଙ୍କଠାରେ ପ୍ରାର୍ଥନା ନିବେଦନ କରନ୍ତି, ଈଶ୍ୱର ତାଙ୍କର ସେହି ନିଜ ଲୋକମାନଙ୍କ ସପକ୍ଷରେ କ’ଣ ବିଚାର କରିବେ ନାହିଁ?


ଈଶ୍ୱରଙ୍କ ମନୋନୀତ ଲୋକମାନେ ଖ୍ରୀଷ୍ଟ ଯୀଶୁଙ୍କଠାରୁ ପ୍ରାପ୍ତ ପରିତ୍ରାଣ ଓ ଶାଶ୍ୱତ ଗୌରବ ଲାଭ କରନ୍ତୁ, ଏହି ଉଦ୍ଦେଶ୍ୟରେ ମୁଁ ସମସ୍ତ ନିର୍ଯ୍ୟାତନା ସହ୍ୟ କରୁଛି।


ସମଗ୍ର ପୃଥିବୀରେ ଛନ୍ନଭିନ୍ନ ହୋଇ ରହିଥିବା ଈଶ୍ୱରଙ୍କ ଲୋକମାନଙ୍କୁ ଈଶ୍ୱରଙ୍କ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦାସ ଯାକୁବ ନମସ୍କାର ଜଣାଇ ଏହି ପିତ୍ର ଲେଖୁଛନ୍ତି।


ଯାହା ସବୁ ଅତି ଶୀଘ୍ର ଘଟିବାକୁ ଯାଉଛି, ଈଶ୍ୱର ଯୀଶୁ ଖ୍ରୀଷ୍ଟଙ୍କ ନିକଟରେ ପ୍ରକାଶ କରିଥିବା ତାହାର ଏକ ବିବରଣୀ ଏହି ପୁସ୍ତକରେ ଲିପିବଦ୍ଧ ହୋଇଛି। ସେହି ସମସ୍ତ ବିଷୟ ତାଙ୍କର ଦାସମାନଙ୍କୁ ଜଣାଇବା ନିମନ୍ତେ ଖ୍ରୀଷ୍ଟ ଜଣେ ସ୍ୱର୍ଗଦୂତଙ୍କୁ ପ୍ରେରଣ କରି ତାଙ୍କ ଦାସ ଯୋହନଙ୍କୁ ତାହା ଅବଗତ କରାଇଲେ।


Swiv nou:

Piblisite


Piblisite