Biblia Todo Logo
Bib sou entènèt

- Piblisite -




ତୀତସ 1:11 - ପବିତ୍ର ବାଇବଲ (CL) NT (BSI)

11 ସେମାନଙ୍କୁ ଏଥିରୁ ନିବୃତ୍ତ କରିବାକୁ ହେବ, କାରଣ ସେମାନେ ନିର୍ଲ୍ଲଜ୍ଜ ଭାବରେ କେବଳ ଅର୍ଥ ଲାଭ ଉଦ୍ଦେଶ୍ୟରେ ଅବାନ୍ତର ଶିକ୍ଷା ଦେଇ ଅନେକ ପରିବାର ମଧ୍ୟରେ ଅଶାନ୍ତି ସୃଷ୍ଟି କରୁଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ। ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି।

Gade chapit la Kopi

ଓଡିଆ ବାଇବେଲ

11 ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ । ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ। ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି।

Gade chapit la Kopi

ପବିତ୍ର ବାଇବଲ

11 ଜଣେ ପ୍ରାଚୀନ ସେମାନଙ୍କର ଭୁଲ୍ ବିଷୟରେ ତାହାଙ୍କୁ ଅବଗତ କରାଇବାକୁ ସକ୍ଷମ ଥିବେ ଓ ସେମାନଙ୍କୁ ଏପରି ଅବାନ୍ତର କଥା କହିବାରୁ ବନ୍ଦ କରାଇପାରୁଥିବେ। ସେହି ଲୋକମାନେ କୁଶିକ୍ଷାର ଉପଦେଶ ଦେଇ ସମ୍ପୂର୍ଣ୍ଣ ପରିବାରଗୁଡ଼ିକୁ ନଷ୍ଟ କରୁଛନ୍ତି। ସେମାନେ କେବଳ ଲୋକମାନଙ୍କୁ ଠକିବା ପାଇଁ ଏଭଳି ଶିକ୍ଷା ଦିଅନ୍ତି କାରଣ ସେମାନେ ଧନ ଅର୍ଜନ କରିବାକୁ ଇଚ୍ଛା କରନ୍ତି।

Gade chapit la Kopi




ତୀତସ 1:11
22 Referans Kwoze  

ଏଭଳି ଲୋକମାନେ କେତେକଙ୍କ ଘରକୁ ଯାଇ ଦୁର୍ବଳମନା ସ୍ତ୍ରୀ ଲୋକମାନଙ୍କ ଉପରେ ପ୍ରଭାବ ବିସ୍ତାର କରନ୍ତି - ଯେଉଁ ସ୍ତ୍ରୀ ଲୋକମାନେ ନାନାବିଧ ଲାଳସାର ବଶବର୍ତ୍ତୀ ହୋଇ ନିଜ ପାପ ବୋଝରେ ଅବସନ୍ନ ହୋଇ ପଡ଼ିଥାନ୍ତି।


ସେମାନେ ବିଚାରଶୂନ୍ୟ ହୋଇ ଅଯଥା ଯୁକ୍ତିତର୍କ ଦ୍ୱାରା ସତ୍ୟର ଅପଳାପ କରନ୍ତି। ଧର୍ମବିଶ୍ୱାସକୁ କେବଳ ଧନୀ ହେବାର ଏକ ପନ୍ଥା ବୋଲି ସେମାନେ ମନେ କରନ୍ତି।


ଆମେ ଜାଣୁ, ଯେଉଁମାନେ ବ୍ୟବସ୍ଥାର ଅଧୀନ, ତାହାର ସମସ୍ତ ବିଧିବିଧାନ ସେମାନେ ପାଳନ କରିବାକୁ ବାଧ୍ୟ। ଈଶ୍ୱର ଯେତେବେଳେ ସମଗ୍ର ବିଶ୍ୱର ବିଚାର କରିବେ, ବ୍ୟବସ୍ଥା ଲଙ୍ଘନକାରୀମାନେ କୌଣସି ଆଳ ଦେଖାଇ ନିଜକୁ ନିର୍ଦ୍ଦୋଷ ବୋଲି ଦର୍ଶାଇ ପାରିବେ ନାହିଁ।


ବିଭେଦ ସୃଷ୍ଟି କରୁଥିବା ବ୍ୟକ୍ତିକୁ ଦୁଇ ଥର ସତର୍କବାଣୀ ଶୁଣାଇ ଦିଅ। ତେବେ ସୁଦ୍ଧା ସେ ଯଦି ନ ଶୁଣେ, ତା’ ସହିତ ସମ୍ପର୍କ ତୁଟାଇ ଦିଅ।


ଆମ ପ୍ରଚାରିତ ଶୁଭ ବାର୍ତ୍ତାରେ ସେ ଦୃଢ଼ତା ସହିତ ବିଶ୍ୱାସ କରୁଥିବେ - ଏହି ବାର୍ତ୍ତା ପ୍ରକୃତ ଧର୍ମତତ୍ତ୍ୱ ଜ୍ଞାନ ଉପରେ ପ୍ରତିଷ୍ଠିତ ଏବଂ ସର୍ବତୋଭାବେ ନିର୍ଭରଯୋଗ୍ୟ। ଏହି ବାର୍ତ୍ତାର ସତ୍ଶିକ୍ଷାରେ ଅନ୍ୟମାନଙ୍କୁ ଅନୁପ୍ରାଣିତ କରିବାକୁ ଏବଂ ଏହାକୁ ବିରୋଧ କରୁଥିବା ଲୋକମାନଙ୍କ ଭ୍ରାନ୍ତି ଦୂର କରିବାକୁ ତାଙ୍କର ଦକ୍ଷତା ଥିବ।


ଈଶ୍ୱରଙ୍କ କାର୍ଯ୍ୟର ଦାୟିତ୍ୱରେ ଥିବା ମଣ୍ଡଳୀର ବିଶପ ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରହିବା ଆବଶ୍ୟକ। ସେ ଉଦ୍ଧତ ବା କ୍ଷଣକୋପୀ ହୋଇ ନ ଥିବେ, ମଦ୍ୟପ, ଉଗ୍ରସ୍ୱଭାବ ବା ଅର୍ଥଲିପ୍ସୁ ହୋଇ ନ ଥିବେ।


ମୋ’ ଅନ୍ତରରେ ଥିବା ଖ୍ରୀଷ୍ଟଙ୍କ ସତ୍ୟର ଦୁହାଇ ଦେଇ ମୁଁ ପ୍ରତିଜ୍ଞା କରି କହୁଛି ଯେ, ଆଖାୟା ଦେଶର କୌଣସି ଅଞ୍ଚଳରେ ମୋର ଏହି ଦର୍ପକୁ କେହି ଖଣ୍ଡନ କରି ପାରିବେ ନାହିଁ।


ତାଙ୍କୁ ଆଉ କୌଣସି ପ୍ରଶ୍ନ ପଚାରିବା ପାଇଁ ସେମାନଙ୍କର ସାହସ ହେଲା ନାହିଁ।


ଯେ ମୂଲ ନେଇ ମେଷପଲ ଜଗିଥାଏ, ସେ ମେଷପାଳକ ନୁହେଁ, କିମ୍ବା ପଲଟିର ମାଲିକ ନୁହେଁ; ସୁତରାଂ ହେବାବାଘ ଆସିବାର ଦେଖିଲେ, ସେ ମେଷମାନଙ୍କୁ ଛାଡ଼ି ଚାଲିଯାଏ; ହେଟା ମେଣ୍ଢା ନେଇ ପଳାଇଯାଏ ଏବଂ ପଲଟିକୁ ଛିନ୍ନଭିନ୍ନ କରିଦିଏ।


“ଆହେ ଧର୍ମଗୁରୁ ଓ ଫାରୁଶୀଗଣ, ତୁମର ଶେଷ ଦଶା କେଡ଼େ ଭୟଙ୍କର! ଆରେ ଛଳ ଧାର୍ମିକଦଳ, ସ୍ୱର୍ଗରାଜ୍ୟର ପ୍ରବେଶ ଦ୍ୱାର ବନ୍ଦ କରି ରଖିଛ। ନିଜେ ସେଥିରେ ପ୍ରବେଶ କରୁ ନାହଁ ଏବଂ ଯେଉଁମାନେ ପ୍ରବେଶ କରିବାକୁ ଚେଷ୍ଟା କରୁଛନ୍ତି, ସେମାନଙ୍କୁ ବାଟ ଛାଡ଼ୁ ନାହଁ।”


ଯଦି କୌଣସି ବିଧବାର ପୁତ୍ର ପୌତ୍ରାଦି ଅଛନ୍ତି, ସେମାନେ ପ୍ରଥମେ ନିଜ ପରିବାରରେ ପିତାମାତା, ପିତାମହ ବା ମାତାମହୀଙ୍କ ପ୍ରତି ଧର୍ମତଃ ନିଜର କର୍ତ୍ତବ୍ୟ ପାଳନ କରି ଈଶ୍ୱରଙ୍କ ସନ୍ତୋଷଭାଜନ ହୁଅନ୍ତୁ।


ଏମାନେ ଘରକୁ ଘର ବୁଲି ସମୟର ଅପଚୟ କରନ୍ତି - ଅଧିକନ୍ତୁ ବାଜେ ଗପ ଓ ପରଚର୍ଚ୍ଚା କରି ଅକଥ୍ୟ କଥା ସବୁ କହନ୍ତି।


ସେମାନେ ସତ୍ୟପଥରୁ ବିଚ୍ୟୁତ ହୋଇଛନ୍ତି ଏବଂ ଏ ଜୀବନରେ ପୁନରୁତ୍ଥାନ ଘଟିଯାଉଛି ବୋଲି ଶିକ୍ଷା ଦେଇ କେତେକ ଧର୍ମବିଶ୍ୱାସକୁ ବିପର୍ଯ୍ୟସ୍ତ କରୁଛନ୍ତି।


Swiv nou:

Piblisite


Piblisite