Biblia Todo Logo
Bib sou entènèt

- Piblisite -




ତୀତସ 1:16 - ପବିତ୍ର ବାଇବଲ (CL) NT (BSI)

16 ସେମାନେ ଈଶ୍ୱରଙ୍କୁ ଜାଣିଛନ୍ତି ବୋଲି ଜୋର କରି କହନ୍ତି, କିନ୍ତୁ କାର୍ଯ୍ୟତଃ ସେମାନେ ଏ କଥା ଅସ୍ୱୀକାର କରନ୍ତି। ସେମାନେ ବିଦ୍ୱେଷପୂର୍ଣ୍ଣ ଏବଂ ଦୁର୍ଦ୍ଦାନ୍ତ - କୌଣସି ସତ୍କାର୍ଯ୍ୟ ସାଧନ କରିବାକୁ ସେମାନେ ଯୋଗ୍ୟ ନୁହନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେମାନେ ଈଶ୍ଵରଙ୍କୁ ଜାଣନ୍ତି ବୋଲି ସ୍ଵୀକାର କରନ୍ତି, କିନ୍ତୁ ସେମାନଙ୍କ କର୍ମ ଦ୍ଵାରା ତାହାଙ୍କୁ ଅସ୍ଵୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି ସମସ୍ତ ସତ୍କର୍ମର ଅଯୋଗ୍ୟ।

Gade chapit la Kopi

ଓଡିଆ ବାଇବେଲ

16 ସେମାନେ ଈଶ୍ୱରଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି, ସମସ୍ତ ସତ୍କର୍ମର ଅଯୋଗ୍ୟ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେମାନେ ଈଶ୍ବରଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରନ୍ତି, କିନ୍ତୁ ସେମାନେ ଆପଣା କର୍ମ ଦ୍ୱାରା ତାହାଙ୍କୁ ଅସ୍ବୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି, ସମସ୍ତ ସତ୍କର୍ମର ଅଯୋଗ୍ୟ।

Gade chapit la Kopi

ପବିତ୍ର ବାଇବଲ

16 ସେ ଲୋକମାନେ କୁହନ୍ତି ଯେ ସେମାନେ ପରମେଶ୍ୱରଙ୍କୁ ଜାଣିଛନ୍ତି। କିନ୍ତୁ ଯେଉଁସବୁ ମନ୍ଦ କାମ ସେମାନେ କରୁଛନ୍ତି, ସେଥିରୁ ଜଣାଯାଏ ଯେ ସେମାନେ ପରମେଶ୍ୱରଙ୍କୁ ଗ୍ରହଣ କରନ୍ତି ନାହିଁ। ସେମାନେ ଭୟଙ୍କର ଲୋକ, ଆଜ୍ଞା ବିରୋଧୀ ଓ କୌଣସି ଭଲ କାମ ପାଇଁ ଅଯୋଗ୍ୟ।

Gade chapit la Kopi




ତୀତସ 1:16
27 Referans Kwoze  

ଯଦି କେହି କହେ ଯେ, ସେ ଈଶ୍ୱରଙ୍କୁ ଜାଣିଛି, ଅଥଚ ସେ ତାଙ୍କ ଆଜ୍ଞାପାଳନ କରେ ନାହିଁ, ଯେ ଜଣେ ମିଥ୍ୟାବାଦୀ; ତା’ ଅନ୍ତରରେ ସତ୍ୟର ସ୍ଥାନ ନାହିଁ।


ନିରର୍ଥକ କଥା କହି କେହି ତୁମକୁ ପ୍ରତାରଣା ନ କରୁ। ଏ ସବୁ କୁକର୍ମ ଦ୍ୱାରା ଯେଉଁମାନେ ଈଶ୍ୱରଙ୍କ ଆଜ୍ଞା ଲଙ୍ଘନ କରନ୍ତି, ସେମାନଙ୍କ ପ୍ରତି ତାଙ୍କର କ୍ରୋଧ ପ୍ରଜ୍ଜ୍ୱଳିତ ହେବ।


କେତେକ ଅଧାର୍ମିକ ଲୋକ ଅଲକ୍ଷିତ ଭାବରେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରିଛନ୍ତି। ସେମାନେ ନିଜର ଅନୈତିକ କାର୍ଯ୍ୟକଳାପକୁ ସମର୍ଥନ କରିବା ପାଇଁ ଈଶ୍ୱରଙ୍କ “ଅନୁଗ୍ରହ” ବିଷୟକ ବାର୍ତ୍ତା ବିକୃତ ଅର୍ଥ କରୁଛନ୍ତି। ଆମର ଏକମାତ୍ର ଗୁରୁ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ସେମାନେ ଅସ୍ୱୀକାର କରୁଛନ୍ତି। ସେମାନଙ୍କ ପ୍ରତି ନିରୂପିତ ହୋଇଥିବା ଦଣ୍ଡ ବିଧାନ ସମ୍ପର୍କରେ ବହୁ ପୂର୍ବରୁ ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି।


ଏହି ଲୋକମାନେ ଈଶ୍ୱରଙ୍କ ବିଷୟରେ ସଠିକ୍‍ ଧାରଣା ପୋଷଣ କରିବାକୁ ଅନିଚ୍ଛୁକ ଥିବାରୁ, ଈଶ୍ୱର ସେମାନଙ୍କୁ ପରିତ୍ୟାଗ କରିଛନ୍ତି ଓ ସେମାନେ କଳୁଷିତମନା ହୋଇ ମନୁଷ୍ୟୋଚିତ ଆଚରଣ କରୁ ନାହାନ୍ତି।


କୌଣସି ଅଶୁଚି ବସ୍ତୁ ଏଠାକୁ ଅଣାଯିବ ନାହିଁ। ଘୃଣ୍ୟ କର୍ମରେ ଲିପ୍ତ ଭ୍ରଷ୍ଟାଚାରୀ ଓ ମିଥ୍ୟାବାଦୀମାନେ ଏହି ନଗରୀରେ ପ୍ରବେଶ କରି ପାରିବେ ନାହିଁ। ଯେଉଁମାନଙ୍କର ନାମ ମେଷଶାବଙ୍କ ଜୀବନ ପୁସ୍ତକରେ ଲେଖା ହୋଇଥିବ, କେବଳ ସେମାନେ ଏହି ନଗରୀରେ ପ୍ରବେଶ କରିପାରିବେ।


କିନ୍ତୁ କାପୁରୁଷ, ବିଶ୍ୱାସଘାତକ, ବିକୃତଚରିତ୍ର, ନରହନ୍ତା, ଲମ୍ପଟ, ତନ୍ତ୍ରମନ୍ତ୍ରସାଧକ, ପ୍ରତିମାପୂଜକ ଓ ମିଥ୍ୟାବାଦୀ ଆଦି ସମସ୍ତ ଭ୍ରଷ୍ଟାଚାରୀମାନଙ୍କର ନିରୂପିତ ସ୍ଥାନ ହେଉଛି, ଗନ୍ଧକାଗ୍ନି ଜଳୁଥିବା ହ୍ରଦ - ସେଠାରେ ସେମାନେ ଦ୍ୱିତୀୟ ମୃତ୍ୟୁଭୋଗ କରିବେ।”


ଯେଉଁ ବ୍ୟକ୍ତି ତା’ର ଆତ୍ମୀୟ ସ୍ୱଜନ ତଥା ନିଜ କୁଟୁମ୍ବର ଯତ୍ନ ନିଏ ନାହିଁ, ସେ ଆମ ଧର୍ମବିଶ୍ୱାସକୁ ପ୍ରତ୍ୟାଖ୍ୟାନ କରୁଛି - ଅବିଶ୍ୱାସୀମାନଙ୍କଠାରୁ ସେ ଅଧିକ ନିନ୍ଦନୀୟ।


କିନ୍ତୁ ମନେ ରଖିବାକୁ ହେବ, ଏହି ବ୍ୟବସ୍ଥା ଧାର୍ମିକ ଲୋକମାନଙ୍କ ପାଇଁ ହୋଇ ନାହିଁ। ନିୟମଭଙ୍ଗକାରୀ ଅଧାର୍ମିକମାନଙ୍କ ପାଇଁ ତାହା ତିଆରି ହୋଇଛି। ଯେଉଁମାନେ ସ୍ୱେଚ୍ଛାଚାରୀ, ଯେଉଁମାନଙ୍କର ଈଶ୍ୱର ଭୟ ନାହିଁ, ଯେଉଁମାନେ ପାପ ଅପକର୍ମରେ ଆସକ୍ତ, ଯେଉଁମାନଙ୍କର ଧର୍ମଭାବ ଓ ଅଧ୍ୟାତ୍ମବୋଧ ନାହିଁ, ଯେଉଁମାନେ ପିତାମାତାଙ୍କୁ ହତ୍ୟା କରିବାକୁ କୁଣ୍ଠିତ ନୁହଁନ୍ତି;


ଏହି ଧର୍ମଶାସ୍ତ୍ର ସାହାଯ୍ୟରେ ଈଶ୍ୱରଙ୍କ ସେବକ ସବୁ ପ୍ରକାର ସତ୍କାର୍ଯ୍ୟ କରିବା ପାଇଁ ଆବଶ୍ୟକୀୟ ଶକ୍ତି ଓ ଯୋଗ୍ୟତା ଲାଭ କରିପାରିବ।


ଶାସକ ଓ କର୍ତ୍ତୃପକ୍ଷମାନଙ୍କର ବଶୀଭୂତ ହୋଇ ସେମାନଙ୍କ ଆଦେଶ ପାଳନ କରିବାକୁ ଓ ସମସ୍ତ ସତ୍କାର୍ଯ୍ୟରେ ସହଯୋଗ କରିବା ପାଇଁ ପ୍ରସ୍ତୁତ ରହିବାକୁ ମଣ୍ଡଳୀର ସଭ୍ୟମାନଙ୍କୁ ସ୍ମରଣ କରାଇଦିଅ।


ଆମ୍ଭେମାନେ ନିଜେ ଦିନେ ନିର୍ବୋଧ, ଅବାଧ୍ୟ ଓ ଭ୍ରାନ୍ତ ଥିଲୁ; ନାନା ପ୍ରକାର ଆମୋଦେ ପ୍ରମୋଦ ଓ ନୀଚ ପ୍ରବୃତ୍ତିଗୁଡ଼ିକର ବଶୀଭୂତ ଥିଲୁ; ଦ୍ୱେଷ ଓ ଈର୍ଷାପରବଶ ହୋଇ ଦିନାତିପାତ କରିଥିଲୁ; ଅନ୍ୟମାନେ ଆମ୍ଭମାନଙ୍କୁ ଘୃଣା କରୁଥିଲେ, ଆମ୍ଭେମାନେ ମଧ୍ୟ ସେମାନଙ୍କୁ ଘୃଣା କରୁଥିଲୁ।


Swiv nou:

Piblisite


Piblisite