Biblia Todo Logo
Bib sou entènèt

- Piblisite -




ତୀତସ 1:3 - ପବିତ୍ର ବାଇବଲ (CL) NT (BSI)

3 ଯଥା ସମୟରେ ଏହି ବାର୍ତ୍ତା ସେ ପ୍ରକାଶ କରିଛନ୍ତି। ଆମ୍ଭମାନଙ୍କର ମୁକ୍ତିଦାତା ଈଶ୍ୱରଙ୍କ ଆଦେଶରେ ଏହା ଘୋଷଣା କରିବାକୁ ମୋତେ ଦାୟିତ୍ୱ ଦିଆଯାଇଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେହି ଅନ; ଜୀବନ, ସତ୍ୟବାଦୀ ଈଶ୍ଵର ଅନାଦିକାଳ ପୂର୍ବେ ପ୍ରତିଜ୍ଞା କରି ଯଥା ସମୟରେ ଆପଣା ବାକ୍ୟ ପ୍ରଚାର ଦ୍ଵାରା ପ୍ରକାଶ କଲେ; ସେହି ବାକ୍ୟ ପ୍ରଚାର କରିବାର ଭାର ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ଵରଙ୍କ ଆଜ୍ଞାନୁସାରେ ମୋʼଠାରେ ସମର୍ପିତ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

3 ସେହି ଅନନ୍ତ ଜୀବନ ସତ୍ୟ ଈଶ୍ୱର, ଅନାଦିକାଳ ପୂର୍ବେ ପ୍ରତିଜ୍ଞା କରି ଯଥା ସମୟରେ ଆପଣା ବାକ୍ୟ ପ୍ରଚାର ଦ୍ୱାରା ପ୍ରକାଶ କଲେ; ସେହି ବାକ୍ୟ ପ୍ରଚାର କରିବାର ଭାର ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ୱରଙ୍କ ଆଜ୍ଞାନୁସାରେ ମୋ'ଠାରେ ସମର୍ପିତ ହୋଇଅଛି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେହି ଅନନ୍ତ ଜୀବନ ସତ୍ୟ ଈଶ୍ବର, ଅନାଦିକାଳ ପୂର୍ବେ ପ୍ରତିଜ୍ଞା କରି ଯଥା ସମୟରେ ଆପଣା ବାକ୍ୟ ପ୍ରଚାର ଦ୍ୱାରା ପ୍ରକାଶ କଲେ; ସେହି ବାକ୍ୟ ପ୍ରଚାର କରିବାର ଭାର ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଆଜ୍ଞାନୁସାରେ ମୋʼ ଠାରେ ସମର୍ପିତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

3 ଉଚିତ୍ ସମୟରେ ପରମେଶ୍ୱର ସେହି ଜୀବନ ବିଷୟରେ ସଂସାରକୁ ଜଣାଇଲେ। ପ୍ରଗ୍ଭର ଦ୍ୱାରା ପରମେଶ୍ୱର ଜଗତକୁ କହିଲେ। ପରମେଶ୍ୱର ମୋତେ ସେହି କାମର ଦାୟିତ୍ୱ ଦେଲେ। ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ୱର ଆଦେଶ ଦେଇଥିବାରୁ ମୁଁ ସେଗୁଡ଼ିକର ପ୍ରଗ୍ଭର କଲି।

Gade chapit la Kopi




ତୀତସ 1:3
39 Referans Kwoze  

ମହାମହିମ ପରମଧନ୍ୟ ଈଶ୍ୱରଙ୍କ ଶୁଭ ବାର୍ତ୍ତାରେ ସମସ୍ତ ସତ୍ଶିକ୍ଷା ନିହିତ ଅଛି। ସେହି ଶୁଭ ବାର୍ତ୍ତା ପ୍ରଚାର କରିବା ଦାୟିତ୍ୱ ମୋ’ ଉପରେ ନ୍ୟସ୍ତ ହୋଇଛି।


ମୁକ୍ତିଦାତା ସ୍ୱୟଂ ଈଶ୍ୱର ଓ ଆମ୍ଭମାନଙ୍କ ଭରସାର ଭିତ୍ତି ଖ୍ରୀଷ୍ଟ ଯୀଶୁଙ୍କ ଆଜ୍ଞା ଅନୁଯାୟୀ ନିଯୁକ୍ତ ପ୍ରେରିତ ପାଉଲ


ସେମାନେ ଚୋରି ନ କରି, ସବୁବେଳେ ନିଜର ସାଧୁତା ଓ ବିଶ୍ୱସ୍ତତାର ପରିଚୟ ଦିଅନ୍ତୁ। ତାହାହେଲେ, ସେମାନଙ୍କ ସମସ୍ତ କାର୍ଯ୍ୟକଳାପରେ ଆମ୍ଭମାନଙ୍କର ମୁକ୍ତିଦାତା ଈଶ୍ୱରଙ୍କ ବିଷୟରେ ଆମ ଧର୍ମଶିକ୍ଷାକୁ ଗୌରବାନ୍ୱିତ କରିବେ।


ଅକପଟ ଓ ଧାର୍ମିକ ଜୀବନ ଯାପନ କରିବାକୁ ଆମେ ପ୍ରେରଣା ପାଇଛୁ। ମହାନ୍ ଈଶ୍ୱର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଗୌରବ ପ୍ରକାଶ ପାଇବାକୁ ଯାଉଛି ସେହି ଦିନର ଅପେକ୍ଷାରେ ଆମ୍ଭେମାନେ ରହିଛୁ।


ଯେଉଁ ମୁକ୍ତିଦାତାଙ୍କଠାରେ ବିଶ୍ୱାସ କଲେ ସମସ୍ତେ ପରିତ୍ରାଣ ଲାଭ କରିପାରିବେ, ସେହି ଜୀବନ୍ତ ଈଶ୍ୱରଙ୍କଠାରେ ଭରସା ରଖି, ଆମେ ଏତେ କଷ୍ଟ ସ୍ୱୀକାର କରି ଏହି କାର୍ଯ୍ୟ କରି ଯାଉଛୁ।


ଏହି ପ୍ରକାର ପ୍ରାର୍ଥନା ତ୍ରାଣକର୍ତ୍ତା ଈଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ ଓ ଗ୍ରହଣଯୋଗ୍ୟ।


କେବଳ ଈଶ୍ୱରଙ୍କ ଇଚ୍ଛାନୁରୂପ କଥା ଆମେ ସବୁବେଳେ କହିଥାଉ; କାରଣ ସେ ଆମକୁ ଯୋଗ୍ୟ ମନେ କରି ଆମ ଉପରେ ସୁସମାଚାର ପ୍ରଚାରର ଦାୟିତ୍ୱ ନ୍ୟସ୍ତ କରିଛନ୍ତି। ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରିବା ଆମର ଉଦ୍ଦେଶ୍ୟ ନୁହେଁ। ଯେଉଁ ଈଶ୍ୱର ଆମ ମନର ଅଭିପ୍ରାୟ ପରୀକ୍ଷା କରି ଦେଖନ୍ତି, କେବଳ ତାଙ୍କୁ ସନ୍ତୁଷ୍ଟ କରିବା ନିମନ୍ତେ ଆମେ ଚେଷ୍ଟା କରିଥାଉ।


ତୁମ୍ଭେମାନେ ଏକ ଦୃଢ଼ ଓ ନିଶ୍ଚିତ ମୂଳଦୁଆ ଉପରେ ସଂସ୍ଥାପିତ ହୋଇ ରହିଥାଅ ଓ ସୁସମାଚାର ଶୁଣିବା ସମୟରେ ଯେଉଁ ଭରସା ଲାଭ କରିଥିଲ, ସେଥିରୁ ବିଚଳିତ ହେବା ପାଇଁ ନିଜକୁ ପ୍ରଶ୍ରୟ ଦିଅ ନାହିଁ। ସେହି ସୁସମାଚାର ହିଁ ପୃଥିବୀର ପ୍ରତ୍ୟେକଙ୍କ ନିକଟରେ ପ୍ରଚାରିତ ହେଉଛି ଓ ମୁଁ ପାଉଲ, ତାହାର ଜଣେ ବିଶ୍ୱସ୍ତ ଦାସ।


ଯେଉଁ ସୁସମାଚାର ପ୍ରଚାର ହେତୁ ତୁମ୍ଭେମାନେ ପ୍ରଥମେ ଈଶ୍ୱରଙ୍କ ଅନୁଗ୍ରହ ବିଷୟ ଶୁଣିଲ ଓ ଏହାର ସତ୍ୟତା ଅନୁଭବ କଲ, ସେହି ସୁସମାଚାର ବର୍ତ୍ତମାନ ସମଗ୍ର ଜଗତରେ ପ୍ରସାର ଲାଭ କରୁଛି ଓ ଆଶୀର୍ବାଦ ଆଣୁଛି।


ସେଥିଲାଗି ଖ୍ରୀଷ୍ଟ ଆସିଥିଲେ ଓ ଈଶ୍ୱରଙ୍କଠାରୁ ଦୂରେଇ ଯାଇଥିବା ଅଣଇହୁଦୀ ଓ ତାଙ୍କ ନିକଟବର୍ତ୍ତୀ ଇହୁଦୀମାନଙ୍କ ମଧ୍ୟରେ ସୁସମାଚାର ଘୋଷଣା କରିଥିଲେ।


ଶେଷରେ ଯେତେବେଳେ ଉପଯୁକ୍ତ ସମୟ ଆସିଲା, ଈଶ୍ୱର ତାଙ୍କ ନିଜ ପୁତ୍ରଙ୍କୁ ପ୍ରେରଣ କଲେ। ଜଣେ ସାଧାରଣ ସ୍ତ୍ରୀ ଗର୍ଭରୁ ସେ ଜାତ ହୋଇ ଇହୁଦୀୟ ବ୍ୟବସ୍ଥାର ଅଧୀନରେ ଜୀବନ ଯାପନ କଲେ।


ସ୍ୱେଚ୍ଛାରେ ଏହି କାର୍ଯ୍ୟ କଲେ, ମୁଁ ପୁରସ୍କାର ଅପେକ୍ଷା କରିଥାଆନ୍ତି, କିନ୍ତୁ ଈଶ୍ୱର ମୋ’ ଉପରେ ଏହି ଦାୟିତ୍ୱ ନ୍ୟସ୍ତ କରିଥିବାରୁ ଏହା କରିବା ମୋର କର୍ତ୍ତବ୍ୟ।


ଫଳରେ, ଏଠାକାର ସମସ୍ତ ପ୍ରସାଦରକ୍ଷୀ ଓ ଅନ୍ୟ ସମସ୍ତେ ଜାଣନ୍ତି ଯେ, ଖ୍ରୀଷ୍ଟଙ୍କର ସେବକ ହୋଇଥିବାରୁ ମୁଁ ବର୍ତ୍ତମାନ ବନ୍ଦୀଶାଳାରେ।


ସେହି ନିଗୂଢ଼ ସତ୍ୟସବୁ ଭାବବାଦୀମାନଙ୍କର ଶାସ୍ତ୍ରରେ ପ୍ରକଟିତ ହୋଇଛି ଏବଂ ତାହା ଏବେ ଅନାଦି ଅନନ୍ତ ପ୍ରଭୁ ଈଶ୍ୱରଙ୍କ ଦ୍ୱାରା ସମସ୍ତ ଜାତି ମଧ୍ୟରେ ପ୍ରଚାରିତ ହେଉଛି। ଏହା ଦ୍ୱାରା ସମସ୍ତେ ବିଶ୍ୱାସ କରି ଈଶ୍ୱରଙ୍କ ଆଜ୍ଞାବହ ହୋଇ ପାରିବେ।


ଏହା ସେ କରିଛନ୍ତି, ବାକ୍ୟ ଓ କର୍ମ ଦ୍ୱାରା ଓ ଈଶ୍ୱରଙ୍କ ଆତ୍ମାଙ୍କ ଶକ୍ତିରେ। ତେଣୁ ମୁଁ ଯିରୂଶାଲମଠାରୁ ଇଲିରିକମକୁ ଯାତ୍ରା କରିବାବେଳେ ପଥ ମଧ୍ୟରେ ଖ୍ରୀଷ୍ଟଙ୍କ ଶୁଭବାର୍ତ୍ତା ବିଶଦଭାବେ ପ୍ରଚାର କରିଛି।


ଆମ୍ଭେମାନେ ଅସହାୟ ଥିବାବେଳେ ଈଶ୍ୱରଙ୍କ ନିରୂପିତ ସମୟରେ ଖ୍ରୀଷ୍ଟ ପାପୀମାନଙ୍କ ପାଇଁ ମୃତ୍ୟୁଭୋଗ କଲେ।


ଜଣେ ମନୁଷ୍ୟଠାରୁ ସେ ସମସ୍ତ ମାନବ ଗୋଷ୍ଠୀକୁ ସୃଷ୍ଟି କରିଛନ୍ତି ଓ ତାଙ୍କ ନିର୍ଦ୍ଦେଶରେ ସେମାନେ ପୃଥିବୀର ବିଭିନ୍ନ ସ୍ଥାନରେ ବାସ କରନ୍ତି। କେଉଁ ସମୟରେ, କିଏ କେଉଁ ସ୍ଥାନରେ ବାସ କରିବେ, ଆଦ୍ୟରୁ ଈଶ୍ୱର ତା’ ନିରୂପଣ କରିଛନ୍ତି।


ତୁମ୍ଭେମାନେ ଜାଣିଛ ଯେ ଈଶ୍ୱର ଇଶ୍ରାଏଲୀୟମାନଙ୍କ ନିକଟକୁ ଯେଉଁ ବାର୍ତ୍ତା ପ୍ରେରଣ କରିଥିଲେ, ତାହା ହିଁ ଯୀଶୁଙ୍କ ଦ୍ୱାରା ଘୋଷଣା କରାଯାଇଥିବା ଶାନ୍ତିର ବାର୍ତ୍ତା।


ମୋର ଅନ୍ତରାତ୍ମା ଉଲ୍ଲସିତ, କାରଣ ଈଶ୍ୱର ମୋର ତ୍ରାଣକର୍ତ୍ତା।


ପୁଣି ସେ କହିଲେ, “ସମଗ୍ର ଜଗତକୁ ଯାଇ ମୋର ଏହି ଶୁଭବାର୍ତ୍ତା ସମସ୍ତଙ୍କ ନିକଟରେ ପ୍ରଚାର କର।


କିନ୍ତୁ ସେ ଯାହା ହେଉନା କାହିଁକି, ଅନ୍ତିମକାଳ ଆସିବା ପୂର୍ବରୁ ସବୁ ଜାତିର ଲୋକଙ୍କ ନିକଟରେ ଏହି ସୁସମାଚାର ନିଶ୍ଚିତ ଭାବରେ ପ୍ରଚାରିତ ହେବ।


ଏହା ଶୁଣି ମେଘାରୂଢ଼ ବ୍ୟକ୍ତି ତାଙ୍କର ଦାଆ ଚଳାଇଲେ ଓ ପୃଥିବୀର ଫସଲ ସବୁ ସଂଗୃହୀତ ହେଲା।


ସେହି ପରିକଳ୍ପନା ଅନୁଯାୟୀ ସ୍ୱର୍ଗ ଓ ପୃଥିବୀର ସମସ୍ତ ସୃଷ୍ଟ ବିଷୟ ଏକ ହେବ ଓ ଖ୍ରୀଷ୍ଟଙ୍କ ସେ ସବୁର ମସ୍ତକ ସ୍ୱରୂପ ରହିବେ। ଏହି ପରିକଳ୍ପନା ଈଶ୍ୱର ଉପଯୁକ୍ତ ସମୟରେ ସମ୍ପୂର୍ଣ୍ଣ କରିବେ।


ସେ କହିଲେ, “ଉପଯୁକ୍ତ ସମୟ ଆସିଛି, ଈଶ୍ୱରଙ୍କ ରାଜ୍ୟ ସନ୍ନିକଟ! ପାପ ପ୍ରତି ବିମୁଖ ହୋଇ ଏହି ଶୁଭବାର୍ତ୍ତାରେ ବିଶ୍ୱାସ କର।”


ଆସ, ଈଶ୍ୱରଙ୍କୁ ଗୌରବାନ୍ୱିତ କରିବା। ମୁଁ ପ୍ରଚାର କରୁଥିବା ଯୀଶୁ ଖ୍ରୀଷ୍ଟଙ୍କ ସମ୍ପର୍କରେ ଶୁଭ ବାର୍ତ୍ତା ଓ ଯୁଗ ଯୁଗ ଧରି ଗୁପ୍ତ ରହିଥିବା ନିଗୂଢ଼ ସତ୍ୟ ଅନୁଯାୟୀ ତୁମ୍ଭମାନଙ୍କ ବିଶ୍ୱାସକୁ ଅଟଳ ରଖିବା ପାଇଁ ଈଶ୍ୱର ସମର୍ଥ।


କିନ୍ତୁ ଈଶ୍ୱରଙ୍କ ସାନ୍ନିଧ୍ୟ ଅନୁଭବ କରି ଅଣଇହୁଦୀମାନଙ୍କ ମଧ୍ୟରେ ଶୁଭ ବାର୍ତ୍ତା ସମ୍ୟକ୍ ପ୍ରଚାର କରିବା ପାଇଁ ମୁଁ ଯଥେଷ୍ଟ ଶକ୍ତି ପାଇଲି ଏବଂ ମୁଁ ପ୍ରାଣଦଣ୍ଡରୁ ମଧ୍ୟ ରକ୍ଷା ପାଇଲି।


Swiv nou:

Piblisite


Piblisite