Biblia Todo Logo
Bib sou entènèt

- Piblisite -




ତୀତସ 1:8 - ପବିତ୍ର ବାଇବଲ (CL) NT (BSI)

8 ସେ ଅତିଥିପରାୟଣ ହୋଇଥିବେ ଏବଂ ସମସ୍ତ ସତ୍ବିଷୟକୁ ସୁଖ ପାଉଥିବେ। ସେ ଆତ୍ମସଂଯତ, ନ୍ୟାୟନିଷ୍ଠ, ଶୁଦ୍ଧପୂତ ଓ ନିୟମାନୁବର୍ତ୍ତୀ ହୋଇଥିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଉତ୍ତମ ବିଷୟର ଅନୁରାଗୀ, ସୁବୁଦ୍ଧି, ନ୍ୟାୟ-ପରାୟଣ, ସାଧୁ ଓ ମିତାଚାରୀ ହେଉନ୍ତୁ,

Gade chapit la Kopi

ଓଡିଆ ବାଇବେଲ

8 ଉତ୍ତମ ବିଷୟର ଅନୁରାଗୀ, ସୁବୁଦ୍ଧି, ନ୍ୟାୟପରାୟଣ, ସାଧୁ ଓ ମିତାଚାରୀ ହେଉନ୍ତୁ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଉତ୍ତମ ବିଷୟର ଅନୁରାଗୀ, ସୁବୁଦ୍ଧି, ନ୍ୟାୟ-ପରାୟଣ, ସାଧୁ ଓ ମିତାଚାରୀ ହେଉନ୍ତୁ,

Gade chapit la Kopi

ପବିତ୍ର ବାଇବଲ

8 ନିଜ ଘରେ ଲୋକମାନଙ୍କୁ ସ୍ୱାଗତ କରି ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ଥିବେ। ସେ ଉତ୍ତମ ବିଷୟକୁ ପ୍ରେମ କରୁଥିବେ, ଜ୍ଞାନୀ ହୋଇଥିବେ, ଧାର୍ମିକଭାବେ ଜୀବନଯାପନ କରୁଥିବେ, ପବିତ୍ର ହୋଇଥିବେ ଓ ନିଜକୁ ସଂଯମ କରି ପାରୁଥିବେ। ଆମ୍ଭେ ସତ୍ୟର ଯେଉଁ ରୂପରେ ଶିକ୍ଷା ପ୍ରଦାନ କରିଛୁ, ଜଣେ ପ୍ରାଚୀନ, ନିଷ୍ଠାପର ଭାବରେ ତାହା ପାଳନ କରୁଥିବେ।

Gade chapit la Kopi




ତୀତସ 1:8
17 Referans Kwoze  

କିନ୍ତୁ ମଣ୍ଡଳୀର ବିଷପ ନିର୍ଦ୍ଦୋଷ ଚରିତ୍ର, ଏକପତ୍ନୀକ, ମିତାଚାରୀ, ସଂଯମୀ ଓ ଗାମ୍ଭୀର୍ଯ୍ୟଯୁକ୍ତ ହେବା ଆବଶ୍ୟକ। ସେ ଅତିଥିପରାୟଣ ହୋଇଥିବେ ଓ ଶିକ୍ଷାଦାନ କରିବାରେ ତାଙ୍କର ଦକ୍ଷତା ଥିବ।


ସକଳ ବିଷୟରେ ସତ୍କର୍ମ ସାଧନ କରି ତୁମେ ନିଜ ଜୀବନରେ ଆଦର୍ଶ ଦେଖାଅ। ଆନ୍ତରିକତା ଓ ଗାମ୍ଭୀର୍ଯ୍ୟ ସହ ସଂଯତ ଭାଷାରେ ଶିକ୍ଷା ଦାନ କର - ତାହାହେଲେ, କେହି ତୁମକୁ କଟୁ ସମାଲୋଚନା କରିପାରିବେ ନାହିଁ ଏବଂ ତୁମ ଶତ୍ରୁମାନେ ଆମ୍ଭମାନଙ୍କ ବିରୁଦ୍ଧରେ ଅଯଥା ଅଭିଯୋଗ ଆଣି ନ ପାରି ଲଜ୍ଜିତ ହେବେ।


ଯେ ଯୀଶୁଙ୍କୁ ମସୀହ ବୋଲି ବିଶ୍ୱାସ କରେ, ସେ ଈଶ୍ୱରଙ୍କ ସନ୍ତାନ। ଯେ କେହି ଜଣେ ପିତାକୁସ୍ନେହ କରେ, ସେହି ପିତାର ସନ୍ତାନକୁ ମଧ୍ୟ ଦେ ସ୍ନେହ କରେ।


ଆମେ ଜାଣୁ ଯେ, ଏବେ ଆମେ ମୃତ୍ୟକୁ ଅତିକ୍ରମ କରି ଜୀବନ ଲାଭ କରିଛୁ। ଏହା ନିଶ୍ଚିତ ଭାବରେ ଜାଣୁ, କାରଣ ଏବେ ଆମେ ଭାଇମାନଙ୍କୁ ପ୍ରେମ କରୁଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟର ଅଧୀନ।


ତୁମେ ଈଶ୍ୱରଙ୍କ ଭକ୍ତ - ସୁତରାଂ ଏ ସମସ୍ତଠାରୁ ତୁମେ ଦୂରେଇ ରୁହ। ଧାର୍ମିକତା, ଈଶ୍ୱରପରାୟଣତା, ବିଶ୍ୱାସ, ପ୍ରେମ, ସହିଷ୍ଣୁତା ଓ ସୌଜନ୍ୟ ପ୍ରଭୃତି ସଦ୍ଗୁଣରେ ପରିପୂର୍ଣ୍ଣ ହେବାକୁ ଚେଷ୍ଟା କର।


ତୁମେ ନିଜର କଥାବାର୍ତ୍ତା, ଆଚରଣ, ପ୍ରେମ, ବିଶ୍ୱାସ ଓ ଚରିତ୍ରର ନିର୍ମଳତାରେ ଆଦର୍ଶ ଦେଖାଇ ପାରିଲେ, ଅଳ୍ପ ବୟସ୍କ ହୋଇଥିଲେ ସୁଦ୍ଧା ତୁମକୁ ମଣ୍ଡଳୀରେ କେହି ଅବଜ୍ଞା କରିପାରିବେ ନାହିଁ।


ତୁମ୍ଭେମାନେ ଓ ସ୍ୱୟଂ ଈଶ୍ୱର ଆମର ସାକ୍ଷୀ - ତୁମ ପରି ବିଶ୍ୱାସୀମାନଙ୍କ ନିକଟରେ ଆମର ଆଚରଣ ନିର୍ମଳ, ନ୍ୟାୟସଙ୍ଗତ ଦୋଷଶୂନ୍ୟ ଥିଲା।


ସେମାନେ ହେବେ ନିର୍ଦ୍ଦୟ, ହିଂସ୍ରକ ଓ ଭୟଙ୍କର; ସମସ୍ତ ଉତ୍ତମ ବିଷୟକୁ ଘୃଣା କରିବେ।


ଯେଉଁମାନେ ନିର୍ମଳ ହୃଦୟରେ ଈଶ୍ୱରଙ୍କ ସାହାଯ୍ୟ ପ୍ରାର୍ଥନା କରୁଥାନ୍ତି, ସେମାନଙ୍କ ସଂସ୍ପର୍ଶରେ ରହି ତୁମେ ଯୌବନର ଉତ୍ତେଜନାଗୁଡ଼ିକୁ ଆୟତ୍ତ କର - ପୁଣି ଧାର୍ମିକତା, ବିଶ୍ୱସ୍ତତା, ପ୍ରେମ ଓ ଶାନ୍ତି ପ୍ରତିଷ୍ଠା ପାଇଁ କାର୍ଯ୍ୟ କର।


ସେତେବେଳେ ଯିରୁଶାଲମରେ ଶିମିୟୋନ୍ ନାମକ ଜଣେ ଧାର୍ମିକ ଓ ଭକ୍ତ ବାସ କରୁଥିଲେ। ସେ ଇଶ୍ରାୟେଲ ଜାତିର ମୁକ୍ତି ସାଧନ ସମୟକୁ ଅପେକ୍ଷା କରୁଥିଲେ। ତାଙ୍କଠାରେ ପବିତ୍ର ଆତ୍ମା ଅଧିଷ୍ଠାନ କରିଥିଲେ।


କିନ୍ତୁ ଯେତେବେଳେ ପାଉଲ ଧାର୍ମିକତା, ଆତ୍ମସଂଯମ ଓ ଆଗାମୀ ବିଚାର ଦିନ କଥା ଆଲୋଚନା କଲେ, ଫେଲିକ୍ସ୍ ଭୟଭୀତ ହୋଇ କହିଲେ, “ତୁମେ ବର୍ତ୍ତମାନ ଯାଇପାର। ସୁଯୋଗ ପାଇଲେ, ଆଉ ଥରେ ତୁମକୁ ଡକାଇବି।”


Swiv nou:

Piblisite


Piblisite