Biblia Todo Logo
Bib sou entènèt

- Piblisite -




ତୀତସ 3:14 - ପବିତ୍ର ବାଇବଲ (CL) NT (BSI)

14 ସତ୍କର୍ମରେ ଦିନାତିପାତ କରି ନିଜ ନିଜର ଅଭାବ ପୂରଣ କରିବା ପାଇଁ ସମ୍ପ୍ରଦାୟର ଲୋକମାନଙ୍କୁ ଶିକ୍ଷା ଦିଅ। ସେମାନେ ଅକର୍ମଣ୍ୟ ହୋଇ ବସି ରହନ୍ତୁ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆମ୍ଭମାନଙ୍କ ଲୋକମାନେ ମଧ୍ୟ ପ୍ରୟୋଜନୀୟ ଉପକାର ନିମନ୍ତେ ସତ୍କର୍ମରେ ବ୍ୟାପୃତ ରହିବାକୁ ଶିଖନ୍ତୁ, ଯେପରି ସେମାନେ ଫଳହୀନ ନ ହୁଅନ୍ତି।

Gade chapit la Kopi

ଓଡିଆ ବାଇବେଲ

14 ଆମ୍ଭମାନଙ୍କ ଲୋକମାନେ ମଧ୍ୟ ପ୍ରୟୋଜନୀୟ ଉପକାର ନିମନ୍ତେ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ଶିଖନ୍ତୁ, ଯେପରି ସେମାନେ ଫଳହୀନ ନ ହୁଅନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆମ୍ଭମାନଙ୍କ ଲୋକମାନେ ମଧ୍ୟ ପ୍ରୟୋଜନୀୟ ଉପକାର ନିମନ୍ତେ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ଶିଖନ୍ତୁ, ଯେପରି ସେମାନେ ଫଳହୀନ ନ ହୁଅନ୍ତି।

Gade chapit la Kopi

ପବିତ୍ର ବାଇବଲ

14 ନିଜ ଜୀବନକୁ ସ‌ତ୍‌‌କର୍ମରେ ଲଗାଇବା ପାଇଁ ଲୋକମାନେ ଶିଖିବା ଆବଶ୍ୟକ। ଯେଉଁମାନଙ୍କର ପ୍ରକୃତରେ ଦରକାର, ସେମାନଙ୍କର ମଙ୍ଗଳ କର। ତା'ହେଲେ ଆମ୍ଭ ଲୋକେ ବିଫଳ ଜୀବନଯାପନ କରିବେ ନାହିଁ।

Gade chapit la Kopi




ତୀତସ 3:14
21 Referans Kwoze  

ତାହାହେଲେ, ତୁମ୍ଭେମାନେ ପ୍ରଭୁଙ୍କ ଇଚ୍ଛା ଅନୁରୂପ ଜୀବନ କାଟି ପାରିବ ଓ ତାଙ୍କର ସନ୍ତୋଷଜନକ କାର୍ଯ୍ୟ କରିପାରିବ। ତୁମ୍ଭେମାନେ ଜୀବନରେ ସମସ୍ତ ପ୍ରକାର ଉତ୍ତମ କାର୍ଯ୍ୟ କରି ପାରିବ ଓ ଈଶ୍ୱରଙ୍କ ବିଷୟରେ ତୁମ୍ଭମାନଙ୍କର ଜ୍ଞାନ ବୃଦ୍ଧି ପାଇବ।


ଏହା ଏକ ନିରାଟ ସତ୍ୟ। ଏସବୁ ବିଷୟ ଉପରେ ତୁମେ ବିଶେଷ ଗୁରୁତ୍ୱ ଦେଇ ବୁଝାଇବ ଯେ, ଯେଉଁମାନେ ଈଶ୍ୱରଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ସତ୍କର୍ମ କରି ଦିନାତିପାତ କରିବା ଉଚିତ୍; ସମସ୍ତଙ୍କ ପାଇଁ ଯାହା ହିତକର, ସେହି ସବୁ କାର୍ଯ୍ୟରେ ବ୍ୟାପୃତ ରହିବା ଉଚିତ୍।


ଓ ଈଶ୍ୱରଙ୍କ ଗୌରବ ଓ ପ୍ରଶଂସା ନିମନ୍ତେ ତୁମ୍ଭମାନଙ୍କର ଜୀବନ ଯୀଶୁ ଖ୍ରୀଷ୍ଟଙ୍କ ପ୍ରଦତ୍ତ ସମସ୍ତ ସଦ୍ଗୁଣରେ ପରିପୂର୍ଣ୍ଣ ହେବ।


ଭଲ ‘ଳ ନ ଧରିଲେ ଗଛଟି କଟା ଯାଇ ନିଆଁରେ ପକାଯାଏ।


ଏହି ସଦ୍ଗୁଣଗୁଡ଼ିକ ତୁମର ଆବଶ୍ୟକ; ଏହିସବୁରେ ତୁମ୍ଭେମାନେ ପରିପୂର୍ଣ୍ଣ ହେଲେ, ତୁମେ ପ୍ରାପ୍ତ ହୋଇଥିବା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଜ୍ଞାନ ତୁମକୁ ସକ୍ରିୟ ଓ ଫଳପ୍ରଦ କରି ରଖିବ।


କିନ୍ତୁ ତୁମ୍ଭମାନଙ୍କଠାରୁ କେବଳ ଦାନ ଗ୍ରହଣ କରିବାକୁ ମୁଁ ଚାହେଁ ନାହିଁ; ଏହାର ଫଳରେ ତୁମ୍ଭେମାନେ ଯେପରି ଅଧିକରୁ ଅଧିକ ଲାଭବାନ ହୁଅ, ଏହା ମୋର ଇଚ୍ଛା।


ଚୋର ଆଉ ଚୋରି ନ କରୁ। ସଦୁପାୟରେ ନିଜର ଜୀବିକା ଉପାର୍ଜନ ପାଇଁ ଓ ଦରିଦ୍ରମାନଙ୍କୁ ସାହାଯ୍ୟ କରିବା ପାଇଁ ସେ କାମ କରୁ।


ତୁମେ ମୋତେ ମନୋନୀତ କରି ନାହଁ, ମୁଁ ତୁମକୁ ମନୋନୀତ କରିଛି। ତୁମେ ଯେପରି ପ୍ରଚୁର ଫଳ ଧାରଣ କର ଓ ତାହା ସ୍ଥାୟୀ ହୁଏ, ସେଥିପାଇଁ ତୁମ୍ଭମାନଙ୍କୁ ମୁଁ ନିଯୁକ୍ତ କରିଛି। ତେଣୁ ମୋ’ ନାମରେ ଯାହା ମାଗିବ, ମୋ’ ପିତା ତାହା ତୁମ୍ଭମାନଙ୍କୁ ଦେବେ।


ତୁମ୍ଭେମାନେ ପ୍ରଚୁର ଫଳ ଧାରଣ କଲେ, ମୋ’ ପିତାଙ୍କ ମହିମା ପ୍ରକାଶ ପାଇବ ଏବଂ ଏହାଦ୍ୱାରା ତୁମେ ମୋର ପ୍ରକୃତ ଶିଷ୍ୟ ହେବ।


ବିନାମୂଲ୍ୟରେ ଆମେ କାହାଠାରୁ ଅନ୍ନ ଗ୍ରହଣ କରି ନ ଥିଲୁ। ବରଂ କାହାରି ଉପରେ ବୋଝ ନ ହେବା ପାଇଁ ଆମେ କଷ୍ଟ ସ୍ୱୀକାର କରି ଦିନ ରାତି ପରିଶ୍ରମ କରିଥିଲୁ।


‘ପାଇବାଠାରୁ ଦାନ କରିବାରେ ଅଧିକ ଆନନ୍ଦ ଥାଏ’, ସ୍ୱୟଂ ପ୍ରଭୁ ଯୀଶୁଙ୍କର ଏହି ବାକ୍ୟକୁ ସ୍ମରଣ କରି ଏହି ପ୍ରକାର କଠିଣ ପରିଶ୍ରମ ଦ୍ୱାରା ଆମେ ଦୁର୍ବଳ ଲୋକମାନଙ୍କୁ ସାହାଯ୍ୟ କରିବା ଉଚିତ, ଏ ସମ୍ପର୍କରେ ମୁଁ ସବୁବେଳେ ତୁମ୍ଭମାନଙ୍କୁ ଆଦର୍ଶ ଦେଖାଇଛି।”


ରାସ୍ତାକଡ଼ରେ ଗୋଟିଏ ଡ଼ିମିରି ଗଛ ଥିଲା। ଯୀଶୁ ତା’ ନିକଟକୁ ଯାଇ ସେଥିରେ ପତ୍ର ଛଡ଼ା ଆଉ କିଛି ଦେଖିଲେ ନାହିଁ। ତେଣୁ ସେ ଗଛଟିକୁ କହିଲେ, “ତୁ ଆଉ କେବେ ଫଳ ଧରିବୁ ନାହିଁ।” ତତ୍କ୍ଷଣାତ୍ ଡ଼ିମିରି ଗଛଟି ଶୁଖିଗଲା।


ପାଉଲ ସେମାନଙ୍କୁ ଦେଖା କରିବାକୁ ଯାଇ ସେମାନଙ୍କ ସହିତ ବାସ କଲେ, କାରଣ ସେ ମଧ୍ୟ ସେମାନଙ୍କ ପରି ତମ୍ବୁ ନିର୍ମାଣ କରି ଜୀବିକା ନିର୍ବାହ କରୁଥିଲେ।


ଭାଇମାନେ, ତୁମ୍ଭମାନଙ୍କର ନିଶ୍ଚୟ ସ୍ମରଣ ଥିବ, ଆମେ କିପରି ବହୁ ଶ୍ରମ ସ୍ୱୀକାର କରି କାର୍ଯ୍ୟ କରୁଥିଲୁ; କିପରି ତୁମ୍ଭମାନଙ୍କ ନିକଟରେ ଈଶ୍ୱରଙ୍କ ସୁସମାଚାର ପ୍ରଚାର କରିବା ସମୟରେ ତୁମ ଉପରେ ବୋଝ ନ ହେବା ପାଇଁ ଆମେ ଦିବାନିଶି କଠୋର ପରିଶ୍ରମ କରିଥିଲୁ।


ଯିରୂଶାଲମରେ ସେହି ଅର୍ଥ ହସ୍ତାନ୍ତର କରି ମୋର କାର୍ଯ୍ୟ ଶେଷ କରିବା ପରେ, ମୁଁ ସ୍ପେନ ଯାତ୍ରାରେ ବାହାରିବି ଓ ବାଟରେ ତୁମ୍ଭମାନଙ୍କୁ ଦେଖି ଆସିବି।


ଖ୍ରୀଷ୍ଟବିଶ୍ୱାସୀମାନଙ୍କର ଅଭାବ ମୋଚନ କର। ଆତିଥ୍ୟପରାୟଣ ହୁଅ।


ମୁଁ ଥେସଲନିକୀରେ ଥିବା ସମୟରେ ତୁମ୍ଭେମାନେ ବହୁ ବାର ମୋ’ ପାଖକୁ ଆବଶ୍ୟକୀୟ ସାହାଯ୍ୟ ପଠାଇଥିଲ।


Swiv nou:

Piblisite


Piblisite