Biblia Todo Logo
Bib sou entènèt

- Piblisite -




୧ ଯୋହନ 1:3 - ପବିତ୍ର ବାଇବଲ (Re-edited) - (BSI)

3 ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିତ ଅଛି।

Gade chapit la Kopi

ଓଡିଆ ବାଇବେଲ

3 ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇ ପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ସହିତ ଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଯାହା ଆମେ ବାସ୍ତବରେ ଦେଖଛୁ ଓ ଶୁଣିଛୁ, କେବଳ ସେହି କଥା ତୁମ୍ଭମାନଙ୍କ ନିକଟରେ ଘୋଷଣା କରି କହୁଛୁ। ଏହି ଶୁଣି ପିତା ଈଶ୍ୱର ସ ତାଙ୍କ ପୁତ୍ର ଯୀଶୁ ଖ୍ର୍ରୀଷ୍ଟଙ୍କ ସହିତ ଆମର ଯେଉଁ ସାହାଚର୍ଯ୍ୟ ଅଛି, ସେଥିରେ ତୁମ୍ଭେମାନେ ଭାଗୀ ହେବ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିତ ଅଛି।

Gade chapit la Kopi

ପବିତ୍ର ବାଇବଲ

3 ବର୍ତ୍ତମାନ ତୁମ୍ଭମାନଙ୍କୁ ସେହି ସମ୍ବନ୍ଧରେ କହିବୁ ଯାହା ଆମ୍ଭେମାନେ ଦେଖିଛୁ ଓ ଶୁଣିଛୁ। କାରଣ ଏହା ଦ୍ୱାରା ତୁମ୍ଭେମାନେ ଆମ୍ଭର ସହଭାଗୀ ହୋଇପାରିବ। ପରମପିତା ଓ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହ ଆମ୍ଭେ ମଧ୍ୟ ସହଭାଗୀ।

Gade chapit la Kopi




୧ ଯୋହନ 1:3
38 Referans Kwoze  

ଈଶ୍ଵର ବିଶ୍ଵାସ୍ୟ, ଯାହାଙ୍କ ଦ୍ଵାରା ତୁମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟ, ଆମ୍ଭମାନଙ୍କ ପ୍ରଭୁଙ୍କର ସହଭାଗିତା ନିମନ୍ତେ ଆହୂତ ହୋଇଅଛ।


ଆଉ, ଏକମାତ୍ର ସତ୍ୟ ଈଶ୍ଵର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନ; ଜୀବନ ଅଟେ।


କାରଣ ଆମ୍ଭେମାନେ ଯାହା ଯାହା ଦେଖିଅଛୁ ଓ ଶୁଣିଅଛୁ, ସେହିସବୁ ନ କହି ରହି ନ ପାରୁ।


ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋʼଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ଵାସ କରେ।


ଅତଏବ, ଯଦି ଖ୍ରୀଷ୍ଟଙ୍କ ସହଭାଗିତାରେ କୌଣସି ଉତ୍ସାହ, କୌଣସି ପ୍ରେମପୂର୍ଣ୍ଣ ସାନ୍ତ୍ଵନା, ଆତ୍ମାଙ୍କ କୌଣସି ସହଭାଗିତା, ପୁଣି କୌଣସି ସ୍ନେହପୂର୍ଣ୍ଣ କରୁଣା ଓ ଦୟା ଥାଏ,


କିନ୍ତୁ ସେ ଯେପରି ଜ୍ୟୋତିର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ।


ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ଵଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ଵହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ଵରୂପ, ବାକ୍ୟ ସମ୍ଵନ୍ଧରେ ଜଣାଉଅଛୁ।


କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ଵାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ।


ଯେପରି ମୁଁ ତାହାଙ୍କୁ, ତାହାଙ୍କ ପୁନରୁତ୍ଥାନର ଶକ୍ତି ଓ ତାହାଙ୍କ ମୃତ୍ୟୁଭୋଗରେ ତାହାଙ୍କ ତୁଲ୍ୟ ହୋଇ ତାହାଙ୍କ ଦୁଃଖଭୋଗର ସହଭାଗିତା ଜ୍ଞାତ ହୁଏ,


ଅତଏବ, ଜଣେ ସହପ୍ରାଚୀନ ପୁଣି ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ଆଗାମୀ ଗୌରବର ଅଂଶାଧିକାରୀ ଯେ ମୁଁ, ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,


ଅତଏବ, ହେ ସ୍ଵର୍ଗୀୟ ଆହ୍ଵାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ଵାସ ମତାନୁସାରେ ପ୍ରେରିତ ଓ ମହାଯାଜକ। ଯୀଶୁଙ୍କ ବିଷୟ ଭାବି ଦେଖ;


ସେ ଆମ୍ଭମାନଙ୍କୁ ଅନ୍ଧକାରର କ୍ଷମତାରୁ ଉଦ୍ଧାର କରି ଆପଣା ପ୍ରେମପାତ୍ର ପୁତ୍ରଙ୍କ ରାଜ୍ୟ ମଧ୍ୟକୁ ସ୍ଥାନାନ୍ତର କରିଅଛନ୍ତି;


ମୁଁ ଈଶ୍ଵରଙ୍କର ସମସ୍ତ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ସଙ୍କୁଚିତ ହୋଇ ନ ଥିଲି।


ଆମ୍ଭେମାନେ ତାହାଙ୍କଠାରେ ଯେଉଁ ସମ୍ଵାଦ ଶୁଣିଅଛୁ ଓ ତୁମ୍ଭମାନଙ୍କୁ ଜଣାଉଅଛୁ, ତାହା ଏହି, ଈଶ୍ଵର ଜ୍ୟୋତିଃ ସ୍ଵରୂପ, ଆଉ ତାହାଙ୍କଠାରେ ଅନ୍ଧକାରର ଲେଶ ନାହିଁ।


ଯେପରି ସେ କହନ୍ତି, “ମୁଁ ଆପଣା ଭ୍ରାତୃଗଣଙ୍କ ନିକଟରେ ତୁମ୍ଭ ନାମ ଘୋଷଣା କରିବି, ସମାଜ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି,”


ଆଉ ଯେଉଁମାନଙ୍କର କର୍ତ୍ତାମାନେ ବିଶ୍ଵାସୀ, ସେମାନେ ସେମାନଙ୍କୁ ଭାଇ ବୋଲି ଜ୍ଞାନ କରି ତୁଚ୍ଛ ନ କରନ୍ତୁ ବରଂ ଅଧିକ ଯନି ସହକାରେ ସେମାନଙ୍କର ସେବା କରନ୍ତୁ, କାରଣ ଯେଉଁମାନେ ସେବା ଦ୍ଵାରା ଉପକାର ପାଆନ୍ତି, ସେମାନେ ବିଶ୍ଵାସୀ ଓ ପ୍ରିୟପାତ୍ର। ଏହି ସମସ୍ତ ବିଷୟ ଶିକ୍ଷା ଓ ଉପଦେଶ ଦିଅ।


ଆଉ ତୁମ୍ଭସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋʼ ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି।


ଅର୍ଥାତ୍, ସୁସମାଚାର ଦ୍ଵାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଜାତିମାନେ ମଧ୍ୟ ଅଂଶାଧିକାରୀ, ଏକ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଓ ପ୍ରତିଜ୍ଞାର ସହଭାଗୀ ଅଟନ୍ତି;


କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ଵରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍, ଧାର୍ମିକତା, ପବିତ୍ରତା ଓ ମୁକ୍ତିସ୍ଵରୂପ ହୋଇଅଛନ୍ତି।


ପୁଣି, ସେ ଆପଣା ଯେଉଁ ପୁତ୍ରଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ଆଗାମୀ କ୍ରୋଧରୁ ଆମ୍ଭମାନଙ୍କ ସେହି ଉଦ୍ଧାରକର୍ତ୍ତା ଯୀଶୁଙ୍କ ସ୍ଵର୍ଗରୁ ଆଗମନ କରିବାର ଅପେକ୍ଷାରେ ରହିବା ନିମନ୍ତେ ଈଶ୍ଵରଙ୍କ ପ୍ରତି ଫେରିଲ।


ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ନିକଟରେ ଯେଉଁ ସୁସମାଚାର ପ୍ରଚାର କରିଥିଲି, ଯାହା ତୁମ୍ଭେମାନେ ଗ୍ରହଣ କରିଥିଲ, ଯହିଁରେ ମଧ୍ୟ ସ୍ଥିର ହୋଇ ରହିଅଛ, ମୁଁ କେଉଁ ପ୍ରକାରେ ତୁମ୍ଭମାନଙ୍କ ନିକଟରେ ତାହା ପ୍ରଚାର କରିଥିଲି, ଏହା ତୁମ୍ଭମାନଙ୍କୁ ସ୍ମରଣ କରାଉଅଛି;


ହଁ, ସେମାନେ ଏହା ଭଲ ମଣିଅଛନ୍ତି ସତ, ହେଲେ ସେମାନେ ସେମାନଙ୍କ ନିକଟରେ ଋଣୀ ମଧ୍ୟ ଅଟନ୍ତି; କାରଣ ଯଦି ବିଜାତିମାନେ ସେମାନଙ୍କ ଆତ୍ମିକ ବିଷୟର ସହଭାଗୀ ହୋଇଅଛନ୍ତି, ତେବେ ସେମାନେ ସାଂସାରିକ ବିଷୟରେ ମଧ୍ୟ ସେମାନଙ୍କର ସେବା କରିବା ନିମନ୍ତେ ଋଣୀ।


“ହେ ଅବଜ୍ଞାକାରୀମାନେ ତୁମ୍ଭେମାନେ ଦେଖି, ପୁଣି ଚମତ୍କୃତ ହୋଇ ବିନଷ୍ଟ ହୁଅ; ଯେଣୁ ଆମ୍ଭେ ତୁମ୍ଭମାନଙ୍କ ସମୟରେ ଗୋଟିଏ କାର୍ଯ୍ୟ ସାଧନ କରୁଅଛୁ, ଯଦି କେହି ସେହି କାର୍ଯ୍ୟ ତୁମ୍ଭମାନଙ୍କ ନିକଟରେ ବର୍ଣ୍ଣନା କରେ, ତେବେ ତୁମ୍ଭେମାନେ କୌଣସି ପ୍ରକାରେ ତାହା ବିଶ୍ଵାସ କରିବ ନାହିଁ।”


ଆଉ, ପିତୃପୁରୁଷମାନଙ୍କ ନିକଟରେ କୃତ ପ୍ରତିଜ୍ଞା ବିଷୟରେ ଆମ୍ଭେମାନେ ଆପଣମାନଙ୍କୁ ଏହି ସୁସମାଚାର ଜଣାଉଅଛୁ ଯେ,


ସେମାନେ ପ୍ରେରିତମାନଙ୍କର ଶିକ୍ଷାରେ, ସହଭାଗିତାରେ, ରୋଟୀ ଭାଙ୍ଗିବାରେ ଓ ପ୍ରାର୍ଥନା କରିବାରେ ନିବିଷ୍ଟଚିତ୍ତ ହୋଇ ରହିଲେ।


ହେ ଧାର୍ମିକ ପିତା, ଜଗତ ତୁମ୍ଭକୁ ଜାଣି ନାହିଁ, କିନ୍ତୁ ମୁଁ ତୁମ୍ଭକୁ ଜାଣିଅଛି; ଆଉ, ତୁମ୍ଭେ ଯେ ମୋତେ ପ୍ରେରଣ କଲ, ତାହା ଏମାନେ ଜାଣିଅଛନ୍ତି;


ମୁଁ ଆଉ ଏ ଜଗତରେ ରହୁ ନାହିଁ, କିନ୍ତୁ ଏମାନେ ଜଗତରେ ରହୁଅଛନ୍ତି; ପୁଣି, ମୁଁ ତୁମ୍ଭ ନିକଟକୁ ଯାଉଅଛି। ପବିତ୍ର ପିତଃ, ତୁମ୍ଭ ନାମରେ ସେମାନଙ୍କୁ ରକ୍ଷା କର (ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ), ଯେପରି ଆମ୍ଭେମାନେ ଯେପ୍ରକାର ଏକ, ସେମାନେ ସେପ୍ରକାର ଏକ ହୁଅନ୍ତି।


ମୁଁ ଆପଣା ଭ୍ରାତୃଗଣ ନିକଟରେ ତୁମ୍ଭ ନାମ ପ୍ରଚାର କରିବି; ସମାଜ ମଧ୍ୟରେ ମୁଁ ତୁମ୍ଭର ପ୍ରଶଂସା କରିବି।


ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ଆମ୍ଭେ ନାନା ଦେଶୀୟମାନଙ୍କ ନିକଟକୁ, ତର୍ଶୀଶ୍, ପୁଲ ଓ ଲୂଦ, ଯେଉଁମାନେ ଧନୁର୍ଦ୍ଧର, ତୁବଲ ଓ ଯବନ, ଇତ୍ୟାଦି ଯେଉଁ ଦୂରସ୍ଥ ଦ୍ଵୀପଗଣ ଆମ୍ଭର ସୁଖ୍ୟାତି ବିଷୟ କେବେ ଶୁଣି ନାହାନ୍ତି, କିଅବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।


ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ।


ଯେ ଦେଖିଅଛି, ସେ ସାକ୍ଷ୍ୟ ଦେଇଅଛି, ଯେପରି ତୁମ୍ଭେମାନେ ମଧ୍ୟ ବିଶ୍ଵାସ କର; ପୁଣି, ତାହାର ସାକ୍ଷ୍ୟ ସତ୍ୟ, ଆଉ ସେ ଯେ ସତ୍ୟ କହୁଅଛି, ଏହା ସେ ଜାଣନ୍ତି।


କାରଣ ଆମ୍ଭେମାନେ ଯେତେବେଳେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ଓ ଆଗମନ କଥା ତୁମ୍ଭମାନଙ୍କୁ ଜଣାଇଲୁ, ସେତେବେଳେ ଚତୁରତା ସହ କଳ୍ପିତ କୌଣସି କାହାଣୀ ଅବଲମ୍ଵନ କରି ନ ଥିଲୁ, ମାତ୍ର ତାହାଙ୍କ ମହିମାର ଚାକ୍ଷୁଷ ସାକ୍ଷୀ ହୋଇଥିଲୁ।


ଆଉ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ ଗଲେ ଏହା ହେବ, ନିଶ୍ଚୟ ଏହା ହେବ ଯେ, ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଯେକୌଣସି ମଙ୍ଗଳ କରିବେ, ତାହା ଆମ୍ଭେମାନେ ତୁମ୍ଭ ପ୍ରତି କରିବୁ।


ଦେଖ, ମୋହର ଚକ୍ଷୁ ଏସବୁ ଦେଖିଅଛି, ମୋହର କର୍ଣ୍ଣ ଏହା ଶୁଣି ବୁଝିଅଛି।


Swiv nou:

Piblisite


Piblisite