Biblia Todo Logo
Bib sou entènèt

- Piblisite -




୧ ଯୋହନ 2:3 - ପବିତ୍ର ବାଇବଲ (Re-edited) - (BSI)

3 ଯଦି ଆମ୍ଭେମାନେ ତାହାଙ୍କ ଆଜ୍ଞା ପାଳନ କରୁ, ତେବେ ତଦ୍ଦ୍ଵାରା ଜ୍ଞାତ ହେଉ ଯେ, ଆମ୍ଭେମାନେ ତାହାଙ୍କୁ ଜାଣୁ।

Gade chapit la Kopi

ଓଡିଆ ବାଇବେଲ

3 ଯଦି ଆମ୍ଭେମାନେ ତାହାଙ୍କ ଆଜ୍ଞା ପାଳନ କରୁ, ତେବେ ତଦ୍ୱାରା ଜ୍ଞାତ ହେଉ ଯେ, ଆମ୍ଭେମାନେ ତାହାଙ୍କୁ ଜାଣୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଈଶ୍ୱରଙ୍କ ଆଜ୍ଞାନୁବର୍ତ୍ତୀ ହେବା ଦ୍ୱାରା ଆମେ ନିଶ୍ଚିତଭାବେ ତାଙ୍କୁ ଜାଣି ପାରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯଦି ଆମ୍ଭେମାନେ ତାହାଙ୍କ ଆଜ୍ଞା ପାଳନ କରୁ, ତେବେ ତଦ୍ୱାରା ଜ୍ଞାତ ହେଉ ଯେ, ଆମ୍ଭେମାନେ ତାହାଙ୍କୁ ଜାଣୁ।

Gade chapit la Kopi

ପବିତ୍ର ବାଇବଲ

3 ଆମ୍ଭେ ଯଦି ପରମେଶ୍ୱରଙ୍କର ଆଜ୍ଞା ପାଳନ କରୁ, ତେବେ ଆମ୍ଭେମାନେ ସୁନିଶ୍ଚିତ ଯେ, ଆମ୍ଭେ ପ୍ରକୃତରେ ତାହାଙ୍କୁ ଜାଣିଛୁ।

Gade chapit la Kopi




୧ ଯୋହନ 2:3
26 Referans Kwoze  

ଯଦି ତୁମ୍ଭେମାନେ ମୋତେ ପ୍ରେମ କର, ତାହାହେଲେ ମୋହର ଆଜ୍ଞାସବୁ ପାଳନ କରିବ।


ମୁଁ ଯେପରି ମୋହର ପିତାଙ୍କ ଆଜ୍ଞା ପାଳନ କରି ତାହାଙ୍କ ପ୍ରେମରେ ସ୍ଥିର ହୋଇ ରହିଥାଏ, ସେପ୍ରକାର ତୁମ୍ଭେମାନେ ଯେବେ ମୋହର ଆଜ୍ଞା ପାଳନ କର, ତାହାହେଲେ ମୋହର ପ୍ରେମରେ ସ୍ଥିର ହୋଇ ରହିବ।


କାରଣ ଈଶ୍ଵରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାରସ୍ଵରୂପ ନୁହେଁ।


ଆଉ, ତୁମ୍ଭେମାନେ କାହିଁକି ମୋତେ ପ୍ରଭୁ, ପ୍ରଭୁ ବୋଲି ସମ୍ଵୋଧନ କରୁଅଛ, ମାତ୍ର ମୋହର ବାକ୍ୟ ପାଳନ କରୁ ନାହଁ?


ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତାହା ଯଦି ପାଳନ କର, ତେବେ ତୁମ୍ଭେମାନେ ମୋହର ବନ୍ଧୁ।


ଆମ୍ଭେମାନେ ଯେ ତାହାଙ୍କଠାରେ ଅଛୁ ଓ ସେ ଆମ୍ଭମାନଙ୍କଠାରେ ଅଛନ୍ତି, ଏହା ଆମ୍ଭେମାନେ ଜାଣୁ, କାରଣ ସେ ଆମ୍ଭମାନଙ୍କୁ ଆପଣା ଆତ୍ମାଙ୍କର ସହଭାଗିତା ଦାନ କରିଅଛନ୍ତି।


ପୁଣି ସିଦ୍ଧ ହୋଇ ନିଜ ଆଜ୍ଞାକାରୀମାନଙ୍କ ପ୍ରତି ଅନ; ପରିତ୍ରାଣର କାରଣ ସ୍ଵରୂପ ହେଲେନ୍ତଣ ଏବ୍ରୀ. ୨:୧୦


ତୁମ୍ଭେ ମୋହର ହୃଦୟ ପ୍ରଶସ୍ତ କରିବା ବେଳେ ମୁଁ ତୁମ୍ଭ ଆଜ୍ଞାପଥରେ ଧାବମାନ ହେବି। ହେ।


ତାହା କଲେ, ଆମ୍ଭେମାନେ ଯେ ସତ୍ୟର ସନ୍ତାନ, ଏହା ଜାଣିବା,


ଆଉ, ଏକମାତ୍ର ସତ୍ୟ ଈଶ୍ଵର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନ; ଜୀବନ ଅଟେ।


ଆମ୍ଭେମାନେ ଯେ ଈଶ୍ଵରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ।


ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧୀନରେ ଥାଏ।


ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ଵର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ଵରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।


ଜୀବନ ବୃକ୍ଷର ଅଧିକାରୀ ହେବା ନିମନ୍ତେ ଓ ଦ୍ଵାର ଦେଇ ନଗରୀରେ ପ୍ରବେଶ କରିବା ନିମନ୍ତେ ଯେଉଁମାନେ ଆପଣା ଆପଣା ବସ୍ତ୍ର ଧୌତ କରିଅଛନ୍ତି, ସେମାନେ ଧନ୍ୟ।


ସେ ଆପଣା ପ୍ରାଣ-ବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ଵାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।


ତୁମ୍ଭର ସକଳ ଆଜ୍ଞା ପ୍ରତି ଦୃଷ୍ଟି ରଖିବା ବେଳେ ମୁଁ ଲଜ୍ଜିତ ହେବି ନାହିଁ।


ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ। ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ।


ଯେକେହି ତାହାଙ୍କଠାରେ ରହେ, ସେ ପାପ କରେ ନାହିଁ; ଯେକେହି ପାପ କରେ, ସେ ତାହାଙ୍କୁ ଦେଖି ନାହିଁ, କିଅବା ତାହାଙ୍କୁ ଜାଣି ନାହିଁ।


ହେ ପ୍ରିୟମାନେ, ଆସ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ, କାରଣ ପ୍ରେମ ଈଶ୍ଵରଙ୍କଠାରୁ ଜାତ, ଆଉ ଯେକେହି ପ୍ରେମ କରେ, ସେ ଈଶ୍ଵରଙ୍କଠାରୁ ଜାତ ଓ ଈଶ୍ଵରଙ୍କୁ ଜାଣେ।


ଆମ୍ଭେମାନେ ଯେତେବେଳେ ଈଶ୍ଵରଙ୍କୁ ପ୍ରେମ କରୁ ଓ ତାହାଙ୍କ ଆଜ୍ଞା ପାଳନ କରୁ, ସେତେବେଳେ ତଦ୍ଦ୍ଵାରା ଜାଣି ପାରୁ ଯେ, ଆମ୍ଭେମାନେ ଈଶ୍ଵରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁଅଛୁ।


ସେଥିରେ ସର୍ପ ସ୍ତ୍ରୀଲୋକଙ୍କ ଉପରେ ମହାକ୍ରୁଦ୍ଧ ହୋଇ, ତାହାଙ୍କ ବଂଶର ଯେଉଁ ଅବଶିଷ୍ଟ ଲୋକମାନେ ଈଶ୍ଵରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦାନ କରନ୍ତି, ସେମାନଙ୍କ ସହିତ ଯୁଦ୍ଧ କରିବାକୁ ଚାଲିଗଲା।


ଏଠାରେ ସାଧୁମାନଙ୍କର, ଅର୍ଥାତ୍, ଯେଉଁମାନେ ଈଶ୍ଵରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ପ୍ରତି ବିଶ୍ଵାସ ରଖନ୍ତି, ସେମାନଙ୍କର ଧୈର୍ଯ୍ୟ ଆବଶ୍ୟକ।


Swiv nou:

Piblisite


Piblisite