Biblia Todo Logo
Bib sou entènèt

- Piblisite -




୧ ପିତର 1:1 - ପବିତ୍ର ବାଇବଲ (Re-edited) - (BSI)

1 ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ପନ୍ତ, ଗାଲାତିଆ, କାପ୍‍ପାଦକିଆ, ଆସିଆ ଓ ବୀଥୂନିଆରେ ଛିନ୍ନଭିନ୍ନ ଯେଉଁ ପ୍ରବାସୀମାନେ,

Gade chapit la Kopi

ଓଡିଆ ବାଇବେଲ

1 ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ପନ୍ତ, ଗାଲାତିଆ, କାପ୍ପାଦକିଆ, ଆସିଆ ଓ ବୀଥୂନିଆରେ ଛିନ୍ନଭିନ୍ନ ଯେଉଁ ପ୍ରବାସୀମାନେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଛନ୍ନଭିନ୍ନ ହୋଇ ପନ୍ତ, ଗାଲାତୀୟା, କାପାଦକିଆ, ଏସିଆ ଓ ବିଥୁନିଆ ପ୍ରଦେଶଗୁଡ଼ିକରେ ପ୍ରବାସୀ ରୂପେ ରହିଥିବା ଈଶ୍ୱରଙ୍କ ମନେ।ନୀତ ଲୋକମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତ ଶିଷ୍ୟ ପିତରଙ୍କର ପତ୍ର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ପନ୍ତ, ଗାଲାତୀୟ, କାପ୍ପାଦକିଆ, ଏସିଆ ଓ ବୀଥୂନିଆ ଅଞ୍ଚଳଗୁଡ଼ିକରେ ଛିନ୍ନଭିନ୍ନ ଯେଉଁ ପ୍ରବାସୀମାନେ,

Gade chapit la Kopi

ପବିତ୍ର ବାଇବଲ

1 ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ ପିତରଙ୍କଠାରୁ ପନ୍ତ, ଗାଲାତିଆ, କା‌ପ୍‌ପାଦକିଆ, ଆସିଆ ଓ ବୀଥୂନିଆ ଅଞ୍ଚଳରେ ସର୍ବତ୍ର ଛିନ୍ନଭିନ୍ନ ହୋଇଥିବା ପରମେଶ୍ୱରଙ୍କ ମନୋନୀତ ଲୋକମାନଙ୍କୁ ପତ୍ର।

Gade chapit la Kopi




୧ ପିତର 1:1
34 Referans Kwoze  

ଈଶ୍ଵରଙ୍କ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦାସ ଯାକୁବର ଛିନ୍ନଭିନ୍ନ ଦ୍ଵାଦଶ ଗୋଷ୍ଠୀଙ୍କୁ ନମସ୍କାର।


ଏସମସ୍ତେ ବିଶ୍ଵାସରେ ପ୍ରାଣତ୍ୟାଗ କଲେ; ସେମାନେ ପ୍ରତିଜ୍ଞାତ ଫଳ ପ୍ରାପ୍ତ ହେଲେ ନାହିଁ, ମାତ୍ର ଦୂରରୁ ତାହା ଦେଖି ଅଭିନନ୍ଦନ କଲେ ଏବଂ ପୃଥିବୀରେ ଆପଣାମାନଙ୍କୁ ବିଦେଶୀ ଓ ପ୍ରବାସୀ ବୋଲି ସ୍ଵୀକାର କଲେ।


ଅତଏବ, ତୁମ୍ଭେମାନେ ଆଉ ବିଦେଶୀ ବା ପ୍ରବାସୀ ନୁହଁ, କିନ୍ତୁ ସାଧୁମାନଙ୍କ ସହିତ ସହନାଗରିକ ଓ ଈଶ୍ଵରଙ୍କ ପରିବାରଭୁକ୍ତ ଅଟ;


ଖାଦ୍ୟ ନିମନ୍ତେ ନିରୂପିତ ମେଷଗଣ ତୁଲ୍ୟ ତୁମ୍ଭେ ଆମ୍ଭମାନଙ୍କୁ ସମର୍ପଣ କରିଅଛ ଓ ନାନା ଗୋଷ୍ଠୀ ମଧ୍ୟରେ ଆମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛ।


ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ, ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ।


ଆଉ କେବଳ ସେହି ଜାତି ନିମନ୍ତେ ନୁହେଁ, ମାତ୍ର ଈଶ୍ଵରଙ୍କ ଛିନ୍ନଭିନ୍ନ ସନ୍ତାନମାନଙ୍କୁ ମଧ୍ୟ ସଂଗ୍ରହ କରି ଏକ କରିବା ନିମନ୍ତେ ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ଏଥିସକାଶେ ଏହି ଭାବବାଣୀ କହିଲେ।


ଆଉ, ସେହି ସମୟ ଯେବେ ଊଣା କରାଯାଇ ନ ଥାଆନ୍ତା, ତେବେ କୌଣସି ମର୍ତ୍ତ୍ୟ ପରିତ୍ରାଣ ପାଆନ୍ତା ନାହିଁ, ମାତ୍ର ମନୋନୀତ ଲୋକଙ୍କ ସକାଶେ ସେହି ସମୟ ଊଣା କରାଯିବ।


ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ାକରୁ, ବିମୁଖ ହୁଅ, ସେଗୁଡ଼ାକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।


ଅନନ୍ତର ହାମନ୍ ଅକ୍ଷଶ୍ଵେରଶ ରାଜାକୁ କହିଲା, ଆପଣଙ୍କ ରାଜ୍ୟର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧ୍ୟରେ ଛିନ୍ନଭିନ୍ନ ଓ ପୃଥକ୍କୃତ ଏକ ଦେଶୀୟ ଲୋକ ଅଛନ୍ତି; ଅନ୍ୟ ସକଳ ଲୋକଙ୍କର ବ୍ୟବସ୍ଥାଠାରୁ ସେମାନଙ୍କ ବ୍ୟବସ୍ଥା ଭିନ୍ନ, ମଧ୍ୟ ସେମାନେ ମହାରାଜଙ୍କ ବ୍ୟବସ୍ଥା ମାନନ୍ତି ନାହିଁ; ଏଣୁ ସେମାନଙ୍କ ବ୍ୟବହାର ସହ୍ୟ କରିବା ମହାରାଜଙ୍କର ଉଚିତ ନୁହେଁ।


ପୁଣି ସଦାପ୍ରଭୁ ପୃଥିବୀର ଏକ ସୀମାରୁ ଆନ ସୀମା ପର୍ଯ୍ୟନ୍ତ ସମସ୍ତ ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବେ; ଆଉ ସେଠାରେ ତୁମ୍ଭେ ଆପଣାର ଓ ଆପଣା ପୂର୍ବପୁରୁଷ-ଗଣର ଅଜ୍ଞାତ କାଷ୍ଠ ଓ ପ୍ରସ୍ତରମୟ ଅନ୍ୟ ଦେବତାଗଣର ସେବା କରିବ।


ପୁଣି ସଦାପ୍ରଭୁ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବେ; ପୁଣି ଯେଉଁ ସ୍ଥାନକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ନେଇ ଯିବେ, ସେହି ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭେମାନେ ଅଳ୍ପସଂଖ୍ୟକ ହୋଇ ଅବଶିଷ୍ଟ ରହିବ।


ଶିମୀୟୋନ ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ଦାସ ଓ ପ୍ରେରିତ, ଆମ୍ଭମାନଙ୍କ ଈଶ୍ଵର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଧାର୍ମିକତା ହେତୁ ଯେଉଁମାନେ ଆମ୍ଭମାନଙ୍କ ସହିତ ସମାନ ଭାବରେ ବହୁମୂଲ୍ୟ ବିଶ୍ଵାସ ପ୍ରାପ୍ତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।


ସେତେବେଳେ ତୁମ୍ଭେମାନେ ଯେ ଖ୍ରୀଷ୍ଟଙ୍କଠାରୁ ପୃଥକ, ଇସ୍ରାଏଲର ପ୍ରଜାସତ୍ତ୍ଵ ରହିତ, ପ୍ରତିଜ୍ଞାଯୁକ୍ତ ନିୟମରେ ନିରଂଶ, ପୁଣି ଜଗତରେ ଭରସାହୀନ ଓ ଈଶ୍ଵରବିହୀନ ହୋଇଥିଲ, ଏହା ସ୍ମରଣ କର।


କାରଣ, ହେ ଭାଇମାନେ, ଆସିଆରେ ଆମ୍ଭମାନଙ୍କ ଉପରେ ଘଟିଥିବା କ୍ଳେଶ ସମ୍ଵନ୍ଧରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କର ଇଚ୍ଛା ନୁହେଁ; ଆମ୍ଭେମାନେ ଆମ୍ଭମାନଙ୍କ ଶକ୍ତିରୁ ଅତିରିକ୍ତ ରୂପେ ଭାରଗ୍ରସ୍ତ ହୋଇଥିଲୁ, ଏପରିକି ଜୀବନର ଆଶା ମଧ୍ୟ ପରିତ୍ୟାଗ କରିଥିଲୁ;


ଆଉ, ସେ ଆକ୍ଵିଲା ନାମକ ଜଣେ ଯିହୁଦୀଙ୍କ ଦେଖା ପାଇଲେ, ପ; ତାହାଙ୍କ ଜନ୍ମସ୍ଥାନ; ସେ ଅଳ୍ପ ଦିନ ହେଲା ଆପଣା ସ୍ତ୍ରୀ ପ୍ରୀସ୍କିଲ୍ଲା ସହିତ ଇତାଲିଆରୁ ଆସିଥିଲେ, କାରଣ କ୍ଳାଉଦିଅ ସମସ୍ତ ଯିହୁଦୀଙ୍କୁ ରୋମରୁ ବାହାରି ଯିବାକୁ ଆଜ୍ଞା ଦେଇଥିଲେ। ସେ ସେମାନଙ୍କ ସହିତ ସାକ୍ଷାତ୍ କରିବାକୁ ଗଲେ,


ତଥାପି ଆମ୍ଭେ ଏକ ଅବଶିଷ୍ଟାଂଶ ରଖିବା, ତୁମ୍ଭେମାନେ ନାନା ଦେଶରେ ଛିନ୍ନଭିନ୍ନ ହେବା ସମୟରେ ତୁମ୍ଭମାନଙ୍କର କେତେକ ଲୋକ ଗୋଷ୍ଠୀଗଣ ମଧ୍ୟରେ ଖଡ଼୍‍ଗରୁ ରକ୍ଷା ପାଇବେ।


ତୁମ୍ଭେ ଯାହା ଦର୍ଶନ କରୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ମଣ୍ତଳୀ, ଅର୍ଥାତ୍, ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟତୀରା ସାର୍ଦ୍ଦୀ, ଫିଲାଦେଲ୍ଫିଆ ଓ ଲାଅଦିକୀଆ ନିକଟକୁ ପ୍ରେରଣ କର।


ଆସିଆର ସମସ୍ତ ଲୋକ ଯେ ମୋʼ ପ୍ରତି ବିମୁଖ ହୋଇଅଛନ୍ତି ଏହା ତୁମ୍ଭେ ଜାଣ; ଫୁଗେଲ ଓ ହର୍ମଗେନା ସେମାନଙ୍କ ମଧ୍ୟରେ ଅନ୍ତର୍ଗତ।


ଆଉ ମୋହର ସାଙ୍ଗରେ ଥିବା ଭାଇ ସମସ୍ତେ ଗାଲାତୀୟ ମଣ୍ତଳୀ-ସମୂହକୁ ଲେଖୁଅଛୁ;


ଆସିଆର ମଣ୍ତଳୀସମୂହ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଆକ୍ଵିଲା ଓ ପ୍ରୀସ୍କା ସେମାନଙ୍କ ଗୃହସ୍ଥିତ ମଣ୍ତଳୀ ସହିତ ପ୍ରଭୁଙ୍କଠାରେ ତୁମ୍ଭମାନଙ୍କୁ ବହୁତ ବହୁତ ନମସ୍କାର ଜଣାଉଅଛନ୍ତି।


ଏହିପରି ଦୁଇ ବର୍ଷ ପର୍ଯ୍ୟନ୍ତ ଚାଲିଲା; ସେଥିରେ ଆସିଆ ନିବାସୀ ଯିହୁଦୀ ଓ ଗ୍ରୀକ୍ ସମସ୍ତେ ପ୍ରଭୁଙ୍କ ବାକ୍ୟ ଶ୍ରବଣ କଲେ।


ସେ ସ୍ଥାନରେ କେତେକ ସମୟ ଯାପନ କଲା ଉତ୍ତାରେ ସେ ପ୍ରସ୍ଥାନ କଲେ, ପୁଣି କ୍ରମାନ୍ଵୟେ ଗାଲାତୀୟ ଅଞ୍ଚଳ ଓ ଫ୍ରୁଗିଆ ଦେଇ ଯାତ୍ରା କରୁ କରୁ ଶିଷ୍ୟ ସମସ୍ତଙ୍କୁ ସୁସ୍ଥିର କରୁଥିଲେ।


କିନ୍ତୁ ଲିବର୍ତ୍ତୀନ, କୂରୀଣୀୟ ଓ ଆଲେକ୍ଜାଣ୍ତ୍ରୀୟ-ମାନଙ୍କ ନାମରେ ଖ୍ୟାତ ସମାଜଗୃହର କେତେକ ଜଣ, ପୁଣି କିଲିକିଆ ଓ ଆସିଆ ନିବାସୀ କେତେକ ଲୋକ ଉଠି ସ୍ତିଫାନଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ,


ଏଥିରେ ଯିହୁଦୀମାନେ ପରସ୍ପର କହିଲେ, ଏ କେଉଁଠାକୁ ଯିବା ପାଇଁ ବାହାରିଅଛି ଯେ, ଆମ୍ଭେମାନେ ତାହାକୁ ପାଇବା ନାହିଁ? ଏ କଅଣ ଗ୍ରୀକ୍ମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ଯିହୁଦୀମାନଙ୍କ ନିକଟକୁ ଯାଇ ଗ୍ରୀକ୍ମାନଙ୍କୁ ଶିକ୍ଷା ଦେବାକୁ ବାହାରିଅଛି?


ସେହି ଦ୍ଵାଦଶ ପ୍ରେରିତଙ୍କର ନାମ ଏହି, ପ୍ରଥମରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାଙ୍କ ଭ୍ରାତା ଆନ୍ଦ୍ରିୟ, ଜେବଦିଙ୍କ ପୁତ୍ର ଯାକୁବ ଓ ତାଙ୍କ ଭ୍ରାତା ଯୋହନ,


ସେ ଗାଲିଲୀ ସମୁଦ୍ର କୂଳରେ ଭ୍ରମଣ କରୁଥିବା ସମୟରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାଙ୍କ ଭାଇ ଆନ୍ଦ୍ରିୟ, ଏହି ଦୁଇ ଭାଇଙ୍କି ସମୁଦ୍ରରେ ଭଉଁରିଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ।


ଆଉ ଆମ୍ଭେ ନାନା ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ପଶ୍ଚାତ୍ ଖଡ଼୍‍ଗ ନିଷ୍କୋଷ କରିବା; ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ୟସ୍ଥାନ ହେବ ଓ ତୁମ୍ଭମାନଙ୍କ ନଗରସକଳ ମରୁଭୂମି ହେବ।


ଆମ୍ଭେ କହିଲୁ, ଶତ୍ରୁର ବିରକ୍ତିକି, କେଜାଣି ବିପକ୍ଷମାନେ ବିପରୀତ ବିଚାର କରିବେ, କେଜାଣି ସେମାନେ କହିବେ, ଆମ୍ଭମାନଙ୍କ ହସ୍ତ ଉନ୍ନତ ହୋଇଅଛି, ପୁଣି ସଦାପ୍ରଭୁ ଏସବୁ କରି ନାହାନ୍ତି, ଏକଥା ଯେବେ ଆମ୍ଭେ ଚିନ୍ତା ନ କରନ୍ତୁ;


ତେବେ ଈଶ୍ଵରଙ୍କର ଯେଉଁ ମନୋନୀତ ଲୋକମାନେ ଦିବାରାତ୍ର ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କ ପ୍ରତି କୃତ ଅନ୍ୟାୟର ପ୍ରତିକାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି?


Swiv nou:

Piblisite


Piblisite