Biblia Todo Logo
Bib sou entènèt

- Piblisite -




୧ ପିତର 1:7 - ପବିତ୍ର ବାଇବଲ (Re-edited) - (BSI)

7 ଯେପରି ଅଗ୍ନି ଦ୍ଵାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ଵାସ, ତାହା ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ।

Gade chapit la Kopi

ଓଡିଆ ବାଇବେଲ

7 ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ତୁମ୍ଭମାନଙ୍କ ବିଶ୍ୱାସର ବିଶୁଦ୍ଧତା ପରିକ୍ଷା କରିବା କରିବା ଏହି ସବୁର ଉଦ୍ଦେଶ୍ୟ। କ୍ଷୟଶୀଳ ସୁବର୍ଣ୍ଣକୁ ଅଗ୍ନିରେ ପରୀକ୍ଷା କରାଯାଏ। ତୁମ୍ଭମାନଙ୍କର ବିଶ୍ୱାସ ସୁବର୍ଣ୍ଣ ଅପେକ୍ଷା ଅଧିକ ମୂଲ୍ୟବାନ ହୋଇଥିବାରୁ ପରୀକ୍ଷା ଦ୍ୱାରା ତାହାକୁ ସିଦ୍ଧ କରିବା ନିତାନ୍ତ ଆବଶ୍ୟକ। ତା’ ହୋଇପାରିଲେ, ଯୀଶୁ ଖ୍ରୀଷ୍ଟ ପ୍ରକାଶିତ ହେବା ସମୟରେ, ତୁମ୍ଭେମାନେ ପ୍ରଶଂସା, ଗୌରବ ଓ ସମ୍ମାନ ଲାଭକରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ।

Gade chapit la Kopi

ପବିତ୍ର ବାଇବଲ

7 ଏହି ସମସ୍ୟାଗୁଡ଼ିକ କାହିଁକି ହୁଏ? କେବଳ ତୁମ୍ଭର ବିଶ୍ୱାସର ସତ୍ୟତା ପ୍ରମାଣିତ କରିବା ଲାଗି ଏପରି ଘଟେ। ଏହି ବିଶ୍ୱାସର ପ୍ରମାଣ ସୁନାଠାରୁ ଅଧିକ ମୂଲ୍ୟବାନ। ସୁନାର ବିଶୁଦ୍ଧତା ଅଗ୍ନି ଦ୍ୱାରା ପରୀକ୍ଷିତ ହୁଏ, କିନ୍ତୁ ତାହା ନଷ୍ଟଶୀଳ। ଯୀଶୁ ପୁନଃ ଆସିବା ବେଳେ, ତୁମ୍ଭ ବିଶ୍ୱାସର ପବିତ୍ରତା ହେତୁ ତୁମ୍ଭେ ପ୍ରଶଂସା, ମହିମା ଓ ସମ୍ମାନ ପାଇବ।

Gade chapit la Kopi




୧ ପିତର 1:7
53 Referans Kwoze  

ମାତ୍ର ମୁଁ ଯେଉଁ ପଥ ଅବଲମ୍ଵନ କରେ, ସେ ତାହା ଜାଣନ୍ତି; ସେ ମୋହର ପରୀକ୍ଷା କଲା ଉତ୍ତାରେ ମୁଁ ସୁବର୍ଣ୍ଣ ପରି ଉତ୍ତୀର୍ଣ୍ଣ ହେବି।


ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ ହେବ।


ଦେଖ, ଆମ୍ଭେ ତୁମ୍ଭକୁ ପରିଷ୍କାର କରିଅଛୁ, ମାତ୍ର ରୂପା ପରି ନୁହେଁ; ଆମ୍ଭେ ଦୁଃଖରୂପ ଉହ୍ମାଇରେ ତୁମ୍ଭକୁ ମନୋନୀତ କରିଅଛୁ।


ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ;


ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁବର୍ଣ୍ଣ ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ଏମାନେ ଆମ୍ଭର ଲୋକ; ଆଉ, ସେମାନେ କହିବେ, ସଦାପ୍ରଭୁ ଆମ୍ଭର ପରମେଶ୍ଵର ଅଟନ୍ତି।


ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ଵେଷଣ କରନ୍ତି, ସେମାନଙ୍କୁ ଅନ; ଜୀବନ ପ୍ରଦାନ କରିବେ,


କୋୟିରେ ରୂପାର ଓ ଉହ୍ମାଇରେ ସୁନାର ପରୀକ୍ଷା ହୁଏ; ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି।


ପୁଣି, ସେ ରୌପ୍ୟ ପରିଷ୍କାରକ ଓ ଶୁଚିକାରକର ତୁଲ୍ୟ ବସିବେ ଓ ସେ ଲେବୀର ସନ୍ତାନଗଣକୁ ପରିଷ୍କାର କରିବେ ଓ ସୁନା ଓ ରୂପା ପରି ସେମାନଙ୍କୁ ବିଶୁଦ୍ଧ କରିବେ; ତହିଁରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧାର୍ମିକତାରେ ନୈବେଦ୍ୟ ଉତ୍ସର୍ଗ କରିବେ।


ତାହାହେଲେ ପ୍ରତ୍ୟେକ ଜଣର କର୍ମ କିପ୍ରକାର, ତାହା ପ୍ରକାଶ ପାଇବ, କାରଣ ସେହିଦିନ ତାହା ପ୍ରକାଶ କରିବ, ଯେଣୁ ସେହିଦିନ ଅଗ୍ନି ସହିତ ପ୍ରକାଶିତ ହେବ, ଆଉ ପ୍ରତ୍ୟେକ ଲୋକର କର୍ମ କିପ୍ରକାର, ସେହି ଅଗ୍ନି ପରୀକ୍ଷା କରିବ।


ଯେ ତୁମ୍ଭମାନଙ୍କୁ ସ୍ଖଳନରୁ ରକ୍ଷା କରିବାକୁ ପୁଣି ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,


ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ ତରଳାଇବା ଓ ସେମାନଙ୍କୁ ପରୀକ୍ଷା କରିବା; କାରଣ ଆମ୍ଭ ଲୋକଙ୍କର କନ୍ୟା ହେତୁରୁ ଏହା ଛଡ଼ା ଆଉ କଅଣ କରିବା?


ତଦ୍ଦ୍ଵାରା ସେ ଆମ୍ଭମାନଙ୍କୁ ବହୁମୂଲ୍ୟ ଓ ଅତି ମହତ୍ ପ୍ରତିଜ୍ଞାମାନ ଦାନ କରିଅଛନ୍ତି, ଯେପରି ସେହିସବୁ ଦ୍ଵାରା ତୁମ୍ଭେମାନେ କୁଅଭିଳାଷରୁ ଜାତ ଯେଉଁ ବିନାଶ ଜଗତରେ ଅଛି, ସେଥିରୁ ରକ୍ଷା ପାଇ ଐଶ୍ଵରିକ ସ୍ଵଭାବର, ସହଭାଗୀ ହୁଅ।


ଜୀବନ୍ତ ପ୍ରସ୍ତର ସ୍ଵରୂପ ଯେ ସେହି ପ୍ରଭୁ, ସେ ମନୁଷ୍ୟମାନଙ୍କ ଦ୍ଵାରା ଅଗ୍ରାହ୍ୟହେଲେ ସତ, କିନ୍ତୁ ଈଶ୍ଵରଙ୍କ ନିକଟରେ ମନୋନୀତ ଓ ବହୁମୂଲ୍ୟ ଅଟନ୍ତି,


ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ଵସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ଵସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ।


ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ।


ଯେଉଁସବୁଦୁଃଖ ଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରିକାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶ ଦିନ କ୍ଳେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ଵସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ।।ଦେବୁ।


ଦେଖ, ସେ ମେଘମାଳାରେ ଆଗମନ କରୁଅଛନ୍ତି, ପ୍ରତ୍ୟେକ ଚକ୍ଷୁ ତାହାଙ୍କୁ ଦର୍ଶନ କରିବ, ଯେଉଁମାନେ ତାହାଙ୍କୁ ବିନ୍ଧିଥିଲେ, ସେମାନେ ମଧ୍ୟ ଦର୍ଶନ କରିବେ, ଆଉ ପୃଥିବୀର ସମସ୍ତ ଗୋଷ୍ଠୀ ତାହାଙ୍କ ଆଗମନ ସକାଶେ ବିଳାପ କରିବେ। ହଁ, ଆମେନ୍।


ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ; ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ; ସେତେବେଳେ ପ୍ରତ୍ୟେକ ଜଣ ଈଶ୍ଵରଙ୍କଠାରୁ ପ୍ରଶଂସା ପାଇବ।


କିନ୍ତୁ ପିତର ତାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ଵାରା ଈଶ୍ଵରଙ୍କ ଦାନ କିଣିବାକୁ ଭାବିଲ।


କେହି ଯେବେ ମୋହର ସେବକ, ତେବେ ସେ ମୋହର ଅନୁଗମନ କରୁ; ଆଉ, ମୁଁ ଯେଉଁଠାରେ ଥାଏ, ମୋହର ସେବକ ମଧ୍ୟ ସେହିଠାରେ ରହିବ; କେହି ଯେବେ ମୋହର ସେବା କରେ, ତେବେ ପିତା ତାହାକୁ ସମ୍ମାନ ଦେବେ।


ତୁମ୍ଭେମାନେ କିପରି ବିଶ୍ଵାସ କରି ପାର? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି ଏକମାତ୍ର ଈଶ୍ଵରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ।


ତୁମ୍ଭମାନଙ୍କର ଯାହା ଅଛି, ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଥଳି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ଵା କୀଟ ନଷ୍ଟ କରେ ନାହିଁ, ଏପରି ସ୍ଵର୍ଗରେ ଅକ୍ଷୟ ଧନ ସଞ୍ଚୟ କରା,


ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ଵସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ଵସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ।


ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ନୂତନ ସୃଷ୍ଟିରେ ଯେତେବେଳେ ମନୁଷ୍ୟପୁତ୍ର ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ, ସେତେବେଳେ, ମୋହର ଅନୁଗାମୀ ହୋଇଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦ୍ଵାଦଶ ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ଵାଦଶ ଗୋଷ୍ଠୀକି ଶାସନ କରିବ।


ଏହେତୁ ମୋୟାବର ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି ଓ କୀର୍ହେରସର ଲୋକମାନଙ୍କ ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି; ଏଥିପାଇଁ ତାହାର ପ୍ରାପ୍ତ ବହୁତ ଧନ ନଷ୍ଟ ହୋଇଅଛି।


ଆଉ, ଦୁର୍ଘଟଣା ଦ୍ଵାରା ସେହିସବୁ ଧନ କ୍ଷୟ ପାଏ; ପୁଣି, ସେ ପୁତ୍ର ଜାତ କଲେ, ତାହା ହସ୍ତରେ କିଛି ନ ଥାଏ।


ସୁନା ଅପେକ୍ଷା ଜ୍ଞାନ ଲାଭ କରିବା, ପୁଣି ରୂପା ଅପେକ୍ଷା ବରଞ୍ଚ ସୁବିବେଚନା ଲାଭ ମନୋନୀତ କରିବାର କିପରି ଉତ୍ତମ !


ମୋହର ଫଳ ସୁବର୍ଣ୍ଣ, ହଁ, ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉତ୍ତମ; ପୁଣି, ମୋହର ଆୟ ଉତ୍କୃଷ୍ଟ ରୂପା ଅପେକ୍ଷା ଭଲ।


ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର କହନ୍ତି, ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନ; କାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ, ମାତ୍ର ଏବେ ସଦାପ୍ରଭୁ କହନ୍ତି, ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁଜ୍ଞାନ କରାଯିବେ ।


ଏଣୁ ଆମ୍ଭେ ତୁମ୍ଭକୁ ଏହି ପରାମର୍ଶ ଦେଉଅଛୁ, ତୁମ୍ଭେ ଧନୀ ହେବା ନିମନ୍ତେ ଅଗ୍ନିରେ ପରିଷ୍କୃତ ସୁବର୍ଣ୍ଣ, ଆଉ ତୁମ୍ଭ ଉଲଙ୍ଗତାର ଲଜ୍ଜା ଯେପରି ପ୍ରକାଶିତ ନ ହୁଏ, ଏଥିପାଇଁ ପରିଧାନ କରିବା ପାଇଁ ଶୁକ୍ଳ ବସ୍ତ୍ର, ପୁଣି ଦୃଷ୍ଟି ପାଇବା ନିମନ୍ତେ ଚକ୍ଷୁରେ ଲେପନ କରିବା ପାଇଁ ଅଞ୍ଜନ ଆମ୍ଭ ନିକଟରୁ କିଣ।


ଶିମୀୟୋନ ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ଦାସ ଓ ପ୍ରେରିତ, ଆମ୍ଭମାନଙ୍କ ଈଶ୍ଵର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଧାର୍ମିକତା ହେତୁ ଯେଉଁମାନେ ଆମ୍ଭମାନଙ୍କ ସହିତ ସମାନ ଭାବରେ ବହୁମୂଲ୍ୟ ବିଶ୍ଵାସ ପ୍ରାପ୍ତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।


ଏଣୁ ବିଶ୍ଵାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସେହି ମହାମୂଲ୍ୟର ଅଂଶୀ ଅଟ, କିନ୍ତୁ ଯେଉଁମାନେ ବିଶ୍ଵାସ କରନ୍ତି ନାହିଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା ସେମାନଙ୍କ ନିମନ୍ତେ କୋଣର ପ୍ରଧାନ ପ୍ରସ୍ତର


ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ଵରଙ୍କ ଶକ୍ତିରେ ବିଶ୍ଵାସ ଦ୍ଵାରା ସୁରକ୍ଷିତ ହେଉଅଛ।


କିନ୍ତୁ ଅନ୍ତରରେ ଯେ ଯିହୁଦୀ, ସେ ଯିହୁଦୀ, ପୁଣି ଆକ୍ଷରିକ ଭାବରେ ନୁହେଁ, ମାତ୍ର ଆତ୍ମିକ ଭାବରେ ହୃଦୟର ଯେ ସୁନ୍ନତ, ତାହା ପ୍ରକୃତ ସୁନ୍ନତ। ଏପରି ଲୋକ ମନୁଷ୍ୟମାନଙ୍କଠାରୁ ପ୍ରଶଂସା ପ୍ରାପ୍ତ ହୁଏ ନାହିଁ, କିନ୍ତୁ ଈଶ୍ଵରଙ୍କଠାରୁ ପ୍ରାପ୍ତ ହୁଏ।


ତୁମ୍ଭେ ମୋହର ଅନ୍ତଃକରଣ ପରୀକ୍ଷା କରିଅଛ; ତୁମ୍ଭେ ରାତ୍ରିକାଳରେ ମୋର ତତ୍ତ୍ଵାନୁସନ୍ଧାନ କରିଅଛ; ତୁମ୍ଭେ ମୋତେ ପରଖ କରି କିଛି ପାଇ ନାହଁନ୍ତ ମୋହର ମୁଖ ଅପରାଧ ନ କରିବ ବୋଲି ମୁଁ ସ୍ଥିର କରିଅଛି।


ମନୁଷ୍ୟପୁତ୍ର ପ୍ରକାଶିତ ହେବା ଦିନ ସେହି ପ୍ରକାର ଘଟିବ।


ମାତ୍ର ପ୍ରଥମରେ ଯିହୁଦୀ ଓ ମଧ୍ୟ ଗ୍ରୀକ୍, ପ୍ରତ୍ୟେକ ସତ୍କର୍ମକାରୀ ପ୍ରତି ଗୌରବ, ସମ୍ମାନ ଓ ଶାନ୍ତି ଘଟିବ।


ଯେଣୁ ସୃଷ୍ଟିର ଏକା; ଆକାଂକ୍ଷା ଈଶ୍ଵରଙ୍କ ସନ୍ତାନମାନଙ୍କର ପ୍ରକାଶ ନିମନ୍ତେ ଅପେକ୍ଷା କରୁଅଛି।


ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ।


ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବଧ୍ୟ।


ଅତଏବ, ଜଣେ ସହପ୍ରାଚୀନ ପୁଣି ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ଆଗାମୀ ଗୌରବର ଅଂଶାଧିକାରୀ ଯେ ମୁଁ, ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,


ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହିସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯନି କର;


ଆଉ ଯେବେ ସେହି ସ୍ତ୍ରୀ ଅଶୁଚି ନ ହୋଇ ଶୁଚି ଥାଏ, ତେବେ ସେ ମୁକ୍ତ ହେବ ଓ ଗର୍ଭଧାରଣ କରିବ।


ନିଶ୍ଚୟ ରୂପାର ଆକର ଅଛି ଓ ଲୋକମାନେ ଯେଉଁ ସୁବର୍ଣ୍ଣ ପରିଷ୍କାର କରନ୍ତି, ତହିଁର ସ୍ଥାନ ଅଛି।


Swiv nou:

Piblisite


Piblisite