Biblia Todo Logo
Bib sou entènèt

- Piblisite -




୧ ପିତର 2:1 - ପବିତ୍ର ବାଇବଲ (Re-edited) - (BSI)

1 ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ଵାଦନ କରିଅଛ,

Gade chapit la Kopi

ଓଡିଆ ବାଇବେଲ

1 ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ୱାଦନ କରିଅଛ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଅତଏବ, ସବୁ ପ୍ରକାର ଅସତ୍ ବିଷୟରୁ ନିବୃତ୍ତ ହୁଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ୱାଦନ କରିଅଛ,

Gade chapit la Kopi

ପବିତ୍ର ବାଇବଲ

1 ଅନ୍ୟ ଲୋକମାନଙ୍କୁ ଆଘାତ କଲାଭଳି କୌଣସି କାମ କର ନାହିଁ। ମିଛ କୁହ ନାହିଁ, ଲୋକଙ୍କୁ ଠକ ନାହିଁ, ଈର୍ଷାନ୍ୱିତ ହୁଅ ନାହିଁ, ଲୋକମାନଙ୍କର ନିନ୍ଦା କର ନାହିଁ। ନିଜ ଜୀବନରୁ ଏଗୁଡ଼ିକୁ ଦୂର କର।

Gade chapit la Kopi




୧ ପିତର 2:1
50 Referans Kwoze  

ସମସ୍ତ ପ୍ରକାର କଟୁଭାବ, ରାଗ, କ୍ରୋଧ, କଳହ ଓ ନିନ୍ଦା, ପୁଣି ସମସ୍ତ ପ୍ରକାର ହିଂସା ତୁମ୍ଭମାନଙ୍କଠାରୁ ଦୂର ହେଉ।


ଅତଏବ, ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି, ଯେଉଁ ରୋପିତ ବାକ୍ୟ ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବା ନିମନ୍ତେ ସମର୍ଥ, ତାହା ନମ୍ର ଭାବରେ ଗ୍ରହଣ କର।


ହେ ଭାଇମାନେ, ତୁମ୍ଭେମାନେ ପରସ୍ପରର ଗ୍ଳାନି କର ନାହିଁ ଯେ ଭାଇର ଗ୍ଳାନି କରେ କିମ୍ଵା ଭାଇର ବିଚାର କରେ, ସେ ବ୍ୟବସ୍ଥାର ଗ୍ଲାନି କରେ ଓ ସେଥିର ବିଚାର କରେ; କିନ୍ତୁ ତୁମ୍ଭେ ଯଦି ବ୍ୟବସ୍ଥାର ବିଚାର କର, ତାହାହେଲେ ତୁମ୍ଭେ ବ୍ୟବସ୍ଥାର ପାଳନକାରୀ ନ ହୋଇ ସେଥିର ବିଚାରକର୍ତ୍ତା ଅଟ।


ଯେଣୁ ଯେ ଜୀବନରେ ସୁଖଭୋଗ କରିବାକୁ ପୁଣି ମଙ୍ଗଳର ଦିନ ଦେଖିବାକୁ ଇଚ୍ଛା କରେ, ସେ ମନ୍ଦ ବାକ୍ୟରୁ ଆପଣା ଜିହ୍ଵାକୁ ଆଉ ପ୍ରବଞ୍ଚନା ବାକ୍ୟରୁ ଆପଣା ଓଷ୍ଠାଧରକୁ ନିବୃତ୍ତ କରୁନ୍ତ


ଏପ୍ରକାର ଉଚ୍ଛୃଙ୍ଖଳ ପନ୍ଥାରେ ତୁମ୍ଭେମାନେ ଯେ ସେମାନଙ୍କ ସହିତ ଧାବମାନ ହେଉ ନାହଁ, ଏହା ସେମାନେ ଆଶ୍ଚର୍ଯ୍ୟ ମଣି ତୁମ୍ଭମାନଙ୍କର ନିନ୍ଦା କରନ୍ତି;


ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ଵରଙ୍କ ଇଚ୍ଛାନୁସାରେ କ୍ଷେପଣ କର।


ହେ ଭାଇମାନେ, ତୁମ୍ଭେମାନେ ଯେପରି ଦଣ୍ତପ୍ରାପ୍ତ ନ ହୁଅ, ଏଥିନିମନ୍ତେ ପରସ୍ପର ବିରୁଦ୍ଧରେ ବଚସା ନ କର, ଦେଖ, ବିଚାରକର୍ତ୍ତା ଦ୍ଵାର ନିକଟରେ ଦଣ୍ତାୟମାନ ହୋଇଅଛନ୍ତି।


ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ଵାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ଵାସର ନେତା ଓ ସିଦ୍ଧିଦାତା ଯୀଶୁଙ୍କୁ ଲକ୍ଷ୍ୟକରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ।


ସେହି ପ୍ରକାରେ ସ୍ତ୍ରୀମାନଙ୍କର ମଧ୍ୟ ପରନିନ୍ଦା-କାରିଣୀ ନ ହୋଇ ଗମ୍ଭୀରା, ମିତାଚାରିଣୀ ଓ ସମସ୍ତ ବିଷୟରେ ବିଶ୍ଵସ୍ତା ହେବା ଆବଶ୍ୟକ।


ତୁମ୍ଭେ ହିଂସାରୁ ଆପଣା ଜିହ୍ଵା ଓ ଛଳବାକ୍ୟରୁ ଆପଣା ଓଷ୍ଠାଧର ରକ୍ଷା କର।


ସେ କୌଣସି ପାପ କଲେ ନାହିଁ, କିଅବା ତାହାଙ୍କ ମୁଖରେ କୌଣସି ଛଳକଥା ନ ଥିଲା।


ପୁଣି ବୟୋଧିକା ସ୍ତ୍ରୀମାନଙ୍କୁ ସେହିପରି ପରନିନ୍ଦୁକା ଓ ମଦ୍ୟପାନରେ ଆସକ୍ତା ନ ହୋଇ ଶୁଦ୍ଧାଚାରିଣୀ ହେବାକୁ ଓ ସୁଶିକ୍ଷା ଦେବାକୁ ଅନୁରୋଧ କର;


ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ।


ହେ ଭାଇମାନେ, ବୁଦ୍ଧିରେ ବାଳକ ପରି ହୁଅ ନାହିଁ, ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ, କିନ୍ତୁ ବୁଦ୍ଧିରେ ପୂର୍ଣ୍ଣ-ବୟସ୍କ ହୁଅ।


ସେମାନେ ସର୍ବପ୍ରକାର ଅଧର୍ମ, ଦୁଷ୍ଟତା, ଲୋଭ, ହିଂସା, ଈର୍ଷା, ବଧ, ବିବାଦ, ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ;


ତୁମ୍ଭେ ଆପଣା ଆଖିରେ ଥିବା କଡ଼ିକାଠ ନ ଦେଖି କିପରି ନିଜ ଭାଇକି କହି ପାର, ଭାଇ, ଆସ, ତୁମ୍ଭ ଆଖିରେ ଥିବା କୁଟାଟିକକ ବାହାର କରିଦିଏ? କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହାପରେ ନିଜ ଭାଇର ଆଖିରେ ଥିବା କୁଟାଟିକକ ବାହାର କରିବା ନିମନ୍ତେ ସ୍ପଷ୍ଟ ରୂପେ ଦେଖି ପାରିବ।


ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ବାହାରେ ଲୋକଙ୍କ ଦୃଷ୍ଟିରେ ଧାର୍ମିକ ଦେଖାଯାଅ, କିନ୍ତୁ ଭିତରେ କପଟ ଓ ଅଧର୍ମରେ ପରିପୂର୍ଣ୍ଣ।


ରେ କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରୁ କୁଟାଟିକକ ବାହାର କରିବା ନିମନ୍ତେ ସ୍ପଷ୍ଟ ରୂପେ ଦେଖି ପାରିବ।


ତୁମ୍ଭେ ଦୁଷ୍କର୍ମକାରୀମାନଙ୍କ ସକାଶୁ ଆପଣାକୁ ବିରକ୍ତ କର ନାହିଁ, କିଅବା ଅଧର୍ମାଚାରୀମାନଙ୍କ ପ୍ରତି ଈର୍ଷାଭାବ ବହ ନାହିଁ।


କାରଣ କାଳେ ଅବା ମୁଁ ଉପସ୍ଥିତ ହେଲେ, ତୁମ୍ଭମାନଙ୍କୁ ଯେପରି ଦେଖିବାକୁ ଇଚ୍ଛା କରୁଅଛି, ସେପରି ତୁମ୍ଭମାନଙ୍କୁ ନ ଦେଖେ, ଆଉ, ତୁମ୍ଭେମାନେ ମୋତେ ଯେପରି ଦେଖିବାକୁ ଇଚ୍ଛା ନ କର, ସେପରି ମୋତେ ଦେଖ, ଏଥିପାଇଁ ମୁଁ ଭୟ କରୁଅଛି; କାଳେ ଅବା ବିବାଦ, ଈର୍ଷା, କ୍ରୋଧ, ଦଳାଦଳି, ପରନିନ୍ଦା, କାନକୁହାକୋହି, ଦାମ୍ଭିକତା, ଗଣ୍ତଗୋଳ ହୁଏ;


ତୁମ୍ଭେ ମନ୍ଦ ଲୋକମାନଙ୍କ ପ୍ରତି ଈର୍ଷା କର ନାହିଁ, ପୁଣି ସେମାନଙ୍କର ସଙ୍ଗୀ ହେବାକୁ ବାଞ୍ଛା କର ନାହିଁ।


ଉପଦ୍ରବୀ ପ୍ରତି ଈର୍ଷା କର ନାହିଁ, ପୁଣି ତାହାର କୌଣସି ପଥ ମନୋନୀତ କର ନାହିଁ।


ସେମାନଙ୍କ ମୁଖରେ କୌଣସି ମିଥ୍ୟାକଥା ନାହିଁ, ସେମାନେ ନିର୍ଦ୍ଦୋଷ।


ତୁମ୍ଭେମାନେ ସ୍ଵାଧୀନ ହେଲେହେଁ ତୁମ୍ଭମାନଙ୍କର ସ୍ଵାଧୀନତାକୁ ଦୁଷ୍ଟତାର ଆବରଣ ସ୍ଵରୂପେ ବ୍ୟବହାର ନ କରି ବରଂ ଈଶ୍ଵରଙ୍କ ଦାସ ହୋଇ ସତ୍କର୍ମ କର।


ନା ତୁମ୍ଭେମାନେ କଅଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକା; କାମନା କରନ୍ତି?


କିନ୍ତୁ ଯଦି ତୁମ୍ଭମାନଙ୍କ ହୃଦୟରେ ତିକ୍ତ ଈର୍ଷାଭାବ ଓ ସ୍ଵାର୍ଥପରତା ଥାଏ, ତାହାହେଲେ ସତ୍ୟ ବିରୁଦ୍ଧରେ ଗର୍ବ କର ନାହିଁ ଓ ମିଥ୍ୟା କୁହ ନାହିଁ।


କାରଣ ଆମ୍ଭମାନଙ୍କ ଉପଦେଶ ଭ୍ରମ ଅବା ଅଶୁଚିତା-ମୂଳକ ଅବା ଛଳଯୁକ୍ତ ନୁହେଁ,


ଅତଏବ ଆସ, ଆମ୍ଭେମାନେ ପୁରାତନ ଖମୀର କିଅବା ଦୁଷ୍ଟତା ଓ କୁକର୍ମରୂପ ଖମୀର ଦ୍ଵାରା ପର୍ବ ପାଳନ ନ କରି ସରଳତା ଓ ସତ୍ୟରୂପ ଖମୀରଶୂନ୍ୟ ରୋଟୀ ଦ୍ଵାରା ପର୍ବ ପାଳନ କରୁ।


ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାଙ୍କ ବିଷୟରେ କହିଲେ, ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ।


ହାୟ, ତୁମ୍ଭେମାନେ ଦଣ୍ତର ପାତ୍ର, କାରଣ ତୁମ୍ଭେମାନେ ଅଦୃଶ୍ୟ ସମାଧି ତୁଲ୍ୟ; ତାହା ଉପରେ ଗତାୟାତକାରୀ ଲୋକମାନେ ତାହା ସମାଧି ବୋଲି ଜାଣନ୍ତି ନାହିଁ।


ଆଉ, ତୁମ୍ଭେମାନେ ଆପଣାର ରୌପ୍ୟ ପ୍ରତିମା-ଗଣର ମଣ୍ତନ ଓ ଛାଞ୍ଚରେ ଢଳା ସ୍ଵର୍ଣ୍ଣ ପ୍ରତିମାଗଣର ଆଭରଣ ଅଶୁଚି କରିବ; ତୁମ୍ଭେ ସେସବୁକୁ ଅଶୁଚି ବସ୍ତୁ ତୁଲ୍ୟ ପକାଇ ଦେବ; ତୁମ୍ଭେ କହିବ ଏଠାରୁ ବାହାରି ଯାଅ।


ମନ୍ଦ-କର୍ମକାରୀମାନଙ୍କ ସକାଶୁ ବିରକ୍ତ ହୁଅ ନାହିଁ; ପୁଣି, ଦୁଷ୍ଟମାନଙ୍କ ପ୍ରତି ଈର୍ଷା କର ନାହିଁ।


ଶା; ଅନ୍ତଃକରଣ ଦେହର ଜୀବନ ସ୍ଵରୂପ; ପୁଣି, ଈର୍ଷା ହାଡ଼ର କ୍ଷୟ ସ୍ଵରୂପ।


ମାତ୍ର ଅନ୍ତଃକରଣରେ ଅଧାର୍ମିକ ଲୋକମାନେ କ୍ରୋଧ ସଞ୍ଚୟ କରନ୍ତି; ସେ ସେମାନଙ୍କୁ ବାନ୍ଧିଲେ, ସେମାନେ ସାହାଯ୍ୟ ପାଇଁ ଡାକ ପକାନ୍ତି ନାହିଁ।


ଏଥିମଧ୍ୟରେ ଅସଂଖ୍ୟ ଅସଂଖ୍ୟ ଲୋକ ଏକତ୍ର ହୋଇ ପରସ୍ପର ଉପରେ ମାଡ଼ିପଡ଼ୁଥିଲେ; ସେତେବେଳେ ସେ ପ୍ରଥମେ ଆପଣା ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, ଫାରୂଶୀମାନଙ୍କ ଖମୀର ସ୍ଵରୂପ କପଟତା ବିଷୟରେ ସାବଧାନ ହୋଇଥାଅ।


ଆମ୍ଭେମାନେ ଦେବା କି ନାହିଁ? କିନ୍ତୁ ସେ ସେମାନଙ୍କର କପଟତା ଜାଣି ସେମାନଙ୍କୁ କହିଲେ, କାହିଁକି ମୋତେ ପରୀକ୍ଷା କରୁଅଛ? ଗୋଟିଏ ଅଧୁଲି ମୋʼ ପାଖକୁ ଆଣ, ମୁଁ ତାହା ଦେଖେ।


ପୁଣି ସେ ତାହାକୁ ଦ୍ଵିଖଣ୍ତ କରି କପଟୀମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।


ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଯଥାର୍ଥ ରୂପେ ଏହି ଭାବବାଣୀ କହିଅଛନ୍ତି,


ସଦାପ୍ରଭୁ ପୃଥିବୀକି ଅତିଶୟ କମ୍ପିତ କରିବା ପାଇଁ ଉଠିଲେ, ତାହାଙ୍କ ଭୟାନକତ୍ଵ ଓ ତାହାଙ୍କ ମହିମାର ତେଜରୁ ଶୈଳର ଗହ୍ଵର ଓ ଶୈଳର ବିଦୀର୍ଣ୍ଣ ସ୍ଥାନରେ ପ୍ରବେଶ କରିବା ପାଇଁ;


କାରଣ ମୁଁ ଦୁଷ୍ଟମାନଙ୍କର ସମୃଦ୍ଧି ଦେଖି ଦାମ୍ଭିକମାନଙ୍କ ପ୍ରତି ଈର୍ଷାନ୍ଵିତ ହେଲି।


Swiv nou:

Piblisite


Piblisite