Biblia Todo Logo
Bib sou entènèt

- Piblisite -




୧ ପିତର 2:5 - ପବିତ୍ର ବାଇବଲ (Re-edited) - (BSI)

5 ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଈଶ୍ଵରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ଵରୂପ ହୋଇ ଗୋଟିଏ ପାରମାର୍ଥିକ ଗୃହରୂପରେ ନିର୍ମିତ ହୁଅ।

Gade chapit la Kopi

ଓଡିଆ ବାଇବେଲ

5 ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ତୁମ୍ଭେମାନେ ଏକ ଆଧ୍ୟାତ୍ମିକ ମନ୍ଦିର ନିର୍ମାରରେ ଜୀବନ୍ତ ପ୍ରସ୍ତର ରୁପେ ବ୍ୟବହୃତ ହେବା ନିମନ୍ତେ ଆସ। ସେହି ମନ୍ଦିରରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କ ମଧ୍ୟସ୍ଥତାରେ ଈଶ୍ୱରଙ୍କ ଗ୍ରହଣଯୋଗ୍ୟ ଆଧ୍ୟାତ୍ମିକ ମନ୍ଦିର ନିର୍ମାଣରେ ଜୀବନ୍ତ ପ୍ରସ୍ତର ରୂପେ ବ୍ୟବହୃତ ହେବା ନିମନ୍ତେ ଆସ। ସେହି ମନ୍ଦିରରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କ ମଧ୍ୟସ୍ଥତାରେ ଈଶ୍ୱରଙ୍କ ଗ୍ରହଣଯୋଗ୍ୟ ଆଧ୍ୟାତ୍ମିକ ବଳି ଉତ୍ସର୍ଗ କରିବା ପାଇଁ ପବିତ୍ର ଯାଜକର କାର୍ଯ୍ୟ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।

Gade chapit la Kopi

ପବିତ୍ର ବାଇବଲ

5 ଅତଏବ ତାହାଙ୍କ ପାଖକୁ ଆସ। ତୁମ୍ଭେମାନେ ମଧ୍ୟ ଜୀବନ୍ତ ପଥର ଭଳି। ପରମେଶ୍ୱର ଗୋଟିଏ ଆଧ୍ୟାତ୍ମିକ ମନ୍ଦିର ନିର୍ମାଣ କରୁଛନ୍ତି। ସେହି ମନ୍ଦିରରେ ପରମେଶ୍ୱରଙ୍କ ଦ୍ୱାରା ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ଗୃହୀତ ହେବା ଭଳି ଆଧ୍ୟାତ୍ମିକ ବଳିଦାନ ଉତ୍ସର୍ଗ କରି ପବିତ୍ର ଯାଜକ ହେବା ପାଇଁ, ନିଜକୁ ନିୟୋଜିତ କର।

Gade chapit la Kopi




୧ ପିତର 2:5
34 Referans Kwoze  

କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ଵାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି ଈଶ୍ଵରଙ୍କ ନିଜସ୍ଵ ପ୍ରଜା ହୋଇଅଛ।


କାରଣ ଆମ୍ଭେମାନେ ଈଶ୍ଵରଙ୍କ ସହକର୍ମୀ; ତୁମ୍ଭେମାନେ ଈଶ୍ଵରଙ୍କ କ୍ଷେତ୍ର, ଈଶ୍ଵରଙ୍କ ଗୃହ।


ପୁଣି ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ରାଜକୁଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ଵ କରିବେ।


ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ଵରଙ୍କ ମନ୍ଦିର, ଆଉ ଈଶ୍ଵରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି;


ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କର ଯାଜକ ବୋଲି ବିଖ୍ୟାତ ହେବ; ଲୋକମାନେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପରିଚାରକ ବୋଲି ଡାକିବେ; ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କ ସମ୍ପତ୍ତି ଭୋଗ କରିବ ଓ ସେମାନଙ୍କ ଐଶ୍ଵର୍ଯ୍ୟରେ ତୁମ୍ଭେମାନେ ଦର୍ପ କରିବ।


କିନ୍ତୁ ଖ୍ରୀଷ୍ଟ ତାହାଙ୍କ ଗୃହ ଉପରେ ପୁତ୍ର ସ୍ଵରୂପେ ବିଶ୍ଵସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ଵରୂପଙ୍କ।


ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ଵିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଞ୍ଚ ସେମାନେ ଈଶ୍ଵରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ଵ କରିବେ।


ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ଵରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କଅଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁନ୍ତ


ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ଵରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ଵରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।


ପୁଣି ଆମ୍ଭମାନଙ୍କୁ ଗୋଟିଏ ରାଜକୁଳ କରି ଆପଣା ଈଶ୍ଵର ଓ ପିତାଙ୍କ ନିକଟରେ ଯାଜକ ସ୍ଵରୂପେ ନିଯୁକ୍ତ କରିଅଛନ୍ତି, ତାହାଙ୍କ ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ। ଆମେନ୍।


ମୁଁ ସବୁ ପାଇଅଛି, ପୁଣି ମୋହର ପ୍ରଚୁର ଅଛି; ତୁମ୍ଭମାନଙ୍କର ପଠାଇଥିବା ଯେଉଁସବୁ ବିଷୟ ଏପାଫ୍ରାଦିତଙ୍କ ପାଖରୁ ପାଇଅଛି, ସେହିସବୁ ମୋʼ ପାଇଁ ଯଥେଷ୍ଟ; ସେହିସବୁ ଈଶ୍ଵରଙ୍କ ନିକଟରେ ତୁଷ୍ଟିଜନକ ସୁଗନ୍ଧି ନୈବେଦ୍ୟ ଓ ସୁଗ୍ରାହ୍ୟ ବଳି ସ୍ଵରୂପ।


ପ୍ରତିମା ସହିତ ଈଶ୍ଵରଙ୍କ ମନ୍ଦିରର କି ସମ୍ଵନ୍ଧ? କାରଣ ଆମ୍ଭେମାନେ ଜୀବିତ ଈଶ୍ଵରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ଵର କହିଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ଵର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ।


ଯେ ଜୟ କରେ, ଆମ୍ଭେ ତାହାକୁ ଆମ୍ଭର ଈଶ୍ଵରଙ୍କ ମନ୍ଦିରର ସ୍ତମ୍ଭ ସ୍ଵରୂପ କରିବୁ, ସେ ଆଉ ସେଠାରୁ ବାହାରକୁ ଯିବ ନାହିଁ; ଆମ୍ଭେ ଆମ୍ଭର ଈଶ୍ଵରଙ୍କ ନାମ ଓ ସ୍ଵର୍ଗରୁ ତାହାଙ୍କଠାରୁ ଆଗତ ଯେଉଁ ନୂତନ ଯିରୂଶାଲମ , ଆମ୍ଭର ଈଶ୍ଵରଙ୍କ ସେହି ନଗରୀର ନାମ ପୁଣି ଆମ୍ଭ ନିଜର ନୂତନ ନାମ ତାହା ଉପରେ ଲେଖିବୁ।


କାରଣ ବିଜାତିମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ଵାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ଵରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ଵରଙ୍କ ସୁସମାଚାରର ଯାଜକତ୍ଵ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦତ୍ତ ହୋଇଅଛି।


ମାତ୍ର ଯେବେ ମୋହର ବିଳମ୍ଵ ହୁଏ, ତେବେ ଈଶ୍ଵରଙ୍କ ଗୃହରେ, ଅର୍ଥାତ୍, ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ ସ୍ଵରୂପ ଜୀବିତ ଈଶ୍ଵରଙ୍କ ମଣ୍ତଳୀରେ, କିପରି ଆଚରଣ କରିବାକୁ ହୁଏ, ତାହା ଯେପରି ତୁମ୍ଭେ ଜ୍ଞାତ ହୁଅ, ଏହେତୁ ଏହି ସମସ୍ତ ତୁମ୍ଭ ନିକଟକୁ ଲେଖୁଅଛି।


ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଯାଜକ ଓ ଲେବୀୟ ହେବା ନିମନ୍ତେ ଲୋକ ଗ୍ରହଣ କରିବା, ଏହା ସଦାପ୍ରଭୁ କହନ୍ତି।


ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ; ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ ପରମେଶ୍ଵରଙ୍କ ପରିତ୍ରାଣ ଦେଖାଇବା।


ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ଵାରା ପିତା ଈଶ୍ଵରଙ୍କୁ ଧନ୍ୟବାଦ ଦିଅ।


ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ଵାସ ସମ୍ଵନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଉଅଛି, ତାହାହେଲେ ଆନନ୍ଦ କରୁଅଛି ଓ ତୁମ୍ଭସମସ୍ତଙ୍କ ସହିତ ଉଲ୍ଲାସ କରୁଅଛି,,


ସୁଗନ୍ଧି ଧୂପ ପରି ମୋʼ ପ୍ରାର୍ଥନା, ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର କୃତାଞ୍ଜଳି ତୁମ୍ଭ ଛାମୁରେ ଉପସ୍ଥିତ ହେଉ।


ତୁମ୍ଭେ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର;


କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ଵରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ଵରଙ୍କଠାରୁ ଶକ୍ତିପ୍ରାପ୍ତ ଲୋକ ପରି ସେବା କରୁ, ଯେପରି ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଈଶ୍ଵର ଗୌରବାନ୍ଵିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍।


ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ।


କାରଣ ସୂର୍ଯ୍ୟର ଉଦୟ ସ୍ଥାନଠାରୁ ତହିଁର ଅସ୍ତ ଗମନ ସ୍ଥାନ ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମର ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ ଅଟେଜ।


ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ; ତାହାଙ୍କୁ କୁହ, ଅଧର୍ମସକଳ ହରଣ କର ଓ ଯାହା ଉତ୍ତମ, ତାହା ଗ୍ରହଣ କର; ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା।


ପୁଣି ତୁମ୍ଭେମାନେ ଆମ୍ଭ ନିମନ୍ତେ ଯାଜକମାନଙ୍କର ଏକ ରାଜବଂଶଓ ଏକ ପବିତ୍ର ଗୋଷ୍ଠୀ ହେବନ୍ତଏହିସବୁ କଥା ତୁମ୍ଭେ ଇସ୍ରାଏଲ-ସନ୍ତାନମାନଙ୍କୁ କୁହ।


ଜ୍ଞାନ ଆପଣା ଗୃହ ନିର୍ମାଣ କରିଅଛି, ସେ ତାହାର ସପ୍ତସ୍ତମ୍ଭ ଖୋଳିଅଛି;


ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ଵାସୀ ସମସ୍ତଙ୍କର ମଙ୍ଗଳ କରୁ।


କାରଣ ଈଶ୍ଵରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ଵରଙ୍କ ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କଅଣ ନ ହେବ !


ପୁଣି ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ, ସଦାପ୍ରଭୁ ସେମାନଙ୍କ ପ୍ରତି ଉକ୍ତ ଆପଣା ବାକ୍ୟାନୁସାରେ ସେମାନଙ୍କର ଅଧିକାର।


ପୁଣି ଉପରେ ପରିମାଣାନୁସାରେ ବହୁମୂଲ୍ୟ ଓ ଖୋଦିତ ପ୍ରସ୍ତର ଓ ଏରସ କାଷ୍ଠ ଥିଲା।


Swiv nou:

Piblisite


Piblisite