Biblia Todo Logo
Bib sou entènèt

- Piblisite -




୧ ପିତର 2:6 - ପବିତ୍ର ବାଇବଲ (Re-edited) - (BSI)

6 କାରଣ ଶାସ୍ତ୍ରରେ ଲିଖିତ ଅଛି, ଦେଖ, ଆମ୍ଭେ ସୀୟୋନରେ ଗୋଟିଏ ମନୋନୀତ ଓ ବହୁମୂଲ୍ୟ କୋଣର ପ୍ରଧାନ ପ୍ରସ୍ତର ସ୍ଥାପନ କରୁଅଛୁ, ଆଉ ଯେ ତାହାଙ୍କଠାରେ ବିଶ୍ଵାସ କରିବ, ସେ ଲଜ୍ଜିତ ହେବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

6 କାରଣ ଶାସ୍ତ୍ରରେ ଲିଖିତ ଅଛି, ଦେଖ, ଆମ୍ଭେ ସିୟୋନରେ ଗୋଟିଏ ମନୋନୀତ ଓ ବହୁମୂଲ୍ୟ କୋଣର ପ୍ରଧାନ ପ୍ରସ୍ତର ସ୍ଥାପନ କରୁଅଛୁ, ଆଉ ଯେ ତାହାଙ୍କଠାରେ ବିଶ୍ୱାସ କରିବ, ସେ ଲଜ୍ଜିତ ହେବ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଶାସ୍ତ୍ରରେ ଏହିପରି ଲେଖାଅଛି: “ଆମ୍ଭେ ଏକ ବହୁମୂଲ୍ୟ ପ୍ରସ୍ତର ମୋନାୀତ କଲୁ; ତାହା ଆମ୍ଭେ ସିୟୋନର କୋଣ ପ୍ରସ୍ତର ରୂପେ ସ୍ଥାପନ କରୁଛୁ। ଯେ କେହି ତାଙ୍କଠାରେ ବିଶ୍ୱାସ କରେ, ସେ କେବେ ନିରାଶ ହେବ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କାରଣ ଶାସ୍ତ୍ରରେ ଲିଖିତ ଅଛି, “ଦେଖ, ଆମ୍ଭେ ସିୟୋନରେ ଗୋଟିଏ ମନୋନୀତ, ଓ ବହୁମୂଲ୍ୟ କୋଣର ପ୍ରଧାନ ପ୍ରସ୍ତର ସ୍ଥାପନ କରୁଅଛୁ, ଆଉ ଯେ ତାହାଙ୍କଠାରେ ବିଶ୍ୱାସ କରିବ, ସେ ଲଜ୍ଜିତ ହେବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

6 ଶାସ୍ତ୍ର କୁହେ: “ଦେଖ, ସିୟୋନଠାରେ, ଗୋଟିଏ ମୂଲ୍ୟବାନ କୋଣ-ପଥର ବାଛି ମୁଁ ରଖିଛି; ଯେଉଁ ଲୋକ ଏହାକୁ ବିଶ୍ୱାସ କରିବ ସେ କେବେ ହେଲେ ଲଜ୍ଜିତ ହେବ ନାହିଁ।”

Gade chapit la Kopi




୧ ପିତର 2:6
27 Referans Kwoze  

ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଭିତ୍ତିମୂଳ ନିମନ୍ତେ ସିୟୋନରେ ଏକ ପ୍ରସ୍ତର, ପରୀକ୍ଷାସିଦ୍ଧ ପ୍ରସ୍ତର, ଦୃଢ଼ ଭିତ୍ତିମୂଳ ସ୍ଵରୂପ ବହୁମୂଲ୍ୟ କୋଣପ୍ରସ୍ତର ସ୍ଥାପନ କରୁଅଛୁ; ଯେ ବିଶ୍ଵାସ କରେ, ସେ ଚଞ୍ଚଳ ହେବ ନାହିଁ।


ଜୀବନ୍ତ ପ୍ରସ୍ତର ସ୍ଵରୂପ ଯେ ସେହି ପ୍ରଭୁ, ସେ ମନୁଷ୍ୟମାନଙ୍କ ଦ୍ଵାରା ଅଗ୍ରାହ୍ୟହେଲେ ସତ, କିନ୍ତୁ ଈଶ୍ଵରଙ୍କ ନିକଟରେ ମନୋନୀତ ଓ ବହୁମୂଲ୍ୟ ଅଟନ୍ତି,


ତୁମ୍ଭେମାନେ ପ୍ରେରିତ ଓ ଭାବବାଦୀମାନଙ୍କର ଭିତ୍ତିମୂଳ ଉପରେ ନିର୍ମିତ ହୋଇଅଛ, ଖ୍ରୀଷ୍ଟ ଯୀଶୁ ସ୍ଵୟଂ ସେଥିର କୋଣର ପ୍ରଧାନ ପ୍ରସ୍ତର;


ତାଙ୍କଠାରୁ କୋଣର ପ୍ରସ୍ତର, ତାଙ୍କଠାରୁ ପ୍ରେକ, ତାଙ୍କଠାରୁ ଯୁଦ୍ଧଧନୁ, ତାଙ୍କଠାରୁ ପ୍ରତ୍ୟେକ ଶାସନକାରୀ ଏକତ୍ର ଉତ୍ପନ୍ନ ହେବେ।


ତୁମ୍ଭେମାନେ କି ଧର୍ମଶାସ୍ତ୍ରର ଏହି ବାକ୍ୟ ମଧ୍ୟ ପାଠ କରି ନାହଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା;


ଯେଣୁ ଶାସ୍ତ୍ର କହେ, ଯେକେହି ତାହାଙ୍କଠାରେ ବିଶ୍ଵାସ କରେ, ସେ ଲଜ୍ଜିତ ହେବ ନାହିଁ।


କାରଣ ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ଏଥିପାଇଁ ମୁଁ ଘାବରା ହୋଇ ନାହିଁ; ଏଥିପାଇଁ ମୁଁ ଚକ୍ମକି ପଥର ପରି ଆପଣା ମୁଖ ରଖିଅଛି, ଆଉ ମୁଁ ଯେ ଲଜ୍ଜିତ ନୋହିବି, ଏହା ଜାଣେ।


ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟ ବିଚାର ଆଣିବେ।


ସମସ୍ତ ଶାସ୍ତ୍ର ଈଶ୍ଵର ନିଶ୍ଵସିତ ଏବଂ ଶିକ୍ଷା, ଅନୁଯୋଗ, ସଂଶୋଧନ ଓ ଧାର୍ମିକତା ସମ୍ଵନ୍ଧୀୟ ଶାସନ ନିମନ୍ତେ ଉପକାରୀ,


ଯେ ମୋʼଠାରେ ବିଶ୍ଵାସ କରେ, ଧର୍ମଶାସ୍ତ୍ରର ଉକ୍ତି ପ୍ରମାଣେ ତାହାର ଅନ୍ତରରୁ” ଜୀବନ୍ତ ଜଳସ୍ରୋତ ପ୍ରବାହିତ ହେଉଥିବ।


ଭୟ କର ନାହିଁ କାରଣ ତୁମ୍ଭେ ଲଜ୍ଜିତ ହେବ ନାହିଁ। କିଅବା ବିଷର୍ଣ୍ଣମନା ହୁଅ ନାହିଁ; କାରଣ ତୁମ୍ଭକୁ ଲଜ୍ଜିତ କରାଯିବ ନାହିଁ; ତୁମ୍ଭେ ଆପଣା ଯୌବନ କାଳର ଲଜ୍ଜା ପାସୋରି ଯିବ ଓ ତୁମ୍ଭେ ଆପଣା ବିଧବାବସ୍ଥାର ଦୁର୍ନାମ ଆଉ ସ୍ମରଣ କରିବ ନାହିଁ।


ପୁଣି, ଲୋକମାନେ ଠିଆ ହୋଇ ଦେଖୁଥିଲେ। ଆଉ, ଅଧ୍ୟକ୍ଷମାନେ ମଧ୍ୟ ତାହାଙ୍କୁ ବିଦ୍ରୂପ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା; ସେ ଯଦି ଈଶ୍ଵରଙ୍କ ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରୁ।


ଦେଖ, ଆମ୍ଭର ଦାସ, ଯାହାଙ୍କୁ ଆମ୍ଭେ ମନୋନୀତ କରିଅଛୁ; ଆମ୍ଭର ପ୍ରିୟପାତ୍ର, ଯାହାଙ୍କଠାରେ ଆମ୍ଭ ଆତ୍ମାର ପରମ ସନ୍ତୋଷ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ଅଧିଷ୍ଠାନ କରାଇବା, ଆଉ ସେ ବିଜାତିମାନଙ୍କ ନିକଟରେ ନ୍ୟାୟବିଚାର ପ୍ରଚାର କରିବେ।


ଦେଖ, ଯେଉଁମାନେ ତୁମ୍ଭ ପ୍ରତି କୁପିତ ଅଛନ୍ତି, ସେସମସ୍ତେ ଲଜ୍ଜିତ ଓ ଘାବରା ହେବେ; ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ହୋଇ ବିନଷ୍ଟ ହେବେ।


ସେସମୟରେ ତୁମ୍ଭେ ଆପଣା ସଦ୍ଭକ୍ତମାନଙ୍କୁ ଦର୍ଶନ ଦେଇ କଥା କହିଲ, ପୁଣି କହିଲ, ଆମ୍ଭେ ଏକ ବିକ୍ରମୀ ଉପରେ ସାହାଯ୍ୟ କରିବାର ଭାର ଦେଇଅଛୁ; ଆମ୍ଭେ ଲୋକମାନଙ୍କ ମଧ୍ୟରୁ ମନୋନୀତ ଏକ ଜଣକୁ ଉନ୍ନତ କରିଅଛୁ।


ମୋʼ ପ୍ରାଣନାଶର ଅନ୍ଵେଷଣକାରୀ ଲୋକମାନେ ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ ଅପମାନିତ ହେଉନ୍ତୁ।


ସେ ଆପଣାର ସମସ୍ତ ପତ୍ରରେ ମଧ୍ୟ ଏହିସବୁ ବିଷୟ ଉଲ୍ଲେଖ କରି ସେହିପ୍ରକାରେ କହନ୍ତି; ସେହିସବୁରେ ଏପରି କେତେକ ବିଷୟ ଅଛି, ଯାହାକି ବୁଝିବାକୁ ଜଟିଳ, ପୁଣି ଅଶିକ୍ଷିତ ଚଞ୍ଚଳମତି ଲୋକେ ଆପଣା ଆପଣା ବିନାଶାର୍ଥେ ଅନ୍ୟ ସମସ୍ତ ଶାସ୍ତ୍ରର ଯେପରି, ସେସବୁର ମଧ୍ୟ ସେହିପରି ବିକୃତ ଅର୍ଥ କରନ୍ତି।


ପ୍ରଥମରେ ଏହା ଜ୍ଞାତ ହୁଅ ଯେ, ଶାସ୍ତ୍ରର କୌଣସି ଭାବବାଣୀ ସ୍ଵତନ୍ତ୍ର ଭାବରେ ବ୍ୟାଖ୍ୟା କରିବାର ବିଷୟ ନୁହେଁ,


ଅର୍ଥାତ୍, ଆମ୍ଭେମାନେ ଯେପରି ତାହାଙ୍କ ସାକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;


ଭାଇମାନେ, ଯେଉଁ ଯିହୂଦା ଯୀଶୁଙ୍କୁ ଧରିବା ଲୋକମାନଙ୍କୁ ବାଟ ଦେଖାଇଥିଲା, ତାହା ବିଷୟରେ ପବିତ୍ର ଆତ୍ମା ପୂର୍ବରୁ ଦାଉଦଙ୍କ ମୁଖରେ ଯାହା କହିଥିଲେ, ସେହି ଶାସ୍ତ୍ରୀୟ ବାକ୍ୟ ସଫଳ ହେବା ଆବଶ୍ୟକ ଥିଲା;


ମାତ୍ର ସତ୍ୟ-ଗ୍ରନ୍ଥରେ ଯାହା ଲିଖିତ ଅଛି, ତାହା ଆମ୍ଭେ ତୁମ୍ଭଙ୍କୁ ଜଣାଇବୁ; ଏମାନଙ୍କ ପ୍ରତିକୂଳରେ ଆମ୍ଭର ସାହାଯ୍ୟ କରିବା ପାଇଁ ତୁମ୍ଭମାନଙ୍କର ଅଧିପତି ମୀଖାୟେଲ ଛଡ଼ା ଆଉ କେହି ନାହିଁ।


ମାତ୍ର ତାହାର ଧନ ଦୃଢ଼ ହୋଇ ରହିଲା, ପୁଣି ଯେ ଯାକୁବର ବଳଦାତା (ତହିଁ ସକାଶୁ ଇସ୍ରାଏଲର ପାଳକ ଓ ଶୈଳ ବୋଲି ବିଖ୍ୟାତ),


ଆମ୍ଭେ ଆପଣା ଧର୍ମ ନିକଟକୁ ଆଣୁଅଛୁ, ତାହା ଦୂରବର୍ତ୍ତୀ ନୋହିବ ଓ ଆମ୍ଭ ପରିତ୍ରାଣର ବିଳମ୍ଵ ନୋହିବ; ଆମ୍ଭର ଗୌରବ ସ୍ଵରୂପ ଇସ୍ରାଏଲର ନିମନ୍ତେ ଆମ୍ଭେ ସିୟୋନରେ ପରିତ୍ରାଣ ସ୍ଥାପନ କରିବା।


କିନ୍ତୁ ସେ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ତେବେ ଏହି ଯେଉଁ ବାକ୍ୟ ଲିଖିତ ଅଛି, ତାହାର ଭାବ କଅଣ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା।


ପୁଣି, ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ-ସ୍ଵରୂପ ହେଲା; ବାକ୍ୟର ଅନାଜ୍ଞାବହ ହେବାରୁ ସେମାନେ ବାଧା ପାଆନ୍ତି, ଆଉ ଏନିମନ୍ତେ ମଧ୍ୟ ସେମାନେ ନିରୂପିତ ହୋଇଥିଲେ।


Swiv nou:

Piblisite


Piblisite