Biblia Todo Logo
Bib sou entènèt

- Piblisite -




୧ ପିତର 2:7 - ପବିତ୍ର ବାଇବଲ (Re-edited) - (BSI)

7 ଏଣୁ ବିଶ୍ଵାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସେହି ମହାମୂଲ୍ୟର ଅଂଶୀ ଅଟ, କିନ୍ତୁ ଯେଉଁମାନେ ବିଶ୍ଵାସ କରନ୍ତି ନାହିଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା ସେମାନଙ୍କ ନିମନ୍ତେ କୋଣର ପ୍ରଧାନ ପ୍ରସ୍ତର

Gade chapit la Kopi

ଓଡିଆ ବାଇବେଲ

7 ଏଣୁ ବିଶ୍ୱାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସେହି ମହାମୂଲ୍ୟର ଅଂଶୀ ଅଟ, କିନ୍ତୁ ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା ସେମାନଙ୍କ ନିମନ୍ତେ କୋଣର ପ୍ରଧାନ ପ୍ରସ୍ତର

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ତୁମ୍ଭେମାନେ ବିଶ୍ୱାସୀ ହୋଇଥିବାରୁ ତୁମ ପାଇଁ ଏହି ପ୍ରସ୍ତର ଅତି ମୂଲ୍ୟବାନ। କି୍ତୁ ଅବିଶ୍ୱାସୀମାନଙ୍କ ନିମନ୍ତେ: “ଯେଉଁ ପ୍ରସ୍ତରକୁ ନିର୍ମାଣକାରୀମାନେ ଅଗ୍ରାହ୍ୟ କଲେ, ତାହା ସବୁଠାରୁ ପ୍ରଧାନ ପ୍ରସ୍ତର ହେଲା।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଣୁ ତୁମ୍ଭେମାନେ ଯେ ବିଶ୍ୱାସ କରୁଅଛ, ସେହି ମହାମୂଲ୍ୟର ଅଂଶୀ ଅଟ, କିନ୍ତୁ ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, “ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା ସେମାନଙ୍କ ନିମନ୍ତେ କୋଣର ପ୍ରଧାନ ପ୍ରସ୍ତର,”

Gade chapit la Kopi

ପବିତ୍ର ବାଇବଲ

7 ତୁମ୍ଭ ଭଳି ବିଶ୍ୱାସୀମାନଙ୍କ ଲାଗି ସେ ପଥରଟି (ଯୀଶୁ) ଅତି ମୂଲ୍ୟବାନ। କିନ୍ତୁ ଯୀଶୁ ଅବିଶ୍ୱାସୀମାନଙ୍କ ଲାଗି: “ଗୃହ ନିର୍ମାଣକାରୀମାନେ ଯେଉଁ ପଥରଟିକୁ ଅଗ୍ରାହ୍ୟ କଲେ ସେହି ପଥରଟି ଅତି ବହୁମୂଲ୍ୟ ପଥର ହୋଇଗଲା।”

Gade chapit la Kopi




୧ ପିତର 2:7
26 Referans Kwoze  

ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କି କେବେ ହେଁ ଧର୍ମଶାସ୍ତ୍ରରେ ଏହି କଥା ପାଠ କରି ନାହଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ?


ପୁଣି, ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ-ସ୍ଵରୂପ ହେଲା; ବାକ୍ୟର ଅନାଜ୍ଞାବହ ହେବାରୁ ସେମାନେ ବାଧା ପାଆନ୍ତି, ଆଉ ଏନିମନ୍ତେ ମଧ୍ୟ ସେମାନେ ନିରୂପିତ ହୋଇଥିଲେ।


ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେହେଁ ତାହାଙ୍କଠାରେ ବିଶ୍ଵାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ ପ୍ର.ଯୋହ. ୪:୨୦ ଯୋହ. ୨୦:୨୯


ବିଶ୍ଵାସ ଦ୍ଵାରା ରାହାବ ବେଶ୍ୟା ଚରମାନଙ୍କୁ ଆଶ୍ରୟ ଦେବାରୁ ଅନାଜ୍ଞାବହମାନଙ୍କ ସହିତ ବିନଷ୍ଟ ହେଲେ ନାହିଁ।


ଏଣୁ ଆସ, ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବାକୁ ଯନି କରୁ, ଯେପରି କୌଣସି ଲୋକ ଅବାଧ୍ୟତାର ସେହି ଦୃଷ୍ଟାନ୍ତ ଅନୁସାରେ ପତିତ ନ ହୁଏ।


କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ, ପୁଣି ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳ କ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ।


ପୁଣି, ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ମସ୍ତକ ସ୍ଵରୂପ ଯେ ସେ, ତାହାଙ୍କ ସହଭାଗିତାରେ ତୁମ୍ଭେମାନେ ପୂର୍ଣ୍ଣତା ପ୍ରାପ୍ତ ହୋଇଅଛ।


ଏକ ପକ୍ଷର ଲୋକଙ୍କ ପ୍ରତି ମୃତ୍ୟୁଦାୟକ ଓ ଅନ୍ୟ ପକ୍ଷରେ ଲୋକଙ୍କ ପ୍ରତି ଜୀବନଦାୟକ ସୁବାସ ସ୍ଵରୂପ। ଆଉ ଏହିସମସ୍ତ ନିମନ୍ତେ କିଏ ସମର୍ଥ?


ଯେପରି ମୁଁ ଯିହୁଦା ପ୍ରଦେଶରେ ଅନାଜ୍ଞାବହ ଲୋକମାନଙ୍କଠାରୁ ଉଦ୍ଧାର ପାଏ, ଆଉ ଯିରୂଶାଲମ ନିମନ୍ତେ ମୋହର ଯେଉଁ ସେବା, ତାହା ଯେପରି ସାଧୁମାନଙ୍କ ନିକଟରେ ସୁଗ୍ରାହ୍ୟ ହୁଏ,


କିନ୍ତୁ ସେ ଇସ୍ରାଏଲ ବିଷୟରେ କହନ୍ତି, ‘ଆମ୍ଭେ ଅନାଜ୍ଞାବହ ଓ ପ୍ରତିକୂଳବାଦୀ ଲୋକମାନଙ୍କ ପ୍ରତି ଦିନଯାକ ହସ୍ତ ବିସ୍ତାର କରିଅଛୁ।ʼ


ଅତଏବ, ହେ ରାଜନ୍ ଆଗ୍ରିପ୍‍ପା, ମୁଁ ସେହି ସ୍ଵର୍ଗୀୟ ଦର୍ଶନର ଅବାଧ୍ୟ ହେଲି ନାହିଁ,


ଆଉ, ସେମାନେ ସେହି ସ୍ତ୍ରୀଲୋକକୁ କହିଲେ, ଏବେ ତୁମ୍ଭ କଥା ହେତୁ ଆମ୍ଭେମାନେ ବିଶ୍ଵାସ କରୁ ନାହୁଁ, କାରଣ ଆମ୍ଭେମାନେ ନିଜେ ନିଜେ ଶୁଣିଅଛୁ, ପୁଣି ଏ ଯେ ପ୍ରକୃତରେ ଜଗତର ତ୍ରାଣକର୍ତ୍ତା, ଏହା ଆମ୍ଭେମାନେ ଜାଣିଅଛୁ।


କିନ୍ତୁ ସେ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ତେବେ ଏହି ଯେଉଁ ବାକ୍ୟ ଲିଖିତ ଅଛି, ତାହାର ଭାବ କଅଣ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା।


ବିଜାତିମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଜ୍ୟୋତିଃ, ପୁଣି ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ଵରୂପ କରିଅଛ।


ହେ ବୃହତ ପର୍ବତ, ତୁମ୍ଭେ କିଏ? ଯିରୁବ୍ବାବିଲଙ୍କ ସମ୍ମୁଖରେ ତୁମ୍ଭେ ସମଭୂମି ହେବ; ଆଉ, ତହିଁ ପ୍ରତି ଅନୁଗ୍ରହ, ଅନୁଗ୍ରହ, ଏହି ଜୟଧ୍ଵନି କରି ସେ ମସ୍ତକ ସ୍ଵରୂପ ପ୍ରସ୍ତର ବାହାର କରି ଆଣିବ।


ପୁଣି, ଆମ୍ଭେ ସକଳ ଗୋଷ୍ଠୀଙ୍କୁ ହଲାଇବା, ଆଉ ସମସ୍ତ ଗୋଷ୍ଠୀର ବାଞ୍ଛନୀୟ ବିଷୟସକଳ ଆସିବ, ପୁଣି ଆମ୍ଭେ ଏହି ଗୃହକୁ ଐଶ୍ଵର୍ଯ୍ୟରେ ପରିପୂର୍ଣ୍ଣ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ସେଦିନରେ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ ସୁନ୍ଦର ମୁକୁଟ ଓ ଶୋଭାକର କିରୀଟ ସ୍ଵରୂପ ହେବେ;


ଆଉ, ଶିମୀୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରୀୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବ ପ୍ରକାଶିତ ହୁଏ,


ଜୀବନ୍ତ ପ୍ରସ୍ତର ସ୍ଵରୂପ ଯେ ସେହି ପ୍ରଭୁ, ସେ ମନୁଷ୍ୟମାନଙ୍କ ଦ୍ଵାରା ଅଗ୍ରାହ୍ୟହେଲେ ସତ, କିନ୍ତୁ ଈଶ୍ଵରଙ୍କ ନିକଟରେ ମନୋନୀତ ଓ ବହୁମୂଲ୍ୟ ଅଟନ୍ତି,


Swiv nou:

Piblisite


Piblisite