Biblia Todo Logo
Bib sou entènèt

- Piblisite -




୧ ପିତର 3:1 - ପବିତ୍ର ବାଇବଲ (Re-edited) - (BSI)

1 ସେହିପରି, ହେ ଭାର୍ଯ୍ୟାମାନେ, ତୁମ୍ଭେମାନେ ଆପଣା ଆପଣା ସ୍ଵାମୀଙ୍କର ବଶୀଭୂତା ହୁଅ,

Gade chapit la Kopi

ଓଡିଆ ବାଇବେଲ

1 ସେହିପରି, ହେ ଭାର୍ଯ୍ୟାମାନେ, ତୁମ୍ଭେମାନେ ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୁଅ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ହେ ସ୍ତ୍ରୀମାନେ! ତୁମ୍ଭେମାନେ ସ୍ୱାମୀମାନଙ୍କର ବଶୀଭୂତା ହୁଅ। ତାହାହେଲେ, ଯଦି କୌଣସି ସ୍ୱାମୀ ଈଶ୍ୱରଙ୍କ ବାକ୍ୟରେ ବିଶ୍ୱାସ କରୁ ନ ଥାଏ, ତେବେ ତୁମ୍ର ସଦାଚରଣ ଦ୍ୱାରା ସେହି ବାକ୍ୟ ପ୍ରତି ତାହାର ବିଶ୍ୱାସ ଜନ୍ମିବ। ତୁମେ ପଦେ ହେଲେ କିଛି କହିବା ଆବଶ୍ୟକ ହେବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସେହିପରି, ହେ ଭାର୍ଯ୍ୟାମାନେ, ତୁମ୍ଭେମାନେ ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୁଅ,

Gade chapit la Kopi

ପବିତ୍ର ବାଇବଲ

1 ଠିକ୍ ସେହିଭଳି ପତ୍ନୀମାନେ ନିଜ ନିଜର ପତିମାନଙ୍କର ଅଧିକାର ମାନିବା ଉଚିତ୍। ତା'ହେଲେ, ଯଦି ପତିମାନଙ୍କ ମଧ୍ୟରୁ କେତେଜଣ ପରମେଶ୍ୱରଙ୍କ ଶିକ୍ଷା ମାନୁ ନାହାନ୍ତି, ସେମାନଙ୍କୁ ବିଶ୍ୱାସ କରିବା ପାଇଁ ମନାଇପାରିବ। ତୁମ୍ଭେ କିଛି କହିବା ଦରକାର ହେବ ନାହିଁ। ସେମାନେ ସେମାନଙ୍କର ପତ୍ନୀଙ୍କ ଜୀବନ ଦେଖି ପ୍ରଭାବିତ ହେବେ।

Gade chapit la Kopi




୧ ପିତର 3:1
26 Referans Kwoze  

ହେ ଭାର୍ଯ୍ୟାମାନେ, ପ୍ରଭୁଙ୍କ ସହଭାଗିତାର ଉପଯୁକ୍ତ ଆଚରଣ ଅନୁସାରେ ଆପଣା ଆପଣା ସ୍ଵାମୀମାନଙ୍କ ବଶୀଭୂତା ହୁଅ।


ଯାହା ହେଉ, ତୁମ୍ଭେମାନେ ପ୍ରତ୍ୟେକେ ମଧ୍ୟ ଆପଣା ଆପଣା ସ୍ତ୍ରୀକୁ ଆତ୍ମ ତୁଲ୍ୟ ପ୍ରେମ କର, ଆଉ ସ୍ତ୍ରୀ ମଧ୍ୟ ଆପଣା ସ୍ଵାମୀକି ଭକ୍ତି କରୁ।


କିନ୍ତୁ ଖ୍ରୀଷ୍ଟ ଯେ ପ୍ରତ୍ୟେକ ପୁରୁଷର ମସ୍ତକସ୍ଵରୂପ ଏବଂ ପୁରୁଷ ଯେ ସ୍ତ୍ରୀର ମସ୍ତକ ସ୍ଵରୂପ ଓ ଈଶ୍ଵର ଯେ ଖ୍ରୀଷ୍ଟଙ୍କର ମସ୍ତକ ସ୍ଵରୂପ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା।


ଯେଣୁ ହେ ସ୍ତ୍ରୀ, ତୁମ୍ଭେ ଯେ ଆପଣା ସ୍ଵାମୀର ପରିତ୍ରାଣର କାରଣ ହେବ, ଏହା କଅଣ ଜାଣ? କିମ୍ଵା ହେ ସ୍ଵାମୀ, ତୁମ୍ଭେ ଯେ ଆପଣା ଭାର୍ଯ୍ୟାର ପରିତ୍ରାଣର କାରଣ ହେବ, ଏହା କଅଣ ଜାଣ?


ତହୁଁ ସେ ନାରୀଙ୍କି କହିଲେ, ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି ସ୍ଵାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ଵ କରିବ।


ସେହି ପ୍ରକାରେ, ହେ ସ୍ଵାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥିନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳା ପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି ଜ୍ଞାନରେ ସେମାନଙ୍କର ସହିତ ବାସ କର।


ସ୍ଵାମୀ ଯେପର୍ଯ୍ୟନ୍ତ ଜୀବିତ ଥାଏ, ସେପର୍ଯ୍ୟନ୍ତ ସ୍ତ୍ରୀ ସ୍ଵାମୀ ସହିତ ବ୍ୟବସ୍ଥା ଦ୍ଵାରା ଆବଦ୍ଧ ଥାଏ, କିନ୍ତୁ ସ୍ଵାମୀ ମରିଗଲେ ସ୍ତ୍ରୀ ସ୍ଵାମୀର ବ୍ୟବସ୍ଥାରୁ ମୁକ୍ତ ହୁଏ।


ସାଧୁମାନଙ୍କ ସମସ୍ତ ମଣ୍ତଳୀରେ ଯେପରି ହୋଇଥାଏ, ସେହିପରି ସ୍ତ୍ରୀଲୋକମାନେ ମଣ୍ତଳୀରେ ନୀରବ ରହନ୍ତୁ, ଯେଣୁ କଥା କହିବା ପାଇଁ ସେମାନେ ଅନୁମତି ପାଇ ନାହାନ୍ତି, ବରଂ ବ୍ୟବସ୍ଥାର ଉକ୍ତି ଅନୁସାରେ,,ସେମାନେ ବଶୀଭୂତ ହୋଇ ରହନ୍ତୁ।


ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇକି ଲାଭ କଲ।


ସୁଯୋଗର ସଦ୍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର।


ବିଶ୍ଵାସ ଦ୍ଵାରା ଅବ୍ରହାମ ଆହ୍ଵାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାର ସ୍ଵରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରି-ଗଲେ।


ଯେଉଁମାନେ ଈଶ୍ଵରଙ୍କୁ ଜାଣନ୍ତି ନାହିଁ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ତ ଦେବେ,


କିନ୍ତୁ ଈଶ୍ଵରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ,


ବିରକ୍ତ ଭ୍ରାତା ଦୃଢ଼ ନଗର ଅପେକ୍ଷା ଦୁର୍ଜେୟ; ଏରୂପ ବିବାଦ ଗଡ଼ର ଅର୍ଗଳ ସ୍ଵରୂପ।


ଧାର୍ମିକର ଫଳ ଜୀବନଦାୟକ ବୃକ୍ଷ ଅଟେ, ପୁଣି ଯେ ଜ୍ଞାନବାନ, ସେ (ଅନ୍ୟମାନଙ୍କର) ଆତ୍ମା ଲାଭ କରେ।


କାରଣ ଈଶ୍ଵରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ଵରଙ୍କ ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କଅଣ ନ ହେବ !


ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର ;


ପୁଣି ସିଦ୍ଧ ହୋଇ ନିଜ ଆଜ୍ଞାକାରୀମାନଙ୍କ ପ୍ରତି ଅନ; ପରିତ୍ରାଣର କାରଣ ସ୍ଵରୂପ ହେଲେନ୍ତଣ ଏବ୍ରୀ. ୨:୧୦


କିନ୍ତୁ ସମସ୍ତେ ସୁସମାଚାରର ବଶୀଭୂତ ହେଲେ ନାହିଁ। କାରଣ ଯିଶାଇୟ କହନ୍ତି, ‘ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ଵାଦ ବିଶ୍ଵାସ କରିଅଛିଣ?ʼ


ଯେପରି ସେମାନଙ୍କ ମଧ୍ୟରୁ କେହି କେହି ବାକ୍ୟର ଅନାଜ୍ଞାବହ ହେଲେ ସୁଦ୍ଧା ତୁମ୍ଭମାନଙ୍କର ସଭୟ ସଦାଚରଣ ଦେଖି ବାକ୍ୟ ବିନୁ ଆପଣା ଆପଣା ଭାର୍ଯ୍ୟାର ଆଚରଣ ଦ୍ଵାରା ପରିବର୍ତ୍ତିତ ହେବେ।


Swiv nou:

Piblisite


Piblisite