Biblia Todo Logo
Bib sou entènèt

- Piblisite -




୧ ପିତର 3:2 - ପବିତ୍ର ବାଇବଲ (Re-edited) - (BSI)

2 ଯେପରି ସେମାନଙ୍କ ମଧ୍ୟରୁ କେହି କେହି ବାକ୍ୟର ଅନାଜ୍ଞାବହ ହେଲେ ସୁଦ୍ଧା ତୁମ୍ଭମାନଙ୍କର ସଭୟ ସଦାଚରଣ ଦେଖି ବାକ୍ୟ ବିନୁ ଆପଣା ଆପଣା ଭାର୍ଯ୍ୟାର ଆଚରଣ ଦ୍ଵାରା ପରିବର୍ତ୍ତିତ ହେବେ।

Gade chapit la Kopi

ଓଡିଆ ବାଇବେଲ

2 ଯେପରି ସେମାନଙ୍କ ମଧ୍ୟରୁ କେହି କେହି ବାକ୍ୟର ଅନାଜ୍ଞାବହ ହେଲେ ସୁଦ୍ଧା ତୁମ୍ଭମାନଙ୍କର ସଭୟ ସଦାଚରଣ ଦେଖି ବାକ୍ୟ ବିନୁ ଆପଣା ଆପଣା ଭାର୍ଯ୍ୟାର ଆଚରଣ ଦ୍ୱାରା ପରିବର୍ତ୍ତିତ ହେବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 କାରଣ ତୁମର ପବିତ୍ର ଆଚରଣ ଓ ଭକ୍ତି ଭାବ ସେମାନେ ଲକ୍ଷ୍ୟ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଯେପରି ସେମାନଙ୍କ ମଧ୍ୟରୁ କେହି କେହି ବାକ୍ୟର ଅନାଜ୍ଞାବହ ହେଲେ ସୁଦ୍ଧା ତୁମ୍ଭମାନଙ୍କର ସଭୟ ସଦାଚରଣ ଦେଖି ବାକ୍ୟ ବିନୁ ଆପଣା ଆପଣା ଭାର୍ଯ୍ୟାର ଆଚରଣ ଦ୍ୱାରା ପରିବର୍ତ୍ତିତ ହେବେ।

Gade chapit la Kopi

ପବିତ୍ର ବାଇବଲ

2 ତୁମ୍ଭ ପତି ଦେଖିବେ ଯେ ତୁମ୍ଭେ ପବିତ୍ର ଜୀବନଯାପନ କରୁଛ, ପରମେଶ୍ୱରଙ୍କୁ ସମ୍ମାନ ଦେଉଛ।

Gade chapit la Kopi




୧ ପିତର 3:2
13 Referans Kwoze  

ତୁମ୍ଭେମାନେ ବିଜାତିମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ଵରଙ୍କ ଗୌରବ କରିବେ।


ମାତ୍ର ତୁମ୍ଭମାନଙ୍କର ଆହ୍ଵାନକର୍ତ୍ତା ଯେପରି ପବିତ୍ର, ତୁମ୍ଭେମାନେ ମଧ୍ୟ ଆଜ୍ଞାବହ ସନ୍ତାନମାନଙ୍କ ପରି ସମସ୍ତ ଆଚରଣରେ ସେହିପରି ପବିତ୍ର ହୁଅ।


ମୋହର ଏହିମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ଵରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ଵାସ ନିମନ୍ତେ ଏକ ପ୍ରାଣରେ ଏକ ସଙ୍ଗରେ ଉଦ୍ୟମ କରୁଅଛ,


ଏହିସମସ୍ତ ବିଷୟ ଏହି ପ୍ରକାରେ ଲୁପ୍ତ ହେବାରୁ, ଈଶ୍ଵରଙ୍କ ଯେଉଁ ଦିନରେ ଆକାଶମଣ୍ତଳ ଜ୍ଵଳିଉଠି ଲୁପ୍ତ ହେବ ଓ ମୌଳିକ ବସ୍ତୁସବୁ ପ୍ରଚଣ୍ତ ଉତ୍ତାପରେ ତରଳିଯିବ,


ଯାହା ହେଉ, ତୁମ୍ଭେମାନେ ପ୍ରତ୍ୟେକେ ମଧ୍ୟ ଆପଣା ଆପଣା ସ୍ତ୍ରୀକୁ ଆତ୍ମ ତୁଲ୍ୟ ପ୍ରେମ କର, ଆଉ ସ୍ତ୍ରୀ ମଧ୍ୟ ଆପଣା ସ୍ଵାମୀକି ଭକ୍ତି କରୁ।


ହେ ଦାସମାନେ।।, ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ କର୍ମ ନ କରି ବରଂ ପ୍ରଭୁଙ୍କୁ ଭୟ କରି ହୃଦୟର ସରଳତାରେ ସବୁ ବିଷୟରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କ ଆଜ୍ଞାବହ ହୁଅ।


ଆମ୍ଭେମାନେ ତ ସ୍ଵର୍ଗର ପ୍ରଜା, ସେ ସ୍ଥାନରୁ ମଧ୍ୟ ଆମ୍ଭେମାନେ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନର ଅପେକ୍ଷାରେ ଅଛୁ;


ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ ,


ତୁମ୍ଭର ଯୌବନାବସ୍ଥା ସକାଶେ କେହି ତୁମ୍ଭକୁ ତୁଚ୍ଛ ନ କରୁ, କିନ୍ତୁ ବାକ୍ୟରେ, ଆଚରଣରେ, ପ୍ରେମରେ, ବିଶ୍ଵାସରେ ଓ ପବିତ୍ରତାରେ ବିଶ୍ଵାସୀମାନଙ୍କର ଆଦର୍ଶ ସ୍ଵରୂପ ହୁଅ।


ସେହିପରି, ହେ ଭାର୍ଯ୍ୟାମାନେ, ତୁମ୍ଭେମାନେ ଆପଣା ଆପଣା ସ୍ଵାମୀଙ୍କର ବଶୀଭୂତା ହୁଅ,


ପୁଣି କେଶବେଶ, ସୁବର୍ଣ୍ଣ ଆଭରଣ ଓ ସୁନ୍ଦର ବସ୍ତ୍ର ପରିଧାନ, ଏପରି ଯେଉଁ ବାହ୍ୟ ଭୂଷଣ, ତାହା ତୁମ୍ଭମାନଙ୍କର ଭୂଷଣ ନ ହୋଇ,


Swiv nou:

Piblisite


Piblisite