Biblia Todo Logo
Bib sou entènèt

- Piblisite -




୧ ପିତର 3:6 - ପବିତ୍ର ବାଇବଲ (Re-edited) - (BSI)

6 ସେହିପରି ସାରା ଅବ୍ରହାମଙ୍କୁ ପ୍ରଭୁ ବୋଲି କହି ତାହାଙ୍କର ଆଜ୍ଞାବହ ହେଲେ; ତୁମ୍ଭେମାନେ ଯଦି କୌଣସି ଭୟରେ ଭୀତ ନ ହୋଇ ସଦାଚରଣ କର, ତେବେ ତୁମ୍ଭେମାନେ ହିଁ ତାହାଙ୍କର ସନ୍ତାନ।

Gade chapit la Kopi

ଓଡିଆ ବାଇବେଲ

6 ସେହିପରି ସାରା ଅବ୍ରହାମଙ୍କୁ ପ୍ରଭୁ ବୋଲି କହି ତାହାଙ୍କର ଆଜ୍ଞାବହ ହେଲେ; ତୁମ୍ଭେମାନେ ଯଦି କୌଣସି ବିଷୟରେ ଭୀତ ନ ହୋଇ ସଦାଚରଣ କର, ତେବେ ତୁମ୍ଭେମାନେ ହିଁ ତାହାଙ୍କର ସନ୍ତାନ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ସାରା ସେହିପରି ଜଣେ ସ୍ତ୍ରୀ ଥିଲେ। ସେ ଅବ୍ରାହାମଙ୍କ ଆଜ୍ଞାଧୀନା ହୋଇ ତାଙ୍କୁ ପ୍ରଭୁ ବୋଲି ସମ୍ବୋଧନ କରୁଥିଲେ। ତୁମ୍ଭେମାନେ ବର୍ତ୍ତମାନ ତାଙ୍କର କନ୍ୟା। ଯଦି ସଦାଚରଣ କର, ତା’ହେଲେ, କୌଣସି ବିଷୟ ତୁମ୍ଭମାନଙ୍କୁ ଆଉ ଭୟଭୀତ କରିପାରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେହିପରି ସାରା ଅବ୍ରହାମଙ୍କୁ ପ୍ରଭୁ ବୋଲି କହି ତାହାଙ୍କର ଆଜ୍ଞାବହ ହେଲେ; ତୁମ୍ଭେମାନେ ଯଦି କୌଣସି ବିଷୟରେ ଭୀତ ନ ହୋଇ ସଦାଚରଣ କର, ତେବେ ତୁମ୍ଭେମାନେ ହିଁ ତାହାଙ୍କର ସନ୍ତାନ।

Gade chapit la Kopi

ପବିତ୍ର ବାଇବଲ

6 ମୁଁ ‘ସାରା’ ଭଳି ସ୍ତ୍ରୀଲୋକମାନଙ୍କ କଥା କହୁଛି। ସେ ନିଜ ପତି ଅବ୍ରହାମଙ୍କୁ ମାନିଲେ ଓ ତାହାଙ୍କୁ ମାଲିକ ବୋଲି ଡାକିଲେ। ତୁମ୍ଭେ ସମସ୍ତ ସ୍ତ୍ରୀଲୋକମାନେ, ଯଦି ଧାର୍ମିକ କାମ କର ଓ ନିର୍ଭୟ ରୁହ, ତା'ହେଲେ ସାରାର ପ୍ରକୃତ ସନ୍ତାନ ଅଟ।

Gade chapit la Kopi




୧ ପିତର 3:6
12 Referans Kwoze  

ଏନିମନ୍ତେ ସାରା ହସି ମନେ ମନେ କହିଲେ, ମୋହର ଏହି ଶୀର୍ଣ୍ଣାବସ୍ଥାରେ କି ଏରୂପ ଆନନ୍ଦ ହେବ? ବିଶେଷତଃ ମୋହର ପ୍ରଭୁ ମଧ୍ୟ ବୃଦ୍ଧ।


ପୁଣି, କାହାର ସକାଶୁ ତୁମ୍ଭେ ଏପରି ତ୍ରାସଯୁକ୍ତା ଓ ଭୀତା ହୋଇଅଛଯେ, ତୁମ୍ଭେ ମିଥ୍ୟା କହୁଅଛ ଓ ଆମ୍ଭକୁ ସ୍ମରଣ କରି ନାହଁ, କିଅବା ଆପଣା ମନ ତହିଁରେ ଦେଇ ନାହଁ? ଆମ୍ଭେ କି ଦୀର୍ଘକାଳ ନୀରବ ରହି ନାହୁଁ, ତେଣୁ ତୁମ୍ଭେ କି ଆମ୍ଭକୁ ଭୟ କରୁ ନାହଁ?


କିନ୍ତୁ ପିତର ଓ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ଵରଙ୍କ କଥା ଶୁଣିବା ଅପେକ୍ଷା ଆପଣମାନଙ୍କ କଥା ଶୁଣିବା ଈଶ୍ଵରଙ୍କ ଦୃଷ୍ଟିରେ ଯଥାର୍ଥ କି ନା, ତାହା ଆପଣମାନେ ବିଚାର କରନ୍ତୁ।


ତହିଁରେ ସାରା ଅସ୍ଵୀକାର କରି କହିଲେ, ମୁଁ ହସି ନାହିଁ; ଯେହେତୁ ସେ ଭୟ କଲେ। ମାତ୍ର ସେ କହିଲେ, ତୁମ୍ଭେ ଅବଶ୍ୟ ହସିଲ।


ତହିଁରେ ରାଜା ତୁମ୍ଭ ସୌନ୍ଦର୍ଯ୍ୟ ବାଞ୍ଛା କରିବେ। କାରଣ ସେ ତୁମ୍ଭର ପ୍ରଭୁ; ତୁମ୍ଭେ ତାହାଙ୍କୁ ପ୍ରଣାମ କର।


ତହୁଁ ରାତ୍ରି ପାହାନ୍ତା ବେଳକୁ ସେହି ସ୍ତ୍ରୀ ତାହାର ସ୍ଵାମୀ ରହୁଥିବା ଲୋକର ଗୃହଦ୍ଵାର ନିକଟରେ ଆଲୁଅ ହେବା ପର୍ଯ୍ୟନ୍ତ ପଡ଼ି ରହିଲା।


Swiv nou:

Piblisite


Piblisite