Biblia Todo Logo
Bib sou entènèt

- Piblisite -




୧ ପିତର 4:2 - ପବିତ୍ର ବାଇବଲ (Re-edited) - (BSI)

2 ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ଵରଙ୍କ ଇଚ୍ଛାନୁସାରେ କ୍ଷେପଣ କର।

Gade chapit la Kopi

ଓଡିଆ ବାଇବେଲ

2 ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ୱରଙ୍କ ଇଚ୍ଛାନୁସାରେ କ୍ଷେପଣ କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ତୁମ୍ଭେମାନେ ବର୍ତ୍ତମାନଠାରୁ ଜୀବନର ଅବଶିଷ୍ଟ କାଳ ଭିତରେ ଶାରୀରିକ ଅଭିଲାଷର ବଶବର୍ତ୍ତୀ ନ ହୋଇ ଈଶ୍ୱରଙ୍କ ଇଚ୍ଛାଧୀନ ହୁଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର।

Gade chapit la Kopi

ପବିତ୍ର ବାଇବଲ

2 ତୁମ୍ଭେ ଏପରି ଭାବରେ ନିଜକୁ ଶକ୍ତିଶାଳୀ କର, ଯେପରି ତୁମ୍ଭେ ପରମେଶ୍ୱରଙ୍କ ଇଚ୍ଛାନୁସାରେ ଜୀବନଯାପନ କରିବ, ଲୋକମାନଙ୍କ ଇଚ୍ଛାରେ, ମନ୍ଦକାର୍ଯ୍ୟ କରି ଜୀବନଯାପନ କରିବ ନାହିଁ।

Gade chapit la Kopi




୧ ପିତର 4:2
35 Referans Kwoze  

ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ,


ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ ତାହା କର ନାହିଁ, କିନ୍ତୁ ଖ୍ରୀଷ୍ଟଙ୍କ ଦାସ ପରି ଅନ୍ତର ସହ ଈଶ୍ଵରଙ୍କ ଇଚ୍ଛା ସାଧନ କର।


ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଈଶ୍ଵରଙ୍କ ପ୍ରତି ଜୀବିତ ବୋଲି ଗଣନା କର।


ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନ ଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନ ଯାପନ କରନ୍ତି।


ସେହି ଅନାଜ୍ଞାବହ ସନ୍ତାନମାନଙ୍କ ସହିତ ଆମ୍ଭେମାନେ ସମସ୍ତେ ମଧ୍ୟ ଏକ ସମୟରେ ଆମ୍ଭମାନଙ୍କ ଶାରୀରିକ ଅଭିଳାଷ ଅନୁସାରେ ଜୀବନ ଯାପନ କରି ଶାରୀରିକ ଓ ମାନସିକ କାମନା ପୂର୍ଣ୍ଣ କରୁଥିଲୁ, ପୁଣି ଅନ୍ୟମାନଙ୍କ ପରି ସୁଦ୍ଧା ସ୍ଵଭାବତଃ କ୍ରୋଧର ପାତ୍ର ଥିଲୁ;


ତାହା କେବେହେଁ ନ ହେଉ। ପାପ ପ୍ରତି ମୃତ ଯେ ଆମ୍ଭେମାନେ, ଆମ୍ଭେମାନେ ସେଥିରେ କିପରି ଆଉ ଜୀବନ କାଟିବା?


ଅତଏବ, ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ବିଜାତିମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ;


କାରଣ ଆମ୍ଭମାନଙ୍କ ମଧ୍ୟରୁ କେହି ଆପଣା ଉଦ୍ଦେଶ୍ୟରେ ବଞ୍ଚେ ନାହିଁ ଏବଂ ଆପଣା ଉଦ୍ଦେଶ୍ୟରେ ମରେ ନାହିଁ।


ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ଵାଦନ କରିଅଛ,


ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋହର ପରମେଶ୍ଵରନ୍ତ ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ।


କେହି ଯଦି ତାହାଙ୍କର ଇଚ୍ଛା ସାଧନ କରିବାକୁ ଇଚ୍ଛୁକ ହୁଏ, ତାହାହେଲେ ଏହି ଶିକ୍ଷା ଈଶ୍ଵରଙ୍କଠାରୁ ଉତ୍ପନ୍ନ, ନା ମୁଁ ଆପଣାଠାରୁ କହୁଅଛି, ତାହା ସେ ଜାଣିବ।


କାରଣ ଭିତରୁ, ମନୁଷ୍ୟର ହୃଦୟରୁ, କୁଚିନ୍ତା ବାହାରେ-


ଯେ କେହି ଈଶ୍ଵରଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମାଆ।


ମାତ୍ର ଆଦମର ତୁଲ୍ୟ ସେମାନେ ନିୟମ ଲଙ୍ଘନ କରିଅଛନ୍ତି; ସେସ୍ଥାନରେ ସେମାନେ ଆମ୍ଭ ପ୍ରତିକୂଳରେ ବିଶ୍ଵାସଘାତକତା କରିଅଛନ୍ତି।


ପୁଣି, ସଂସାର ଓ ସେଥିର ଅଭିଳାଷ ଅନିତ୍ୟ, ମାତ୍ର ଯେ ଈଶ୍ଵରଙ୍କ ଇଚ୍ଛା ପାଳନ କରେ, ସେ ନିତ୍ୟସ୍ଥାୟୀ।


ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ ପ୍ରକାର ପ୍ରଥମଫଳ ସ୍ଵରୂପ ହେଉ, ଏଥିନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ଵାରା ଆମ୍ଭମାନଙ୍କୁ ଜନ୍ମ ଦେଲେ।


ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍।


ସବୁ ଅବସ୍ଥାରେ ଧନ୍ୟବାଦ ଦିଅ; କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ଵରଙ୍କ ଅଭିମତ।


ଏଣୁ ତାହା ଶୁଣିବା ଦିନଠାରୁ ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା ଓ ବିନତି କରିବାରୁ କ୍ଷା; ହେଉ ନାହୁଁ, ଯେପରି ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଈଶ୍ଵରଙ୍କ ଅଭିମତ ଜ୍ଞାତ ହୋଇ


ଏଣୁ ନିର୍ବୋଧ ନ ହୋଇ ପ୍ରଭୁଙ୍କର ଇଚ୍ଛା କଅଣ, ତାହା ବୁଝ।


ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ଵରଙ୍କ ଇଚ୍ଛା କଅଣ, ଅର୍ଥାତ୍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ଵାରା ପରିବର୍ତ୍ତିତ ହୁଅ।


ଏଣୁ ହେ ମୋହର ଭାଇମାନେ, ଖ୍ରୀଷ୍ଟଙ୍କ ଶରୀର ଦ୍ଵାରା ତୁମ୍ଭେମାନେ ମଧ୍ୟ ବ୍ୟବସ୍ଥା ପ୍ରତି ମୃତ ହୋଇଅଛ, ଯେପରି ତୁମ୍ଭେମାନେ ଅନ୍ୟ ସହିତ ସଂଯୁକ୍ତ ହୁଅ, ଅର୍ଥାତ୍ ଆମ୍ଭେମାନେ ଈଶ୍ଵରଙ୍କ ନିମନ୍ତେ ଫଳ ଉତ୍ପନ୍ନ କରିବା ପାଇଁ ଯେ ମୃତ୍ୟୁରୁ ଉତ୍ଥାପିତ ହୋଇଅଛନ୍ତି, ତାହାଙ୍କ ସହିତ ସଂଯୁକ୍ତ ହୁଅ।


ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ଵରଙ୍କଠାରୁ ଜାତ ହେଲେ।


ଏହି ଦୁହିଁଙ୍କ ମଧ୍ୟରୁ କିଏ ପିତାଙ୍କର ଇଚ୍ଛା ସାଧନ କଲା? ସେମାନେ କହିଲେ, ପ୍ରଥମ ଜଣକ। ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କରଗ୍ରାହୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କ ଆଗେ ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରୁଅଛନ୍ତି।


କାରଣ ଯେ କେହି ମୋହର ସ୍ଵର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ,ଭଉଣୀ ଓ ମା।


ମୋତେ ପ୍ରଭୁ, ପ୍ରଭୁ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ଵର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ର ଯେ ମୋହର ସ୍ଵର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ପ୍ରବେଶ କରିବ।


ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଈଶ୍ଵରଙ୍କ ସମସ୍ତ ଇଚ୍ଛା ସମ୍ଵନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ।


କାରଣ ତୁମ୍ଭେମାନେ ମରିଅଛ, ଆଉ ତୁମ୍ଭମାନଙ୍କର ଜୀବନ ଈଶ୍ଵରଙ୍କଠାରେ ଖ୍ରୀଷ୍ଟଙ୍କ ସହିତ ଗୁପ୍ତ ଅଛି।


ତୁମ୍ଭେମାନେ ସୁଦ୍ଧା ଦ୍ରାକ୍ଷାକ୍ଷେତ୍ରକୁ ଯାଅ, ପୁଣି ଯାହା ନ୍ୟାଯ୍ୟ, ତାହା ତୁମ୍ଭମାନଙ୍କୁ ଦେବି; ଆଉ, ସେମାନେ ଗଲେ।


Swiv nou:

Piblisite


Piblisite