Biblia Todo Logo
Bib sou entènèt

- Piblisite -




୧ ପିତର 5:1 - ପବିତ୍ର ବାଇବଲ (Re-edited) - (BSI)

1 ଅତଏବ, ଜଣେ ସହପ୍ରାଚୀନ ପୁଣି ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ଆଗାମୀ ଗୌରବର ଅଂଶାଧିକାରୀ ଯେ ମୁଁ, ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,

Gade chapit la Kopi

ଓଡିଆ ବାଇବେଲ

1 ଅତଏବ, ଜଣେ ସହପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ଆଗାମୀ ଗୌରବର ଅଂଶାଧିକାରୀ ଯେ ମୁଁ, ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ମୁଁ ଚଣେ ବୟୋଜ୍ୟେଷ୍ଠ ନେତା ହିସାବରେ ତୁମ୍ଭମାନଙ୍କ ମଣ୍ଡଳୀର ବୟୋଜ୍ୟେଷ୍ଠ ନେତାମାନଙ୍କୁ ବିନତି କରି କହୁଛି। ଖ୍ରୀଷ୍ଟଙ୍କ ଦୁଃଖଭୋଗର ମୁଁ ଜଣେ ସାକ୍ଷୀ ଓ ତାଙ୍କର ଗୌରବ ପ୍ରକାଶିତ ହେବା ସମୟରେ ମୁଁ ସେଥିରେ ଭାଗୀ ହେବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଅତଏବ, ଜଣେ ସହ-ପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ମୁଁ ଯେ ଆଗାମୀ ଗୌରବର ଅଂଶାଧିକାରୀ, ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,

Gade chapit la Kopi

ପବିତ୍ର ବାଇବଲ

1 ତୁମ୍ଭ ଦଳରେ ଥିବା ପ୍ରାଚୀନମାନଙ୍କୁ ଏବେ ମୋର କିଛି କହିବାର ଅଛି। ମୁଁ ମଧ୍ୟ ଜଣେ ପ୍ରାଚୀନ। ମୁଁ ଖ୍ରୀଷ୍ଟଙ୍କର ଯନ୍ତ୍ରଣା ନିଜ ଆଖିରେ ଦେଖିଛିା ଆମ୍ଭକୁ ଯେଉଁ ମହିମା ଭବିଷ୍ୟତରେ ଦେଖାଇ ଦିଆଯିବ, ସେଥିରେ ମଧ୍ୟ ମୁଁ ଭାଗ ନେବି।

Gade chapit la Kopi




୧ ପିତର 5:1
38 Referans Kwoze  

ତୁମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ ଅଟ।


ତୁମ୍ଭମାନଙ୍କ ଭ୍ରାତା ଓ ଯୀଶୁଙ୍କ ସମ୍ଵନ୍ଧୀୟ କ୍ଳେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ ଯେ ମୁଁ ଯୋହନ, ମୁଁ ଈଶ୍ଵରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ଵୀପରେ ଥିଲି।


ପ୍ରାଚୀନ ଯେ ମୁଁ, ମୁଁ ମନୋନୀତା ମହିଳା ଓ ତାହାଙ୍କ ସନ୍ତାନମାନଙ୍କ ନିକଟକୁ ପତ୍ର ଲେଖୁଅଛି। ସେମାନଙ୍କୁ ମୁଁ ସତ୍ୟ ରୂପେ ପ୍ରେମ କରେ, ଆଉ କେବଳ ମୁଁ ନୁହେଁ, ମାତ୍ର ସତ୍ୟ ଜାଣିଥିବା ସମସ୍ତ ଲୋକ ମଧ୍ୟ ପ୍ରେମ କରନ୍ତି।


ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅମ୍ଳାନ ମୁକୁଟ ପାଇବ।


ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଈଶ୍ଵରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କଅଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ। ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା।, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା।


ଯେପରି ଅଗ୍ନି ଦ୍ଵାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ଵାସ, ତାହା ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ।


ଆଉ, ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ତଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ଵାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ।


ଆଉ ସେମାନେ ମଧ୍ୟ ତାହା କରି ବର୍ଣ୍ଣବ୍ବା ଓ ଶାଉଲଙ୍କ ହସ୍ତରେ ପ୍ରାଚୀନମାନଙ୍କ ନିକଟକୁ ପଠାଇଦେଲେ।


ଏହିସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହିସମସ୍ତ ବିଷୟ ସ୍ଵର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ଵାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି।


ତଥାପି ମୁଁ ବୃଦ୍ଧ ପାଉଲ, ପ୍ରେମ ହେତୁ ବରଂ ତୁମ୍ଭକୁ ଅନୁରୋଧ କରୁଅଛି, ଖ୍ରୀଷ୍ଟ ଯୀଶୁଙ୍କ ନିମନ୍ତେ ବର୍ତ୍ତମାନ ବନ୍ଦୀ ଯେ ମୁଁ,


ଅସମ୍ପୂର୍ଣ୍ଣ କାର୍ଯ୍ୟସବୁ ସମ୍ପୂର୍ଣ୍ଣ କରିବାକୁ, ପୁଣି ମୋହର ଆଦେଶାନୁସାରେ ପ୍ରତ୍ୟେକ ନଗରରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରିବାକୁ ମୁଁ କ୍ରୀତୀରେ ତୁମ୍ଭକୁ ଛାଡ଼ି ଆସିଲି;


ଅଦ୍ୟାବଧି ମୋʼ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ପ୍ରିୟଜ୍ଞାନ କରନ୍ତି, ସେସମସ୍ତଙ୍କୁ ଦେବେ।


ଦୁଇ ବା ତିନି ଜଣ ସାକ୍ଷୀଙ୍କ ବିନା କୌଣସି ପ୍ରାଚୀନଙ୍କ ବିରୁଦ୍ଧରେ ଅଭିଯୋଗ ଗ୍ରହଣ କର ନାହିଁ।


ତୁମ୍ଭେ ବୃଦ୍ଧ ବ୍ୟକ୍ତିଙ୍କୁ ତିରସ୍କାର କର ନାହିଁ, କିନ୍ତୁ ତାଙ୍କୁ ପିତୃତୁଲ୍ୟ ଜ୍ଞାନ କରି ବିନୟ କର; ଯୁବକମାନଙ୍କୁ ଭ୍ରାତୃତୁଲ୍ୟ,


କାରଣ ମୁଁ ଜାଣେ ଯେ, ତୁମ୍ଭମାନଙ୍କ ନିବେଦନ ଓ ଯୀଶୁ ଖ୍ରୀଷ୍ଟଙ୍କ ଆତ୍ମାଙ୍କ ସାହାଯ୍ୟ ଦ୍ଵାରା ଏସବୁ ମୋହର ପରିତ୍ରାଣର ଅନୁକୂଳ ହେବ,


କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ଵୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ଵରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ଵର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ।


ପରଦିନ ପାଉଲ ଆମ୍ଭମାନଙ୍କ ସହିତ ଯାକୁବଙ୍କ ଗୃହକୁ ଗଲେ, ଆଉ ସମସ୍ତ ପ୍ରାଚୀନ ସେ ସ୍ଥାନରେ ଉପସ୍ଥିତ ହେଲେ।


ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ତଳୀକି ଈଶ୍ଵର ଆପଣା ନିଜ ରକ୍ତରେ କ୍ରୟ କରିଅଛନ୍ତି, ତାହାଙ୍କର ସେହି ମଣ୍ତଳୀକି ପ୍ରତିପାଳନ କରିବା ନିମନ୍ତେ ପବିତ୍ର ଆତ୍ମା ଯେସମସ୍ତ ପଲ ମଧ୍ୟରେ ତୁମ୍ଭମାନଙ୍କୁ ଅଧ୍ୟକ୍ଷ ସ୍ଵରୂପେ ନିଯୁକ୍ତ କରିଅଛନ୍ତି,, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।


ମୀଲୀତରୁ ସେ ଏଫିସକୁ ଲୋକ ପଠାଇ ମଣ୍ତଳୀର ପ୍ରାଚୀନମାନଙ୍କୁ ଆପଣା ନିକଟକୁ ଡକାଇ ଆଣିଲେ।


ପରେ ଏହି ବିଷୟ ଆଲୋଚନା କରିବା ନିମନ୍ତେ ପ୍ରେରିତ ଓ ପ୍ରାଚୀନମାନେ ସମବେତ ହେଲେ।


ପରେ ସେମାନେ ଯିରୂଶାଲମରେ ଉପସ୍ଥିତ ହୋଇ ମଣ୍ତଳୀ, ପୁଣି ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ଵାରା ଅଭ୍ୟର୍ଥନା ପ୍ରାପ୍ତ ହେଲେ, ଆଉ ଈଶ୍ଵର ସେମାନଙ୍କ ସାଙ୍ଗରେ ଥାଇ ଯେସମସ୍ତ କାର୍ଯ୍ୟ କରିଥିଲେ, ସେହିସବୁ ବର୍ଣ୍ଣନା କଲେ।


ଏହି ଯୀଶୁଙ୍କୁ ଈଶ୍ଵର ଉଠାଇ ଅଛନ୍ତି, ସେ ବିଷୟରେ ଆମ୍ଭେମାନେ ସମସ୍ତେ ସାକ୍ଷୀ।


ସେତେ ସମୟ ଯେଉଁ ଲୋକମାନେ ଆମ୍ଭମାନଙ୍କ ସଙ୍ଗୀ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁଜଣେ ଆମ୍ଭମାନଙ୍କ ସହିତ ତାହାଙ୍କ ପୁନରୁତ୍ଥାନର ସାକ୍ଷୀ ହେବା ଆବଶ୍ୟକ।


କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତିପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୁଦା ପ୍ରଦେଶ ଓ ଶମିରୋଣ,, ପୁଣି ପୃଥିବୀର ପ୍ରା; ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।


ହଁ, ଆମ୍ଭେମାନେ ସାହସୀ ଅଟୁ, ଆଉ ଶରୀରଠାରୁ ଦୂରରେ ବାସ କରି ବରଂ ପ୍ରଭୁଙ୍କ ନିକଟରେ ନିବାସ କରିବାରେ ଆମ୍ଭମାନଙ୍କର ଅଧିକ ସନ୍ତୋଷ।


କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ, ତାହାଙ୍କୁ ଈଶ୍ଵର ମୃତମାନଙ୍କ ମଧ୍ୟରୁ ଉଠାଇ ଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ।


ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ଵାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ଵାସର ନେତା ଓ ସିଦ୍ଧିଦାତା ଯୀଶୁଙ୍କୁ ଲକ୍ଷ୍ୟକରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ।


ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବଧ୍ୟ।


ପ୍ରାଚୀନ ଯେ ମୁଁ, ମୁଁ ପ୍ରିୟତମ ଗାୟଙ୍କ ନିକଟକୁ ପତ୍ର ଲେଖୁଅଛି; ତାହାଙ୍କୁ ମୁଁ ସତ୍ୟ ରୂପେ ପ୍ରେମ କରେ।


Swiv nou:

Piblisite


Piblisite