Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 1:1 - ପବିତ୍ର ବାଇବଲ (Re-edited) - (BSI)

1 ପାଉଲ, ସିଲ୍ଵାନ ଓ ତୀମଥି, ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀୟ ମଣ୍ତଳୀ ନିକଟକୁ ପତ୍ର ଲେଖୁଅଛନ୍ତି; ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।

Gade chapit la Kopi

ଓଡିଆ ବାଇବେଲ

1 ପାଉଲ, ସିଲ୍ୱାନ ଓ ତୀମଥି ପିତା ଈଶ୍ୱର ଓ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀୟ ମଣ୍ଡଳୀ ନିକଟକୁ ପତ୍ର; ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ପାଉଲ, ସିଲ୍ୱାନ ଓ ତୀମଥିଙ୍କ ନିକଟରୁ ଥେସଲନିକାରେ ଥିବା ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ବିଶ୍ୱାସୀ ମଣ୍ଡଳୀକୁ ଏହି ପତ୍ର। ପିତା ଈଶ୍ୱର ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ପ୍ରଦତ୍ତ ହେଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପାଉଲ, ସିଲ୍ୱାନ ଓ ତୀମଥି, ପିତା ଈଶ୍ବର ଓ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀ ସହରରେ ଥିବା ମଣ୍ଡଳୀ ନିକଟକୁ ପତ୍ର; ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।

Gade chapit la Kopi

ପବିତ୍ର ବାଇବଲ

1 ପାଉଲ, ସିଲ୍ୱାନ୍ ଓ ତୀମଥିଙ୍କଠାରୁ ଥେସଲନୀକୀୟ ମଣ୍ଡଳୀ ନିକଟକୁ ପତ୍ର। ଏହି ମଣ୍ଡଳୀଟି ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଅଛି। ତୁମ୍ଭମାନଙ୍କ ପ୍ରତି ପରମେଶ୍ୱରଙ୍କ ଅନୁଗ୍ରହ ଓ ଶାନ୍ତି ହେଉ।

Gade chapit la Kopi




୧ ଥେସଲନୀକୀୟ 1:1
30 Referans Kwoze  

ଆମ୍ଭମାନଙ୍କ ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।


ପାଉଲ, ସିଲ୍ଵାନ୍ ଓ ତୀମଥି ଆମ୍ଭମାନଙ୍କ ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀୟ ମଣ୍ତଳୀ ନିକଟକୁ ପତ୍ର ଲେଖୁଅଛନ୍ତି;


ଆଉ ପୁରଙ୍କ ପୁତ୍ର ବେରୟାନିବାସୀ ସୋପାତ୍ର, ଥେସଲନୀକୀୟମାନଙ୍କ ମଧ୍ୟରୁ ଆରିସ୍ତାର୍ଖ ଓ ସେକୂନ୍ଦ, ଦର୍ବୀର ଗାୟ, ତୀମଥି, ଆଉ ଆସିଆର ଲୋକମାନଙ୍କ ମଧ୍ୟରୁ ତୁଖିକ, ଓ ତ୍ରଫିମ ତାଙ୍କ ସାଙ୍ଗରେ ଯାତ୍ରା କଲେ।


ଯେତେବେଳେ ଶୀଲା ଓ ତୀମଥି ମାକିଦନିଆରୁ ଆସିଲେ, ସେତେବେଳେ ପାଉଲ ବାକ୍ୟ ପ୍ରଚାରରେ ନିତା; ନିବିଷ୍ଟ ଥାଇ, ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯିହୁଦୀମାନଙ୍କ ନିକଟରେ ସାକ୍ଷ୍ୟ ଦେଉଥିଲେ।


ଯିହୂଦା, ଯୀଶୁ ଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭ୍ରାତା, ଯେଉଁମାନେ ଆହୂତ ଓ ପିତା ଈଶ୍ଵରଙ୍କ ପ୍ରିୟପାତ୍ର, ପୁଣି ଯୀଶୁ ଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ।, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।


ଈଶ୍ଵରଙ୍କ ସତ୍ୟ ଅନୁଗ୍ରହ ଯେ ଏହିପ୍ରକାର, ଏ ବିଷୟରେ ସାକ୍ଷ୍ୟ ଦେଇ ତୁମ୍ଭମାନଙ୍କୁ ଉତ୍ସାହ ଦେବା ନିମନ୍ତେ ସିଲ୍ଵାନଙ୍କ ଦ୍ଵାରା ମୁଁ ସଂକ୍ଷେପରେ ପତ୍ର ଲେଖିଲି; ମୋʼ ବୋଧରେ ସେ ଜଣେ ବିଶ୍ଵସ୍ତ ଭ୍ରାତା। ତୁମ୍ଭେମାନେ ଏହି ଅନୁଗ୍ରହରେ ସୁସ୍ଥିର ହୋଇଥାଅ।


କାରଣ ଈଶ୍ଵରଙ୍କ ପୁତ୍ର ଖ୍ରୀଷ୍ଟ ଯୀଶୁ, ଯେ ଆମ୍ଭମାନଙ୍କ ଦ୍ଵାରା, ଅର୍ଥାତ୍, ମୋʼ ଦ୍ଵାରା ଏବଂ ସିଲ୍ଵାନ ଓ ତୀମଥିଙ୍କ ଦ୍ଵାରା ତୁମ୍ଭମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ସେ ହଁ ଓ ନା ହୋଇ ନାହାନ୍ତି, ବରଂ ତାହାଙ୍କଠାରେ ହଁ ହୋଇଅଛି।


ପୁଣି, ଯେଉଁମାନେ ତାଙ୍କର ସେବା କରୁଥିଲେ, ସେମାନଙ୍କ ମଧ୍ୟରୁ ତୀମଥି ଓ ଏରାଷ୍ଟ, ଏହି ଦୁଇ ଜଣଙ୍କୁ ମାକିଦନିଆକୁ ପ୍ରେରଣ କରି ସେ ଆପେ କିଛି କାଳ ପର୍ଯ୍ୟନ୍ତ ଆସିଆରେ ରହିଲେ।


ଥେସଲନୀକୀରେ ଥିବା ଯିହୁଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ। ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି ଏହିସମସ୍ତ ସତ୍ୟକି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ।


ଆମ୍ଭମାନଙ୍କର ଭ୍ରାତା ତୀମଥି ମୁକ୍ତ ହୋଇଅଛନ୍ତି ବୋଲି ଜାଣିବ; ଯଦି ସେ ଶୀଘ୍ର ଆସନ୍ତି, ତେବେ ତାହାଙ୍କ ସଙ୍ଗରେ ମୁଁ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବି।


ପ୍ରିୟ ପୁତ୍ର ତୀମଥିଙ୍କ ନିକଟକୁ ପତ୍ର ଲେଖୁଅଛି; ପିତା ଈଶ୍ଵର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ।


ଧର୍ମବିଶ୍ଵାସରେ ଆପଣା ଯଥାର୍ଥ ପୁତ୍ର ତୀମଥିଙ୍କ ନିକଟକୁ ପତ୍ର ଲେଖୁଅଛି; ପିତା ଈଶ୍ଵର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ।


ପାଉଲ, ଈଶ୍ଵରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ, ଆଉ ଭ୍ରାତା


ପାଉଲ ଓ ତୀମଥି, ଖ୍ରୀଷ୍ଟ ଯୀଶୁଙ୍କର ଦୁଇ ଦାସ, ଫିଲିପ୍‍ପୀରେ ଥିବା ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ ଲେଖୁଅଛନ୍ତି;


ଆମ୍ଭମାନଙ୍କ ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।


ଯିହୂଦା ପ୍ରଦେଶର ଖ୍ରୀଷ୍ଟାଶ୍ରିତ ମଣ୍ତଳୀସମୂହ ନିକଟରେ ମୁଁ ବ୍ୟକ୍ତିଗତଭାବେ ପରିଚିତ ନ ଥିଲି;


ଆଉ ମୋହର ସାଙ୍ଗରେ ଥିବା ଭାଇ ସମସ୍ତେ ଗାଲାତୀୟ ମଣ୍ତଳୀ-ସମୂହକୁ ଲେଖୁଅଛୁ;


ପାଉଲ, ଈଶ୍ଵରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ, ଆଉ ଭ୍ରାତା ତୀମଥି, କରିନ୍ଥରେ ଥିବା ଈଶ୍ଵରଙ୍କ ମଣ୍ତଳୀ, ପୁଣି ସମୁଦାୟ ଆଖାୟାରେ ଥିବା ସମସ୍ତ ସାଧୁଙ୍କ ନିକଟକୁ ପତ୍ର ଲେଖୁଅଛନ୍ତି;


କରିନ୍ଥରେ ଥିବା ଈଶ୍ଵରଙ୍କ ମଣ୍ତଳୀ ନିକଟକୁ ଲେଖୁଅଛନ୍ତି; ଯେଉଁମାନେ ସର୍ବତ୍ର, ସେମାନଙ୍କ ଓ ଆମ୍ଭମାନଙ୍କ ସ୍ଥାନରେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପ୍ରାର୍ଥନା କରନ୍ତି, ସେସମସ୍ତଙ୍କ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ରୀକୃତ ଓ ଆହୂତ ସାଧୁ ଯେ ତୁମ୍ଭେମାନେ,


ସେଥିରେ ସେ ଦୀପ ଆଣିବାକୁ କହି ଡେଇଁପଡ଼ି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କର ସମ୍ମୁଖରେ ପଡ଼ିଗଲେ,


କିନ୍ତୁ ପ୍ରାୟ ମଧ୍ୟରାତ୍ରରେ ପାଉଲ ଓ ଶୀଲା ଈଶ୍ଵରଙ୍କ ନିକଟରେ ପ୍ରାର୍ଥନା ଓ ସ୍ତବଗାନ କରୁଥିଲେ, ଆଉ ବନ୍ଦୀମାନେ ଶୁଣୁଥିଲେ।


କିନ୍ତୁ ତାʼର କର୍ତ୍ତାମାନେ ଆପଣାମାନଙ୍କ ଲାଭର ଆଶା ଚାଲିଗଲା ବୋଲି ଦେଖି ପାଉଲ ଓ ଶୀଲାଙ୍କୁ ଧରି ସେମାନଙ୍କୁ ଛକସ୍ଥାନକୁ ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣି ଘେନିଗଲେ।


କିନ୍ତୁ ପାଉଲ ଶୀଲାଙ୍କୁ ମନୋନୀତ କରି ଭାଇମାନଙ୍କ ଦ୍ଵାରା ପ୍ରଭୁଙ୍କ ଅନୁଗ୍ରହରେ ସମର୍ପିତ ହୋଇ ପ୍ରସ୍ଥାନ କଲେ,


ଏଣୁ ଆମ୍ଭେମାନେ ଯିହୂଦା ଓ ଶୀଲାଙ୍କୁ ପଠାଇଲୁ, ଏମାନେ ମଧ୍ୟ ମୁଖରେ ଆପଣମାନଙ୍କୁ ସେହିସମସ୍ତ କଥା ଜଣାଇଦେବେ।


ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିତ ଅଛି।


ସେତେବେଳେ ପ୍ରେରିତ ଓ ପ୍ରାଚୀନମାନେ ସମସ୍ତ ମଣ୍ତଳୀ ସହିତ ଆପଣାମାନଙ୍କ ମଧ୍ୟରୁ ଲୋକ, ଅର୍ଥାତ୍, ଭ୍ରାତୃବୃନ୍ଦଙ୍କ ମଧ୍ୟରେ ଅଗ୍ରଗଣ୍ୟ ବର୍ଶବ୍ବା ନାମରେ ଖ୍ୟାତ ଯିହୂଦା ଓ ଶୀଲାଙ୍କୁ ମନୋନୀତ କରି ପାଉଲ ଓ ବର୍ଣ୍ଣବ୍ବାଙ୍କ ସହିତ ଆନ୍ତିୟଖିଆକୁ ପଠାଇବାକୁ ବିହିତ ବୁଝିଲେ,


Swiv nou:

Piblisite


Piblisite