Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 1:7 - ପବିତ୍ର ବାଇବଲ (Re-edited) - (BSI)

7 ଏପରକି ତୁମ୍ଭେମାନେ ମାକିଦନିଆ ଓ ଆଖାୟା ନିବାସୀ ସମସ୍ତ ବିଶ୍ଵାସୀଙ୍କ ପ୍ରତି ଆଦର୍ଶ ସ୍ଵରୂପ ହୋଇଥିଲ।

Gade chapit la Kopi

ଓଡିଆ ବାଇବେଲ

7 ଯେପରିକି ତୁମ୍ଭେମାନେ ମାକିଦନିଆ ଓ ଆଖାୟା ନିବାସୀ ସମସ୍ତ ବିଶ୍ୱାସୀଙ୍କ ପ୍ରତି ଆଦର୍ଶ ସ୍ୱରୂପ ହୋଇଥିଲ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ତେଣୁ ତୁମ୍ଭେମାନେ ମାସିଦୋନିଆ ଓ ଆଖାୟାରେ ଥିବା ସମସ୍ତ ବିଶ୍ୱାସୀଙ୍କ ନିମନ୍ତେ ଆଦର୍ଶ ସ୍ୱରୂପ ହୋଇଥିଲ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଯେପରିକି ତୁମ୍ଭେମାନେ ମାକିଦନିଆ ଓ ଆଖାୟା ନିବାସୀ ସମସ୍ତ ବିଶ୍ୱାସୀଙ୍କ ପ୍ରତି ଆଦର୍ଶ ସ୍ୱରୂପ ହୋଇଥିଲ।

Gade chapit la Kopi

ପବିତ୍ର ବାଇବଲ

7 ମାକିଦନିଆ ଓ ଆଖାୟାର ବିଶ୍ୱାସୀ ଲୋକମାନଙ୍କ ପାଇଁ ତୁମ୍ଭେମାନେ ଆଦର୍ଶ ହୋଇଥିଲ।

Gade chapit la Kopi




୧ ଥେସଲନୀକୀୟ 1:7
14 Referans Kwoze  

ତୁମ୍ଭେ ନିଜେ ଆପଣା ଆଚରଣରେ ଉତ୍ତମତାର ଆଦର୍ଶ ଦେଖାଅ, ଶିକ୍ଷାରେ ଅକୃତ୍ରିମ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ତନୀୟ ବାକ୍ୟ ପ୍ରକାଶ କର,


ପୁଣି ଯେଉଁମାନଙ୍କର ଦାୟିତ୍ଵଭାର ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଛି, ସେମାନଙ୍କ ଉପରେ କର୍ତ୍ତାପଣ ନ କରି ପଲର ଆଦର୍ଶ ସ୍ଵରୂପ ହୋଇ ତାହା କର।


ତୁମ୍ଭର ଯୌବନାବସ୍ଥା ସକାଶେ କେହି ତୁମ୍ଭକୁ ତୁଚ୍ଛ ନ କରୁ, କିନ୍ତୁ ବାକ୍ୟରେ, ଆଚରଣରେ, ପ୍ରେମରେ, ବିଶ୍ଵାସରେ ଓ ପବିତ୍ରତାରେ ବିଶ୍ଵାସୀମାନଙ୍କର ଆଦର୍ଶ ସ୍ଵରୂପ ହୁଅ।


କାରଣ ତୁମ୍ଭମାନଙ୍କଠାରୁ ପ୍ରଭୁଙ୍କର ବାକ୍ୟ ଯେ କେବଳ ମାକିଦନିଆ ଓ ଆଖାୟାରେ ଘୋଷିତ ହୋଇଅଛି, ତାହା ନୁହେଁ, ମାତ୍ର ଈଶ୍ଵରଙ୍କ ପ୍ରତି ତୁମ୍ଭମାନଙ୍କ ବିଶ୍ଵାସର ବିଷୟ ସର୍ବତ୍ର ଏପରି ବ୍ୟାପ୍ତ ହୋଇଅଛି ଯେ, ସେ ସମ୍ଵନ୍ଧରେ ଆମ୍ଭମାନଙ୍କର କିଛି କହିବା ଆବଶ୍ୟକ ନାହିଁ।


ସେଠାରୁ ଫିଲିପ୍‍ପୀକୁ ଗଲୁ, ଏହା ମାକିଦନିଆର ସେହି ଅଞ୍ଚଳର ଏକ ପ୍ରଧାନ ନଗର, ପୁଣି ଗୋଟିଏ ରୋମୀୟ ଉପନିବେଶ; ସେହି ନଗରରେ ଆମ୍ଭେମାନେ କେତେକ ଦିନ ରହିଲୁ।


ପାଉଲ, ଈଶ୍ଵରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ, ଆଉ ଭ୍ରାତା ତୀମଥି, କରିନ୍ଥରେ ଥିବା ଈଶ୍ଵରଙ୍କ ମଣ୍ତଳୀ, ପୁଣି ସମୁଦାୟ ଆଖାୟାରେ ଥିବା ସମସ୍ତ ସାଧୁଙ୍କ ନିକଟକୁ ପତ୍ର ଲେଖୁଅଛନ୍ତି;


ସେମାନେ, ଅର୍ଥାତ୍ ପିତର, ଯୋହନ, ଯାକୁବ, ଆନ୍ଦ୍ରୀୟ, ଫିଲିପ୍ପ, ଥୋମା, ବାର୍ଥଲମୀ, ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ, ‘ଉଦ୍ଯୋଗୀʼ ଶିମୋନ ଓ ଯାକୁବଙ୍କ ପୁତ୍ର ଯିହୂଦା, ନଗରରେ ପ୍ରବେଶ କରି, ଯେଉଁ ଉପର କୋଠରିରେ ସେମାନେ ବାସ କରୁଥିଲେ, ସେଠାକୁ ଗଲେ।


ପୁଣି, ପ୍ରକୃତରେ ସମୁଦାୟ ମାକିଦନିଆରେ ଥିବା ସମସ୍ତ ଭାଇଙ୍କ ପ୍ରତି ତୁମ୍ଭେମାନେ ତାହା କରୁଅଛ। ତଥାପି, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆହୁରି ଅଧିକ ରୂପେ ତାହା କର,


କାରଣ ମୁଁ ତୁମ୍ଭମାନଙ୍କର ଆଗ୍ରହ ଜାଣେ, ଆଉ ସେ ସମ୍ଵନ୍ଧରେ ମାକିଦନିଆ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କ ବିଷୟରେ ମୁଁ ଦର୍ପ କରେ ଯେ, ଆଖାୟା ଗତବର୍ଷରୁ ପ୍ରସ୍ତୁତ ହେଲାଣି, ପୁଣି ତୁମ୍ଭମାନଙ୍କ ଉଦ୍ଯୋଗ ସେମାନଙ୍କ ମଧ୍ୟରୁ ଅଧିକାଂଶ ଲୋକଙ୍କୁ ଉତ୍ସାହିତ କରିଅଛି।


ଏହିସମସ୍ତ ଘଟଣା ପରେ ସେ ଆଥୀନୀରୁ ପ୍ରସ୍ଥାନ କରି କରିନ୍ଥକୁ ଆସିଲେ।


କିନ୍ତୁ ଗାଲ୍ଲିୟୋନ୍ ଆଖାୟାର ଶାସନକର୍ତ୍ତା ଥିବା ସମୟରେ ଯିହୁଦୀମାନେ ପାଉଲଙ୍କ ବିରୁଦ୍ଧରେ ଏକମତ ହୋଇଉଠି ତାଙ୍କୁ ବିଚାରାସନ ଛାମୁକୁ ଘେନିଆସି କହିଲେ,


ଏହିସମସ୍ତ ବିଷୟ ଶେଷ ହେଲା ଉତ୍ତାରେ ପାଉଲ ମାକିଦନିଆ ଓ ଆଖାୟା ଦେଇ ଯିରୂଶାଲମକୁ ଯିବାକୁ ମନରେ ସ୍ଥିର କରି କହିଲେ, ସେଠାକୁ ଗଲା ଉତ୍ତାରେ ମୋତେ ରୋମକୁ ମଧ୍ୟ ଯିବାକୁ ହେବ।


କାରଣ ଯିରୂଶାଲମସ୍ଥ ସାଧୁମାନଙ୍କ ମଧ୍ୟରେ ଯେଉଁମାନେ ଦରିଦ୍ର, ସେମାନଙ୍କ ନିମନ୍ତେ ମାକିଦନିଆ ଓ ଆଖାୟାର ମଣ୍ତଳୀସମୂହ ସହଭାଗିତା-ସୂଚକ କିଛି ଦାନ ସଂଗ୍ରହ କରିବାକୁ ଭଲ ମଣିଅଛନ୍ତି।


Swiv nou:

Piblisite


Piblisite