Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 2:2 - ପବିତ୍ର ବାଇବଲ (Re-edited) - (BSI)

2 ମାତ୍ର ଯେପରି ତୁମ୍ଭେମାନେ ଜାଣ, ଆମ୍ଭେମାନେ ସେଥିପୂର୍ବେ ଫିଲିପ୍‍ପୀରେ ଦୁଃଖ ଓ ଅତ୍ୟାଚାର ଭୋଗ କଲା ଉତ୍ତାରେ ତୁମ୍ଭମାନଙ୍କ ନିକଟରେ ଅତିଶୟ ପ୍ରାଣପଣେ ଈଶ୍ଵରଙ୍କ ସୁସମାଚାର ପ୍ରଚାର କରିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ଵରଙ୍କ ଦ୍ଵାରା ସାହସପ୍ରାପ୍ତ ହୋଇଥିଲୁ।

Gade chapit la Kopi

ଓଡିଆ ବାଇବେଲ

2 ମାତ୍ର ଯେପରି ତୁମ୍ଭେମାନେ ଜାଣ, ଆମ୍ଭେମାନେ ସେଥିପୂର୍ବେ ଫିଲିପ୍ପୀରେ ଦୁଃଖ ଓ ଅତ୍ୟାଚାର ଭୋଗ କଲା ଉତ୍ତାରେ ତୁମ୍ଭମାନଙ୍କ ନିକଟରେ ଅତିଶୟ ପ୍ରାଣପଣେ ଈଶ୍ୱରଙ୍କ ସୁସମାଚାର ପ୍ରଚାର କରିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ୱରଙ୍କ ଦ୍ୱାରା ସାହସ ପ୍ରାପ୍ତ ହୋଇଥିଲୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଥେସଲନିକାରେ ତୁମ୍ଭମାନଙ୍କ ନିକଟକୁ ଆସିବା ପୂର୍ବରୁ ଫିଲିପ୍ପୀରେ ଆମ ପ୍ରତି କିପରି ଦୁର୍ବ୍ୟବହାର ଓ ଅପମାନ କରାଯାଇଥିଲା, ତାହା ତୁମ୍ଭେମାନେ ଜାଣ। ତଥାପି ବହୁ ବିରୋଧ ସତ୍ତେ୍ୱ, ଈଶ୍ୱରଙ୍କଠାରୁ ମିଳିଥିବା ସୁସମାଚାର ତୁମ୍ଭମାନଙ୍କୁ ଜଣାଇବା ନିମନ୍ତେ ସେ ଆମକୁ ସାହସ ଦେଇଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମାତ୍ର ଯେପରି ତୁମ୍ଭେମାନେ ଜାଣ, ଆମ୍ଭେମାନେ ସେଥିପୂର୍ବେ ଫିଲିପ୍ପୀରେ ଦୁଃଖ ଓ ଅତ୍ୟାଚାର ଭୋଗ କଲା ଉତ୍ତାରେ ତୁମ୍ଭମାନଙ୍କ ନିକଟରେ ଅତିଶୟ ପ୍ରାଣପଣ ଈଶ୍ବରଙ୍କ ସୁସମାଚାର ପ୍ରଚାର କରିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ବରଙ୍କ ଦ୍ୱାରା ସାହସ ପ୍ରାପ୍ତ ହୋଇଥିଲୁ।

Gade chapit la Kopi

ପବିତ୍ର ବାଇବଲ

2 ତୁମ୍ଭମାନଙ୍କ ପାଖକୁ ଯିବା ପୂର୍ବରୁ ଫିଲି‌ପ୍‌ପୀଠାରେ ଆମ୍ଭେ ଦୁଃଖ ଓ ଅପମାନ ପାଇଥିଲୁ। ଏହି ବିଷୟରେ ତୁମ୍ଭେମାନେ ଜାଣିଛ। ଆମ୍ଭେମାନେ ଯେତେବେଳେ ତୁମ୍ଭମାନଙ୍କ ପାଖକୁ ଗଲୁ, ସେତେବେଳେ ଅନେକ ଲୋକ ଆମ୍ଭର ବିରୁଦ୍ଧ ଥିଲେ। କିନ୍ତୁ ପରମେଶ୍ୱରଙ୍କ ସାହାଯ୍ୟରୁ ଆମ୍ଭେ ସାହସୀ ହୋଇ ପାରିଲୁ। ତୁମ୍ଭମାନଙ୍କୁ ତାହାଙ୍କର ସୁସମାଗ୍ଭର କହିବା ପାଇଁ ସେ ଆମ୍ଭକୁ ସାହାଯ୍ୟ କଲେ।

Gade chapit la Kopi




୧ ଥେସଲନୀକୀୟ 2:2
27 Referans Kwoze  

ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ, ଏହା ବୁଝି ଚମତ୍କୃତ ହେଲେ, ପୁଣି ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ,


ଏହି କାରଣରୁ ମଧ୍ୟ ମୁଁ ଏହିସବୁ ଦୁଃଖ ଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ଵାସ କରିଅଛି, ତାହାଙ୍କୁ ଜାଣେ, ପୁଣି ମୁଁ ତାହାଙ୍କ ହସ୍ତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ ରୂପେ ବିଶ୍ଵାସ କରୁଅଛି।


କିନ୍ତୁ ପାଉଲ ସେମାନଙ୍କୁ କହିଲେ, ରୋମୀୟ ଲୋକ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ବିଚାର ନ କରି ସେମାନେ ପ୍ରକାଶରେ ଆମ୍ଭମାନଙ୍କୁ ପ୍ରହାର କଲା ପରେ କାରାଗାରରେ ପକାଇ ଅଛନ୍ତି, ଆଉ ଏବେ କି ଗୋପନରେ ଆମ୍ଭମାନଙ୍କୁ ଛାଡ଼ି ଦେଉଅଛନ୍ତି? ତାହା ହେବ ନାହିଁ, ମାତ୍ର ସେମାନେ ନିଜେ ଆସି ଆମ୍ଭମାନଙ୍କୁ ବାହାରକୁ ଘେନିଯାଉନ୍ତୁ।


ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟ; ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲା; ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ନିମନ୍ତେ ଆମ୍ଭେମାନେ କିପ୍ରକାରେ ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ।


କାରଣ ତୁମ୍ଭମାନଙ୍କ ଓ ଲାଅଦିକିଆର ଲୋକମାନଙ୍କ, ପୁଣି ଯେତେ ଲୋକ ମୋହର ମୁଖ ଦେଖି ନାହାନ୍ତି, ସେସମସ୍ତଙ୍କ ନିମନ୍ତେ ମୁଁ ଯେ କେତେ ପ୍ରାଣପଣ କରିଥାଏ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା;


ତେଣୁ ସେ ସମାଜଗୃହରେ ଯିହୁଦୀ ଓ ଯିହୁଦୀ-ମତାବଲମ୍ଵୀ ବିଜାତୀୟମାନଙ୍କ ସହିତ, ଆଉ ବଜାର-ଛକରେ ପ୍ରତିଦିନ ଯେଉଁମାନଙ୍କ ସାଙ୍ଗରେ ଦେଖା ହେଉଥିଲା, ସେମାନଙ୍କୁ ଉପଦେଶ ଦେଉଥିଲେ।


ସେମାନେ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ପ୍ରଭୁଙ୍କ ଉପରେ ନିର୍ଭର କରି ସାହସରେ ପ୍ରଚାର କଲେ; ଆଉ, ସେ ସେମାନଙ୍କ ହସ୍ତ ଦ୍ଵାରା ନାନା ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧନ କରି ଆପଣା ଅନୁଗ୍ରହବାକ୍ୟ ସପକ୍ଷରେ ସାକ୍ଷ୍ୟ ଦେଲେ।


ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ;


ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପିଉଠିଲା, ପୁଣି ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୋଇ, ସାହସରେ ଈଶ୍ଵରଙ୍କ ବାକ୍ୟ କହିବାକୁ ଲାଗିଲେ।


କାରଣ ଆମ୍ଭେମାନେ ଯାହା ଯାହା ଦେଖିଅଛୁ ଓ ଶୁଣିଅଛୁ, ସେହିସବୁ ନ କହି ରହି ନ ପାରୁ।


ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ପରିତ୍ରାଣ ସମ୍ଵନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯନିଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ଵାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ପାଇଁ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି।


ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଈଶ୍ଵରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ଵାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ।


ସେଠାରୁ ଫିଲିପ୍‍ପୀକୁ ଗଲୁ, ଏହା ମାକିଦନିଆର ସେହି ଅଞ୍ଚଳର ଏକ ପ୍ରଧାନ ନଗର, ପୁଣି ଗୋଟିଏ ରୋମୀୟ ଉପନିବେଶ; ସେହି ନଗରରେ ଆମ୍ଭେମାନେ କେତେକ ଦିନ ରହିଲୁ।


ଯେତେବେଳେ ବିଜାତି ଓ ଯିହୁଦୀମାନେ ସେମାନଙ୍କର ଅଧ୍ୟକ୍ଷମାନଙ୍କ ସହିତ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କରିବାକୁ ଓ ପଥର ଫୋପାଡ଼ିବାକୁ ଉଠିଲେ,


କିନ୍ତୁ ତାʼର କର୍ତ୍ତାମାନେ ଆପଣାମାନଙ୍କ ଲାଭର ଆଶା ଚାଲିଗଲା ବୋଲି ଦେଖି ପାଉଲ ଓ ଶୀଲାଙ୍କୁ ଧରି ସେମାନଙ୍କୁ ଛକସ୍ଥାନକୁ ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣି ଘେନିଗଲେ।


ପରେ ସେମାନେ ଆଂଫିପଲି ଓ ଆପଲ୍ଲୋନିଆ ଦେଇ ଯାତ୍ରା କରି ଥେସଲନୀକୀକୁ ଆସିଲେ; ସେଠାରେ ଯିହୁଦୀମାନଙ୍କର ଗୋଟିଏ ସମାଜଗୃହ ଥିଲା।


ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ଓ ଆହୂତଣଜଣେ ପ୍ରେରିତ, ପୁଣି ଈଶ୍ଵର ଆପଣା ପୁତ୍ର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ଵନ୍ଧରେ ନିଜର ଯେଉଁ ସୁସମାଚାର ଧର୍ମଶାସ୍ତ୍ରରେ ଆପଣା ଭାବବାଦୀମାନଙ୍କ ଦ୍ଵାରା ପୂର୍ବରେ ପ୍ରତିଜ୍ଞା କରିଥିଲେ , ସେହି ସୁସମାଚାର ନିମନ୍ତେ ପୃଥକୀକୃତ,


ଅତଏବ, ଏହି ପ୍ରକାର ଭରସା ପ୍ରାପ୍ତ ହୋଇ ଆମ୍ଭେମାନେ ଅତି ସାହସିକ ଅଟୁ,


Swiv nou:

Piblisite


Piblisite