Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 2:4 - ପବିତ୍ର ବାଇବଲ (Re-edited) - (BSI)

4 କିନ୍ତୁ ଆମ୍ଭମାନଙ୍କ ହସ୍ତରେ ସୁସମାଚାର ପ୍ରଚାରର ଭାର ସମର୍ପିତ ହେବା ନିମନ୍ତେ ଆମ୍ଭେମାନେ ଯେରୂପେ ଈଶ୍ଵରଙ୍କ କର୍ତ୍ତୃକ ଯୋଗ୍ୟ ଗଣିତ ହୋଇଅଛୁ, ସେହିରୂପେ ଆମ୍ଭେମାନେ ପ୍ରଚାର କରୁ; ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରିବା ଉଦ୍ଦେଶ୍ୟରେ ତାହା କରୁ ନାହୁଁ, ବରଂ ଆମ୍ଭମାନଙ୍କ ହୃଦୟର ପରୀକ୍ଷକ ଯେ ଈଶ୍ଵର , ତାହାଙ୍କୁ ସନ୍ତୁଷ୍ଟ କରିବା ଉଦ୍ଦେଶ୍ୟରେ ତାହା କରୁ।

Gade chapit la Kopi

ଓଡିଆ ବାଇବେଲ

4 କିନ୍ତୁ ଆମ୍ଭମାନଙ୍କ ହସ୍ତରେ ସୁସମାଚାର ପ୍ରଚାରର ଭାର ସମର୍ପିତ ହେବା ନିମନ୍ତେ ଆମ୍ଭେମାନେ ଯେରୂପେ ଈଶ୍ୱରଙ୍କ ଦ୍ୱାରା ଯୋଗ୍ୟ ଗଣିତ ହୋଇଅଛୁ, ସେହିରୂପେ ଆମ୍ଭେମାନେ ପ୍ରଚାର କରୁଅଛୁ; ଅତଏବ ଆମ୍ଭମାନଙ୍କ ହୃଦୟର ପରୀକ୍ଷକ ଯେ ଈଶ୍ୱର, ବରଂ ଆମ୍ଭେମାନେ ମନୁଷ୍ୟକୁ ସନ୍ତୁଷ୍ଟ ନ କରି ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ଉଦ୍ଦେଶ୍ୟରେ ତାହା କରୁଅଛୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 କେବଳ ଈଶ୍ୱରଙ୍କ ଇଚ୍ଛାନୁରୂପ କଥା ଆମେ ସବୁବେଳେ କହିଥାଉ; କାରଣ ସେ ଆମକୁ ଯୋଗ୍ୟ ମନେ କରି ଆମ ଉପରେ ସୁସମାଚାର ପ୍ରଚାରର ଦାୟିତ୍ୱ ନ୍ୟସ୍ତ କରିଛନ୍ତି। ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରିବା ଆମର ଉଦ୍ଦେଶ୍ୟ ନୁହେଁ। ଯେଉଁ ଈଶ୍ୱର ଆମ ମନର ଅଭିପ୍ରାୟ ପରୀକ୍ଷା କରି ଦେଖନ୍ତି, କେବଳ ତାଙ୍କୁ ସନ୍ତୁଷ୍ଟ କରିବା ନିମନ୍ତେ ଆମେ ଚେଷ୍ଟା କରିଥାଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କିନ୍ତୁ ଆମ୍ଭମାନଙ୍କ ହସ୍ତରେ ସୁସମାଚାର ପ୍ରଚାରର ଭାର ସମର୍ପିତ ହେବା ନିମନ୍ତେ ଆମ୍ଭେମାନେ ଯେରୂପେ ଈଶ୍ବରଙ୍କ ଦ୍ୱାରା ଯୋଗ୍ୟ ଗଣିତ ହୋଇଅଛୁ, ସେହିରୂପେ ଆମ୍ଭେମାନେ ପ୍ରଚାର କରୁଅଛୁ; ଅତଏବ ଆମ୍ଭମାନଙ୍କ ହୃଦୟର ପରୀକ୍ଷକ ଯେ ଈଶ୍ବର, ବରଂ ଆମ୍ଭେମାନେ ମନୁଷ୍ୟକୁ ସନ୍ତୁଷ୍ଟ ନ କରି ଈଶ୍ବରଙ୍କୁ ସନ୍ତୁଷ୍ଟ କରିବା ଉଦ୍ଦେଶ୍ୟରେ ତାହା କରୁଅଛୁ।

Gade chapit la Kopi

ପବିତ୍ର ବାଇବଲ

4 ପରମେଶ୍ୱର ଆମ୍ଭକୁ ପରୀକ୍ଷା କରି ଓ ବିଶ୍ୱାସ କରି ସୁସମାଗ୍ଭର କହିବା ଦାୟିତ୍ୱ ଦେଇଥିବାରୁ ଆମ୍ଭେ ସୁସମାଗ୍ଭର ପ୍ରଗ୍ଭର କରୁଛୁ। ଅତଏବ ଯେତେବେଳେ ଆମ୍ଭେ କିଛି କହୁ ମନୁଷ୍ୟକୁ ସନ୍ତୁଷ୍ଟ କଲାପରି ନୁହେଁ, ପରମେଶ୍ୱରଙ୍କୁ ଖୁସୀ କରିବା ଆମ୍ଭର ଉଦ୍ଦେଶ୍ୟ ଅଟେ। ପରମେଶ୍ୱର ଆମ୍ଭର ହୃଦୟ ଗୁଡ଼ିକୁ ପରୀକ୍ଷା କରନ୍ତି।

Gade chapit la Kopi




୧ ଥେସଲନୀକୀୟ 2:4
38 Referans Kwoze  

ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ଵା ଈଶ୍ଵରଙ୍କର ପ୍ରିୟପାତ୍ର ହେବାକୁ ଯନି କରୁଅଛି? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସାାହୁଅନ୍ତି ନାହିଁ।


ପୁଣି, ଯେ ଆମ୍ଭମାନଙ୍କ ହୃଦୟ ଅନୁସନ୍ଧାନ କରନ୍ତି, ସେ ଆତ୍ମାଙ୍କ ଭାବ କଅଣ, ତାହା ଜାଣନ୍ତି, କାରଣ ସେ ଈଶ୍ଵରଙ୍କ ଇଚ୍ଛାନୁସାରେ ସାଧୁମାନଙ୍କ ନିମନ୍ତେ ନିବେଦନ କରନ୍ତି।


ବରଂ ଅନ୍ୟ ପକ୍ଷରେ ଯେତେବେଳେ ସେମାନେ ଦେଖିଲେ ଯେ, ପିତରଙ୍କୁ ଯେପରି ସୁନ୍ନତିମାନଙ୍କ ମଧ୍ୟରେ, ମୋତେ ସେହିପରି ଅସୁନ୍ନତିମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରିବାର ଭାର ଅର୍ପିତ ହୋଇଅଛି,


ତୁମ୍ଭ ହସ୍ତରେ ସମର୍ପିତ ଯେଉଁ ଉତ୍ତମ ବିଷୟ, ତାହା ଆମ୍ଭମାନଙ୍କଠାରେ ବାସ କରୁଥିବା ପବିତ୍ର ଆତ୍ମାଙ୍କ ଦ୍ଵାରା ସୁରକ୍ଷା କର।


ତୁମ୍ଭେ ମୋହର ଅନ୍ତଃକରଣ ପରୀକ୍ଷା କରିଅଛ; ତୁମ୍ଭେ ରାତ୍ରିକାଳରେ ମୋର ତତ୍ତ୍ଵାନୁସନ୍ଧାନ କରିଅଛ; ତୁମ୍ଭେ ମୋତେ ପରଖ କରି କିଛି ପାଇ ନାହଁନ୍ତ ମୋହର ମୁଖ ଅପରାଧ ନ କରିବ ବୋଲି ମୁଁ ସ୍ଥିର କରିଅଛି।


ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ ତାହା କର ନାହିଁ, କିନ୍ତୁ ଖ୍ରୀଷ୍ଟଙ୍କ ଦାସ ପରି ଅନ୍ତର ସହ ଈଶ୍ଵରଙ୍କ ଇଚ୍ଛା ସାଧନ କର।


ସେହି ଅନ; ଜୀବନ, ସତ୍ୟବାଦୀ ଈଶ୍ଵର ଅନାଦିକାଳ ପୂର୍ବେ ପ୍ରତିଜ୍ଞା କରି ଯଥା ସମୟରେ ଆପଣା ବାକ୍ୟ ପ୍ରଚାର ଦ୍ଵାରା ପ୍ରକାଶ କଲେ; ସେହି ବାକ୍ୟ ପ୍ରଚାର କରିବାର ଭାର ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ଵରଙ୍କ ଆଜ୍ଞାନୁସାରେ ମୋʼଠାରେ ସମର୍ପିତ ହୋଇଅଛି।


ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମଠାରୁ କ୍ଷୁଦ୍ର ଯେ ମୁଁ, ମୋତେ ବିଜାତିମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,


ମାତ୍ର ଆମ୍ଭେମାନେ ଲଜ୍ଜାଜନକ ଗୁପ୍ତ ବିଷୟସବୁ ପରିତ୍ୟାଗ କରିଅଛୁ; ଏଣୁ ଆମ୍ଭେମାନେ ଧୁର୍ତ୍ତତାରେ ଆଚରଣ କରୁ ନାହୁଁ ଅବା ଈଶ୍ଵରଙ୍କ ବାକ୍ୟ ଛଳରେ ବ୍ୟବହାର କରୁ ନାହୁଁ, କିନ୍ତୁ ସତ୍ୟ ପ୍ରକାଶ ଦ୍ଵାରା ଈଶ୍ଵରଙ୍କ ସାକ୍ଷାତରେ ପ୍ରତ୍ୟେକ ମନୁଷ୍ୟର ବିବେକ ନିକଟରେ ଆପଣା ଆପଣାକୁ ଯୋଗ୍ୟ ଦେଖାଉଅଛୁ।


ତୁମ୍ଭେ ମନ୍ତ୍ରଣାରେ ମହାନ ଓ କ୍ରିୟାରେ ପରାକ୍ରାନ୍ତ; ପ୍ରତ୍ୟେକ ଲୋକକୁ ତାହାର ଗତି ଓ କ୍ରିୟାନୁସାରେ ସମୁଚିତ ଫଳ ଦେବା ନିମନ୍ତେ ମନୁଷ୍ୟ-ସନ୍ତାନଗଣର ସକଳ ପଥ ପ୍ରତି ତୁମ୍ଭର ଚକ୍ଷୁ ମୁକ୍ତ ଥାଏ।


ଆହୁରି ହେ ମୋହର ପରମେଶ୍ଵର, ମୁଁ ଜାଣେ ଯେ, ତୁମ୍ଭେ ଅନ୍ତଃକରଣ ପରୀକ୍ଷା କରିଥାଅ ଓ ସରଳତାରେ ତୁମ୍ଭର ସନ୍ତୋଷ ଥାଏ। ମୁଁ ଆପଣା ଅନ୍ତଃକରଣର ସରଳତାରେ ସ୍ଵେଚ୍ଛାପୂର୍ବକ ଏହିସବୁ ପଦାର୍ଥ ଦାନ କରିଅଛି; ଆଉ ଏଠାରେ ଉପସ୍ଥିତ ତୁମ୍ଭ ଲୋକମାନଙ୍କୁ ସ୍ଵେଚ୍ଛାପୂର୍ବକ ତୁମ୍ଭ ଉଦ୍ଦେଶ୍ୟରେ ଦାନ କରିବାର ଦେଖି ମୁଁ ଆନନ୍ଦିତ ହେଲି।


କାରଣ ଯଦି ମୁଁ ସ୍ଵେଚ୍ଛାରେ ଏହା କରେ, ତେବେ ମୋହର ପୁରସ୍କାର ଅଛି; କିନ୍ତୁ ଯଦି ସ୍ଵେଚ୍ଛାରେ ନ କରେ, ତେବେ ହେଁ ସେବକପଦର ଭାର ମୋʼଠାରେ ସମର୍ପିତ ହୋଇଅଛି।


ଅତଏବ, ଯଦି ତୁମ୍ଭେମାନେ ଅଧର୍ମ ଧନରେ ବିଶ୍ଵସ୍ତ ହୋଇନାହଁ, ତେବେ କିଏ ତୁମ୍ଭମାନଙ୍କୁ ବିଶ୍ଵାସ କରି ସତ୍ୟ ଧନ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବ?


କୋୟିରେ ରୂପାର ଓ ଉହ୍ମାଇରେ ସୁନାର ପରୀକ୍ଷା ହୁଏ; ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି।


ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ଵର୍ଗରେ ଥାଇ ଶ୍ରବଣ କରି କ୍ଷମା କର ଓ ସିଦ୍ଧ କର, ଆଉ ପ୍ରତ୍ୟେକ ମନୁଷ୍ୟର ଅନ୍ତଃକରଣ ଜାଣି ତାହାର ସକଳ ଗତି ଅନୁସାରେ ପ୍ରତିଫଳ ଦିଅ; କାରଣ ତୁମ୍ଭେ, କେବଳ ତୁମ୍ଭେ ହିଁ ସମୁଦାୟ ମନୁଷ୍ୟ-ସନ୍ତାନର ଅନ୍ତଃକରଣ ଜାଣୁଅଛ;


ସଦାପ୍ରଭୁ ସର୍ବଶରୀରସ୍ଥ ଆତ୍ମାଗଣର ପରମେଶ୍ଵର ମଣ୍ତଳୀ ଉପରେ ଏକ ଜଣ ନିଯୁକ୍ତ କରନ୍ତୁ,


ପୁଣି, ଆମ୍ଭେ ତାହାର ସନ୍ତାନମାନଙ୍କୁ ମୃତ୍ୟୁ ଦ୍ଵାରା ବିନାଶ କରିବୁ। ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସାରେ ଫଳଦାତା, ଏହା ମଣ୍ତଳୀଗଣ ଜାଣିବେ।


ଈଶ୍ଵରଙ୍କ ସମ୍ମୁଖରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଙ୍ଗ ଓ ଅନାବୃତ ଅଟେ।


ହେ ତୀମଥି, ତୁମ୍ଭଠାରେ ଯାହା ସମର୍ପିତ ହୋଇଅଛି, ତାହା ରକ୍ଷା କର; ଅସାର ବକୁଆପଣ ଓ ତଥାକଥିତ ଜ୍ଞାନର ଯୁକ୍ତିତର୍କରୁ ବିମୁଖ ହୁଅ;


ହେ ଦାସମାନେ।।, ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ କର୍ମ ନ କରି ବରଂ ପ୍ରଭୁଙ୍କୁ ଭୟ କରି ହୃଦୟର ସରଳତାରେ ସବୁ ବିଷୟରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କ ଆଜ୍ଞାବହ ହୁଅ।


ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ମଣାଉଅଛୁ, କିନ୍ତୁ ଆମ୍ଭେମାନେ ଈଶ୍ଵରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ।


ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ।


ତେବେ ପରମେଶ୍ଵର କି ତାହା ଅନୁସନ୍ଧାନ କରିବେ ନାହିଁ? କାରଣ ସେ ଅନ୍ତଃକରଣର ଗୁପ୍ତ ବିଷୟସବୁ ଜାଣନ୍ତି।


ଆଉ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଯେଉଁସବୁ ବାକ୍ୟ ମୋʼଠାରୁ ଶୁଣିଅଛ, ଯେଉଁମାନେ ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେବାକୁ ସମର୍ଥ, ଏପରି ବିଶ୍ଵସ୍ତ ଲୋକମାନଙ୍କ ନିକଟରେ ସେହିସବୁ ଅର୍ପଣ କର।


ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକି ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ।


କୁମାରୀମାନଙ୍କ ବିଷୟରେ ମୁଁ ପ୍ରଭୁଙ୍କଠାରୁ କୌଣସି ଆଜ୍ଞା ପାଇ ନାହିଁ କିନ୍ତୁ ପ୍ରଭୁଙ୍କ ଅନୁଗ୍ରହରେ ବିଶ୍ଵାସପାତ୍ର ହୋଇ ନିଜର ମତ ଦେଉଅଛି।


ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୋ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ।


ପ୍ରଭୁ କହିଲେ, ଏଣୁ ଆପଣା ପରିଜନମାନଙ୍କୁ ଯଥାସମୟରେ ନିରୂପିତ ପଡ଼ି ଦେବା ନିମନ୍ତେ ପ୍ରଭୁ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କରିବେ, ଏପରି ବିଶ୍ଵସ୍ତ ଓ ବୁଦ୍ଧିମାନ ବେବର୍ତ୍ତା କିଏ?


ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର; କାରଣ ଧର୍ମମୟ ପରମେଶ୍ଵର ଅନ୍ତଃକରଣ ଓ ମର୍ମର ପରୀକ୍ଷା କରନ୍ତି।


ହେ ପରମେଶ୍ଵର, ମୋହର ଅନୁସନ୍ଧାନ କର ଓ ମୋʼ ଅନ୍ତଃକରଣର ପରିଚୟ ନିଅ; ମୋତେ ପରୀକ୍ଷା କର ଓ ମୋହର ସଙ୍କଳ୍ପସବୁ ଜ୍ଞାତ ହୁଅ;


ସେହି ଅନେକ ଲୋକ ଯେପରି ଈଶ୍ଵରଙ୍କ ବାକ୍ୟ ବିକୃତ କରନ୍ତି, ଆମ୍ଭେମାନେ ତ ସେମାନଙ୍କ ପରି କରୁ ନାହୁଁ, କିନ୍ତୁ ସରଳ ଭାବରେ ଈଶ୍ଵରଙ୍କ ଆଦେଶକ୍ରମେ ତାହାଙ୍କ ସାକ୍ଷାତରେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଥାଇ କଥା କହୁଅଛୁ।


କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ଵରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ଵରଙ୍କଠାରୁ ଶକ୍ତିପ୍ରାପ୍ତ ଲୋକ ପରି ସେବା କରୁ, ଯେପରି ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଈଶ୍ଵର ଗୌରବାନ୍ଵିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍।


ଏହିରୂପେ ଊରୀୟ ଯାଜକ ଆହସ୍ ରାଜାଙ୍କର ଆଜ୍ଞା ପ୍ରମାଣେ ସବୁ କର୍ମ କଲା।


Swiv nou:

Piblisite


Piblisite