Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 2:7 - ପବିତ୍ର ବାଇବଲ (Re-edited) - (BSI)

7 କିନ୍ତୁ ଆମ୍ଭେମାନେ ତୁମ୍ଭମାନଙ୍କ ମଧ୍ୟରେ ମୃଦୁଶୀଳ ହୋଇ, ମାତା ଯେପରି ଆପଣା ସନ୍ତାନମାନଙ୍କୁ ଲାଳନପାଳନ କରେ,

Gade chapit la Kopi

ଓଡିଆ ବାଇବେଲ

7 କିନ୍ତୁ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ମୃଦୁଶୀଳ ହୋଇ, ମାତା ଯେପରି ଆପଣା ସନ୍ତାନମାନଙ୍କୁ ଲାଳନପାଳନ କରେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଯଦିଓ ଖ୍ରୀଷ୍ଟଙ୍କ ପ୍ରେରିତ ଶିଷ୍ୟ ରୂପେ ଆମେ ତୁମ୍ଭମାନଙ୍କଠାରୁ ତାହା ଦାବୀ କରି ପାରିଥାନ୍ତୁ! କିନ୍ତୁ ମା’ ଯେପରି ନିଜର ସନ୍ତାନମାନଙ୍କର ଯତ୍ନ ନେଇଥାଏ, ତୁମ୍ଭମାନଙ୍କ ନିକଟରେ ଥିବା ସମୟରେ ଆମେ ତୁମ୍ଭମାନଙ୍କ ପ୍ରତି ସେହିପରି କୋମଳ ବ୍ୟବହାର କରିଥିଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କିନ୍ତୁ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ମୃଦୁଶୀଳ ହୋଇ, ମାତା ଯେପରି ଆପଣା ସନ୍ତାନମାନଙ୍କୁ ଲାଳନପାଳନ କରେ,

Gade chapit la Kopi

ପବିତ୍ର ବାଇବଲ

7 ଆମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତ। ଅତଏବ ତୁମ୍ଭମାନଙ୍କ ମଧ୍ୟରେ ଥିଲାବେଳେ ଆମ୍ଭେମାନେ ତୁମ୍ଭମାନଙ୍କ ଦ୍ୱାରା କାମ କରାଇବା ପାଇଁ ଆମ୍ଭ ଅଧିକାର ପ୍ରୟୋଗ କରି ପାରିଥାଆନ୍ତୁ। କିନ୍ତୁ ଆମ୍ଭେ ତୁମ୍ଭମାନଙ୍କ ସହିତ ଭଦ୍ର ବ୍ୟବହାର କଲୁ। ଜଣେ ମା ନିଜ ଶିଶୁମାନଙ୍କର ଯେପରି ଯତ୍ନ ନିଏ, ଆମ୍ଭେ ଠିକ୍ ସେହିପରି କଲୁ।

Gade chapit la Kopi




୧ ଥେସଲନୀକୀୟ 2:7
18 Referans Kwoze  

ଆଉ ତୁମ୍ଭେମାନେ ତ ଜାଣ, ପିତା ଯେପ୍ରକାରେ ଆପଣା ସନ୍ତାନମାନଙ୍କୁ, ସେହିପ୍ରକାରେ ଆମ୍ଭେମାନେ ତୁମ୍ଭ ପ୍ରତ୍ୟେକ ଜଣକୁ ଉପଦେଶ ଓ ଉତ୍ସାହ ଦେଇ ଏକା; ଅନୁରୋଧ କରିଥିଲୁ,


ଯେପରି ଜଣକୁ ତାହାର ମାତା ସାନ୍ତ୍ଵନା କରେ, ସେହିପରି ଆମ୍ଭେ ତୁମ୍ଭମାନଙ୍କୁ ସାନ୍ତ୍ଵନା କରିବା ଓ ତୁମ୍ଭେମାନେ ଯିରୂଶାଲମରେ ସାନ୍ତ୍ଵନା ପାଇବ।


ପୁଣି, ରାଜଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକି ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ନୋହିବେ , ଏହା ତୁମ୍ଭେ ଜାଣିବ।


କିନ୍ତୁ ଊର୍ଦ୍ଧ୍ଵରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ଵିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।


ତୁମ୍ଭମାନଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ମଧ୍ୟରେ ନମ୍ର, କିନ୍ତୁ ଅସାକ୍ଷାତରେ ତୁମ୍ଭମାନଙ୍କ ପ୍ରତି ସାହସିକ ଯେ ମୁଁ ପାଉଲ, ମୁଁ ନିଜେ ଖ୍ରୀଷ୍ଟଙ୍କ ମୃଦୁ ଓ କୋମଳ ଭାବ ସ୍ମରଣ କରାଇ ତୁମ୍ଭମାନଙ୍କୁ ଅନୁରୋଧ କରେ;


ଯେପରି ମୁଁ ଦୁର୍ବଳମାନଙ୍କୁ ଲାଭ କରି ପାରେ, ଏଥିପାଇଁ ମୁଁ ଦୁର୍ବଳମାନଙ୍କ ନିକଟରେ ଦୁର୍ବଳ ପରି ହେଲି; ଯେପରି ମୁଁ ଯେକୌଣସି ପ୍ରକାରେ କେତେକଙ୍କୁ ରକ୍ଷା କରି ପାରେ, ଏଥିପାଇଁ ମୁଁ ସମସ୍ତଙ୍କ ନିକଟରେ ସବୁପ୍ରକାର ହୋଇଅଛିସସ।


ସେ ତୁମ୍ଭମାନଙ୍କ ପ୍ରତି ଦୁର୍ବଳ ନୁହନ୍ତି, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଶକ୍ତିମାନ ଅଟନ୍ତି। କାରଣ ଯଦ୍ୟପି ସେ ଦୁର୍ବଳତା ହେତୁ କ୍ରୁଶାର୍ପିତ ହେଲେ, ତଥାପି ଈଶ୍ଵରଙ୍କ ଶକ୍ତି ହେତୁ ସେ ଜୀବିତ। ଆମ୍ଭେମାନେ ମଧ୍ୟ ତାହାଙ୍କଠାରେ ଦୁର୍ବଳ, ମାତ୍ର ଈଶ୍ଵରଙ୍କ ଶକ୍ତି ହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ପ୍ରତି ତାହାଙ୍କ ସହିତ ଜୀବିତ ହେବା।


ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆ-ମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ।


ମୁଁ କʼଣ ଏହି ସମସ୍ତ ଲୋକଙ୍କୁ ଗର୍ଭରେ ଧାରଣ କରିଅଛି? ମୁଁ କʼଣ ସେମାନଙ୍କୁ ଜନ୍ମ କରିଅଛି ଯେ, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲ, ସେହି ଦେଶ ପର୍ଯ୍ୟନ୍ତ ଦୁଗ୍ଧପୋଷ୍ୟ ଶିଶୁ-ପାଳନକାରୀ ପିତା ତୁଲ୍ୟ ସେମାନଙ୍କୁ କୋଳରେ ବହି ଘେନି ଯିବା ପାଇଁ ମୋତେ କହୁଅଛ?


ପୁଣି, ମୁଁ ଦୁର୍ବଳତା, ଭୟ ଓ ମହାକମ୍ପ ସହ ତୁମ୍ଭମାନଙ୍କ ମଧ୍ୟରେ ଥିଲିନ୍ତ


ପରେ ପ୍ରାୟ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେ ସେମାନଙ୍କ ବ୍ୟବହାର ସହ୍ୟ କଲେ,


ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କ-ଠାରେ ଖ୍ରୀଷ୍ଟ ମୂର୍ତ୍ତିମାନ ହୋଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ପୁନର୍ବାର ପ୍ରସବବେଦନାରେ ବ୍ୟଥିତ ହେଉଅଛି।


Swiv nou:

Piblisite


Piblisite