Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 2:8 - ପବିତ୍ର ବାଇବଲ (Re-edited) - (BSI)

8 ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ସ୍ନେହ ଥିବାରୁ ଆମ୍ଭେମାନେ ସେହି ପ୍ରକାରେ ତୁମ୍ଭମାନଙ୍କୁ ଈଶ୍ଵରଙ୍କ ସୁସମାଚାର କେବଳ ନୁହେଁ, ମାତ୍ର ଆପଣା ଆପଣା ପ୍ରାଣ ମଧ୍ୟ ଦେବାକୁ ଇଚ୍ଛୁକ ଥିଲୁ, କାରଣ ତୁମ୍ଭେମାନେ ଆମ୍ଭମାନଙ୍କର ପ୍ରିୟପାତ୍ର ହୋଇଥିଲ।

Gade chapit la Kopi

ଓଡିଆ ବାଇବେଲ

8 ସେହି ପ୍ରକାରେ ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ସ୍ନେହ ଥିବାରୁ ଆମ୍ଭେମାନେ ତୁମ୍ଭମାନଙ୍କୁ ଈଶ୍ୱରଙ୍କ ସୁସମାଚାର କେବଳ ନୁହେଁ, ମାତ୍ର ଆପଣା ପ୍ରାଣ ଦେବାକୁ ସୁଧା ଇଚ୍ଛୁକ ଥିଲୁ, କାରଣ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରିୟପାତ୍ର ହୋଇଥିଲ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ତୁମ୍ଭମାନଙ୍କ ପ୍ରତି ଆମର ପ୍ରେମ ଯୋଗୁଁ, ତୁମକୁ କେବଳ ଈଶ୍ୱରଙ୍କ ସୁସମାଚାରର ଅଂଶୀଦାର କରାଇ ନ ଥିଲୁ, ମାତ୍ର ତୁମ ନିମନ୍ତେ ନିଜକୁ ଦାନ କରିବାକୁ ମଧ୍ୟ ଆମେ ପ୍ରସ୍ତୁତ ଥିଲୁ। ତୁମେ ଆମର କେଡ଼େ ପ୍ରିୟ ନ ଥିଲ!

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେହି ପ୍ରକାରେ ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ସ୍ନେହ ଥିବାରୁ ଆମ୍ଭେମାନେ ତୁମ୍ଭମାନଙ୍କୁ ଈଶ୍ବରଙ୍କ ସୁସମାଚାର କେବଳ ନୁହେଁ, ମାତ୍ର ଆପଣା ପ୍ରାଣ ଦେବାକୁ ସୁଧା ଇଚ୍ଛୁକ ଥିଲୁ, କାରଣ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରିୟପାତ୍ର ହୋଇଥିଲ।

Gade chapit la Kopi

ପବିତ୍ର ବାଇବଲ

8 ଆମ୍ଭେ ତୁମ୍ଭମାନଙ୍କୁ ବହୁତ ଭଲ ପାଇଲୁ। ଅତଏବ ଆମ୍ଭେ ତୁମ୍ଭମାନଙ୍କୁ କେବଳ ପରମେଶ୍ୱରଙ୍କ ସୁସମାଗ୍ଭରର ଅଂଶୀ କଲୁ ତାହା ନୁହେଁ, ବରଂ ନିଜର ଜୀବନ ମଧ୍ୟ ତୁମ୍ଭମାନଙ୍କ ସହିତ ବାଣ୍ଟି ଦେବାକୁ ପ୍ରସ୍ତୁତ ଥିଲୁ।

Gade chapit la Kopi




୧ ଥେସଲନୀକୀୟ 2:8
23 Referans Kwoze  

ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ଵାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ।


ଆଉ, ମୁଁ ତୁମ୍ଭମାନଙ୍କ ଆତ୍ମା ନିମନ୍ତେ ମହାନନ୍ଦରେ ବ୍ୟୟ କରିବି, ହଁ, ମୋହର ପ୍ରାଣ ସୁଦ୍ଧା ବ୍ୟୟ କରିବି। ମୁଁ ତୁମ୍ଭମାନଙ୍କୁ ଅଧିକ ପ୍ରଚୁରଭାବେ ପ୍ରେମ କରୁଅଛି ବୋଲି କଅଣ ଊଣା ପ୍ରେମ ପ୍ରାପ୍ତ ହେଉଅଛି?


ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ଵାସ ସମ୍ଵନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଉଅଛି, ତାହାହେଲେ ଆନନ୍ଦ କରୁଅଛି ଓ ତୁମ୍ଭସମସ୍ତଙ୍କ ସହିତ ଉଲ୍ଲାସ କରୁଅଛି,,


ତୁମ୍ଭମାନଙ୍କ ନେତାମାନଙ୍କର ବାଧ୍ୟ ହୋଇ ସେମାନଙ୍କର ବଶୀଭୂତ ହୁଅ, କାରଣ ଯେଉଁମାନଙ୍କୁ ନିକାଶ ଦେବାକୁ ହେବ, ସେମାନଙ୍କ ସଦୃଶ ସେମାନେ ତୁମ୍ଭମାନଙ୍କ ଆତ୍ମା ସମ୍ଵନ୍ଧରେ ପ୍ରହରୀକର୍ମ କରନ୍ତି, ଯେପରି ସେମାନେ ତାହା ଦୁଃଖରେ ନ କରି ଆନନ୍ଦରେ କରି ପାରନ୍ତି; ଦୁଃଖରେ କଲେ, ତୁମ୍ଭମାନଙ୍କର କିଛି ଲାଭ ନାହିଁ।


ଅତଏବ, ହେ ମୋହର ପ୍ରିୟ ଓ ଇଷ୍ଟ, ମୋହର ଆନନ୍ଦ ଓ ମୁକୁଟ ସ୍ଵରୂପ ଭ୍ରାତୃବୃନ୍ଦ, ଏହିପରି ଭାବରେ ପ୍ରଭୁଙ୍କଠାରେ ସ୍ଥିର ହୋଇଥାଅ।


ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କ-ଠାରେ ଖ୍ରୀଷ୍ଟ ମୂର୍ତ୍ତିମାନ ହୋଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ପୁନର୍ବାର ପ୍ରସବବେଦନାରେ ବ୍ୟଥିତ ହେଉଅଛି।


ଆହୁରି ମଧ୍ୟ ଈଶ୍ଵରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ।


ପାଉଲ, ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ, ଆଉ ଭ୍ରାତା ତୀମଥି, ଆମ୍ଭମାନଙ୍କ ପ୍ରିୟପାତ୍ର ଓ ସହକର୍ମୀ ଫିଲୀମୋନ,


ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଈଶ୍ଵରଙ୍କ ସମସ୍ତ ଇଚ୍ଛା ସମ୍ଵନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ।


ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରି ପାରୁ;


ଆମ୍ଭମାନଙ୍କର ପ୍ରିୟ ସହଦାସ ଏପାଫ୍ରାଙ୍କଠାରୁ ତୁମ୍ଭେମାନେ ସେହି ପ୍ରକାରେ ଶିକ୍ଷା କରିଅଛ; ସେ ତୁମ୍ଭମାନଙ୍କ ନିମନ୍ତେ ଖ୍ରୀଷ୍ଟଙ୍କର ଜଣେ ବିଶ୍ଵସ୍ତ ସେବକ;


କାରଣ ଯେ ତୁମ୍ଭମାନଙ୍କ ବିଷୟରେ ପ୍ରକୃତରେ ମନୋଯୋଗ କରିବ, ଏପରି ସମଭାବାପନ୍ନ ଲୋକ ତାଙ୍କ ବିନା ମୋʼ ନିକଟରେ ଆଉ କେହି ନାହିଁ।


ଆଉ ମୁଁ ଜାଣେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବି, ସେତେବେଳେ ଖ୍ରୀଷ୍ଟଙ୍କ ଆଶୀର୍ବାଦର ପୂର୍ଣ୍ଣତାରେ ଉପସ୍ଥିତ ହେବି।


ହେ ଭାଇମାନେ, ସେମାନେ ଯେପରି ପରିତ୍ରାଣ ପାଆନ୍ତି, ଏହା ମୋହର ହୃଦୟର ବାଞ୍ଛା ଏବଂ ସେମାନଙ୍କ ନିମନ୍ତେ ଈଶ୍ଵରଙ୍କ ଛାମୁରେ ମୋହର ପ୍ରାର୍ଥନା।


କାରଣ ଖ୍ରୀଷ୍ଟ ଯୀଶୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭସମସ୍ତଙ୍କ ନିମନ୍ତେ କିପ୍ରକାର ଲାଳାୟିତ, ଏହି ବିଷୟରେ ଈଶ୍ଵର ମୋହର ସାକ୍ଷୀ।


ସେ ସମୟରେ ଜଣେ ଶତସେନାପତିଙ୍କର ଦାସ ପୀଡ଼ିତ ହୋଇ ମୃତପ୍ରାୟ ହୋଇଥିଲା, ସେ ତାହାଙ୍କର ପ୍ରିୟପାତ୍ର ଥିଲା।


ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ଓ ଆହୂତଣଜଣେ ପ୍ରେରିତ, ପୁଣି ଈଶ୍ଵର ଆପଣା ପୁତ୍ର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ଵନ୍ଧରେ ନିଜର ଯେଉଁ ସୁସମାଚାର ଧର୍ମଶାସ୍ତ୍ରରେ ଆପଣା ଭାବବାଦୀମାନଙ୍କ ଦ୍ଵାରା ପୂର୍ବରେ ପ୍ରତିଜ୍ଞା କରିଥିଲେ , ସେହି ସୁସମାଚାର ନିମନ୍ତେ ପୃଥକୀକୃତ,


Swiv nou:

Piblisite


Piblisite