Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 2:9 - ପବିତ୍ର ବାଇବଲ (Re-edited) - (BSI)

9 ହେ ଭାଇମାନେ, ଆମ୍ଭମାନଙ୍କ ପରିଶ୍ରମ ଓ କଠିନ କାର୍ଯ୍ୟତୁମ୍ଭମାନଙ୍କ ସ୍ମରଣରେ ଅଛି; ଯେପରି ଆମ୍ଭେମାନେ ତୁମ୍ଭମାନଙ୍କ ମଧ୍ୟରୁ କାହାରି ଭାର ସ୍ଵରୂପ ନ ହେଉ, ଏଥିନିମନ୍ତେ ଦିବାରାତ୍ର କଠୋର ପରିଶ୍ରମ କରି ଈଶ୍ଵରଙ୍କ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ।

Gade chapit la Kopi

ଓଡିଆ ବାଇବେଲ

9 ହେ ଭାଇମାନେ, ଆମ୍ଭମାନଙ୍କ ପରିଶ୍ରମ ଓ କଠିନ କାର୍ଯ୍ୟ ତୁମ୍ଭମାନଙ୍କ ସ୍ମରଣରେ ଅଛି; ଯେପରି ଆମ୍ଭେମାନେ ତୁମ୍ଭମାନଙ୍କ କାହାରି ଭାର ସ୍ୱରୂପ ନ ହେଉ, ଏଥି ନିମନ୍ତେ ଦିବାରାତ୍ର କଠୋର ପରିଶ୍ରମ କରି ଈଶ୍ୱରଙ୍କ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ଭାଇମାନେ, ତୁମ୍ଭମାନଙ୍କର ନିଶ୍ଚୟ ସ୍ମରଣ ଥିବ, ଆମେ କିପରି ବହୁ ଶ୍ରମ ସ୍ୱୀକାର କରି କାର୍ଯ୍ୟ କରୁଥିଲୁ; କିପରି ତୁମ୍ଭମାନଙ୍କ ନିକଟରେ ଈଶ୍ୱରଙ୍କ ସୁସମାଚାର ପ୍ରଚାର କରିବା ସମୟରେ ତୁମ ଉପରେ ବୋଝ ନ ହେବା ପାଇଁ ଆମେ ଦିବାନିଶି କଠୋର ପରିଶ୍ରମ କରିଥିଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ହେ ଭାଇମାନେ, ଆମ୍ଭମାନଙ୍କ ପରିଶ୍ରମ ଓ କଠିନ କାର୍ଯ୍ୟ ତୁମ୍ଭମାନଙ୍କ ସ୍ମରଣରେ ଅଛି; ଯେପରି ଆମ୍ଭେମାନେ ତୁମ୍ଭମାନଙ୍କ କାହାରି ଭାର ସ୍ୱରୂପ ନ ହେଉ, ଏଥିନିମନ୍ତେ ଦିବାରାତ୍ର କଠୋର ପରିଶ୍ରମ କରି ଈଶ୍ବରଙ୍କ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ।

Gade chapit la Kopi

ପବିତ୍ର ବାଇବଲ

9 ଭାଇ ଓ ଭଉଣୀମାନେ! ତୁମ୍ଭେମାନେ ମନେ ପକାଅ ଯେ, ଆମ୍ଭେ କେତେ କଠିନ ପରିଶ୍ରମ କରିଛୁ। ଆମ୍ଭେ ଦିନରାତି କାମ କରିଛୁ। ଆମ୍ଭେମାନେ ପରମେଶ୍ୱରଙ୍କ ସୁସମାଗ୍ଭର ପ୍ରଗ୍ଭର କଲାବେଳେ, ତୁମ୍ଭେମାନେ ଆମ୍ଭକୁ କିଛି ଦେଇ ଭାରାକ୍ରାନ୍ତ ହୁଅ, ସେ କଥା ଆମ୍ଭେ ଗ୍ଭହିଁଲୁ ନାହିଁ।

Gade chapit la Kopi




୧ ଥେସଲନୀକୀୟ 2:9
35 Referans Kwoze  

କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ଯେତେବେଳେ ଅଭାବଗ୍ରସ୍ତ ହୋଇଥିଲି, ସେତେବେଳେ ମୁଁ କୌଣସି ଲୋକର ଭାର ସ୍ଵରୂପ ହୋଇ ନ ଥିଲି, କାରଣ ମାକିଦନିଆରୁ ଭାଇମାନେ ଆସି ମୋହର ଅଭାବ ପୂରଣ କରିଥିଲେ, ପୁଣି କୌଣସି ବିଷୟରେ ତୁମ୍ଭମାନଙ୍କର ଭାର ସ୍ଵରୂପ ନ ହେବାକୁ ଆପଣା ବିଷୟରେ ଜାଗ୍ରତ ହୋଇଥିଲି, ଆଉ ଜାଗ୍ରତ ହୋଇ ରହିବି।


ପୁଣି, ସମବ୍ୟବସାୟୀ ଥିବାରୁ ସେମାନଙ୍କ ସହିତ ବାସ କଲେ, ଆଉ ସେମାନେ କର୍ମ କରିବାକୁ ଲାଗିଲେ, କାରଣ ବ୍ୟବସାୟରେ ସେମାନେ ତମ୍ଵୁ ନିର୍ମାଣକାରୀ ଥିଲେ।


ମୋହର ପିତୃପୁରୁଷମାନଙ୍କ ମତାନୁସାରେ ଶୁଦ୍ଧ ବିବେକରେ ମୁଁ ଯେଉଁ ଈଶ୍ଵରଙ୍କର ଉପାସନା କରେ, ଦିବାରାତ୍ର ମୋହର ପ୍ରାର୍ଥନାରେ ନିରନ୍ତର ତୁମ୍ଭର ନାମ ଉଲ୍ଲେଖ କରି ମୁଁ ତାହାଙ୍କୁ ଧନ୍ୟବାଦ ଦେଇଥାଏ;


ଯେଉଁ ବିଧବା ନିରାଶ୍ରୟ ଓ ଅସହାୟ, ସେ ଈଶ୍ଵରଙ୍କ ଉପରେ ଭରସା ରଖି ଦିବାରାତ୍ର ନିବେଦନ ଓ ପ୍ରାର୍ଥନାରେ ପ୍ରବୃତ୍ତ ଥାଏ;


ଏହି ଉଦ୍ଦେଶ୍ୟରେ ତ ଆମ୍ଭେମାନେ ପରିଶ୍ରମ ଓ ପ୍ରାଣପଣ କରୁଅଛୁ, କାରଣ ଯେଉଁ ଜୀବିତ ଈଶ୍ଵର ସମସ୍ତ ମନୁଷ୍ୟଙ୍କର, ବିଶେଷତଃ, ବିଶ୍ଵାସୀମାନଙ୍କର ତ୍ରାଣକର୍ତ୍ତା, ତାହାଙ୍କଠାରେ ଆମ୍ଭମାନଙ୍କର ଭରସା ଅଛି।


ଯଦ୍ୟପି ଖ୍ରୀଷ୍ଟଙ୍କ ପ୍ରେରିତ ସ୍ଵରୂପେ ଆମ୍ଭେମାନେ ସମ୍ଭ୍ରମ ଦାବୀ କରି ପାରିଥାଆନ୍ତୁ, ତଥାପି ତୁମ୍ଭମାନଙ୍କଠାରୁ ହେଉ ବା ଅନ୍ୟ କାହାରିଠାରୁ ହେଉ, କୌଣସି ମନୁଷ୍ୟଠାରୁ ଗୌରବ ପାଇବାକୁ ଚେଷ୍ଟା କରି ନାହୁଁ।


ତେବେ ମୋହର ପୁରସ୍କାର କଅଣ? ତାହା ଏହି ଯେ, ଯେପରି ମୁଁ ସୁସମାଚାରରେ ଥିବା ମୋହର ଅଧିକାର ବ୍ୟବହାର ନ କରି ସୁସମାଚାର ପ୍ରଚାର କରୁ କରୁ ସେହି ସୁସମାଚାରକୁ ବିନାମୂଲ୍ୟର ବିଷୟ କରେ।


କିନ୍ତୁ ମୁଁ ଏହିସବୁ ବିଷୟ କିଛି ବ୍ୟବହାର କରି ନାହିଁ, ଆଉ ମୋʼ ପ୍ରତି ଯେ ଏହିପରି କରାଯିବ, ଏଥିପାଇଁ ମୁଁ ଏହିସବୁ ଲେଖୁ ନାହିଁ; କାରଣ କେହି ମୋହର ଏହି ଦର୍ପ ବ୍ୟର୍ଥ କରିବା ଅପେକ୍ଷା ବରଂ ମୋହର ମରିବା ଭଲ।


ଅତଏବ, ତୁମ୍ଭେମାନେ ଜାଗି ରହୁ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଅଶ୍ରୁପାତ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ କ୍ଷା; ହୋଇ ନ ଥିଲି, ଏହା ସ୍ମରଣ କର।


ସେସମୟରେ ପ୍ରତି ଦିନ ଏକ ବଳଦ ଓ ଛଅଟି ବଛା ମେଷ ପାକ କରାଗଲା; ମଧ୍ୟ ମୋʼ ପାଇଁ କେତେକ ପକ୍ଷୀ ପାକ କରାଗଲା ଓ ଦଶ ଦିନରେ ଥରେ ସର୍ବପ୍ରକାର ଦ୍ରାକ୍ଷାରସ ଆୟୋଜନ କରାଗଲା; ତଥାପି ମୁଁ ଏସବୁ ଲାଗି ଦେଶାଧ୍ୟକ୍ଷର ବୃତ୍ତି ଚାହିଁଲି ନାହିଁ, କାରଣ ଏହି ଲୋକଙ୍କ ଉପରେ ଦାସତ୍ଵର ଭାର ଗୁରୁତର ହୋଇଥିଲା।


ମାତ୍ର ମୋହର ପୂର୍ବବର୍ତ୍ତୀ ଦେଶାଧ୍ୟକ୍ଷମାନଙ୍କ ବ୍ୟୟଭାର ଲୋକମାନଙ୍କୁ ବହିବାକୁ ପଡ଼ିଲା, ଆଉ ସେମାନେ ଚାଳିଶ ଶେକଲ ରୂପା ଛଡ଼ା ଲୋକମାନଙ୍କଠାରୁ ଖାଦ୍ୟ ଓ ଦ୍ରାକ୍ଷାରସ ନେଲେ; କେବଳ ତାହା ନୁହେଁ, ସେମାନଙ୍କ ଦାସମାନେ ଲୋକମାନଙ୍କ ଉପରେ କର୍ତ୍ତୃତ୍ଵ କଲେ; ମାତ୍ର ପରମେଶ୍ଵରଙ୍କ ପ୍ରତି ଭୟ ସକାଶୁ ମୁଁ ସେପରି କଲି ନାହିଁ।


ଏହା ତ ମୋʼ ନିକଟରେ ସମର୍ପିତ ପରମଧନ୍ୟ ଈଶ୍ଵରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ।


ତୁମ୍ଭମାନଙ୍କ ବିଶ୍ଵାସର ଯାହା କିଛି ଊଣା ଅଛି, ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ସହିତ ଯେପରି ସାକ୍ଷାତ କରି ପାରୁ, ଏଥିପାଇଁ ଦିବାରାତ୍ର ଅତିଶୟ ପ୍ରାର୍ଥନା କରୁଅଛୁ।


ମାତ୍ର ଯେପରି ତୁମ୍ଭେମାନେ ଜାଣ, ଆମ୍ଭେମାନେ ସେଥିପୂର୍ବେ ଫିଲିପ୍‍ପୀରେ ଦୁଃଖ ଓ ଅତ୍ୟାଚାର ଭୋଗ କଲା ଉତ୍ତାରେ ତୁମ୍ଭମାନଙ୍କ ନିକଟରେ ଅତିଶୟ ପ୍ରାଣପଣେ ଈଶ୍ଵରଙ୍କ ସୁସମାଚାର ପ୍ରଚାର କରିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ଵରଙ୍କ ଦ୍ଵାରା ସାହସପ୍ରାପ୍ତ ହୋଇଥିଲୁ।


ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ତୁମ୍ଭ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ଵରଙ୍କୁ ଧନ୍ୟବାଦ ଦେଉଅଛୁ,


କାରଣ ଥେସଲନୀକୀରେ ମୁଁ ଥିବା ସମୟରେ ସୁଦ୍ଧା ତୁମ୍ଭେମାନେ ମୋହର ଅଭାବ ମୋଚନ ନିମନ୍ତେ ଥରେ, ହଁ, ଦୁଇ ଥର ଦାନ ପଠାଇଥିଲ।


ପ୍ରହାରରେ, କାରାବାସରେ, ବିପ୍ଳବରେ, ପରିଶ୍ରମରେ, ଜାଗରଣରେ, ଉପବାସରେ,


ସ୍ଵହସ୍ତରେ କର୍ମ କରି ପରିଶ୍ରମ କରୁଅଛୁ, ନିନ୍ଦିତ ହୋଇ ଆଶୀର୍ବାଦ କରୁଅଛୁ, ତାଡ଼ନା ପ୍ରାପ୍ତ ହୋଇ ସହ୍ୟ କରୁଅଛୁ,


ଏହିପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,


କାରଣ ବିଜାତିମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ଵାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ଵରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ଵରଙ୍କ ସୁସମାଚାରର ଯାଜକତ୍ଵ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦତ୍ତ ହୋଇଅଛି।


ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ଓ ଆହୂତଣଜଣେ ପ୍ରେରିତ, ପୁଣି ଈଶ୍ଵର ଆପଣା ପୁତ୍ର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ଵନ୍ଧରେ ନିଜର ଯେଉଁ ସୁସମାଚାର ଧର୍ମଶାସ୍ତ୍ରରେ ଆପଣା ଭାବବାଦୀମାନଙ୍କ ଦ୍ଵାରା ପୂର୍ବରେ ପ୍ରତିଜ୍ଞା କରିଥିଲେ , ସେହି ସୁସମାଚାର ନିମନ୍ତେ ପୃଥକୀକୃତ,


ତେବେ ଈଶ୍ଵରଙ୍କର ଯେଉଁ ମନୋନୀତ ଲୋକମାନେ ଦିବାରାତ୍ର ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କ ପ୍ରତି କୃତ ଅନ୍ୟାୟର ପ୍ରତିକାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି?


ସେ ମନ୍ଦିର ପରିତ୍ୟାଗ ନ କରି ଉପବାସ ଓ ନିବେଦନ ସହ ଦିବାରାତ୍ର ଉପାସନା କରୁଥିଲେ।


ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ଵରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରି ପାରନ୍ତି !


ସଦାପ୍ରଭୋ, ମୋʼ ପରିତ୍ରାଣର ପରମେଶ୍ଵର, ମୁଁ ଦିବାରାତ୍ର ତୁମ୍ଭ ସମ୍ମୁଖରେ କାକୁକ୍ତି କରିଅଛି;


କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋʼ ଉପରେ ଭାରୀ ଥିଲା; ମୋହର ରସ ଗ୍ରୀଷ୍ମକାଳୀନ ଶୁଷ୍କତାରେ ପରିଣତ ହେଲା। [ସେଲା


କିନ୍ତୁ ମୁଁ ଯେପରି ମୋହର ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ି ପାରେ, ଆଉ ଈଶ୍ଵରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯେଉଁ ସେବାର କାର୍ଯ୍ୟ ପ୍ରଭୁ ଯୀଶୁଙ୍କଠାରୁ ପାଇଅଛିଦ ତାହା ସଂପୂର୍ଣ୍ଣ କରି ପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ନଗଣ୍ୟ ମନେ କରୁଅଛି।


ଭୋଜନପାନ କରିବାକୁ କଅଣ ଆମ୍ଭମାନଙ୍କର ଅଧିକାର ନାହିଁ?


ଭଣ୍ତ ଭାଇମାନଙ୍କଠାରୁ ବିପଦରେ, ପରିଶ୍ରମ ଓ କଷ୍ଟ ଭୋଗରେ, ଅନେକ ଥର ଉଜାଗରରେ, କ୍ଷୁଧା ଓ ତୃଷ୍ଣାରେ, ଅନେକ ଥର ଉପବାସରେ, ଶୀତ ଓ ଉଲଙ୍ଗତାରେ।


ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭେମାନେ ଯର୍ଦ୍ଦନକୁ ଯାଇ ପ୍ରତି ଜଣ ସେଠାରୁ ଏକ ଏକ କଡ଼ିକାଠ ନେଇ ଆପଣାମାନଙ୍କ ବସତି ନିମନ୍ତେ ସେଠାରେ ଏକ ସ୍ଥାନ ନିର୍ମାଣ କରୁ। ଏଥିରେ ସେ ଉତ୍ତର ଦେଲେ, ତୁମ୍ଭେମାନେ ଯାଅ।


ଆପଣା ବ୍ୟାପାର ଯେ ଲାଭଜନକ, ଏହା ସେ ବୁଝେ; ପୁଣି, ରାତ୍ରିକାଳରେ ତାହାର ପ୍ରଦୀପ ଲିଭିଯାଏ ନାହିଁ।


Swiv nou:

Piblisite


Piblisite