Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 4:5 - ପବିତ୍ର ବାଇବଲ (Re-edited) - (BSI)

5 ପ୍ରତ୍ୟେକେ ପବିତ୍ର ଓ ସମାଦର ଭାବରେ ଆପଣା ଆପଣା ନିମନ୍ତେ ଭାର୍ଯ୍ୟା ଗ୍ରହଣ କରିବାକୁ ଜାଣ,

Gade chapit la Kopi

ଓଡିଆ ବାଇବେଲ

5 ପ୍ରତ୍ୟେକେ ପବିତ୍ର ଓ ସମାଦର ଭାବରେ ଆପଣା ଆପଣା ଶରୀରକୁ ବଶ କରିବାକୁ ଜାଣ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପ୍ରତ୍ୟେକେ ପବିତ୍ର ଓ ସମାଦର ଭାବରେ ଆପଣା ଆପଣା ଶରୀରକୁ ବଶ କରିବାକୁ ଜାଣ,

Gade chapit la Kopi

ପବିତ୍ର ବାଇବଲ

5 ଯେଉଁମାନେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ, ସେମାନେ ନିଜ ଶରୀରର ଏପରି ବ୍ୟବହାର କରନ୍ତି।

Gade chapit la Kopi




୧ ଥେସଲନୀକୀୟ 4:5
17 Referans Kwoze  

ମାତ୍ର ପୂର୍ବରେ ତୁମ୍ଭେମାନେ ଈଶ୍ଵରଙ୍କୁ ନ ଜାଣି, ଯେଉଁମାନେ ପ୍ରକୃତରେ ଈଶ୍ଵର ନୁହନ୍ତି, ସେମାନଙ୍କର ଦାସ ଥିଲ;


ଯେଉଁମାନେ ଈଶ୍ଵରଙ୍କୁ ଜାଣନ୍ତି ନାହିଁ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ତ ଦେବେ,


ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁପ୍ରବୃତ୍ତିଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି ପ୍ରତିମାପୂଜା ରୂପ ଲୋଭ, ଏହିସବୁ ପ୍ରତି ମୃତ ହୁଅ;


ଯେଣୁ ବିଜାତିମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;


ସେତେବେଳେ ତୁମ୍ଭେମାନେ ଯେ ଖ୍ରୀଷ୍ଟଙ୍କଠାରୁ ପୃଥକ, ଇସ୍ରାଏଲର ପ୍ରଜାସତ୍ତ୍ଵ ରହିତ, ପ୍ରତିଜ୍ଞାଯୁକ୍ତ ନିୟମରେ ନିରଂଶ, ପୁଣି ଜଗତରେ ଭରସାହୀନ ଓ ଈଶ୍ଵରବିହୀନ ହୋଇଥିଲ, ଏହା ସ୍ମରଣ କର।


ଯଥାର୍ଥ ରୂପେ ଜାଗ୍ରତ ହୁଅ, ପାପ ନ କର; କାରଣ କାହାରି କାହାରି ଈଶ୍ଵରଙ୍କ ବିଷୟରେ ଜ୍ଞାନ ନାହିଁ; ମୁଁ ତୁମ୍ଭମାନଙ୍କ ଲଜ୍ଜା ନିମନ୍ତେ ଏହି କଥା କହୁଅଛି।


ଆଉ, ଯେପରି ସେମାନେ ଈଶ୍ଵର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ଵୀକୃତ ହେଲେ, ସେହିପରି ଈଶ୍ଵର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ।


ଏହି କାରଣରୁ ଈଶ୍ଵର ସେମାନଙ୍କୁ ଜଘନ୍ୟ ପାପପ୍ରବୃତ୍ତିରେ ସମର୍ପଣ କଲେ, କାରଣ ସେମାନଙ୍କ ସ୍ତ୍ରୀମାନେ ସ୍ଵାଭାବିକ ବ୍ୟବହାର ପରିବର୍ତ୍ତେ ଅସ୍ଵାଭାବିକ ବ୍ୟବହାର କଲେ,


ଏଣୁ ଈଶ୍ଵର ସେମାନଙ୍କ ହୃଦୟର କୁଅଭିଳାଷ ଅନୁସାରେ ସେମାନଙ୍କୁ ଅଶୁଚିତାରେ ସମର୍ପଣ କଲେ, ଯେପରି ସେମାନଙ୍କ ଶରୀର ପରସ୍ପର ଦ୍ଵାରା କଳୁଷିତ ହୁଏ।


କାରଣ ମୁଁ ଭ୍ରମଣ କରିବା ସମୟରେ ଆପଣମାନଙ୍କର ପୂଜ୍ୟ ବସ୍ତୁସମସ୍ତ ଦେଖୁ ଦେଖୁ ଗୋଟିଏ ବେଦି ମଧ୍ୟ ଦେଖିଲି, ଯାହା ଉପରେ ଏହି କଥା ଲେଖା ହୋଇଅଛି, ‘ଅଜ୍ଞାତ ଦେବତାଙ୍କ ଉଦ୍ଦେଶ୍ୟରେ।ʼ ଅତଏବ, ଆପଣମାନେ ନ ଜାଣି ଯାହାଙ୍କର ପୂଜା କରୁଅଛନ୍ତି, ମୁଁ ତାଙ୍କୁ ଆପଣମାନଙ୍କ ନିକଟରେ ପ୍ରଚାର କରୁଅଛି।


କାରଣ ଜଗତର ବିଜାତିମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି; କିନ୍ତୁ ଏହିସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ପ୍ରୟୋଜନ, ତାହା ତୁମ୍ଭମାନଙ୍କର ପିତା ଜାଣନ୍ତି।


କାରଣ ବିଜାତିମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି। ଆଉ, ଏହିସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ପ୍ରୟୋଜନ, ତାହା ତୁମ୍ଭମାନଙ୍କର ସ୍ଵର୍ଗସ୍ଥ ପିତା ଜାଣନ୍ତି।


କାରଣ ଈଶ୍ଵରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ଵାରା ଈଶ୍ଵରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ଵାରା ବିଶ୍ଵାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ଵର ସନ୍ତୁଷ୍ଟ ହେଲେ।


ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ରାଜ୍ୟସମୂହ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ଆପଣା କୋପ ଢାଳିଦିଅ।


ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ଗୋଷ୍ଠୀସକଳ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ତୁମ୍ଭେ ଆପଣା କୋପ ଢାଳିଦିଅ; କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି, ହଁ, ସେମାନେ ତାହାକୁ ଗ୍ରାସ କରି ସଂହାର କରିଅଛନ୍ତି ଓ ତାହାର ବାସସ୍ଥାନ ଉଚ୍ଛିନ୍ନ କରିଅଛନ୍ତି।


Swiv nou:

Piblisite


Piblisite