Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 4:7 - ପବିତ୍ର ବାଇବଲ (Re-edited) - (BSI)

7 କାରଣ ଈଶ୍ଵର ଆମ୍ଭମାନଙ୍କୁ ଅଶୁଚିତାରେ ଜୀବନ ଯାପନ କରିବା ନିମନ୍ତେ ଆହ୍ଵାନ ନ କରି ପବିତ୍ର ହେବା ନିମନ୍ତେ ଆହ୍ଵାନ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

7 କାରଣ ଈଶ୍ୱର ଆମ୍ଭମାନଙ୍କୁ ଅଶୁଚିତାରେ ଜୀବନ ଯାପନ କରିବା ନିମନ୍ତେ ଆହ୍ୱାନ ନ କରି ପବିତ୍ର ହେବା ନିମନ୍ତେ ଆହ୍ୱାନ କରିଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଈଶ୍ୱର ଆମ୍ଭମାନଙ୍କୁ ଅଶୁଚି ଜୀବନଯାପନ କରିବା ପାଇଁ ଆହ୍ୱାନ କରି ନାହାନ୍ତି - ପବିତ୍ର ହୋଇ ରହିବା ପାଇଁ ଆମେ ଆହୂତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କାରଣ ଈଶ୍ବର ଆମ୍ଭମାନଙ୍କୁ ଅଶୁଚିତାରେ ଜୀବନଯାପନ କରିବା ନିମନ୍ତେ ଆହ୍ୱାନ ନ କରି ପବିତ୍ର ହେବା ନିମନ୍ତେ ଆହ୍ୱାନ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

7 ପରମେଶ୍ୱର ଆମ୍ଭକୁ ପବିତ୍ର ହେବା ପାଇଁ ଆହ୍ୱାନ କରିଛନ୍ତି। ଆମ୍ଭେ ପାପରେ ଜୀବନଯାପନ କରିବା ପାଇଁ ସେ ଗ୍ଭହାନ୍ତି ନାହିଁ।

Gade chapit la Kopi




୧ ଥେସଲନୀକୀୟ 4:7
18 Referans Kwoze  

କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ; ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ତୁମ୍ଭେମାନେ ପବିତ୍ର ହୁଅ; ଯେହେତୁ ଆମ୍ଭେ ପବିତ୍ର; ତୁମ୍ଭେମାନେ ଭୂମିରେ ଗମନକାରୀ କୌଣସି ଉରୋଗାମୀ ଜୀବ ଦ୍ଵାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ।


ଅର୍ଥାତ୍, ଆମ୍ଭେମାନେ ଯେପରି ତାହାଙ୍କ ସାକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;


ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀକି କୁହ, ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ପବିତ୍ର ଅଟୁ।


ସେ ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି ଓ ପବିତ୍ର ଆହ୍ଵାନରେ ଆହ୍ଵାନ କରିଅଛନ୍ତି; ଆମ୍ଭମାନଙ୍କ କର୍ମାନୁସାରେ ସେ ତାହା କରି ନାହାନ୍ତି, ମାତ୍ର ତାହାଙ୍କ ନିଜ ସଂକଳ୍ପ ଓ ଅନୁଗ୍ରହ ଅନୁସାରେ କରିଅଛନ୍ତି ; ସେହି ଅନୁଗ୍ରହ ଅନାଦିକାଳ ପୂର୍ବରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ପ୍ରଦତ୍ତ ହୋଇଥିଲା,


ସେମାନେ ଦୁଃସାହସୀ ଓ ସ୍ଵେଚ୍ଛାଚାରୀ ହୋଇ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରିବାକୁ ଭୟ କରନ୍ତି ନାହିଁ,


ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟ ରୂପେ ଜଣା : ବ୍ୟଭିଚାର, ଅଶୁଚିତା,


କାରଣ ଆମ୍ଭମାନଙ୍କ ଉପଦେଶ ଭ୍ରମ ଅବା ଅଶୁଚିତା-ମୂଳକ ଅବା ଛଳଯୁକ୍ତ ନୁହେଁ,


ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି ଯେଉଁ ପବିତ୍ରତା ବିନୁ କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,


ସେମାନେ ଜଡ଼ବତ୍ ହୋଇ ଧନ ଲୋଭରେ ଆସକ୍ତ ହେବା ସଙ୍ଗେ ସଙ୍ଗେ ସର୍ବପ୍ରକାର ଅଶୁଚି କର୍ମ କରିବା ନିମନ୍ତେ ଆପଣା ଆପଣାକୁ କାମୁକତାରେ ସମର୍ପଣ କରିଅଛନ୍ତି।


ଅତଏବ, ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ଵାନରେ ଆହୂତ ହୋଇଅଛ, ସେଥିର ଯୋଗ୍ୟଆଚରଣ କର,


କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେସମସ୍ତ ସତ୍କାର୍ଯ୍ୟ ଆମ୍ଭେମାନେ କରିବୁ ବୋଲି ଈଶ୍ଵର ପୂର୍ବରୁ ଆୟୋଜନ କରିଥିଲେ, ଆଚରଣରେ ସେହିସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ।


ଆମ୍ଭମାନଙ୍କ ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।


କରିନ୍ଥରେ ଥିବା ଈଶ୍ଵରଙ୍କ ମଣ୍ତଳୀ ନିକଟକୁ ଲେଖୁଅଛନ୍ତି; ଯେଉଁମାନେ ସର୍ବତ୍ର, ସେମାନଙ୍କ ଓ ଆମ୍ଭମାନଙ୍କ ସ୍ଥାନରେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପ୍ରାର୍ଥନା କରନ୍ତି, ସେସମସ୍ତଙ୍କ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ରୀକୃତ ଓ ଆହୂତ ସାଧୁ ଯେ ତୁମ୍ଭେମାନେ,


Swiv nou:

Piblisite


Piblisite