Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 5:3 - ପବିତ୍ର ବାଇବଲ (Re-edited) - (BSI)

3 ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇବେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ‘ସମସ୍ତ ଶାନ୍ତି ଓ ନିରାପଦ’ ବୋଲି ଲୋକମାନେ କହି ନିଶ୍ଚିନ୍ତ ଥିବା ସମୟରେ ଅକସ୍ମାତ ସେମାନଙ୍କ ଉପରକୁ ବିପତ୍ତି ମାଡ଼ି ଆସିବ। ଗର୍ଭବତୀ ନାରୀର ପ୍ରସବ ବେଦନା ପରି ତାହା ଅନପେକ୍ଷିତ ଭାବରେ ହଠାତ୍ ଆସି ଉପସ୍ଥିତ ହେବ ଏବଂ କେହି ତା’ ସମ୍ମୁଖରୁ ପଳାଇ ଯାଇ ପାରିବେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍‍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

3 ଲୋକେ କହିବେ: “ଆମ୍ଭେ ଶାନ୍ତି ପାଇଛୁ ଓ ସୁରକ୍ଷିତ ଅଛୁ।” ସେହି ସମୟରେ ଗର୍ଭବତୀ ସ୍ତ୍ରୀର ପ୍ରସବ-ବେଦନା ହେଲା ଭଳି, ହଠାତ୍ ତାହାଙ୍କ ପାଇଁ ବିନାଶ ଆସିବ ଓ ସେମାନେ ରକ୍ଷା ପାଇ ପାରିବେ ନାହିଁ।

Gade chapit la Kopi




୧ ଥେସଲନୀକୀୟ 5:3
48 Referans Kwoze  

ତେବେ ଏପରି ମହାପରିତ୍ରାଣ ଅବହେଳା କଲେ ଆମ୍ଭେମାନେ କିପରି ରକ୍ଷା ପାଇବା? ତାହା ତ ପ୍ରଥମରେ ପ୍ରଭୁଙ୍କ ଦ୍ଵାରା କଥିତ ହୋଇ ଶ୍ରବଣ କରିଥିବା ବ୍ୟକ୍ତିମାନଙ୍କ ଦ୍ଵାରା ଆମ୍ଭମାନଙ୍କ ନିକଟରେ ପ୍ରମାଣସିଦ୍ଧ ହେଲା;


ଅର୍ଥାତ୍, ଯେଉଁ ଦିନ ସେ ଆପଣା ସାଧୁମାନଙ୍କ ଦ୍ଵାରା ଗୌରବାନ୍ଵିତ ହେବାକୁ ଓ ବିଶ୍ଵାସ କରିଥିବା ଲୋକ ସମସ୍ତଙ୍କ ଦ୍ଵାରା ଚମତ୍କାରର ଦୃଶ୍ୟ ସ୍ଵରୂପ ହେବାକୁ ଆସିବେ (କାରଣ ତୁମ୍ଭମାନଙ୍କ ନିକଟରେ ଆମ୍ଭମାନଙ୍କ ସାକ୍ଷ୍ୟ ତୁମ୍ଭେମାନେ ବିଶ୍ଵାସ କରିଅଛ),


ଯେଉଁ ଲୋକ ଥରକୁ ଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନୁ ହଠାତ୍ ଭଗ୍ନ ହେବ।


କାରଣ ଈଶ୍ଵର ପାପରେ ପତିତ ଦୂତମାନଙ୍କୁ ନ ଛାଡ଼ି ନରକରେ ନିକ୍ଷେପ କରି ବିଚାର ନିମନ୍ତେ ଅନ୍ଧକାରମୟ ଗହ୍ଵରରେ ରଖିଅଛନ୍ତି


କାରଣ ପ୍ରସବକାରିଣୀ ସ୍ତ୍ରୀର ରବ ପରି, ପ୍ରଥମ ସନ୍ତାନ ପ୍ରସବକାରିଣୀର ବେଦନା ପରି ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ, ସେ ଦୀର୍ଘନିଶ୍ଵାସ ଛାଡ଼ି ଓ ଆପଣା ହାତ ପ୍ରସାରି କହୁଅଛି, ହାୟ ହାୟ ! ହତ୍ୟାକାରୀମାନଙ୍କ ଆଗରେ ମୋʼ ପ୍ରାଣ ମୂର୍ଚ୍ର୍ଛିତ ହେଲା।


“ହେ ଅବଜ୍ଞାକାରୀମାନେ ତୁମ୍ଭେମାନେ ଦେଖି, ପୁଣି ଚମତ୍କୃତ ହୋଇ ବିନଷ୍ଟ ହୁଅ; ଯେଣୁ ଆମ୍ଭେ ତୁମ୍ଭମାନଙ୍କ ସମୟରେ ଗୋଟିଏ କାର୍ଯ୍ୟ ସାଧନ କରୁଅଛୁ, ଯଦି କେହି ସେହି କାର୍ଯ୍ୟ ତୁମ୍ଭମାନଙ୍କ ନିକଟରେ ବର୍ଣ୍ଣନା କରେ, ତେବେ ତୁମ୍ଭେମାନେ କୌଣସି ପ୍ରକାରେ ତାହା ବିଶ୍ଵାସ କରିବ ନାହିଁ।”


ହେ ଲିବାନୋନ ନିବାସିନୀ, ଏରସ ବୃକ୍ଷ ବନରେ ବସା କରିଅଛ ଯେ ତୁମ୍ଭେ, ଯେତେବେଳେ ପ୍ରସବବେଦନା ତୁଲ୍ୟ ତୁମ୍ଭର ବେଦନା ଉପସ୍ଥିତ ହେବ, ସେତେବେଳେ ତୁମ୍ଭର ଅବସ୍ଥା ବଡ଼ ଶୋଚନୀୟ ହେବ।


ତୁମ୍ଭେ ଯେଉଁମାନଙ୍କୁ ନିଜେ ଆପଣା ବିରୁଦ୍ଧରେ ଶିକ୍ଷା ଦେଇଅଛ, ତୁମ୍ଭର ସେହି ମିତ୍ରମାନଙ୍କୁ ଯେତେବେଳେ ସେ ତୁମ୍ଭର ମସ୍ତକ ସ୍ଵରୂପ କରି ନିଯୁକ୍ତ କରିବେ, ସେତେବେଳେ ତୁମ୍ଭେ କଅଣ କହିବ? ପ୍ରସବକାଳରେ ଯେପରି ସ୍ତ୍ରୀଲୋକ, ସେହିପରି ତୁମ୍ଭେ କି ବେଦନାଗ୍ରସ୍ତ ନୋହିବ?


ଆମ୍ଭେମାନେ ସେ ବିଷୟର ଜନରବ ଶୁଣିଅଛୁ; ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ଆମ୍ଭମାନଙ୍କୁ ଆକ୍ରା; କରିଅଛି।


ପ୍ରତ୍ୟେକେ କହନ୍ତି, ଆସ, ଆମ୍ଭେ ଦ୍ରାକ୍ଷାରସ ଆଣିବା ଓ ଆମ୍ଭେମାନେ ସୁରାପାନରେ ମତ୍ତ ହେବା; ପୁଣି, ଯେପରି ଆଜି, ସେପରି କାଲି ହେବ, ତାହା ଅପରିମିତ ମହାଦିନ ହେବ।


ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନାରେ ଆକ୍ରା; ହେଲେ।


କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ।


ସ୍ଵର୍ଗରେ ଲିଖିତ ପ୍ରଥମଜାତମାନଙ୍କର ମଣ୍ତଳୀ, ସମସ୍ତଙ୍କ ବିଚାରକର୍ତ୍ତା ଈଶ୍ଵର, ସିଦ୍ଧିପ୍ରାପ୍ତ ଧାର୍ମିକମାନଙ୍କ ଆତ୍ମାଗଣ,


ପ୍ରସବକାରିଣୀ ସ୍ତ୍ରୀର ବେଦନା ତାହାକୁ ଆକ୍ରା; କରିବ; ସେ ଅଜ୍ଞାନ ଶିଶୁ; କାରଣ ଶିଶୁମାନଙ୍କର ପ୍ରସବ ଦ୍ଵାରରେ ତାହାର ବିଳମ୍ଵ କରି ରହିବାର ଉଚିତ ନୁହେଁ।


ଏଥିପାଇଁ ଉଚ୍ଚ ଭିତ୍ତିର ପତନଶୀଳ ଯେଉଁ ଟୋଲା ଫାଟ, ହଠାତ୍ ଏକାବେଳେ ଭାଙ୍ଗି ପଡ଼େ, ତାହାରି ତୁଲ୍ୟ ଏହି ଅପରାଧ ତୁମ୍ଭମାନଙ୍କ ପ୍ରତି ହେବ।


ଆଉ କେହି ଯେପରି ଏହି ଶାପର କଥା ଶୁଣି ମନେ ମନେ ଆପଣାର ଧନ୍ୟବାଦ କରି ନ କହେ ଯେ, ଆମ୍ଭେ ଶୁଖିଲା ସଙ୍ଗେ ଓଦାକୁ ଧ୍ଵଂସ କରିବା ପାଇଁ ଆପଣା ହୃଦୟର କାଠିନ୍ୟ ଅନୁସାରେ ଚଳିଲେ ହେଁ ଆମ୍ଭର ମଙ୍ଗଳ ହେବ।


ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନରକ ଦଣ୍ତରୁ ରକ୍ଷା ପାଇବ?


ତାହାର କର୍ଣ୍ଣରେ ତ୍ରାସଜନକ ଶଦ୍ଦ ଥାଏ, ସୌଭାଗ୍ୟ ସମୟରେ ଲୁଟକାରୀ ତାହାକୁ ଆକ୍ରମଣ କରିବ;


ଅଜ୍ଞାତସାରରେ ତାହାକୁ ସର୍ବନାଶ ଘଟୁ ଓ ତାହାର ଗୁପ୍ତ ଜାଲ ତାହାକୁ ହିଁ ଧରୁ;


ମୃତ୍ୟୁ ସେମାନଙ୍କୁ ହଠାତ୍ ଆକ୍ରମଣ କରୁ, ସେମାନେ ପାତାଳକୁ ଜୀଅନ୍ତା ଗମନ କରନ୍ତୁ, କାରଣ ସେମାନଙ୍କ ବାସସ୍ଥାନରେ, ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି।


ସେମାନଙ୍କ ମେଜ ସେମାନଙ୍କ ସମ୍ମୁଖରେ ଫାନ୍ଦ ସ୍ଵରୂପ ଓ ସେମାନେ ଶାନ୍ତିରେ ଥିବା ବେଳେ ତାହା ସେମାନଙ୍କର ଫାଶ ସ୍ଵରୂପ ହେଉ।


ପୁଣି, ସେହି ଦିନ ଏହି ସମୁଦ୍ର ଅଞ୍ଚଳସ୍ଥ ନିବାସୀମାନେ କହିବେ, ଦେଖ, ଅଶୂରର ରାଜାଠାରୁ ଉଦ୍ଧାର ପାଇବା ପାଇଁ ସାହାଯ୍ୟ ନିମନ୍ତେ ଯେଉଁଠାକୁ ପଳାଇଲୁ, ଆମ୍ଭମାନଙ୍କର ସେହି ବିଶ୍ଵାସଭୂମି ଏହି ପ୍ରକାର; ତେବେ ଆମ୍ଭେମାନେ ଅବା କିପ୍ରକାରେ ବଞ୍ଚିବା?


ମାତ୍ର ତୁମ୍ଭ ଶତ୍ରୁଗଣର ଲୋକାରଣ୍ୟ ସୂକ୍ଷ୍ମ ଧୂଳିର ନ୍ୟାୟ ହେବ ଓ ଭୟଙ୍କରମାନଙ୍କର ଲୋକାରଣ୍ୟ ଉଡ଼ିଯିବା ତୁଷ ପରି ହେବ; ଏକ ନିମିଷରେ ହଠାତ୍ ଏହା ଘଟିବ।


ମାତ୍ର ସନ୍ତାନ-ବିରହ ଓ ବୈଧବ୍ୟ ଏ ଦୁଇ ଏକ ମୁହୂର୍ତ୍ତରେ, ଏକ ଦିନରେ ତୁମ୍ଭ ପ୍ରତି ଘଟିବ; ତୁମ୍ଭର ଅପାର ଗଣକତା ଓ ଅତି ପ୍ରଚୁର ମାୟାବୀତ୍ଵ ଥିଲେ ହେଁ, ସେ ଦୁଇ ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ।


ଏହେତୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ, ତୁମ୍ଭେ ତହିଁର ଉଦୟ ଜାଣିବ ନାହିଁ; ପୁଣି, ତୁମ୍ଭ ଉପରେ ବିପଦ ପଡ଼ିବ, ତୁମ୍ଭେ ତାହା ଦୂର କରିପାରିବ ନାହିଁ; ଆଉ, ଯାହା ତୁମ୍ଭେ ଜାଣୁ ନାହଁ, ଏପରି ବିନାଶ ହଠାତ୍ ତୁମ୍ଭ ଉପରେ ଘଟିବ।


ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି ଶାନ୍ତି ବୋଲି କହି ଆମ୍ଭ ଲୋକମାନଙ୍କ କ୍ଷତ ହାଲୁକା ଭାବରେ ସୁସ୍ଥ କରିଅଛନ୍ତି।


ପୁଣି, ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି, ଶାନ୍ତି ବୋଲି କହି ଆମ୍ଭ ଲୋକମାନଙ୍କ କନ୍ୟାର କ୍ଷତ ଉପରେ ଉପରେ ସୁସ୍ଥ କରନ୍ତି।


ତୁମ୍ଭେ କି ଯିହୁଦାକୁ ନିତା; ଅଗ୍ରାହ୍ୟ କରିଅଛ? ତୁମ୍ଭର ପ୍ରାଣ କି ସିୟୋନକୁ ଘୃଣା କରିଅଛି? କିହେତୁ ତୁମ୍ଭେ ଆମ୍ଭମାନଙ୍କୁ ପ୍ରହାର କଲ ଓ ଆମ୍ଭମାନଙ୍କ ପୀଡ଼ାର କୌଣସି ପ୍ରତିକାର ନାହିଁ? ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ ଓ ଆମ୍ଭେମାନେ ସ୍ଵାସ୍ଥ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ !


ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି ଅଛି ବୋଲି କହି ଆମ୍ଭ ଲୋକମାନଙ୍କୁ ଭୁଲାଇ ଅଛନ୍ତି; ଆଉ, କେହି କାନ୍ଥ ନିର୍ମାଣ କଲେ ଦେଖ, ସେମାନେ ଅମିଶ୍ରିତ ମସଲାରେ ତାହା ଲେପନ କରନ୍ତି;


ପ୍ରସବ ସମୟ ଉପସ୍ଥିତ ହେଲେ ସ୍ତ୍ରୀଲୋକ ଦୁଃଖ ପାଏ; କିନ୍ତୁ ସେ ସନ୍ତାନ ପ୍ରସବ କଲା ଉତ୍ତାରେ ଜଗତରେ ଜଣେ ମାନବ ଜନ୍ମଗ୍ରହଣ କଲା, ଏହି ଆନନ୍ଦ ଯୋଗୁ ଆଉ କଷ୍ଟ ସ୍ମରଣ କରେ ନାହିଁ।


ଏ ଉତ୍ତାରେ ଗିଦିୟୋନ୍ ନୋବହ ଓ ଯଗ୍-ବିହର ପୂର୍ବଦିଗରେ ତମ୍ଵୁ ନିବାସୀମାନଙ୍କ ପଥ ଦେଇ ଉଠି ଯାଇ ସେହି ସୈନ୍ୟଦଳକୁ ଆଘାତ କଲେ; ଯେହେତୁ ସେହି ସୈନ୍ୟଦଳ ନିର୍ଭୟରେ ଥିଲେ।


ପରମେଶ୍ଵର ସେମାନଙ୍କୁ ନିରାପଦରେ ରହିବାକୁ ଦିଅନ୍ତି ଓ ସେମାନେ ତହିଁରେ ନିର୍ଭର ରଖନ୍ତି ଓ ତାହାଙ୍କ ଦୃଷ୍ଟି ସେମାନଙ୍କ ମାର୍ଗରେ ଥାଏ।


Swiv nou:

Piblisite


Piblisite