Biblia Todo Logo
Bib sou entènèt

- Piblisite -




୧ ତୀମଥି 1:11 - ପବିତ୍ର ବାଇବଲ (Re-edited) - (BSI)

11 ଏହା ତ ମୋʼ ନିକଟରେ ସମର୍ପିତ ପରମଧନ୍ୟ ଈଶ୍ଵରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ।

Gade chapit la Kopi

ଓଡିଆ ବାଇବେଲ

11 ଏହା ତ ମୋ ନିକଟରେ ସମର୍ପିତ ପରମଧନ୍ୟ ଈଶ୍ୱରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ମହାମହିମ ପରମଧନ୍ୟ ଈଶ୍ୱରଙ୍କ ଶୁଭ ବାର୍ତ୍ତାରେ ସମସ୍ତ ସତ୍ଶିକ୍ଷା ନିହିତ ଅଛି। ସେହି ଶୁଭ ବାର୍ତ୍ତା ପ୍ରଚାର କରିବା ଦାୟିତ୍ୱ ମୋ’ ଉପରେ ନ୍ୟସ୍ତ ହୋଇଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏହା ତ ମୋ ନିକଟରେ ସମର୍ପିତ ପରମଧନ୍ୟ ଈଶ୍ବରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ।

Gade chapit la Kopi

ପବିତ୍ର ବାଇବଲ

11 ଏହି ଉପଦେଶ ପରମେଶ୍ୱର ମୋତେ ପ୍ରଗ୍ଭର କରିବାକୁ ଦେଇଥିବା ସୁସମାଗ୍ଭରର ଅଂଶବିଶେଷ। ଏହି ମହିମାମୟ ସୁସମାଗ୍ଭର ପରମଧନ୍ୟ ପରମେଶ୍ୱରଙ୍କଠାରୁ ଆସିଛି।

Gade chapit la Kopi




୧ ତୀମଥି 1:11
25 Referans Kwoze  

ବରଂ ଅନ୍ୟ ପକ୍ଷରେ ଯେତେବେଳେ ସେମାନେ ଦେଖିଲେ ଯେ, ପିତରଙ୍କୁ ଯେପରି ସୁନ୍ନତିମାନଙ୍କ ମଧ୍ୟରେ, ମୋତେ ସେହିପରି ଅସୁନ୍ନତିମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରିବାର ଭାର ଅର୍ପିତ ହୋଇଅଛି,


ସେହି ଅନ; ଜୀବନ, ସତ୍ୟବାଦୀ ଈଶ୍ଵର ଅନାଦିକାଳ ପୂର୍ବେ ପ୍ରତିଜ୍ଞା କରି ଯଥା ସମୟରେ ଆପଣା ବାକ୍ୟ ପ୍ରଚାର ଦ୍ଵାରା ପ୍ରକାଶ କଲେ; ସେହି ବାକ୍ୟ ପ୍ରଚାର କରିବାର ଭାର ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ଵରଙ୍କ ଆଜ୍ଞାନୁସାରେ ମୋʼଠାରେ ସମର୍ପିତ ହୋଇଅଛି।


ଯେ ପରମଧନ୍ୟ ଏକମାତ୍ର ସମ୍ରାଟ୍, ଯେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ,


ଈଶ୍ଵରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହିପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍ପତି ଅବିଶ୍ଵାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।


ଯେଉଁ ଦିନରେ ଈଶ୍ଵର ମୋହର ସୁସମାଚାର ଅନୁସାରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ , ସେହି ଦିନ ଏହା ପ୍ରକାଶ ପାଇବ।


ଆଉ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଯେଉଁସବୁ ବାକ୍ୟ ମୋʼଠାରୁ ଶୁଣିଅଛ, ଯେଉଁମାନେ ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେବାକୁ ସମର୍ଥ, ଏପରି ବିଶ୍ଵସ୍ତ ଲୋକମାନଙ୍କ ନିକଟରେ ସେହିସବୁ ଅର୍ପଣ କର।


ତୁମ୍ଭ ହସ୍ତରେ ସମର୍ପିତ ଯେଉଁ ଉତ୍ତମ ବିଷୟ, ତାହା ଆମ୍ଭମାନଙ୍କଠାରେ ବାସ କରୁଥିବା ପବିତ୍ର ଆତ୍ମାଙ୍କ ଦ୍ଵାରା ସୁରକ୍ଷା କର।


ସେହି ସୁସମାଚାରର ମୁଁ ଜଣେ ପ୍ରଚାରକ, ପ୍ରେରିତ ଓ ଶିକ୍ଷକ ସ୍ଵରୂପେ ନିଯୁକ୍ତ ହୋଇଅଛି।


ହେ ତୀମଥି, ତୁମ୍ଭଠାରେ ଯାହା ସମର୍ପିତ ହୋଇଅଛି, ତାହା ରକ୍ଷା କର; ଅସାର ବକୁଆପଣ ଓ ତଥାକଥିତ ଜ୍ଞାନର ଯୁକ୍ତିତର୍କରୁ ବିମୁଖ ହୁଅ;


ସେଥିସକାଶେ ମୁଁ ଜଣେ ପ୍ରଚାରକ, ପ୍ରେରିତ, ପୁଣି ବିଶ୍ଵାସ ଓ ସତ୍ୟ ସମ୍ଵନ୍ଧରେ ବିଜାତିମାନଙ୍କର ଜଣେ ଶିକ୍ଷକ ସ୍ଵରୂପେ ନିଯୁକ୍ତ ହେଲି, ମୁଁ ସତ୍ୟ କହୁଅଛି, ମିଥ୍ୟା କହୁ ନାହିଁ।


କିନ୍ତୁ ଆମ୍ଭମାନଙ୍କ ହସ୍ତରେ ସୁସମାଚାର ପ୍ରଚାରର ଭାର ସମର୍ପିତ ହେବା ନିମନ୍ତେ ଆମ୍ଭେମାନେ ଯେରୂପେ ଈଶ୍ଵରଙ୍କ କର୍ତ୍ତୃକ ଯୋଗ୍ୟ ଗଣିତ ହୋଇଅଛୁ, ସେହିରୂପେ ଆମ୍ଭେମାନେ ପ୍ରଚାର କରୁ; ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରିବା ଉଦ୍ଦେଶ୍ୟରେ ତାହା କରୁ ନାହୁଁ, ବରଂ ଆମ୍ଭମାନଙ୍କ ହୃଦୟର ପରୀକ୍ଷକ ଯେ ଈଶ୍ଵର , ତାହାଙ୍କୁ ସନ୍ତୁଷ୍ଟ କରିବା ଉଦ୍ଦେଶ୍ୟରେ ତାହା କରୁ।


ଈଶ୍ଵର ମୋତେ ଯେଉଁ ଭଣ୍ତାରଘରିଆ ପଦ ତୁମ୍ଭମାନଙ୍କ ନିମନ୍ତେ ଦେଇଅଛନ୍ତି, ତଦନୁସାରେ ମୁଁ ସେହି ମଣ୍ତଳୀର ଜଣେ ସେବକ ହୋଇଅଛି, ଯେପରି ମୁଁ ଈଶ୍ଵରଙ୍କ ବାକ୍ୟ ସମ୍ପୂର୍ଣ୍ଣ ରୂପେ ପ୍ରଚାର କରେ।


ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ଵର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ,


ଯେପରି ଖ୍ରୀଷ୍ଟ ଯୀଶୁଙ୍କଠାରେ ସେ ଆମ୍ଭମାନଙ୍କ ପ୍ରତି କରୁଣା କରି ଆଗାମୀ ଯୁଗରେ ଆପଣା ଅନୁଗ୍ରହର ଅତ୍ୟଧିକ ଧନ ପ୍ରକାଶ କରନ୍ତି।


ଯେପରି ଖ୍ରୀଷ୍ଟଙ୍କଠାରେ ପୂର୍ବରୁ ଭରସା କରିଥିଲୁ ଯେ ଆମ୍ଭେମାନେ, ଆମ୍ଭେମାନେ ଈଶ୍ଵରଙ୍କ ଗୌରବର ପ୍ରଶଂସାର କାରଣ ହେଉ।


ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ଵାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।


ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ଵର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ଵରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।


କାରଣ ଯଦି ମୁଁ ସ୍ଵେଚ୍ଛାରେ ଏହା କରେ, ତେବେ ମୋହର ପୁରସ୍କାର ଅଛି; କିନ୍ତୁ ଯଦି ସ୍ଵେଚ୍ଛାରେ ନ କରେ, ତେବେ ହେଁ ସେବକପଦର ଭାର ମୋʼଠାରେ ସମର୍ପିତ ହୋଇଅଛି।


ଊର୍ଦ୍ଧ୍ଵଲୋକରେ ଈଶ୍ଵରଙ୍କ ମହିମା, ପୁଣି ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି।


ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି, ପୁଣି ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି। କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ।


Swiv nou:

Piblisite


Piblisite