Biblia Todo Logo
Bib sou entènèt

- Piblisite -




୧ ତୀମଥି 1:12 - ପବିତ୍ର ବାଇବଲ (Re-edited) - (BSI)

12 ଆମ୍ଭମାନଙ୍କର ଯେଉଁ ପ୍ରଭୁ ଖ୍ରୀଷ୍ଟ ଯୀଶୁ ମୋତେ ସକ୍ଷମ କରିଅଛନ୍ତି, ତାହାଙ୍କୁ ମୁଁ ଧନ୍ୟବାଦ ଦେଉଅଛି ଯେ, ସେ ମୋତେ ବିଶ୍ଵସ୍ତ ଜ୍ଞାନ କରି ସେବକ ପଦରେ ନିଯୁକ୍ତ କରିଅଛନ୍ତି,

Gade chapit la Kopi

ଓଡିଆ ବାଇବେଲ

12 ଆମ୍ଭମାନଙ୍କର ଯେଉଁ ପ୍ରଭୁ ଖ୍ରୀଷ୍ଟ ଯୀଶୁ ମୋତେ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ମୁଁ ଧନ୍ୟବାଦ ଦେଉଅଛି ଯେ, ସେ ମୋତେ ବିଶ୍ୱସ୍ତ ମନେ କରି ସେବକ ପଦରେ ନିଯୁକ୍ତ କରିଅଛନ୍ତି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12-13 ମୋର ଦାୟିତ୍ୱ ତୁଲାଇବାକୁ ମୋତେ ଶକ୍ତି ଦେଇ ଥିବାରୁ ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଧନ୍ୟବାଦ ଜଣାଉଅଛି। ପୂର୍ବେ ମୁଁ ତାଙ୍କର ନିନ୍ଦା କରୁଥିଲି, ତାଙ୍କୁ ନିର୍ଯ୍ୟାତନା ଓ ଅପମାନ ଦେଉଥିଲି। ତଥାପି ସେ ମୋତେ ଯୋଗ୍ୟ ମନେ କରି ତାଙ୍କର ସେବା ପାଇଁ ନିଯୁକ୍ତ କରିଛନ୍ତି। ଅବିଶ୍ୱାସ ଓ ଅଜ୍ଞତାବଶତଃ ଯାହା ସବୁ କରିଥିଲି, କ୍ଷମା କରି ଈଶ୍ୱର ମୋ’ ପ୍ରତି ସଦୟ ହୋଇଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆମ୍ଭମାନଙ୍କର ଯେଉଁ ପ୍ରଭୁ ଖ୍ରୀଷ୍ଟ ଯୀଶୁ ମୋତେ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ମୁଁ ଧନ୍ୟବାଦ ଦେଉଅଛି ଯେ, ସେ ମୋତେ ବିଶ୍ୱସ୍ତ ମନେ କରି ସେବକ ପଦରେ ନିଯୁକ୍ତ କରିଅଛନ୍ତି,

Gade chapit la Kopi

ପବିତ୍ର ବାଇବଲ

12 ମୋ’ ପ୍ରତି ଭରସା ରଖି ଏହି ସେବା କାର୍ଯ୍ୟରେ ନିଯୁକ୍ତ କରିଥିବାରୁ ମୁଁ ଆମ୍ଭ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କୁ ଧନ୍ୟବାଦ ଦିଏ। ସେ ମୋତେ ଶକ୍ତି ପ୍ରଦାନ କରନ୍ତି।

Gade chapit la Kopi




୧ ତୀମଥି 1:12
26 Referans Kwoze  

ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରି ପାରେ।


କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ କଲେ, ପୁଣି ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋʼ ଦ୍ଵାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇ ପାରେ ଓ ବିଜାତି ସମସ୍ତେ ତାହା ଶ୍ରବଣ କରି ପାରନ୍ତି;


ଈଶ୍ଵର ମୋତେ ଯେଉଁ ଭଣ୍ତାରଘରିଆ ପଦ ତୁମ୍ଭମାନଙ୍କ ନିମନ୍ତେ ଦେଇଅଛନ୍ତି, ତଦନୁସାରେ ମୁଁ ସେହି ମଣ୍ତଳୀର ଜଣେ ସେବକ ହୋଇଅଛି, ଯେପରି ମୁଁ ଈଶ୍ଵରଙ୍କ ବାକ୍ୟ ସମ୍ପୂର୍ଣ୍ଣ ରୂପେ ପ୍ରଚାର କରେ।


ପୁଣି, ପିତା ଈଶ୍ଵରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ଵା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ଵୀକାର କରିବ।


ଅତଏବ, ଆମ୍ଭେମାନେ ଅନୁଗ୍ରହ ପ୍ରାପ୍ତ ହୋଇ ଏହି ସେବକପଦ ପାଇବାରୁ ସାହସବିହୀନ ନୋହୁଁ,


କୁମାରୀମାନଙ୍କ ବିଷୟରେ ମୁଁ ପ୍ରଭୁଙ୍କଠାରୁ କୌଣସି ଆଜ୍ଞା ପାଇ ନାହିଁ କିନ୍ତୁ ପ୍ରଭୁଙ୍କ ଅନୁଗ୍ରହରେ ବିଶ୍ଵାସପାତ୍ର ହୋଇ ନିଜର ମତ ଦେଉଅଛି।


କିନ୍ତୁ, ଶାଉଲ ଅଧିକତର ଶକ୍ତିଶାଳୀ ହୋଇ ଉଠିଲେ, ପୁଣି ଏ ଯେ ଖ୍ରୀଷ୍ଟ, ଏହା ପ୍ରମାଣ କରି ଦାମାସ୍କସ୍ନିବାସୀ ଯିହୁଦୀମାନଙ୍କୁ ନିରୁତ୍ତର କରିଦେଉଥିଲେ।


କିନ୍ତୁ ପ୍ରଭୁ ତାଙ୍କୁ କହିଲେ, ଯାଅ; କାରଣ ସେ ବିଜାତି, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ;


ପୁଣି, ସେ ଓ ତାଙ୍କର ପରିବାର ବାପ୍ତିଜିତ ହେଲା ଉତ୍ତାରେ ସେ ଆମ୍ଭମାନଙ୍କୁ ବିନତି କରି କହିଲେ, ଆପଣ-ମାନେ ଯଦି ମୋତେ ପ୍ରଭୁଙ୍କ ନିକଟରେ ବିଶ୍ଵସ୍ତ ବୋଲି ବିଚାର କରିଥାଆନ୍ତି, ତେବେ ମୋର ଗୃହକୁ ଆସି ବାସ କରନ୍ତୁ; ଆଉ, ସେ ଆମ୍ଭମାନଙ୍କୁ ବଳାଇଲେ।


ଏହା ତ ମୋʼ ନିକଟରେ ସମର୍ପିତ ପରମଧନ୍ୟ ଈଶ୍ଵରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ।


କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ଵରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋʼ ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋʼ ସହିତ ଥିବା ଈଶ୍ଵରଙ୍କ ଅନୁଗ୍ରହ ତାହା କରିଅଛି।


ଯେ ପୁତ୍ରଙ୍କୁ ସମାଦର କରେ ନାହିଁ, ସେ ତାହାଙ୍କର ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସମାଦର କରେ ନାହିଁ।


ଆପଲ୍ଲ କିଏ? ପାଉଲ ବା କିଏ? ସେମାନେ ତ ସେବକମାତ୍ର, ଯେଉଁମାନଙ୍କ ଦ୍ଵାରା, ପ୍ରତ୍ୟେକକୁ ପ୍ରଭୁ ଯେପରି ଦେଇଅଛନ୍ତି, ତଦନୁସାରେ ତୁମ୍ଭେମାନେ ବିଶ୍ଵାସ କରିଅଛ।


କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ ଦ୍ଵାରା ଈଶ୍ଵରଙ୍କର ସନ୍ତାନ ହୋଇଅଛ;


ଯିହୁଦୀ କି ଗ୍ରୀକ୍, ଦାସ କି ସ୍ଵାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ,।


ପାଉଲ, ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ଵର ଓ ଭରସାଭୂମି ଖ୍ରୀଷ୍ଟ ଯୀଶୁଙ୍କ ଆଜ୍ଞା ଅନୁସାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ,


ଧର୍ମବିଶ୍ଵାସରେ ଆପଣା ଯଥାର୍ଥ ପୁତ୍ର ତୀମଥିଙ୍କ ନିକଟକୁ ପତ୍ର ଲେଖୁଅଛି; ପିତା ଈଶ୍ଵର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ।


ସମସ୍ତଙ୍କ ଜୀବନଦାତା ଈଶ୍ଵରଙ୍କ ସାକ୍ଷାତରେ, ପୁଣି ପନ୍ତୀୟ ପୀଲାତଙ୍କ ସମ୍ମୁଖରେ ଉତ୍ତମ ସାକ୍ଷ୍ୟଦାତା ଖ୍ରୀଷ୍ଟ ଯୀଶୁଙ୍କ ସାକ୍ଷାତରେ ମୁଁ ତୁମ୍ଭକୁ ଆଦେଶ ଦେଉଅଛି,


ଆଉ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଯେଉଁସବୁ ବାକ୍ୟ ମୋʼଠାରୁ ଶୁଣିଅଛ, ଯେଉଁମାନେ ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେବାକୁ ସମର୍ଥ, ଏପରି ବିଶ୍ଵସ୍ତ ଲୋକମାନଙ୍କ ନିକଟରେ ସେହିସବୁ ଅର୍ପଣ କର।


ପିତା ଈଶ୍ଵର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭ ପ୍ରତି ହେଉ।


ତଥାପି ମୁଁ ବୃଦ୍ଧ ପାଉଲ, ପ୍ରେମ ହେତୁ ବରଂ ତୁମ୍ଭକୁ ଅନୁରୋଧ କରୁଅଛି, ଖ୍ରୀଷ୍ଟ ଯୀଶୁଙ୍କ ନିମନ୍ତେ ବର୍ତ୍ତମାନ ବନ୍ଦୀ ଯେ ମୁଁ,


ତୁମ୍ଭେମାନେ ସୁଦ୍ଧା ଦ୍ରାକ୍ଷାକ୍ଷେତ୍ରକୁ ଯାଅ, ପୁଣି ଯାହା ନ୍ୟାଯ୍ୟ, ତାହା ତୁମ୍ଭମାନଙ୍କୁ ଦେବି; ଆଉ, ସେମାନେ ଗଲେ।


Swiv nou:

Piblisite


Piblisite