Biblia Todo Logo
Bib sou entènèt

- Piblisite -




୧ ତୀମଥି 1:13 - ପବିତ୍ର ବାଇବଲ (Re-edited) - (BSI)

13 ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ଵାସ ହେତୁ ଅଜ୍ଞାନପଣରେ ତାହା କରିଥିଲି ବୋଲି ଦୟାପ୍ରାପ୍ତ ହେଲି;

Gade chapit la Kopi

ଓଡିଆ ବାଇବେଲ

13 ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି;

Gade chapit la Kopi

ପବିତ୍ର ବାଇବଲ

13 ଅତୀତରେ ମୁଁ ଯୀଶୁଙ୍କ ବିରୁଦ୍ଧରେ କହିଛି, ତାହାଙ୍କୁ ତାଡ଼ନା ଦେଇଛି ଓ ତାହାଙ୍କୁ ଆଘାତ ଦେବା ଭଳି କାର୍ଯ୍ୟମାନ କରିଛି। କିନ୍ତୁ ମୁଁ କ’ଣ କରୁଛି ବୋଲି ଜାଣି ନ ଥିବାରୁ, ପରମେଶ୍ୱର ମୋତେ ଦୟା କଲେ। ଅବିଶ୍ୱାସୀ ଥିଲାବେଳେ ମୁଁ ସେପରି କରିଥିଲି।

Gade chapit la Kopi




୧ ତୀମଥି 1:13
25 Referans Kwoze  

କିନ୍ତୁ ଶାଉଲ ଘରେ ଘରେ ପଶି ପୁରୁଷ ଓ ସ୍ତ୍ରୀଲୋକ-ମାନଙ୍କୁ ଟାଣିଆଣି କାରାଗାରରେ ସମର୍ପଣ କରି ମଣ୍ତଳୀକୁ ଉଚ୍ଛିନ୍ନ କରିବାକୁ ଲାଗିଲେ।


ପୂର୍ବରେ ତୁମ୍ଭେମାନେ ପ୍ରଜା ବାଚ୍ୟ ନ ଥିଲ, କିନ୍ତୁ ଏବେ ଈଶ୍ଵରଙ୍କ ପ୍ରଜା ହୋଇଅଛ, ପୂର୍ବରେ ତୁମ୍ଭେମାନେ ଦୟା ପାଇ ନ ଥିଲ, ମାତ୍ର ଏବେ ଦୟା ପ୍ରାପ୍ତ ହୋଇଅଛ।


କିନ୍ତୁ ହନନୀୟ ଉତ୍ତର ଦେଲେ, ପ୍ରଭୋ, ଯିରୂଶାଲମରେ ଆପଣଙ୍କ ସାଧୁମାନଙ୍କ ପ୍ରତି ଏହି ଲୋକ ଯେ କେତେ ଉପଦ୍ରବ କରିଅଛି, ତାହା ମୁଁ ଅନେକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଅଛି।


ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି ଉପଯୁକ୍ତ ସମୟରେ ଉପକାରକ ଅନୁଗ୍ରହ ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ।


ଆଉ ଏବେ, ହେ ଭାଇମାନେ, ଆପଣମାନଙ୍କ ଅଧ୍ୟକ୍ଷମାନେ ଯେପରି, ଆପଣମାନେ ମଧ୍ୟ ସେପରି ଅଜ୍ଞାନତା ହେତୁ ଏହା କରିଅଛନ୍ତି ବୋଲି ମୁଁ ଜାଣେ।


ସେତେବେଳେ ଯୀଶୁ କହିଲେ, ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କଅଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ। ଆଉ, ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ।


ତଥାପି ଯେଉଁମାନେ ଭବିଷ୍ୟତକାଳରେ ଅନ; ଜୀବନ ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ କରିବେ, ସେମାନଙ୍କ ନିକଟରେ ଦୃଷ୍ଟାନ୍ତ ସ୍ଵରୂପ ହେବା ପାଇଁ ପ୍ରଧାନ ପାପୀ ଯେ ମୁଁ, ମୋʼଠାରେ ସେ ଯେପରି ଆପଣା ପୂର୍ଣ୍ଣ ଚିରସହିଷ୍ଣୁତା ପ୍ରକାଶ କରନ୍ତି, ଏଥିନିମନ୍ତେ ମୁଁ ଦୟାପ୍ରାପ୍ତ ହେଲି।


ଉଦ୍ଯୋଗ ସମ୍ଵନ୍ଧରେ ମଣ୍ତଳୀର ଜଣେ ତାଡ଼ନାକାରୀ, ପୁଣି ବ୍ୟବସ୍ଥାଗତ ଧାର୍ମିକତା ସମ୍ଵନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି।


ପୂର୍ବେ ଯିହୁଦୀ ଧର୍ମରେ ମୋହର ଆଚାରବ୍ୟବହାର ସମ୍ଵନ୍ଧରେ ତୁମ୍ଭେମାନେ ତ ଶୁଣିଅଛ, ମୁଁ ଈଶ୍ଵରଙ୍କ ମଣ୍ତଳୀକି ଅତିରିକ୍ତ ଭାବରେ ତାଡ଼ନା କରୁଥିଲି ଓ ତାହା ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲି,


କାରଣ ଈଶ୍ଵରଙ୍କ ମଣ୍ତଳୀକୁ ତାଡ଼ନା କରିଥିବାରୁ ପ୍ରେରିତମାନଙ୍କ ମଧ୍ୟରେ ମୁଁ କ୍ଷୁଦ୍ରତମ, ପୁଣି ପ୍ରେରିତ ନାମରେ ଖ୍ୟାତ ହେବାକୁ ଅଯୋଗ୍ୟ।


କୁମାରୀମାନଙ୍କ ବିଷୟରେ ମୁଁ ପ୍ରଭୁଙ୍କଠାରୁ କୌଣସି ଆଜ୍ଞା ପାଇ ନାହିଁ କିନ୍ତୁ ପ୍ରଭୁଙ୍କ ଅନୁଗ୍ରହରେ ବିଶ୍ଵାସପାତ୍ର ହୋଇ ନିଜର ମତ ଦେଉଅଛି।


ମୁଁ ଏହି ମାର୍ଗର ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ବାନ୍ଧି କାରାଗାରରେ ପକାଇ ମୃତ୍ୟୁ ପର୍ଯ୍ୟନ୍ତ ତାଡ଼ନା କରୁଥିଲି।


ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ।


କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟ-ମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ।


ଆଉ, ଯେଉଁ ଦାସ ଆପଣା ପ୍ରଭୁଙ୍କ ଇଚ୍ଛା ଜାଣି ପ୍ରସ୍ତୁତ ହୋଇ ନ ଥାଏ କିମ୍ଵା ତାହାଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ନ ଥାଏ, ସେ ବହୁତ ପ୍ରହାରରେ ପ୍ରହାରିତ ହେବ;


ପୁଣି, ଆମ୍ଭେ ଆପଣା ପାଇଁ ତାହାକୁ ଦେଶରେ ରୋପଣ କରିବା; ତହିଁରେ ଯେ ଦୟା ପାଇ ନ ଥିଲା, ତାହା ପ୍ରତି ଆମ୍ଭେ ଦୟା କରିବା; ଆଉ, ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ କହିବା, ତୁମ୍ଭେ ଆମ୍ଭର ଲୋକ ଓ ସେମାନେ କହିବେ, ତୁମ୍ଭେ ଆମ୍ଭର ପରମେଶ୍ଵର।


ମାତ୍ର ଯେଉଁ ପ୍ରାଣୀ ଊର୍ଦ୍ଧ୍ଵହସ୍ତରେ କୌଣସି (ପାପ) କର୍ମ କରେ, ସେ ଗୃହଜାତ ହେଉ ବା ବିଦେଶୀ ହେଉ, ସଦାପ୍ରଭୁଙ୍କର ନିନ୍ଦା କରେ; ଏଣୁ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।


ଅଥବା ଯେବେ ସେହି କଞ୍ଚା ମାଂସ ପୁନର୍ବାର ପାଲଟି ଶ୍ଵେତବର୍ଣ୍ଣ ହୋଇଯାଏ, ତେବେ ସେ ଯାଜକ ନିକଟକୁ ଯିବ,


Swiv nou:

Piblisite


Piblisite