Biblia Todo Logo
Bib sou entènèt

- Piblisite -




୧ ତୀମଥି 1:14 - ପବିତ୍ର ବାଇବଲ (Re-edited) - (BSI)

14 ଆଉ, ଆମ୍ଭମାନଙ୍କ ପ୍ରଭୁଙ୍କ ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ବିଶ୍ଵାସ ଓ ପ୍ରେମ ସହକାରେ ମୋʼ ପ୍ରତି ଅତି ପ୍ରଚୁର ହେଲା।

Gade chapit la Kopi

ଓଡିଆ ବାଇବେଲ

14 ଆଉ, ଆମ୍ଭମାନଙ୍କ ପ୍ରଭୁଙ୍କ ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ବିଶ୍ୱାସ ଓ ପ୍ରେମ ସହକାରେ ମୋ ପ୍ରତି ଅତି ପ୍ରଚୁର ହେଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଆମ ପ୍ରଭୁଙ୍କ ପ୍ରଚୁର ଅନୁଗ୍ରହରୁ ମୁଁ ତାଙ୍କଠାରେ ବିଶ୍ୱାସ ଓ ଭକ୍ତିରେ ଆବଦ୍ଧ ହୋଇଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ, ଆମ୍ଭମାନଙ୍କ ପ୍ରଭୁଙ୍କ ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ବିଶ୍ୱାସ ଓ ପ୍ରେମ ସହକାରେ ମୋ ପ୍ରତି ଅତି ପ୍ରଚୁର ହେଲା।

Gade chapit la Kopi

ପବିତ୍ର ବାଇବଲ

14 କିନ୍ତୁ ପ୍ରଭୁଙ୍କର ଅନୁଗ୍ରହ ମୋତେ ସମ୍ପୂର୍ଣ୍ଣ ଭାବେ ମିଳିଲା। ସେହି ଅନୁଗ୍ରହ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସ ଓ ପ୍ରେମ ମଧ୍ୟ ମୋତେ ମିଳିଲା।

Gade chapit la Kopi




୧ ତୀମଥି 1:14
25 Referans Kwoze  

ମୋʼଠାରୁ ଯେଉଁସବୁ ହିତଜନକ ବାକ୍ୟ ଶୁଣିଅଛ, ଖ୍ରୀଷ୍ଟ ଯୀଶୁଙ୍କ ସମ୍ଵନ୍ଧୀୟ ବିଶ୍ଵାସ ଓ ପ୍ରେମରେ ତାହା ଆଦର୍ଶ ରୂପେ ଧରି ରଖ।


କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ଵରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋʼ ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋʼ ସହିତ ଥିବା ଈଶ୍ଵରଙ୍କ ଅନୁଗ୍ରହ ତାହା କରିଅଛି।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ଵର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ଵାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,


ଆଉ ଶାନ୍ତିଦାତା ଈଶ୍ଵର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ। ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।


ଆମ୍ଭେମାନେ ଯେ ଈଶ୍ଵରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ଵରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ


ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ତୁମ୍ଭ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ଵରଙ୍କୁ ଧନ୍ୟବାଦ ଦେଉଅଛୁ,


କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ଵାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ।


ଆଉ ସଦାପ୍ରଭୁ ତାଙ୍କ ସମ୍ମୁଖ ଦେଇ ଗମନ କରି ଏହା ଘୋଷଣା କଲେ, “ସଦାପ୍ରଭୁ, ସଦାପ୍ରଭୁ ପରମେଶ୍ଵର ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ;


ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ସମସ୍ତଙ୍କ ସହବର୍ତ୍ତୀ ହେଉ। ଆମେନ୍।


କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ଵାସ ଓ ପ୍ରେମରୂପ ଉରସ୍ତ୍ରାଣ ପରିଧାନ କରି ପରିତ୍ରାଣର ଭରସାରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ।


କିନ୍ତୁ ସେମାନେ ଯେପ୍ରକାର, ଆମ୍ଭେମାନେ ମଧ୍ୟ ସେପ୍ରକାର ପ୍ରଭୁ ଯୀଶୁଙ୍କ ଅନୁଗ୍ରହରେ ପରିତ୍ରାଣ ପାଇବୁ ବୋଲି ବିଶ୍ଵାସ କରୁଅଛୁ।


ମୋତେ ଦତ୍ତ ଈଶ୍ଵରଙ୍କ ଅନୁଗ୍ରହ ଅନୁସାରେ ମୁଁ ଜଣେ ବୁଦ୍ଧିମାନ ଗୃହନିର୍ମାଣକାରୀ ତୁଲ୍ୟ ଭିତ୍ତିମୂଳ ସ୍ଥାପନ କରିଅଛି, ଅନ୍ୟ ଜଣେ ତାହା ଉପରେ ନିର୍ମାଣ କରୁଅଛି। କିନ୍ତୁ ପ୍ରତ୍ୟେକ ଲୋକ ତାହା ଉପରେ କିପରି ନିର୍ମାଣ କରୁଅଛି, ସେ ସମ୍ଵନ୍ଧରେ ସାବଧାନ ହେଉ।


ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ଯେପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ଵରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହୁଏ।


ପୂର୍ବେ ଯିହୁଦୀ ଧର୍ମରେ ମୋହର ଆଚାରବ୍ୟବହାର ସମ୍ଵନ୍ଧରେ ତୁମ୍ଭେମାନେ ତ ଶୁଣିଅଛ, ମୁଁ ଈଶ୍ଵରଙ୍କ ମଣ୍ତଳୀକି ଅତିରିକ୍ତ ଭାବରେ ତାଡ଼ନା କରୁଥିଲି ଓ ତାହା ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲି,


କିନ୍ତୁ ସେମାନେ ସୁବୁଦ୍ଧି ସହ ବିଶ୍ଵାସ, ପ୍ରେମ ଓ ପବିତ୍ରତାରେ ସ୍ଥିର ରହିଲେ, ସେ ସନ୍ତାନ ପ୍ରସବ କରିବା ଦ୍ଵାରା ପରିତ୍ରାଣ ପାଇବ।


ତୁମ୍ଭର ଯୌବନାବସ୍ଥା ସକାଶେ କେହି ତୁମ୍ଭକୁ ତୁଚ୍ଛ ନ କରୁ, କିନ୍ତୁ ବାକ୍ୟରେ, ଆଚରଣରେ, ପ୍ରେମରେ, ବିଶ୍ଵାସରେ ଓ ପବିତ୍ରତାରେ ବିଶ୍ଵାସୀମାନଙ୍କର ଆଦର୍ଶ ସ୍ଵରୂପ ହୁଅ।


କିନ୍ତୁ ହେ ଈଶ୍ଵରଙ୍କ ଲୋକ, ତୁମ୍ଭେ ଏହି ସମସ୍ତରୁ ପଳାୟନ କରି ଧାର୍ମିକତା, ଈଶ୍ଵରପରାୟଣତା, ବିଶ୍ଵାସ, ପ୍ରେମ, ଧୈର୍ଯ୍ୟ ଓ ସହିଷ୍ଣୁତାର ଅନୁଗାମୀ ହୁଅ।


କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ଵାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ।


ବୟୋଧିକ ପୁରୁଷମାନଙ୍କୁ ମିତଭୋଗୀ, ଗମ୍ଭୀର, ଆତ୍ମସଂଯମୀ ପୁଣି ବିଶ୍ଵାସ, ପ୍ରେମ ଓ ଧୈର୍ଯ୍ୟରେ ସବଳ ହେବାକୁ,


ସେଥିରେ ଯେଉଁମାନେ ପ୍ରାୟ ପାଞ୍ଚଟା ସମୟରେ ମୂଲ ଲଗାଯାଇଥିଲେ, ସେମାନେ ଆସି ଆଠ ଅଣା ଲେଖାଏଁ ପାଇଲେ।


Swiv nou:

Piblisite


Piblisite