Biblia Todo Logo
Bib sou entènèt

- Piblisite -




୧ ତୀମଥି 1:17 - ପବିତ୍ର ବାଇବଲ (Re-edited) - (BSI)

17 ଅକ୍ଷୟ, ଅଦୃଶ୍ୟ, ଅଦ୍ଵିତୀୟ ଈଶ୍ଵର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍।

Gade chapit la Kopi

ଓଡିଆ ବାଇବେଲ

17 ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ୱର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ । ଆମେନ୍ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ସମଗ୍ର ବିଶ୍ୱ ଜଗତର ଅଦୃଶ୍ୟ, ଅବିନଶ୍ୱର, ଚିରନ୍ତନ ରାଜା, ଏକମାତ୍ର ଈଶ୍ୱର ଯୁଗେ ଯୁଗେ ସମ୍ମାନିତ ଓ ମହିମାନ୍ୱିତ ହୁଅନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ବର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍‍।

Gade chapit la Kopi

ପବିତ୍ର ବାଇବଲ

17 ସେହି ଅନନ୍ତକାଳୀନ ରାଜାଙ୍କର ଗୌରବ ଓ ସମ୍ଭ୍ରମ ହେଉ। ସେ ଅଦୃଶ୍ୟ ଓ ଅକ୍ଷୟ। ଗୌରବ ଓ ସମ୍ଭ୍ରମ ଯୁଗେ ଯୁଗେ କେବଳ ପରମେଶ୍ୱରଙ୍କର। ଆମେନ୍।

Gade chapit la Kopi




୧ ତୀମଥି 1:17
48 Referans Kwoze  

ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ଵର, ଗୌରବ, ପ୍ରତାପ,ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର। ଆମେନ୍।


ଏଥିଉତ୍ତାରେ ମୁଁ ସ୍ଵର୍ଗରେ ମହା ଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା; ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ଵରଙ୍କର,


ହେ ସଦାପ୍ରଭୋ, ମହତ୍ତ୍ଵ ଓ ପରାକ୍ରମ ଓ ଶୋଭା ଓ ଜୟ ଓ ପ୍ରତାପ ତୁମ୍ଭର; କାରଣ ସ୍ଵର୍ଗରେ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୋ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ।


ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତହ ଓ ବିଶ୍ଵସ୍ତ ଲୋକମାନେ ମଧ୍ୟ ଜୟ କରିବେ।


ସେ ଅଦୃଶ୍ୟ ଈଶ୍ଵରଙ୍କ ପ୍ରତିମୂର୍ତ୍ତି, ସମସ୍ତ ସୃଷ୍ଟିର ପ୍ରଥମଜାତ,


ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘଦେଶରେ ଏହି ନାମ ଲିଖିତ ଅଛି, ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।


ପୁଣି, ଅକ୍ଷୟ ଈଶ୍ଵରଙ୍କ ଗୌରବକୁ କ୍ଷୟଣୀୟ ମନୁଷ୍ୟ, ପକ୍ଷୀ, ଚତୁଷ୍ପଦ ପ୍ରାଣୀ, ସରୀସୃପାଦିଙ୍କ ଆକୃତିଯୁକ୍ତ ପ୍ରତିମାରେ ପରିଣତ କଲେ।


ହେ ପରମେଶ୍ଵର, ତୁମ୍ଭର ସିଂହାସନ ଅନନ୍ତକାଳ-ସ୍ଥାୟୀ; ତୁମ୍ଭର ରାଜଦଣ୍ତ ନ୍ୟାୟଦଣ୍ତ ଅଟେ।


ଆଉ ମୁଁ ମହାଜନତାର ଶଦ୍ଦ ପରି ଏବଂ ବହୁ ଜଳକଲ୍ଲୋଳ ଓ ଘୋର ମେଘଗର୍ଜ୍ଜନର ଶଦ୍ଦ ପରି ଗୋଟିଏ ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା, କାରଣ ପ୍ରଭୁ ଆମ୍ଭମାନଙ୍କର ସର୍ବଶକ୍ତିମାନ ଈଶ୍ଵର ରାଜତ୍ଵ ଗ୍ରହଣ କରିଅଛନ୍ତି।


କେହି କେବେ ଈଶ୍ଵରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ଵର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କ-ଠାରେ ସିଦ୍ଧ ହୋଇଅଛି।


କେହି କେବେ ଈଶ୍ଵରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ଵିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ।


ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍ଣାିଁ


ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ଵାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ଵର ଅଟ।


ସଦାପ୍ରଭୁ ଅନନ୍ତକାଳ ରାଜା ଅଟନ୍ତି; ଅନ୍ୟ ଦେଶୀୟମାନେ ତାହାଙ୍କ ଦେଶରୁ ଲୁପ୍ତ ହୋଇଅଛନ୍ତି।


ସେମାନେ ଈଶ୍ଵରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ଵର, ତୁମ୍ଭର କର୍ମସମୂହ ମହତ୍ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାଯ୍ୟ ଓ ସତ୍ୟ।


ଆମେନ୍; ପ୍ରଶଂସା, ଗୌରବ, ଜ୍ଞାନ, ଧନ୍ୟବାଦ, ସମ୍ଭ୍ରମ, ପରାକ୍ରମ ଓ ଶକ୍ତି ଯୁଗେ ଯୁଗେ ଆମ୍ଭମାନଙ୍କ ଈଶ୍ଵରଙ୍କର; ଆମେନ୍।


ବରଞ୍ଚ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଅନ; କାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର।


ପରାକ୍ରମ ଯୁଗେ ଯୁଗେ ତାହାଙ୍କର। ଆମେନ୍।


ବିଶ୍ଵାସ ଦ୍ଵାରା ସେ ରାଜାଙ୍କ କ୍ରୋଧକୁ ଭୟ ନ କରି ମିସର ପରିତ୍ୟାଗ କଲେ, ଯେଣୁ ଯେ ଅଦୃଶ୍ୟ, ତାହାଙ୍କୁ ଦର୍ଶନ କଲା ପରି ସୁସ୍ଥିର ରହିଲେ।


ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଯୁଗେ ଯୁଗେ ସେହି ଏକମାତ୍ର ଜ୍ଞାନବାନ ଈଶ୍ଵରଙ୍କ ଗୌରବ ହେଉ। ଆମେନ୍।


ଯେଣୁ ସମସ୍ତ ବିଷୟ ତାହାଙ୍କଠାରୁ, ତାହାଙ୍କ ଦ୍ଵାରା ଓ ତାହାଙ୍କ ନିମନ୍ତେ; ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍।


ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ଵେଷଣ କରନ୍ତି, ସେମାନଙ୍କୁ ଅନ; ଜୀବନ ପ୍ରଦାନ କରିବେ,


ଜଗତର ସୃଷ୍ଟିକାଳାବଧି ତାହାଙ୍କର ଅଦୃଶ୍ୟ ଗୁଣସମୂହ, ଅର୍ଥାତ୍ ତାହାଙ୍କର ଅନାଦି ଅନ; ଶକ୍ତି ଓ ଈଶ୍ଵରତ୍ଵ, ସୃଷ୍ଟ ବସ୍ତୁଗୁଡ଼ିକ ଦ୍ଵାରା ବୋଧଗମ୍ୟ ହୋଇ ସ୍ପଷ୍ଟ ରୂପେ ପ୍ରତୀୟମାନ ହେଉଅଛି, ଯେପରି ସେମାନଙ୍କର ଉତ୍ତର ଦେବାର ବାଟ ନ ଥାଏ।


ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗା; ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।


ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ଵସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦ-ପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିର ଅଧିକାରୀ ହୁଅଣ;


ମାତ୍ର ଆପଣା ପଲର ପୁଂପଶୁ ଥିଲେ ହେଁ ଯେଉଁ ପ୍ରତାରକ ମାନତ କରି ପ୍ରଭୁଙ୍କ ଉଦ୍ଦେଶ୍ୟରେ ଖୁନ୍ତବିଶିଷ୍ଟ ପଶୁ ଉତ୍ସର୍ଗ କରେ, ସେ ଶାପଗ୍ରସ୍ତ ହେଉ; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ମହାନ ରାଜା ଅଟୁ ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ଭୟଙ୍କର ଅଟେ।


ମାତ୍ର ହେ ବେଥଲିହିମ-ଉଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦି କାଳରୁ ତାହାଙ୍କର ଉତ୍ପତ୍ତି।


ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ, ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ଵ, ମହିମା ଓ ରାଜ୍ୟ ଦତ୍ତ ହେଲା; ତାହାଙ୍କର କର୍ତ୍ତୃତ୍ଵ ଅନନ୍ତକାଳୀନ କର୍ତ୍ତୃତ୍ଵ , ତାହା ଲୁପ୍ତ ହେବ ନାହିଁ, ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ।


ଏଣୁ ମୁଁ ନବୂଖଦ୍ନିତ୍ସର ସେହି ସ୍ଵର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି।


ଅନନ୍ତର ସମୟର ଶେଷରେ ମୁଁ ନବୂଖଦ୍ନିତ୍ସର ସ୍ଵର୍ଗ ଆଡ଼େ ଊର୍ଦ୍ଧ୍ଵ ଦୃଷ୍ଟି କଲି, ତହିଁରେ ମୋର ବୁଦ୍ଧି ମୋʼ କତିକୁ ଫେରି ଆସିଲା, ତହୁଁ ମୁଁ ସର୍ବୋପରିସ୍ଥଙ୍କର ଧନ୍ୟବାଦ କଲି ଓ ଯେ ଅନନ୍ତଜୀବୀ, ତାହାଙ୍କର ପ୍ରଶଂସା ଓ ସମାଦର କଲି; କାରଣ ତାହାଙ୍କର କର୍ତ୍ତୃତ୍ଵ ଅନନ୍ତକାଳୀନ ଓ ତାହାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ।


ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ଵର ଅଟନ୍ତି; ସେ ଜୀବତ ପରମେଶ୍ଵର ଓ ଅନ; କାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ।


ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ ଓ ତୁମ୍ଭର କର୍ତ୍ତୃତ୍ଵସକଳ ପୁରୁଷାନୁକ୍ରମସ୍ଥାୟୀ।


ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଧନ୍ୟ ହେଉନ୍ତୁ। ପୁଣି, ସମୁଦାୟ ଲୋକ ଆମେନ୍ କୁହନ୍ତୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


ଯେଶୂୟ ଓ କଦ୍ମୀୟେଲ, ବାନି, ହଶବନୀୟ, ଶେରେବୀୟ, ହୋଦୀୟ, ଶବନୀୟ ଓ ପଥାହୀୟ, ଏହି ଲେବୀୟମାନେ କହିଲେ, ଉଠ, ଅନାଦି କାଳରୁ ଅନ; କାଳସ୍ଥାୟୀ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ଧନ୍ୟବାଦ କର; ପୁଣି, ସକଳ ଧନ୍ୟବାଦ ଓ ପ୍ରଶଂସାରୁ ଉନ୍ନତ ତୁମ୍ଭ ପ୍ରତାପାନ୍ଵିତ ନାମ ଧନ୍ୟ ହେଉ।


ପୁଣି, ସେହି ରାଜଗଣର ସମୟରେ ସ୍ଵର୍ଗସ୍ଥ ପରମେଶ୍ଵର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାଚ ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ା ଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ତ ଖଣ୍ତ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।


ହେ ପରମେଶ୍ଵର, ତୁମ୍ଭେ ସ୍ଵର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ତଳ ଉପରେ ତୁମ୍ଭର ମହିମା ହେଉ।


ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋʼ ଜିହ୍ଵା ଶୀଘ୍ର ଲେଖକର ଲେଖନୀ ସ୍ଵରୂପ।


ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଅନାଦିକାଳରୁ ଅନନ୍ତକାଳ ଧନ୍ୟ ହେଉନ୍ତୁ। ଆମେନ୍, ଆମେନ୍।


ତୁମ୍ଭେମାନେ କିପରି ବିଶ୍ଵାସ କରି ପାର? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି ଏକମାତ୍ର ଈଶ୍ଵରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ।


ମାତ୍ର ପ୍ରଥମରେ ଯିହୁଦୀ ଓ ମଧ୍ୟ ଗ୍ରୀକ୍, ପ୍ରତ୍ୟେକ ସତ୍କର୍ମକାରୀ ପ୍ରତି ଗୌରବ, ସମ୍ମାନ ଓ ଶାନ୍ତି ଘଟିବ।


ତୁମ୍ଭେ ଦୂତମାନଙ୍କଠାରୁ ତାହାକୁ ଅଳ୍ପ ନ୍ୟୂନ କରିଅଛ, ତୁମ୍ଭେ ତାହାକୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ଭୂଷିତ କରିଅଛ,


Swiv nou:

Piblisite


Piblisite