Biblia Todo Logo
Bib sou entènèt

- Piblisite -




୧ ତୀମଥି 1:18 - ପବିତ୍ର ବାଇବଲ (Re-edited) - (BSI)

18 ହେ ବତ୍ସ ତୀମଥି, ତୁମ୍ଭ ବିଷୟରେ ପୂର୍ବରେ ଉକ୍ତ ସମସ୍ତ ଭାବବାଣୀ ଅନୁସାରେ ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି, ଯେପରି ତୁମ୍ଭେ ସେହି ସମସ୍ତ ଭାବବାଣୀ ସାହାଯ୍ୟରେ ଉତ୍ତମ ଯୁଦ୍ଧ କରି ପାର;

Gade chapit la Kopi

ଓଡିଆ ବାଇବେଲ

18 ହେ ବତ୍ସ ତୀମଥି, ତୁମ୍ଭ ବିଷୟରେ ପୂର୍ବରେ ଏହି ସମସ୍ତ ଭାବବାଣୀ ଅନୁସାରେ ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି, ଯେପରି ତୁମ୍ଭେ ସେହି ସମସ୍ତ ଭାବବାଣୀ ସାହାଯ୍ୟରେ ଉତ୍ତମ ଯୁଦ୍ଧ କରି ପାର;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ବତ୍ସ ତୀମଥି, ତୁମ ବିଷୟରେ ପୂର୍ବରୁ ପ୍ରକାଶ ପାଇଥିବା ଐଶ୍ୱରିକ ବାଣୀ ଅନୁଯାୟୀ ମୁଁ ତୁମକୁ ଏହି ଆଜ୍ଞା ଦେଉଛି। ସେହି ଐଶ୍ୱରିକ ବାଣୀକୁ ଆମୋଘ ଅସ୍ତ୍ର ରୂପେ ବ୍ୟବହାର କରି ତୁମେ ଜୀବନ ସଂଗ୍ରାମରେ କୃତିତ୍ୱ ଲାଭ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ହେ ବତ୍ସ ତୀମଥି, ତୁମ୍ଭ ବିଷୟରେ ପୂର୍ବରେ ଏହି ସମସ୍ତ ଭାବବାଣୀ ଅନୁସାରେ ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି, ଯେପରି ତୁମ୍ଭେ ସେହି ସମସ୍ତ ଭାବବାଣୀ ସାହାଯ୍ୟରେ ଉତ୍ତମ ଯୁଦ୍ଧ କରିପାର;

Gade chapit la Kopi

ପବିତ୍ର ବାଇବଲ

18 ତୀମଥି! ତୁମ୍ଭେ ମୋ’ ପୁତ୍ର ଭଳି। ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। ଅତୀତରେ ତୁମ୍ଭ ବିଷୟରେ ଯାହାସବୁ ଭବିଷ୍ୟ‌‌ଦ୍‌‌‌‌ବାଣୀ କୁହା ଯାଇଥିଲା, ତା'ସହିତ ଏହି ଆଦେଶଟି ଏକମତ ଅଟେ। ମୁଁ ତୁମ୍ଭକୁ ଏଗୁଡ଼ିକ କହୁଛି, ଯେପରି ତୁମ୍ଭେ ସେହି ଭବିଷ୍ୟ‌‌ଦ୍‌‌‌‌ବାଣୀର ଅନୁସରଣ କରିବ ଓ ବିଶ୍ୱାସର ଉତ୍ତମ ଲଢ଼େଇ ଲଢ଼ି ପାରିବ।

Gade chapit la Kopi




୧ ତୀମଥି 1:18
19 Referans Kwoze  

ଭାବବାଣୀ ଓ ପ୍ରାଚୀନମାନଙ୍କର ହସ୍ତାର୍ପଣ ଦ୍ଵାରା ତୁମ୍ଭକୁ ଯେଉଁ ଅନୁଗ୍ରହ ଦାନ ଦତ୍ତ ହୋଇଅଛି, ତାହା ଅବହେଳା ନ କର।


ହେ ତୀମଥି, ତୁମ୍ଭଠାରେ ଯାହା ସମର୍ପିତ ହୋଇଅଛି, ତାହା ରକ୍ଷା କର; ଅସାର ବକୁଆପଣ ଓ ତଥାକଥିତ ଜ୍ଞାନର ଯୁକ୍ତିତର୍କରୁ ବିମୁଖ ହୁଅ;


ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲା ପରି ସେ ତ ସୁସମାଚାର କାର୍ଯ୍ୟରେ ମୋʼ ସହିତ ସେବା କରିଥିଲେ।


ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ଵାସ ରକ୍ଷା କରିଅଛି;


ଧର୍ମବିଶ୍ଵାସରେ ଆପଣା ଯଥାର୍ଥ ପୁତ୍ର ତୀମଥିଙ୍କ ନିକଟକୁ ପତ୍ର ଲେଖୁଅଛି; ପିତା ଈଶ୍ଵର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ।


ପ୍ରିୟ ପୁତ୍ର ତୀମଥିଙ୍କ ନିକଟକୁ ପତ୍ର ଲେଖୁଅଛି; ପିତା ଈଶ୍ଵର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ।


କାରଣ ଈଶ୍ଵରଙ୍କ ସମସ୍ତ ସୃଷ୍ଟ ବସ୍ତୁ ଉତ୍ତମ, ପୁଣି ଧନ୍ୟବାଦ ସହ ଗ୍ରହଣ କଲେ କୌଣସି ବିଷୟ ଅଗ୍ରାହ୍ୟ ନୁହେଁ,


ମୋହର ଏପରି ବନ୍ଧନ ଅବସ୍ଥାରେ ମୋʼଠାରୁ ଜାତ ମୋହର ବତ୍ସ ଅନୀସିମ ନିମନ୍ତେ ତୁମ୍ଭକୁ ଅନୁରୋଧ କରୁଅଛି :


ପିତା ଈଶ୍ଵର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭ ପ୍ରତି ହେଉ।


ପରେ ସେ ଦର୍ବୀ ଓ ଲୁସ୍ତ୍ରାକୁ ମଧ୍ୟ ଆସିଲେ, ଆଉ ଦେଖ, ସେ ସ୍ଥାନରେ ତୀମଥି ନାମରେ ଜଣେ ଶିଷ୍ୟ ଥିଲେ, ସେ ଜଣେ ବିଶ୍ଵାସିନୀ ଯିହୁଦୀ ମହିଳାର।ପୁତ୍ର, କିନ୍ତୁ ତାଙ୍କର ପିତା ଜଣେ ଗ୍ରୀକ୍ ଲୋକ।


ଏଥିସକାଶେ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ପଠାଇଅଛି, ସେ ପ୍ରଭୁଙ୍କଠାରେ ମୋହର ପ୍ରିୟ ଓ ବିଶ୍ଵସ୍ତ ପୁତ୍ର; ଯେପରି ମୁଁ ସର୍ବତ୍ର ସମସ୍ତ ମଣ୍ତଳୀରେ ଶିକ୍ଷା ଦେଇଥାଏ , ସେହିପରି ସେ ତୁମ୍ଭମାନଙ୍କୁ ମୋହର ଖ୍ରୀଷ୍ଟୀୟ ଆଚରଣସମସ୍ତ ସ୍ମରଣ କରାଇବେ।


କିଏ ନିଜ ବ୍ୟୟରେ କେବେ ସୈନିକବୃତ୍ତି କରେ? କିଏ ଦ୍ରାକ୍ଷାକ୍ଷେତ୍ର କରି ସେଥିର ଫଳ ଭୋଜନ ନ କରେ? ଅବା କିଏ ପଶୁପଲ ପାଳନ କରି ପଲର ଦୁଗ୍ଧ ପାନ ନ କରେ?


କିନ୍ତୁ ଶୁଦ୍ଧ ହୃଦୟ, ଶୁଚି ବିବେକ ଓ ନିଷ୍କପଟ ବିଶ୍ଵାସରୁ ଜାତ ଯେଉଁ ପ୍ରେମ,


Swiv nou:

Piblisite


Piblisite