Biblia Todo Logo
Bib sou entènèt

- Piblisite -




୧ ତୀମଥି 1:4 - ପବିତ୍ର ବାଇବଲ (Re-edited) - (BSI)

4 କି କଳ୍ପିତ ଗଳ୍ପ ଓ ଅଶେଷ ବଂଶାବଳୀରେ ମନୋଯୋଗ ନ କରନ୍ତି, ଏଥିନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ; ସେହିସବୁ ତ ବିଶ୍ଵାସ ସମ୍ଵନ୍ଧୀୟ ଈଶ୍ଵରଙ୍କ ବିଧାନର ଉପକାରୀ ନ ହୋଇ ବରଂ ଯୁକ୍ତିତର୍କ ସୃଷ୍ଟି କରେ।

Gade chapit la Kopi

ଓଡିଆ ବାଇବେଲ

4 କି କଳ୍ପିତ ଗଳ୍ପ ଓ ଅଶେଷ ବଂଶାବଳୀରେ ମନୋଯୋଗ ନ କରନ୍ତି, ଏଥି ନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ; ସେହି ସବୁ ତ ବିଶ୍ୱାସ ସମ୍ବନ୍ଧୀୟ ଈଶ୍ୱରଙ୍କ କାର୍ଯ୍ୟର ଉପକାରୀ ନ ହୋଇ ବରଂ ଯୁକ୍ତିତର୍କ ସୃଷ୍ଟି କରେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ସେମାନେ କାଳ୍ପନିକ ଗଳ୍ପ ଓ ପୂର୍ବପୁରୁଷମାନଙ୍କର ଦୀର୍ଘ ବଂଶାବଳୀ ତିଆରି କରିବାରେ ଲାଗିଛନ୍ତି। ସେ ସବୁ ଛାଡ଼ିବାକୁ ସେମାନଙ୍କୁ ଶିକ୍ଷା ଦିଅ, କାରଣ ତାହା କେବଳ ଅନର୍ଥକ ବାକ୍ବିତଣ୍ଡା ସୃଷ୍ଟି କରେ। ଯେଉଁ ସରଳ ବିଶ୍ୱାସରେ ଈଶ୍ୱରଙ୍କ ଇଚ୍ଛା ଜାଣି ହୁଏ, ଏ ସବୁ ତାକୁ ବାଧା ଦିଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କି କଳ୍ପିତ ଗଳ୍ପ ଓ ଅଶେଷ ବଂଶାବଳୀରେ ମନୋଯୋଗ ନ କରନ୍ତି, ଏଥିନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ; ସେହିସବୁ ତ ବିଶ୍ୱାସ ସମ୍ବନ୍ଧୀୟ ଈଶ୍ବରଙ୍କ କାର୍ଯ୍ୟର ଉପକାରୀ ନ ହୋଇ ବରଂ ଯୁକ୍ତିତର୍କ ସୃଷ୍ଟି କରେ।

Gade chapit la Kopi

ପବିତ୍ର ବାଇବଲ

4 ସେମାନଙ୍କୁ କୁହ ଯେ, ସେମାନେ ଅସତ୍ୟ କଥାଗୁଡ଼ିକ କହି ଓ ବଂଶାବଳୀର ଲମ୍ବା ନାମସୂଚୀଗୁଡ଼ିକ ଦେଇ ସମୟ ନଷ୍ଟ କରନ୍ତୁ ନାହିଁ। କାରଣ ସେଗୁଡ଼ିକ ଦ୍ୱାରା କେବଳ ତର୍କବିତର୍କ ହୁଏ। ସେଗୁଡ଼ିକ ପରମେଶ୍ୱରଙ୍କ କାମ ପାଇଁ ସାହାଯ୍ୟ କରେ ନାହିଁ। କେବଳ ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ କାମ ସାଧନ ହୋଇଥାଏ। ଏହି ଆଦେଶର ଲକ୍ଷ୍ୟ ଯେ, ଲୋକମାନେ ପ୍ରେମ ଗ୍ରହଣ କରନ୍ତୁ।

Gade chapit la Kopi




୧ ତୀମଥି 1:4
19 Referans Kwoze  

କିନ୍ତୁ ବିତଣ୍ତା ବାଦାନୁବାଦ, ବଂଶାବଳୀ, ବିରୋଧ ଓ ବ୍ୟବସ୍ଥା ବିଷୟକ ବାଗ୍ଯୁଦ୍ଧରୁ ଅନ୍ତର ହୁଅ, କାରଣ ସେହିସବୁ କ୍ଷତିଜନକ ଓ ଅସାର।


ଆଜ୍ଞା ପ୍ରତି ମନୋଯୋଗୀ ନ ହୋଇ ବିଶ୍ଵାସରେ ସବଳ ହୁଅନ୍ତି, ଏଥିପାଇଁ ସେମାନଙ୍କୁ ଦୃଢ଼ ଭାବରେ ଅନୁଯୋଗ କର।


କିନ୍ତୁ ବୃଦ୍ଧା ସ୍ତ୍ରୀମାନଙ୍କର ଅସାର କାହାଣୀସବୁ ଅଗ୍ରାହ୍ୟ କର। ଈଶ୍ଵରପରାୟଣ ଜୀବନ ଯାପନ କରିବା ନିମନ୍ତେ ଅଭ୍ୟାସ କର,


ପୁଣି, ସତ୍ୟ ବାକ୍ୟରେ କର୍ଣ୍ଣ ନ ଦେଇ କଳ୍ପିତ କାହାଣୀ ପ୍ରତି ମନ ଦେବେ।


କାରଣ ଆମ୍ଭେମାନେ ଯେତେବେଳେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ଓ ଆଗମନ କଥା ତୁମ୍ଭମାନଙ୍କୁ ଜଣାଇଲୁ, ସେତେବେଳେ ଚତୁରତା ସହ କଳ୍ପିତ କୌଣସି କାହାଣୀ ଅବଲମ୍ଵନ କରି ନ ଥିଲୁ, ମାତ୍ର ତାହାଙ୍କ ମହିମାର ଚାକ୍ଷୁଷ ସାକ୍ଷୀ ହୋଇଥିଲୁ।


ହେ ତୀମଥି, ତୁମ୍ଭଠାରେ ଯାହା ସମର୍ପିତ ହୋଇଅଛି, ତାହା ରକ୍ଷା କର; ଅସାର ବକୁଆପଣ ଓ ତଥାକଥିତ ଜ୍ଞାନର ଯୁକ୍ତିତର୍କରୁ ବିମୁଖ ହୁଅ;


ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ଵାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ଵାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହୋଇ ନାହିଁ।


ଏହି ସମସ୍ତ କଥା ସ୍ମରଣ କରାଇ ଶ୍ରୋତାମାନଙ୍କର ଅହିତକର ଓ ବିନାଶଜନକ ବାଗ୍ଯୁଦ୍ଧ ନ କରିବାକୁ ସେମାନଙ୍କୁ ପ୍ରଭୁଙ୍କ ସାକ୍ଷାତରେ ଦୃଢ଼ ରୂପେ ଆଜ୍ଞା ଦିଅ।


କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ଵାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ।


କିନ୍ତୁ ହେ ଈଶ୍ଵରଙ୍କ ଲୋକ, ତୁମ୍ଭେ ଏହି ସମସ୍ତରୁ ପଳାୟନ କରି ଧାର୍ମିକତା, ଈଶ୍ଵରପରାୟଣତା, ବିଶ୍ଵାସ, ପ୍ରେମ, ଧୈର୍ଯ୍ୟ ଓ ସହିଷ୍ଣୁତାର ଅନୁଗାମୀ ହୁଅ।


ଈଶ୍ଵରପରାୟଣତାର ନିଗୂଢ଼ ତତ୍ତ୍ଵ ଯେ ମହତ୍, ଏହା ସମସ୍ତେ ସ୍ଵୀକାର କରନ୍ତି। ତାହା ଏହି, ସେ ଦେହବ; ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ଵାରା ଦେଖାଗଲେ,, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ଵାସପାତ୍ର ହେଲେଜ, ଗୌରବରେ ଗୃହୀତ ହେଲେ।।


ପାଉଲ, ଈଶ୍ଵରଙ୍କ ଦାସ ଓ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ବିଶ୍ଵାସର ସହଭାଗିତା ଅନୁସାରେ ଯଥାର୍ଥ ପୁତ୍ର ତୀତସଙ୍କ ନିକଟକୁ ପତ୍ର ଲେଖୁଅଛି;


ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଈଶ୍ଵରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବ ଅନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ।


ତୁମ୍ଭମାନଙ୍କ ନିମନ୍ତେ ମୋତେ ପ୍ରଦତ୍ତ ଈଶ୍ଵରଙ୍କ ଅନୁଗ୍ରହ ସମ୍ଵନ୍ଧୀୟ ସେବକ-କାର୍ଯ୍ୟ ବିଷୟରେ ତୁମ୍ଭେମାନେ ତ ଶୁଣିଥିବ,


ନିର୍ବୋଧ ଓ ବିତଣ୍ତା ବାଦାନୁବାଦ ଯେ ବିରୋଧ ଜନ୍ମାଏ, ଏହା ଜାଣି ସେହିସବୁ ଅଗ୍ରାହ୍ୟ କର।


Swiv nou:

Piblisite


Piblisite