Biblia Todo Logo
Bib sou entènèt

- Piblisite -




୧ ତୀମଥି 1:7 - ପବିତ୍ର ବାଇବଲ (Re-edited) - (BSI)

7 ସେମାନେ ବ୍ୟବସ୍ଥାର ଅଧ୍ୟାପକ ହେବାକୁ ଇଚ୍ଛା କରନ୍ତି, ମାତ୍ର ଯାହା କହନ୍ତି, କି କେଉଁ ବିଷୟରେ ଦୃଢ଼ ଶିକ୍ଷା ଦିଅନ୍ତି, ତାହା ନିଜେ ବୁଝନ୍ତି ନାହିଁ।

Gade chapit la Kopi

ଓଡିଆ ବାଇବେଲ

7 ସେମାନେ ମୋଶାଙ୍କ ବ୍ୟବସ୍ଥାର ଶିକ୍ଷକ ହେବାକୁ ଇଚ୍ଛା କରନ୍ତି, ମାତ୍ର ଯାହା କହନ୍ତି, କି କେଉଁ ବିଷୟରେ ଦୃଢ଼ ଶିକ୍ଷା ଦିଅନ୍ତି, ତାହା ନିଜେ ବୁଝନ୍ତି ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଧର୍ମଗୁରୁ ହୋଇ ଈଶ୍ୱରଙ୍କ ବିଧି ବ୍ୟବସ୍ଥାର ବ୍ୟାଖ୍ୟା କରିବାକୁ ସେମାନେ ଲାଳାୟିତ, କିନ୍ତୁ ନିଜ ବ୍ୟାଖ୍ୟାର ତାତ୍ପର୍ଯ୍ୟ ସେମାନେ ବୁଝନ୍ତି ନାହିଁ; ଯେଉଁ ସବୁ ବିଷୟରେ ନିଶ୍ଚିତ ଭାବରେ ନିଜ ମତ ପ୍ରକାଶ କରନ୍ତି, ତାହା ପ୍ରକୃତରେ କ’ଣ, ସେମାନେ ଜାଣନ୍ତି ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେମାନେ ମୋଶାଙ୍କ ବ୍ୟବସ୍ଥାର ଶିକ୍ଷକ ହେବାକୁ ଇଚ୍ଛା କରନ୍ତି, ମାତ୍ର ଯାହା କହନ୍ତି, କି କେଉଁ ବିଷୟରେ ଦୃଢ଼ ଶିକ୍ଷା ଦିଅନ୍ତି, ତାହା ନିଜେ ବୁଝନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ

7 ସେହି ଲୋକମାନେ ବ୍ୟବସ୍ଥାର ଶିକ୍ଷାଦାତା ହେବାକୁ ଗ୍ଭହାନ୍ତି। କିନ୍ତୁ ସେମାନେ କ’ଣ କହୁଛନ୍ତି, ତାହା ଜାଣନ୍ତି ନାହିଁ। ସେମାନେ ଯେଉଁ ବିଷୟ ଗୁଡ଼ିକୁ ନିଶ୍ଚିତ ଭାବେ ଜାଣିବା ଭଳି ଜୋର୍ ଦେଇ କହୁଛନ୍ତି, ସେହି ଶିକ୍ଷାଗୁଡ଼ିକୁ ସେମାନେ ନିଜେ ମଧ୍ୟ ବୁଝି ନ ଥା’ନ୍ତି।

Gade chapit la Kopi




୧ ତୀମଥି 1:7
20 Referans Kwoze  

ନିଜ ନିଜକୁ ଜ୍ଞାନୀ ବୋଲି ମନେ କରି ସେମାନେ ମୂର୍ଖ ହେଲେ,


କିନ୍ତୁ ଏମାନେ ଅଜ୍ଞାନ ପଶୁ ତୁଲ୍ୟ ସ୍ଵଭାବାନୁସାରେ ଧୃତ ଓ ବିନଷ୍ଟ ହେବା ନିମନ୍ତେ ଜାତ ହୋଇ, ଯେଉଁ ଯେଉଁ ବିଷୟ ଅଜ୍ଞାତ, ସେହି ସେହି ବିଷୟର ନିନ୍ଦା କରି ସେଗୁଡ଼ାକର ବିନାଶରେ ନିଜେ ବିନଷ୍ଟ ହେବେ,


ତେବେ ସେ ଅସାରଗର୍ବୀ ଓ ଅଜ୍ଞାନ, ପୁଣି ବାଦାନୁବାଦ ଓ ବାଗ୍ଯୁଦ୍ଧରେ ମତ୍ତ; ସେଥିରୁ ଈର୍ଷା, ବିବାଦ, ପରନିନ୍ଦା, କୁତ୍ସିତ ସନ୍ଦେହ,


ଅତଏବ, ଯେ ତୁମ୍ଭମାନଙ୍କୁ ଆତ୍ମା ଦାନ କରନ୍ତି, ଆଉ ତୁମ୍ଭମାନଙ୍କ ମଧ୍ୟରେ ଶକ୍ତିର କାର୍ଯ୍ୟ ସାଧନ କରନ୍ତି, ସେ କି ବ୍ୟବସ୍ଥାର କ୍ରିୟାକର୍ମ ହେତୁ ତାହା କରନ୍ତି ନା ବିଶ୍ଵାସରେ ଶୁଣିବା ହେତୁ କରନ୍ତି?


ଏହି ସ୍ତ୍ରୀଲୋକମାନେ ସର୍ବଦା ଶିକ୍ଷା କରୁଥିଲେ ହେଁ ସତ୍ୟ ଜାଣିବା ପାଇଁ କଦାପି ସମର୍ଥ ହୁଅନ୍ତି ନାହିଁ।


ମୁଁ ତୁମ୍ଭମାନଙ୍କଠାରୁ କେବଳ ଏହା ଜାଣିବାକୁ ଇଚ୍ଛା କରେ, ତୁମ୍ଭେମାନେ କଅଣ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ନା ବିଶ୍ଵାସରେ ଶୁଣିବା ହେତୁ ଆତ୍ମା ପାଇଥିଲ?


ବ୍ୟବସ୍ଥାର ଅଧୀନ ହେବାକୁ ଇଚ୍ଛା କରୁଅଛ ଯେ ତୁମ୍ଭେମାନେ, ମୋତେ କୁହ ତ, ତୁମ୍ଭେମାନେ କଅଣ ବ୍ୟବସ୍ଥାର ବାକ୍ୟ ଶୁଣୁ ନାହଁ?


ସେମାନଙ୍କୁ ଛାଡ଼ିଦିଅ, ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ; ଆଉ, ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ, ତେବେ ଉଭୟେ ଖାତରେ ପଡ଼ିବେ।


ଏଥିମଧ୍ୟରେ କେତେକ ଲୋକ ଯିହୁଦା ପ୍ରଦେଶରୁ ଆସି ଭାଇମାନଙ୍କୁ ଏହି ଶିକ୍ଷା ଦେବାକୁ ଲାଗିଲେ, ମୋଶାଙ୍କ ବିଧି ଅନୁସାରେ ତୁମ୍ଭମାନଙ୍କର ସୁନ୍ନତ୍ ନ ହେଲେ ପରିତ୍ରାଣ ପାଇ ପାରିବ ନାହିଁ।


ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହିଁ। ସେ ମଧ୍ୟ ସେମାନଙ୍କୁ କହିଲେ, ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।


ତିନି ଦିନ ପରେ ସେମାନେ ତାହାଙ୍କୁ ମନ୍ଦିରରେ ପାଇଲେ; ସେ ପଣ୍ତିତମାନଙ୍କ ମଧ୍ୟରେ ବସି ସେମାନଙ୍କ କଥା ଶୁଣୁଥିଲେ ଓ ସେମାନଙ୍କୁ ପ୍ରଶ୍ନ ପଚାରୁଥିଲେ।


ହେ ମୋହର ଭାଇମାନେ, ତୁମ୍ଭେମାନେ ଅନେକେ ଶିକ୍ଷକ ହୁଅ ନାହିଁ ଶିକ୍ଷକ ଯେ ଆମ୍ଭେମାନେ, ଆମ୍ଭେମାନେ ଯେ ଗୁରୁତର ଦଣ୍ତ ପାଇବା, ଏହା ଜାଣ।


Swiv nou:

Piblisite


Piblisite