Biblia Todo Logo
Bib sou entènèt

- Piblisite -




୧ ତୀମଥି 2:6 - ପବିତ୍ର ବାଇବଲ (Re-edited) - (BSI)

6 ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ଵରୂପେ ଆପଣାକୁ ଦାନ କରି ଯଥା ସମୟରେସେଥିର ସାକ୍ଷ୍ୟ ଦେଇ ଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

6 ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣାକୁ ଦାନ କରି ଠିକ୍ ସମୟରେ ସେଥିର ସାକ୍ଷ୍ୟ ଦେଇଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ସେ ମାନବର ମୁକ୍ତି ନିମନ୍ତେ ନିଜକୁ ଉତ୍ସର୍ଗ କରିଛନ୍ତି - ଏଥିଦ୍ୱାରା ଯଥା ସମୟରେ ପ୍ରମାଣିତ ହୋଇଅଛି ଯେ, ଈଶ୍ୱର ପ୍ରତ୍ୟେକ ମାନବକୁ ପରିତ୍ରାଣ କରିବାକୁ ଇଚ୍ଛା କରନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣାକୁ ଦାନ କରି ଠିକ୍ ସମୟରେ ସେଥିର ସାକ୍ଷ୍ୟ ଦେଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

6 ଯୀଶୁ ସବୁ ଲୋକଙ୍କ ପାପ ଲାଗି ନିଜକୁ ଦାନ କରିଦେଇଥିଲେ। ଯୀଶୁ ନିଜେ ହେଉଛନ୍ତି ଏହାର ପ୍ରମାଣ ଯେ, ପରମେଶ୍ୱର ସମସ୍ତ ଲୋକଙ୍କର ଉଦ୍ଧାର ଗ୍ଭହାନ୍ତି।

Gade chapit la Kopi




୧ ତୀମଥି 2:6
34 Referans Kwoze  

ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ନିମନ୍ତେ ମୁକ୍ତିର ମୂଲ୍ୟସ୍ଵରୂପ ପ୍ରାଣ ଦେବାକୁ ଆସିଅଛନ୍ତି।


ଯେଣୁ ଆମ୍ଭମାନଙ୍କୁ ଈଶ୍ଵରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ ;


କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ଵର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ବ୍ୟବସ୍ଥାଧୀନ ହେଲେ,


ପୁଣି ବିଶ୍ଵସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରିଜ ଆପଣା ରକ୍ତ ଦ୍ଵାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,


ଆମ୍ଭେମାନେ ଯେ ଈଶ୍ଵରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ଵରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ


ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ଉତ୍ତମତାରେ ଉଦ୍ଯୋଗୀ ନିଜସ୍ଵ ଲୋକ ସ୍ଵରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।


ଏହିପ୍ରକାରେ ଖ୍ରୀଷ୍ଟଙ୍କର ସାକ୍ଷ୍ୟ ତୁମ୍ଭମାନଙ୍କ ମଧ୍ୟରେ ସ୍ଥିରୀକୃତ ହୋଇଅଛି।


ଯେ ପରମଧନ୍ୟ ଏକମାତ୍ର ସମ୍ରାଟ୍, ଯେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ,


ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି ଆମ୍ଭମାନଙ୍କ ନିମନ୍ତେ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ଵରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର,।


ତେବେ ସେ ତାହାକୁ କୃପା କରି କହିବେ, ଗର୍ତ୍ତ-ଗମନରୁ ତାହାକୁ ଉଦ୍ଧାର କର, ମୁଁ ପ୍ରାୟଶ୍ଚିତ୍ତ ପାଇଅଛି।


ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥିନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।


ସେହି ଅନ; ଜୀବନ, ସତ୍ୟବାଦୀ ଈଶ୍ଵର ଅନାଦିକାଳ ପୂର୍ବେ ପ୍ରତିଜ୍ଞା କରି ଯଥା ସମୟରେ ଆପଣା ବାକ୍ୟ ପ୍ରଚାର ଦ୍ଵାରା ପ୍ରକାଶ କଲେ; ସେହି ବାକ୍ୟ ପ୍ରଚାର କରିବାର ଭାର ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ଵରଙ୍କ ଆଜ୍ଞାନୁସାରେ ମୋʼଠାରେ ସମର୍ପିତ ହୋଇଅଛି।


ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ଵରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ଵାରା ଈଶ୍ଵରଙ୍କର ଧାର୍ମିକତା ସ୍ଵରୂପ ହେଉ।


କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ।


ସେହିପରି ମୁଁ ମୋʼ ନିଜର ମେଷଗୁଡ଼ିକୁ ଜାଣେ, ଆଉ ମୋʼ ନିଜର ମେଷଗୁଡ଼ିକ ମୋତେ ଜାଣନ୍ତି, ପୁଣି ମେଷଗୁଡ଼ିକ ନିମନ୍ତେ ମୁଁ ମୋର ପ୍ରାଣ ଦିଏ।


ମୁଁ ସ୍ଵର୍ଗରୁ ଅବତୀର୍ଣ୍ଣ ସେହି ଜୀବନ୍ତ ଆହାର; କେହି ଯଦି ଏହି ଆହାର ଭୋଜନ କରେ, ସେ ଅନ; କାଳ ପର୍ଯ୍ୟନ୍ତ ଜୀବିତ ରହିବ; ହଁ, ମୁଁ ଯେଉଁ ଆହାର ଦେବି, ତାହା ମୋହର ମାଂସ, ମୁଁ ତାହା ଜଗତର ଜୀବନ ନିମନ୍ତେ ଦେବି।


କାରଣ ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ନିମନ୍ତେ।। ମୁକ୍ତିର ମୂଲ୍ୟ ସ୍ଵରୂପେ ଆପଣା ପ୍ରାଣ ଦେବାକୁ ଆସିଅଛନ୍ତି।


ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି।


ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି ଆପଣା ରକ୍ତ ଦ୍ଵାରା ସମସ୍ତ ଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଈଶ୍ଵରଙ୍କ ନିମନ୍ତେ ଲୋକମାନଙ୍କୁ କ୍ରୟ କରିଅଛ,


ମାତ୍ର ଆପଣାର ରକ୍ତ ଘେନି ଏକାଥରକେ ମହାପବିତ୍ର ସ୍ଥାନରେ ପ୍ରବେଶ କରି ଅନ; ମୁକ୍ତି ସାଧନ କରିଅଛନ୍ତି।


ଅତଏବ, ଆମ୍ଭମାନଙ୍କ ପ୍ରଭୁଙ୍କ ସମ୍ଵନ୍ଧରେ ସାକ୍ଷ୍ୟ ଦେବା ବିଷୟରେ କିଅବା ତାହାଙ୍କ ନିମନ୍ତେ ବନ୍ଦୀ ଯେ ମୁଁ, ମୋʼ ବିଷୟରେ ଲଜ୍ଜିତ ନ ହୁଅ, ବରଂ ଈଶ୍ଵରଙ୍କ ଶକ୍ତି ଅନୁସାରେ ସୁସମାଚାର ନିମନ୍ତେ ମୋʼ ସହିତ କ୍ଳେଶ ସହ୍ୟ କର,।


ସେହିଦିନ ସେମାନେ ଦଣ୍ତ ପାଇବେ, ଅର୍ଥାତ୍, ପ୍ରଭୁଙ୍କ ଛାମୁରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରୀକୃତ ହୋଇ ଅନ; ବିନାଶ ଭୋଗ କରିବେ।


ମାତ୍ର ଏବେ ବ୍ୟକ୍ତ ହୋଇଅଛି, ପୁଣି ବିଶ୍ଵାସ କରି ଆଜ୍ଞାବହ ହେବା ନିମନ୍ତେ ଅନାଦି ଈଶ୍ଵରଙ୍କ ଆଜ୍ଞାନୁସାରେ ଭାବବାଦୀମାନଙ୍କ ଶାସ୍ତ୍ର ସାହାଯ୍ୟରେ ସମସ୍ତ ଜାତୀୟ ଲୋକଙ୍କ ନିକଟରେ ଜ୍ଞାତ କରାଯାଇଅଛି, ସେହି ନିଗୂଢ଼ ତତ୍ତ୍ଵର ପ୍ରକାଶ ଅନୁସାରେ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ ସକ୍ଷମ ଅଟନ୍ତି ,


ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ଵର, ଗୌରବମୟ ପିତା, ତାହାଙ୍କ ସମ୍ଵନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;


ତାହାଙ୍କ ଅନୁଗ୍ରହରୂପ ନିଧି ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ତାହାଙ୍କ ରକ୍ତ ଦ୍ଵାରା ମୁକ୍ତି, ଅର୍ଥାତ୍, ଅପରାଧସବୁରୁ କ୍ଷମା ପ୍ରାପ୍ତ ହୋଇଅଛୁ।


ସେହି ନିଗୂଢ଼ତତ୍ତ୍ଵ ଏବେ ଆତ୍ମାଙ୍କ ଦ୍ଵାରା ତାହାଙ୍କ ପବିତ୍ର ପ୍ରେରିତ ଓ ଭାବବାଦୀମାନଙ୍କ ନିକଟରେ ଯେପରି ପ୍ରକାଶିତ ହୋଇଅଛି, ପୂର୍ବକାଳର ମନୁଷ୍ୟସନ୍ତାନମାନଙ୍କ ନିକଟରେ ସେହିପରି ପ୍ରକାଶିତ ହୋଇ ନ ଥିଲା,


କାଳ ସମ୍ପୂର୍ଣ୍ଣ ହେଲାଣି, ଈଶ୍ଵରଙ୍କ ରାଜ୍ୟ ସନ୍ନିକଟ; ମନ ପରିବର୍ତ୍ତନ କର ଓ ସୁସମାଚାରରେ ବିଶ୍ଵାସ କର।


ସେ ଆମ୍ଭମାନଙ୍କ ପିତା ଈଶ୍ଵରଙ୍କ ଇଚ୍ଛାନୁସାରେ ଏହି ବର୍ତ୍ତମାନ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ;


ହୋମ ନିମନ୍ତେ ଏକ ଗୋବତ୍ସ ଓ ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;


Swiv nou:

Piblisite


Piblisite