Biblia Todo Logo
Bib sou entènèt

- Piblisite -




୧ ତୀମଥି 2:8 - ପବିତ୍ର ବାଇବଲ (Re-edited) - (BSI)

8 ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

8 ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଉପାସନାରେ ଈଶ୍ୱର ପରାୟଣ ବ୍ୟକ୍ତିମାନେ ହସ୍ତ ଉତ୍ତୋଳନ କରି ପ୍ରାର୍ଥନା କରିବା ବେଳେ ମନରୁ ସବୁ ପ୍ରକାର କ୍ରୋଧ ଓ ବିଦ୍ୱେଷ ଭାବ ବର୍ଜ୍ଜନ କରନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ

8 ମୁଁ ଗ୍ଭହେଁ ଯେ ସର୍ବତ୍ର ଲୋକେ ପ୍ରାର୍ଥନା କରନ୍ତୁ। ଯେଉଁ ଲୋକମାନେ ପ୍ରାର୍ଥନା ପାଇଁ ହାତ ଉଠେଇବେ, ସେମାନେ ପବିତ୍ର ହୋଇଥିବା ଆବଶ୍ୟକ। ସେମାନେ ରାଗି ଯିବା ଉଚିତ୍ ନୁହେଁ ଓ ଯୁକ୍ତିତର୍କରେ ପ୍ରବୃତ୍ତ ହେବା ଉଚିତ୍ ନୁହେଁ।

Gade chapit la Kopi




୧ ତୀମଥି 2:8
48 Referans Kwoze  

ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ ଓ ସଦାପ୍ରଭୁଙ୍କର ଧନ୍ୟବାଦ କର।


ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି; ମୁଁ ତୁମ୍ଭ ନାମରେ ଆପଣା ହସ୍ତ ଉଠାଇବି;


ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ଵାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ଵାସରେ ଈଶ୍ଵରଙ୍କ ନିକଟବର୍ତ୍ତୀ ହେଉ;


ଏହି କଥା ବିଶ୍ଵାସ୍ୟ, ଆଉ ଯେପରି ଈଶ୍ଵରଙ୍କଠାରେ ବିଶ୍ଵାସକାରୀମାନେ ସମସ୍ତ ସତ୍କର୍ମରେ ବ୍ୟାପୃତ ରହିବାକୁ ମନୋଯୋଗୀ ହୁଅନ୍ତି, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ଦୃଢ଼ ରୂପେ ଶିକ୍ଷା ଦିଅ ବୋଲି ମୋହର ଇଚ୍ଛା। ଏହି ସମସ୍ତ ବିଷୟ ମନୁଷ୍ୟମାନଙ୍କ ପକ୍ଷରେ ଉତ୍ତମ ଓ ହିତଜନକ।


ଈଶ୍ଵରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି ହେ ଦ୍ଵିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର।


ତତ୍ପରେ ସେ ସେମାନଙ୍କୁ ବେଥନୀଆକୁ ଯିବା ବାଟ ପର୍ଯ୍ୟନ୍ତ ଘେନିଗଲେ ଓ ଆପଣା ହାତ ତୋଳି ସେମାନଙ୍କୁ ଆଶୀର୍ବାଦ କଲେ।


ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ।


ସେହି ପ୍ରକାରେ, ହେ ସ୍ଵାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥିନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳା ପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି ଜ୍ଞାନରେ ସେମାନଙ୍କର ସହିତ ବାସ କର।


ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦିଅନ୍ତୁ;


ସେହି ସାତ ଦିନ ରହିଲା ଉତ୍ତାରେ ଆମ୍ଭେମାନେ ପ୍ରସ୍ଥାନ କରି ଯାତ୍ରା କଲୁ, ପୁଣି ସେମାନେ ସମସ୍ତେ ସ୍ତ୍ରୀ ଓ ପିଲାପିଲିଙ୍କ ସହିତ ନଗରର ବାହାର ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଛାଡ଼ିବା ନିମନ୍ତେ ଆସିଲେ,


ସେଥିରେ ସେ ତାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ଭୀତ ହୋଇ କହିଲେ, ହେ ପ୍ରଭୁ, କଅଣ? ସେ ତାଙ୍କୁ କହିଲେ, ତୁମ୍ଭର ପ୍ରାର୍ଥନା ଓ ଦାନସବୁ ସ୍ମରଣାର୍ଥକ ବଳି ସ୍ଵରୂପେ ଊର୍ଦ୍ଧ୍ଵରେ ଈଶ୍ଵରଙ୍କ ଛାମୁରେ ଉଠିଅଛି।


ସେ ଜଣେ ଭକ୍ତ, ଆଉ ସପରିବାରରେ ଈଶ୍ଵରଙ୍କୁ ଭୟ କରୁଥିଲେ। ସେ ଲୋକମାନଙ୍କୁ ବହୁତ ଦାନ ଦେଉଥିଲେ, ଆଉ ସର୍ବଦା ଈଶ୍ଵରଙ୍କ ଛାମୁରେ ପ୍ରାର୍ଥନା କରୁଥିଲେ।


ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚ ସ୍ଵରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ। ସେ ଏହା କହି ମହାନିଦ୍ରା ପ୍ରାପ୍ତ ହେଲେ।


ତଥାପି, ଯେପରି ସବୁ ଲୋକ ମୋହରି ପରି ହୁଅନ୍ତି, ଏହା ମୋହର ଇଚ୍ଛା। ମାତ୍ର କେହି ଏପ୍ରକାର, କେହି ସେପ୍ରକାର, ପ୍ରତ୍ୟେକ ଜଣ ଈଶ୍ଵରଙ୍କଠାରୁ ଦାନ ପାଇଅଛି।


ପୁଣି, ତୁମ୍ଭର ଦାନସବୁ ଈଶ୍ଵରଙ୍କ ସାକ୍ଷାତରେ ସ୍ମରଣ କରାଯାଇଅଛି।


ଯୀଶୁ ତାହାକୁ କହିଲେ, ଆଗୋ ନାରୀ, ମୋʼ କଥା ବିଶ୍ଵାସ କର, ଯେଉଁ ସମୟରେ ତୁମ୍ଭେମାନେ ଏହି ପର୍ବତରେ କିମ୍ଵା ଯିରୂଶାଲମରେ ପିତାଙ୍କର ଉପାସନା କରିବ ନାହିଁ, ଏପରି ସମୟ ଆସୁଅଛି।


ସେତେବେଳେ ଯୀଶୁ କହିଲେ, ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କଅଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ। ଆଉ, ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ତୁମ୍ଭମାନଙ୍କର ବିଶ୍ଵାସ ଥାଏ, ଆଉ ତୁମ୍ଭେମାନେ ସନ୍ଦେହ ନ କର, ତେବେ ଏହି ଡିମିରି ଗଛ ପ୍ରତି ଯେପରି କରାଯାଇଅଛି, କେବଳ ଯେ ସେପରି କରିବ, ତାହା ନୁହେଁ, ମାତ୍ର ଯଦି ଏହି ପର୍ବତକୁ ସୁଦ୍ଧା ତୁ ଉଠି ସମୁଦ୍ରରେ ଯାଇ ପଡ଼୍ ବୋଲି କହିବ, ତାହାହେଲେ ତାହା ଘଟିବ।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁ-ମାନଙ୍କୁ ପ୍ରେମ କର, ପୁଣି ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,


ଯେବେ ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ, ତେବେ ପ୍ରଭୁ ମୋʼ କଥା ଶୁଣିବେ ନାହିଁ;


ହେ ସଦାପ୍ରଭୋ, ଯେପରି ମୁଁ ଧନ୍ୟବାଦ-ସ୍ଵର ଶୁଣାଇବି ଓ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି,


ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି ଯେ ଛଳ ଭାବରେ ଶପଥ କରି ନାହିଁ, ସେ।


ତଥାପି ମୋʼ ହସ୍ତରେ ଦୌରାତ୍ମ୍ୟ ନାହିଁ ଓ ମୋହର ପ୍ରାର୍ଥନା ନିର୍ମଳ।


ଆମ୍ଭେମାନେ ଯେପରି ଆପଣା ଆପଣା ଅପରାଧୀମାନଙ୍କୁ କ୍ଷମା କରିଅଛୁ, ସେପରି ଆମ୍ଭମାନଙ୍କର ଅପରାଧସବୁ କ୍ଷମା କର।


ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ଆଣିଲେ ତାହା କେତେ ଅଧିକ ଘୃଣିତ।


ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣା ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।


ମାତ୍ର ସେମାନେ ପୀଡ଼ିତ ଥିବା ବେଳେ ଚଟ ମୋହର ପରିଧେୟ ବସ୍ତ୍ର ହେଲା; ମୁଁ ଉପବାସ କରି ଆପଣା ପ୍ରାଣକୁ କ୍ଳେଶ ଦେଲି


ଏଥିରେ ପରମେଶ୍ଵର ତାଙ୍କୁ କହିଲେ, ତୁମ୍ଭେ ଏହି ବିଷୟ ମାଗିଅଛ, ପୁଣି ଆପଣା ନିମନ୍ତେ ଦୀର୍ଘାୟୁ ମାଗି ନାହଁ; କିଅବା ଆପଣା ନିମନ୍ତେ ଐଶ୍ଵର୍ଯ୍ୟ ମାଗି ନାହଁ; ଅଥବା ଆପଣା ଶତ୍ରୁମାନଙ୍କର ପ୍ରାଣ ମାଗି ନାହଁ; ମାତ୍ର ବିଚାର କରିବା ପାଇଁ ଆପଣା ନିମନ୍ତେ ଜ୍ଞାନ ମାଗିଅଛ;


ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ, ତୁମ୍ଭ ପବିତ୍ର ସ୍ଥାନର ଗର୍ଭାଗାର ଆଡ଼େ ଆପଣା ହସ୍ତ ଟେକିବା ବେଳେ, ମୋʼ ନିବେଦନର ରବ ଶ୍ରବଣ କର।


ସୁଗନ୍ଧି ଧୂପ ପରି ମୋʼ ପ୍ରାର୍ଥନା, ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର କୃତାଞ୍ଜଳି ତୁମ୍ଭ ଛାମୁରେ ଉପସ୍ଥିତ ହେଉ।


କରିନ୍ଥରେ ଥିବା ଈଶ୍ଵରଙ୍କ ମଣ୍ତଳୀ ନିକଟକୁ ଲେଖୁଅଛନ୍ତି; ଯେଉଁମାନେ ସର୍ବତ୍ର, ସେମାନଙ୍କ ଓ ଆମ୍ଭମାନଙ୍କ ସ୍ଥାନରେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପ୍ରାର୍ଥନା କରନ୍ତି, ସେସମସ୍ତଙ୍କ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ରୀକୃତ ଓ ଆହୂତ ସାଧୁ ଯେ ତୁମ୍ଭେମାନେ,


କିନ୍ତୁ ଈଶ୍ଵରଙ୍କର ଧନ୍ୟବାଦ ହେଉ, ସେ ସବୁବେଳେ ଆମ୍ଭମାନଙ୍କୁ ଘେନି ଖ୍ରୀଷ୍ଟଙ୍କଠାରେ ବିଜୟଯାତ୍ରା କରୁଅଛନ୍ତି, ଆଉ ସବୁ ସ୍ଥାନରେ ତାହାଙ୍କ ଜ୍ଞାନରୂପ ସୁବାସ ଆମ୍ଭମାନଙ୍କ ଦ୍ଵାରା ପ୍ରକାଶ କରୁଅଛନ୍ତି,


ହେ ଭାଇମାନେ, ମୋʼ ପ୍ରତି ଯାହା ଯାହା ଘଟିଅଛି, ସେହିସବୁ ଯେ ବରଂ ସୁସମାଚାର କାର୍ଯ୍ୟର ବୃଦ୍ଧି ନିମନ୍ତେ ହୋଇଅଛି, ଏହା ତୁମ୍ଭମାନଙ୍କୁ ଜଣାଇବାକୁ ମୁଁ ଇଚ୍ଛା କରେ;


କାରଣ ତୁମ୍ଭମାନଙ୍କଠାରୁ ପ୍ରଭୁଙ୍କର ବାକ୍ୟ ଯେ କେବଳ ମାକିଦନିଆ ଓ ଆଖାୟାରେ ଘୋଷିତ ହୋଇଅଛି, ତାହା ନୁହେଁ, ମାତ୍ର ଈଶ୍ଵରଙ୍କ ପ୍ରତି ତୁମ୍ଭମାନଙ୍କ ବିଶ୍ଵାସର ବିଷୟ ସର୍ବତ୍ର ଏପରି ବ୍ୟାପ୍ତ ହୋଇଅଛି ଯେ, ସେ ସମ୍ଵନ୍ଧରେ ଆମ୍ଭମାନଙ୍କର କିଛି କହିବା ଆବଶ୍ୟକ ନାହିଁ।


Swiv nou:

Piblisite


Piblisite