Biblia Todo Logo
Bib sou entènèt

- Piblisite -




୧ ତୀମଥି 3:13 - ପବିତ୍ର ବାଇବଲ (Re-edited) - (BSI)

13 କାରଣ ଯେଉଁମାନେ ଉତ୍ତମ ରୂପେ ସେବକ-କର୍ମ କରିଅଛନ୍ତି, ସେମାନେ ଆପଣା ଆପଣା ନିମନ୍ତେ ସୁଖ୍ୟାତି ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ଵାସମୂଳକ ବିପୁଳ ସାହସ ଲାଭ କରିବେ।

Gade chapit la Kopi

ଓଡିଆ ବାଇବେଲ

13 କାରଣ ଯେଉଁମାନେ ଉତ୍ତମ ରୂପେ ସେବକ କାର୍ଯ୍ୟ କରିଅଛନ୍ତି, ସେମାନେ ନିଜ ନିଜ ପାଇଁ ଉତ୍ତମ ଖ୍ୟାତି ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସମୂଳକ ଅଧିକ ସାହସ ପାଇବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ସେବକ ଭାବରେ ଯେଉଁମାନେ କୃତିତ୍ୱ ଦେଖାଇବେ, ସେମାନେ ମଣ୍ଡଳୀରେ ସମ୍ମାନିତ ହେବେ ଏବଂ ଖ୍ରୀଷ୍ଟବିଶ୍ୱାସ ସମ୍ପର୍କରେ ନିର୍ଭୀକ ଭାବରେ ନିଜ ମତ ପ୍ରକାଶ କରିପାରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କାରଣ ଯେଉଁମାନେ ଉତ୍ତମ ରୂପେ ସେବକ କାର୍ଯ୍ୟ କରିଅଛନ୍ତି, ସେମାନେ ନିଜ ନିଜ ପାଇଁ ଉତ୍ତମ ଖ୍ୟାତି ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସମୂଳକ ଅଧିକ ସାହସ ପାଇବେ।

Gade chapit la Kopi

ପବିତ୍ର ବାଇବଲ

13 ଯେଉଁ ଲୋକମାନେ ଭଲ ଭାବରେ ସେବା କରନ୍ତି, ସେମାନେ ନିଜ ପାଇଁ ସମ୍ମାନଜନକ ସ୍ଥାନ ଅଧିକାର କରନ୍ତି ଏବଂ ସେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ବିଶ୍ୱାସ ସମ୍ପର୍କରେ ଦୃଢ଼ ନିଶ୍ଚୟତା ବୋଧ ପାଆନ୍ତି।

Gade chapit la Kopi




୧ ତୀମଥି 3:13
17 Referans Kwoze  

ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ଵସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ଵସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ।


କାରଣ ଈଶ୍ଵର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକ-ମାନଙ୍କର ସେବା କରିଥିବା ଦ୍ଵାରା ଓ ଏବେ ମଧ୍ୟ କରୁଥିବା ଦ୍ଵାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ ପ୍ରକାଶ କରିଅଛ, ତାହା ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହନ୍ତି।


ଅତଏବ, ହେ ମୋହର ବତ୍ସ, ଖ୍ରୀଷ୍ଟ ଯୀଶୁଙ୍କ ପ୍ରଦତ୍ତ ଅନୁଗ୍ରହରେ ବଳବାନ ହୁଅ,


ମାତ୍ର ଯେପରି ତୁମ୍ଭେମାନେ ଜାଣ, ଆମ୍ଭେମାନେ ସେଥିପୂର୍ବେ ଫିଲିପ୍‍ପୀରେ ଦୁଃଖ ଓ ଅତ୍ୟାଚାର ଭୋଗ କଲା ଉତ୍ତାରେ ତୁମ୍ଭମାନଙ୍କ ନିକଟରେ ଅତିଶୟ ପ୍ରାଣପଣେ ଈଶ୍ଵରଙ୍କ ସୁସମାଚାର ପ୍ରଚାର କରିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ଵରଙ୍କ ଦ୍ଵାରା ସାହସପ୍ରାପ୍ତ ହୋଇଥିଲୁ।


ଆହୁରି ମଧ୍ୟ ଅଧିକାଂଶ ଭାଇମାନେ ମୋହର ବନ୍ଧନ ଦ୍ଵାରା ପ୍ରଭୁଙ୍କଠାରେ ନିର୍ଭର କରି ନିର୍ଭୟରେ ଈଶ୍ଵରଙ୍କ ବାକ୍ୟ କହିବା ନିମନ୍ତେ ଅତ୍ୟୁତ୍ସୁକଭାବେ ସାହସୀ ହୋଇଅଛନ୍ତି।


ହେ ଭାଇମାନେ, ସ୍ତିଫାନଙ୍କ ପରିଜନବର୍ଗ ଯେ ଆଖାୟାର ପ୍ରଥମ ଫଳ ସ୍ଵରୂପ; ପୁଣି, ସାଧୁମାନଙ୍କ ସେବାରେ ବ୍ରତୀ ହୋଇଅଛନ୍ତି, ଏହା ତୁମ୍ଭେମାନେ ଜାଣ;


ପୁଣି, ଯେତେବେଳେ ସେ ସୋପାନ ଉପରକୁ ଆସିଲେ, ସେତେବେଳେ ଲୋକସମୂହର ଉଗ୍ରତା ହେତୁ ସୈନ୍ୟମାନଙ୍କୁ ତାଙ୍କୁ ବୋହି ନେଇଯିବାକୁ ପଡ଼ିଲା,


ସେତେବେଳେ ମହାସଭାରେ ବସିଥିବା ସମସ୍ତେ ତାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାଙ୍କ ମୁଖ ଦୂତଙ୍କ ମୁଖ ସଦୃଶ ଦେଖିଲେ।


ସ୍ତିଫାନ ଅନୁଗ୍ରହ ଓ ଶକ୍ତିରେ ପରିପୂର୍ଣ୍ଣ ହୋଇ ଲୋକମାନଙ୍କ ମଧ୍ୟରେ ମହା ମହା ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧନ କରିବାକୁ ଲାଗିଲେ।


ଏହି କଥା ସମସ୍ତ ସମ୍ପ୍ରଦାୟର ଦୃଷ୍ଟିରେ ଉତ୍ତମ ଦେଖାଗଲା, ଆଉ ସେମାନେ ବିଶ୍ଵାସ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ସ୍ତିଫାନ ନାମକ ଜଣେ ବ୍ୟକ୍ତିଙ୍କି, ପୁଣି ଫିଲିପ୍ପ, ପ୍ରଖର, ନୀକାନୋର, ତୀମୋନ, ପାର୍ମନା ଓ ଆନ୍ତିୟଖିଆର ଯିହୁଦୀମତାବଲମ୍ଵୀ ନୀକଲାୟଙ୍କୁ ମନୋନୀତ କରି,


ସେ ତାହାକୁ କହିଲେ, ବେଶ୍, ଉତ୍ତମ ଦାସ, ତୁମ୍ଭେ ଅତି ଅଳ୍ପ ବିଷୟରେ ବିଶ୍ଵସ୍ତ ହୋଇଥିବାରୁ ଦଶଗୋଟି ନଗର ଉପରେ ଅଧିକାର ପ୍ରାପ୍ତ ହୁଅ।


ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ନିମନ୍ତେ ମୁକ୍ତିର ମୂଲ୍ୟସ୍ଵରୂପ ପ୍ରାଣ ଦେବାକୁ ଆସିଅଛନ୍ତି।


ମୁଁ ଶୀଘ୍ର ତୁମ୍ଭ ନିକଟକୁ ଯିବି ବୋଲି ଆଶା କରୁଅଛି;


Swiv nou:

Piblisite


Piblisite