Biblia Todo Logo
Bib sou entènèt

- Piblisite -




୧ ତୀମଥି 3:2 - ପବିତ୍ର ବାଇବଲ (Re-edited) - (BSI)

2 ଅତଏବ, ଅଧ୍ୟକ୍ଷଙ୍କର ଅନିନ୍ଦନୀୟ ହେବା ଆବଶ୍ୟକ, ସେ ଅବଶ୍ୟ ଏକ ସ୍ତ୍ରୀର ସ୍ଵାମୀ, ମିତଭୋଗୀ, ସୁବୁଦ୍ଧି, ସଦାଚାରୀ, ଆତିଥ୍ୟପ୍ରିୟ ଓ ଶିକ୍ଷାଦାନରେ ନିପୁଣ ହେବେ,

Gade chapit la Kopi

ଓଡିଆ ବାଇବେଲ

2 ଅତଏବ, ଅଧ୍ୟକ୍ଷଙ୍କର ନିନ୍ଦନୀୟ ନ ହେବା ଆବଶ୍ୟକ, ସେ ଅବଶ୍ୟ ଏକ ସ୍ତ୍ରୀର ସ୍ୱାମୀ, ଆତ୍ମସଞ୍ଜମ, ଉତ୍ତମ ବୁଦ୍ଧି, ସଦାଚାରୀ, ଆତିଥ୍ୟପ୍ରିୟ ଓ ଶିକ୍ଷାଦାନରେ ନିପୁଣ ହେବେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 କିନ୍ତୁ ମଣ୍ଡଳୀର ବିଷପ ନିର୍ଦ୍ଦୋଷ ଚରିତ୍ର, ଏକପତ୍ନୀକ, ମିତାଚାରୀ, ସଂଯମୀ ଓ ଗାମ୍ଭୀର୍ଯ୍ୟଯୁକ୍ତ ହେବା ଆବଶ୍ୟକ। ସେ ଅତିଥିପରାୟଣ ହୋଇଥିବେ ଓ ଶିକ୍ଷାଦାନ କରିବାରେ ତାଙ୍କର ଦକ୍ଷତା ଥିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଅତଏବ, ଅଧ୍ୟକ୍ଷଙ୍କର ଅନିନ୍ଦନୀୟ ହେବା ଆବଶ୍ୟକ, ସେ ଅବଶ୍ୟ ଏକ ସ୍ତ୍ରୀର ସ୍ୱାମୀ, ଆତ୍ମସଞ୍ଜମ, ଉତ୍ତମ ବୁଦ୍ଧି, ସଦାଚାରୀ, ଆତିଥ୍ୟପ୍ରିୟ ଓ ଶିକ୍ଷାଦାନରେ ନିପୁଣ ହେବେ,

Gade chapit la Kopi

ପବିତ୍ର ବାଇବଲ

2 ଅଧ୍ୟକ୍ଷ ବ୍ୟକ୍ତି ଜଣକ ଏତେ ଭଲ ହେବା ଦରକାର ଯେ ଲୋକେ ପ୍ରକୃତରେ ତାହାଙ୍କୁ ସମାଲୋଚନା କରିବାକୁ ଅସମର୍ଥ ହେବେ। ତାହାଙ୍କର ନିଶ୍ଚୟ ଗୋଟିଏ ମାତ୍ର ପତ୍ନୀ ଥିବା ଉଚିତ୍। ତାହାଙ୍କର ଆତ୍ମସଂଯମ ଥିବା ଦରକାର ଓ ସେ ବୁଦ୍ଧିମାନ ହେବା ଦରକାର। ସେ ଅନ୍ୟମାନଙ୍କ ଦ୍ୱାରା ସମ୍ମାନ ପାଉଥିବା ଦରକାର। ନିଜ ଘରେ ସ୍ୱାଗତ କରି ଲୋକମାନଙ୍କୁ ସେ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ଥିବା ଦରକାର। ସେ ଜଣେ ଭଲ ଶିକ୍ଷାଦାତା ହୋଇଥିବା ଦରକାର।

Gade chapit la Kopi




୧ ତୀମଥି 3:2
20 Referans Kwoze  

ପ୍ରଭୁଙ୍କ ଦାସ ବିରୋଧ କରିବା ଉଚିତ ନୁହେଁ, ମାତ୍ର ସମସ୍ତଙ୍କ ପ୍ରତି କୋମଳ, ଶିକ୍ଷାଦାନରେ ନିପୁ ପ୍ର.ତୀମ. ୩:୩; ତୀତ. ୧:୭


ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ-ସତ୍କାରରେ ବ୍ରତୀ ହୁଅ।


ଯେଉଁ ବିଧବାର ବୟସ ଷାଠିଏ ବର୍ଷରୁ ଊଣା ନୁହେଁ,


କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର;


ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;


ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ଦ୍ଵାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି।


ବୟୋଧିକ ପୁରୁଷମାନଙ୍କୁ ମିତଭୋଗୀ, ଗମ୍ଭୀର, ଆତ୍ମସଂଯମୀ ପୁଣି ବିଶ୍ଵାସ, ପ୍ରେମ ଓ ଧୈର୍ଯ୍ୟରେ ସବଳ ହେବାକୁ,


ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଈଶ୍ଵରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ; ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତି ସ୍ଵରୂପ ପ୍ରକାଶ ପାଉଅଛ;


ମାତ୍ର ସମସ୍ତ ବିଷୟର ଅନ୍ତିମକାଳ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି ପ୍ରାର୍ଥନା କରିବା ପାଇଁ ସଚେତନ ଥାଅ,


କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ଵାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ।


ସେହି ମିଥ୍ୟାବାଦୀମାନେ ବିବାହ ନିଷେଧ କରନ୍ତି, ପୁଣି ବିବିଧ ଖାଦ୍ୟ ପଦାର୍ଥରୁ ପୃଥକ୍ ରହିବା ନିମନ୍ତେ ଶିକ୍ଷା ଦିଅନ୍ତି। ବିଶ୍ଵାସୀ ଓ ସତ୍ୟ ଜାଣିଥିବା ଲୋକମାନଙ୍କ ଦ୍ଵାରା ଧନ୍ୟବାଦ ସହ ଭୋଜନ କରାଯିବା ନିମନ୍ତେ ଈଶ୍ଵର ଏସବୁ ତ ସୃଷ୍ଟି କରିଅଛନ୍ତି।


ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ବିଧି ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ଵରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ।


ତାହାର ପ୍ରହରୀଗଣ ଅନ୍ଧ, ସେସମସ୍ତେ ଜ୍ଞାନହୀନ; ସେସମସ୍ତେ ଘୁଙ୍ଗା କୁକ୍କୁର, ସେମାନେ ଭୁକି ପାରନ୍ତି ନାହିଁ; ସେମାନେ ସ୍ଵପ୍ନଦର୍ଶୀ, ନିଦ୍ରାଳୁ, ଢୁଳାଇବାକୁ ସୁଖ ପାʼନ୍ତି।


ଆଉ, ହାନ୍ନା ନାମ୍ନୀ ଜଣେ ଭାବବାଦିନୀ ଥିଲେ; ସେ ଆଶେର୍ ବଂଶଜ ଫିନୂୟେଲଙ୍କ କନ୍ୟା। ତାଙ୍କର ଅନେକ ବୟସ ହୋଇଥିଲା; ସେ କୁମାରୀ ଅବସ୍ଥା ପରେ ସାତ ବର୍ଷ ସ୍ଵାମୀ ସହିତ ବାସ କରିଥିଲେ ଓ ଚଉରାଅଶୀ ବର୍ଷ ପର୍ଯ୍ୟନ୍ତ ବିଧବା ହୋଇ ରହିଥିଲେ।


ସେହି ପ୍ରକାରେ ସେବକମାନଙ୍କର, ଶୁଦ୍ଧ ବିବେକରେ ବିଶ୍ଵାସର ନିଗୂଢ଼ ତତ୍ତ୍ଵ ଅବଲମ୍ଵନ କରି ଗମ୍ଭୀର, ଛଳନାବାକ୍ୟରହିତ,


ସେବକମାନେ ଏକ ଏକ ସ୍ତ୍ରୀର ସ୍ଵାମୀ ହେଉନ୍ତୁ, ପୁଣି ଆପଣା ଆପଣା ସନ୍ତାନମାନଙ୍କୁ ଓ ପରିବାରକୁ ଉତ୍ତମ ରୂପେ ଶାସନ କରନ୍ତୁ।


ଆଉ, ଯେ ଏକ ସ୍ଵାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ସୁଖ୍ୟାତିପ୍ରାପ୍ତ, ଅର୍ଥାତ୍, ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦପ୍ରକ୍ଷାଳନ, ଦୁଃଖୀର ଦୁଃଖମୋଚନ କରିଥାଏ, ପୁଣି ସମସ୍ତ ସତ୍କର୍ମରେ ଉଦ୍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ।


ଅକସ୍ମାତ୍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ଵା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ସାଧୁ କରି ରଖ।


Swiv nou:

Piblisite


Piblisite