Biblia Todo Logo
Bib sou entènèt

- Piblisite -




୧ ତୀମଥି 4:1 - ପବିତ୍ର ବାଇବଲ (Re-edited) - (BSI)

1 ଆତ୍ମା ସ୍ପଷ୍ଟ ରୂପେ କହୁଅଛନ୍ତି, ଉତ୍ତର କାଳରେ କେହି କେହି ଭ୍ରଷ୍ଟବିବେକ, ମିଥ୍ୟାବାଦୀ ଲୋକମାନଙ୍କ। କପଟପଣରେ

Gade chapit la Kopi

ଓଡିଆ ବାଇବେଲ

1 ଆତ୍ମା ସ୍ପଷ୍ଟରୂପେ କହୁଅଛନ୍ତି, ଶେଷ କାଳରେ କେହି କେହି ଭ୍ରଷ୍ଟବିବେକ ମିଥ୍ୟାବାଦୀ ଲୋକମାନଙ୍କ କପଟପଣରେ

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ପବିତ୍ରଆତ୍ମା ସ୍ପଷ୍ଟ ଭାବରେ କହୁଛନ୍ତି ଯେ, ପ୍ରତାରକ ପାପାତ୍ମାମାନଙ୍କ କୁଶିକ୍ଷାରେ ପଡ଼ି ଦିନେ ଆମ ମଣ୍ଡଳୀର କେହି କେହି ଖ୍ରୀଷ୍ଟବିଶ୍ୱାସରୁ ବିଚ୍ୟୁତ ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପବିତ୍ର ଆତ୍ମା ସ୍ପଷ୍ଟ ରୂପେ କହୁଅଛନ୍ତି, ଶେଷ କାଳରେ କେହି କେହି ଭ୍ରଷ୍ଟବିବେକ ମିଥ୍ୟାବାଦୀ ଲୋକମାନଙ୍କ କପଟପଣରେ

Gade chapit la Kopi

ପବିତ୍ର ବାଇବଲ

1 ପବିତ୍ରଆତ୍ମା ସ୍ପଷ୍ଟ ଭାବରେ କୁହନ୍ତି ଯେ ପରବର୍ତ୍ତୀ କାଳରେ କେତେ ଲୋକ ସତ୍ୟ ବିଶ୍ୱାସକୁ ପରିତ୍ୟାଗ କରିବେ। ସେମାନେ ସେମାନଙ୍କୁ ପ୍ରତାରଣା କରୁଥିବା ଦୁଷ୍ଟାତ୍ମାମାନଙ୍କ ଉପଦେଶଗୁଡ଼ିକୁ ମାନିବେ।

Gade chapit la Kopi




୧ ତୀମଥି 4:1
64 Referans Kwoze  

କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ତ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ତ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶ-ଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ଵୀକାର କରିବେ, ପୁଣି ଆପଣା-ମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ।


ସେମାନେ କିପରି ତୁମ୍ଭମାନଙ୍କୁ କହୁଥିଲେ, ଶେଷକାଳରେ ଆପଣା ଆପଣା କୁଅଭିଳାଷାନୁସାରେ ଚାଳିତ ପରିହାସକ ଲୋକେ ଉପସ୍ଥିତ ହେବେ।


ପ୍ରଥମେ ଏହା ଜ୍ଞାତ ହୁଅ ଯେ, ଶେଷକାଳରେ ଆପଣା ଆପଣା ଅଭିଳାଷାନୁସାରେ ଆଚରଣକାରୀ ପରିହାସକ ଲୋକେ ଉପସ୍ଥିତ ହୋଇ ପରିହାସ କରି କହିବେ,


କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ତର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ଵରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରି ପରିଣତ କରନ୍ତି, ପୁଣି ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ଵୀକାର କରନ୍ତିକ।


କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି।


କିନ୍ତୁ ଦୁଷ୍ଟ ଲୋକେ ଓ ପ୍ରବଞ୍ଚକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ।


କିନ୍ତୁ ଆମ୍ଭେମାନେ ଈଶ୍ଵରଙ୍କଠାରୁ ଜାତ; ଯେ ଈଶ୍ଵରଙ୍କୁ ଜାଣେ, ସେ ଆମ୍ଭମାନଙ୍କ କଥା ଶୁଣେ; ଯେ ଈଶ୍ଵରଙ୍କଠାରୁ ଜାତ ନୁହେଁ, ସେ ଆମ୍ଭମାନଙ୍କ କଥା ଶୁଣେ ନାହିଁ। ଏତଦ୍ଦ୍ଵାରା ଆମ୍ଭେମାନେ ସତ୍ୟମୟ ଆତ୍ମା ଓ ଭ୍ରାନ୍ତିପୂର୍ଣ୍ଣ ଆତ୍ମାକୁ ଚିହ୍ନି ପାରୁ।


କିନ୍ତୁ ସେ, ଅର୍ଥାତ୍, ସତ୍ୟମୟ ଆତ୍ମା ଆସିଲେ ସେ ପଥ ଦେଖାଇ ତୁମ୍ଭମାନଙ୍କୁ ସମସ୍ତ ସତ୍ୟରେ ପ୍ରବେଶ କରାଇବେ, କାରଣ ସେ ଆପଣାଠାରୁ କଥା କହିବେ ନାହିଁ, ମାତ୍ର ଯାହା ଯାହା ଶୁଣିବେ, ସେହିସବୁ କହିବେ, ପୁଣି ଆଗାମୀ ବିଷୟସବୁ ତୁମ୍ଭମାନଙ୍କୁ ଜଣାଇବେ।


ହେ ବତ୍ସଗଣ, ଶେଷକାଳ ଉପସ୍ଥିତ, ପୁଣି, ଖ୍ରୀଷ୍ଟାରି ଆସିବ ବୋଲି ତୁମ୍ଭେମାନେ ଯେପରି ଶୁଣିଥିଲ, ସେହିପରି ଏବେ ମଧ୍ୟ ଅନେକ ଖ୍ରୀଷ୍ଟାରି ଉଠିଲେଣି ; ଏତଦ୍ଦ୍ଵାରା ଆମ୍ଭେମାନେ ଜାଣୁଅଛୁ ଯେ, ଶେଷକାଳ ଉପସ୍ଥିତ।


ଏବେ, ଶେଷ କାଳରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭକୁ ବୁଝାଇ ଦେବା ପାଇଁ ଆମ୍ଭେ ଆସିଅଛୁ; କାରଣ ଦର୍ଶନ ଆହୁରି ଅନେକ କାଳ ପର୍ଯ୍ୟନ୍ତ ଅଛି।


ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ସେ ଦ୍ଵିତୀୟ ମୃତ୍ୟୁ ଦ୍ଵାରା କୌଣସି ପ୍ରକାରେ କ୍ଷତିଗ୍ରସ୍ତ ହେବ ନାହିଁ।


ପୁଣି, ସତ୍ୟ ବାକ୍ୟରେ କର୍ଣ୍ଣ ନ ଦେଇ କଳ୍ପିତ କାହାଣୀ ପ୍ରତି ମନ ଦେବେ।


ଯେଉଁ ଦିଆବଳ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ତ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ।


ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।


ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।


ଆଉ, ତୁମ୍ଭେ ଦେଶକୁ ମେଘ ତୁଲ୍ୟ ଆଚ୍ଛାଦନ କରିବା ପାଇଁ ଆମ୍ଭ ଇସ୍ରାଏଲ ଲୋକଙ୍କ ବିରୁଦ୍ଧରେ ଆସିବ; ହେ ଗୋଗ୍, ଶେଷ କାଳରେ ଏହା ଘଟିବ ଯେ, ଗୋଷ୍ଠୀୟମାନେ ଯେପରି ଆମ୍ଭକୁ ଜାଣିବେ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଆମ୍ଭ ଦେଶ ବିରୁଦ୍ଧରେ ଆଣିବା, ସେତେବେଳେ ଆମ୍ଭେ ଗୋଷ୍ଠୀୟମାନଙ୍କ ଦୃଷ୍ଟିରେ ତୁମ୍ଭ ମଧ୍ୟରେ ପବିତ୍ରୀକୃତ ହେବା।


ସେ ଜଗତର ପତ୍ତନ ପୂର୍ବରୁ ନିରୂପିତ ହୋଇ ତୁମ୍ଭମାନଙ୍କ ନିମନ୍ତେ ଶେଷକାଳରେ ପ୍ରକାଶିତ ହୋଇଅଛନ୍ତି;


ସେ ମହା ଶଦ୍ଦ କରି ଉଚ୍ଚ ସ୍ଵରରେ କହିଲେ, ମହାନଗରୀ ବାବିଲ ପତିତ, ଅଧଃପତିତ ହୋଇଅଛି, ତାହା ଭୂତମାନଙ୍କ ବାସସ୍ଥାନ, ପୁଣି ଅଶୁଚି ଆତ୍ମାମାନଙ୍କର ଏବଂ ଅଶୁଚି ଓ ଘୃଣ୍ୟ ପକ୍ଷୀମାନଙ୍କର ଆଶ୍ରୟସ୍ଥାନ ହୋଇଅଛି।


ପୁଣି, କେହି ନମ୍ରତା ଓ ଦୂତମାନଙ୍କ ପୂଜାରେ ସନ୍ତୋଷ ପାଇ ଦର୍ଶନରେ ଦେଖିଥିବା ବିଷୟଗୁଡ଼ିକ ଅନୁସନ୍ଧାନ କରି ଓ ଆପଣା ସାଂସାରିକ ମନ ଦ୍ଵାରା ବୃଥା ଗର୍ବିତ ହୋଇ ମସ୍ତକ ସ୍ଵରୂପ ଯେ ଖ୍ରୀଷ୍ଟ, ତାହାଙ୍କୁ ନ ଧରି ପୁରସ୍କାରରୁ ତୁମ୍ଭମାନଙ୍କୁ ବଞ୍ଚିତ ନ କରୁ;


ନା, କିନ୍ତୁ ମୁଁ କହୁଅଛି ଯେ, ଯାହା ଯାହା ସେମାନେ ବଳି ରୂପେ ଉତ୍ସର୍ଗ କରନ୍ତି, ସେହିସବୁ ସେମାନେ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ନ କରି ଭୂତମାନଙ୍କ ଉଦ୍ଦେଶ୍ୟରେ କରନ୍ତି। ଆଉ, ତୁମ୍ଭେମାନେ ଯେ ଭୂତମାନଙ୍କ ସହଭାଗୀ ହୁଅ, ଏହା ମୋହର ଇଚ୍ଛା ନୁହେଁ।


ମାତ୍ର ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ଗୋଷ୍ଠୀଗଣ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।


ମାତ୍ର ଶେଷ କାଳରେ ଆମ୍ଭେ ଏଲମକୁ ବନ୍ଦୀତ୍ଵାବସ୍ଥାରୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି।


ତଥାପି ସଦାପ୍ରଭୁ କହନ୍ତି, ଆମ୍ଭେ ଶେଷ କାଳରେ ପୁନର୍ବାର ମୋୟାବକୁ ବନ୍ଦୀତ୍ଵାବସ୍ଥାରୁ ଫେରାଇ ଆଣିବା। ମୋୟାବର ବିଚାର କଥା ଏତିକି।


ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ,ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।


ଆହା, ସେମାନେ ଯେବେ ଜ୍ଞାନବାନ ହୁଅନ୍ତେ, ସେମାନେ ଏକଥା ବୁଝନ୍ତେ, ସେମାନେ ଯେବେ ଆପଣାମାନଙ୍କ ଶେଷାବସ୍ଥା ବିବେଚନା କରନ୍ତେ।


ଯେତେବେଳେ ତୁମ୍ଭେ ସଙ୍କଟରେ ପଡ଼ିବ ଓ ଏହି ସମସ୍ତ ତୁମ୍ଭ ଉପରେ ଘଟିବ, ସେହି ଶେଷ କାଳରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ପ୍ରତି ଫେରିବ ଓ ତାହାଙ୍କ ରବରେ ଅବଧାନ କରିବ।


ଏବେ ଦେଖ, ମୁଁ ଆପଣା ଲୋକମାନଙ୍କ ନିକଟକୁ ଯାଉଅଛି; ଆସ, ଏହି ଲୋକମାନେ ଭବିଷ୍ୟତରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା କରିବେ, ତାହା ମୁଁ ତୁମ୍ଭକୁ ଜ୍ଞାତ କରାଇବି।


ସେତେବେଳେ ସଦାପ୍ରଭୁ ପରମେଶ୍ଵର ନାରୀଙ୍କି କହିଲେ, ଏ କି କଲ? ନାରୀ କହିଲେ, ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।


ସେଥିରେ ସେ ପୃଥିବୀର ଚାରି କୋଣରେ ଥିବା ଜାତିସମୂହକୁ, ଅର୍ଥାତ୍, ସମୁଦ୍ରର ବାଲୁକା ସଦୃଶ ଅସଂଖ୍ୟ ଯେ ଗୋଗ୍ ଓ ମାଗୋଗ୍ ସେମାନଙ୍କୁ ଭ୍ରାନ୍ତ କରି ଯୁଦ୍ଧ ନିମନ୍ତେ ଏକତ୍ର କରିବାକୁ ବାହାରିଯିବ।


ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ତ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ଦ୍ଵାରା ପଶୁର ମୁଦ୍ରାଙ୍କପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ଵଳିତ ହ୍ରଦରେ ନିକ୍ଷିପ୍ତ ହେଲେ।


ପ୍ରଦୀପର ଆଲୋକ ତୋʼ ମଧ୍ୟରେ ଆଉ କେବେ ହେଁ ପ୍ରଜ୍ଵଳିତ ହେବ ନାହିଁ, ପୁଣି ବରକନ୍ୟାଙ୍କ ଶଦ୍ଦ ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ, କାରଣ ତୋହର ବଣିକମାନେ ପୃଥିବୀରେ ମହାନ ଥିଲେ, ଆଉ ତୋହର ମାୟାରେ ଜାତିସମୂହ ଭ୍ରାନ୍ତ ହୋଇଥିଲେ,


ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଣ୍ଗର୍ଯ୍ୟ କର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ଦ୍ଵାରା ସେ ପୃଥିବୀ ନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ଼୍‍ଗ ଦ୍ଵାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ।


ଯେଉଁ ଅବଶିଷ୍ଟ ମନୁଷ୍ୟମାନେ ଏହିସମସ୍ତ କ୍ଳେଶ ଦ୍ଵାରା ବଧ କରାଯାଇ ନ ଥିଲେ, ସେମାନେ ଆପଣା ଆପଣା ହସ୍ତକୃତ କର୍ମରୁ ମନ ପରିବର୍ତ୍ତନ କଲେ ନାହିଁ, ଅର୍ଥାତ୍, ଭୂତମାନଙ୍କ ପୂଜା, ପୁଣି ଦର୍ଶନ, ଶ୍ରବଣ ଓ ଗମନ କରିବାକୁ ଅସମର୍ଥ ସୁବର୍ଣ୍ଣ, ରୌପ୍ୟ, ପିତ୍ତଳ, ପ୍ରସ୍ତର ଓ କାଷ୍ଠ ନିର୍ମିତ ପ୍ରତିମାର ପୂଜା ପରିତ୍ୟାଗ କଲେ ନାହିଁ,


ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।


ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।


ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଗୁପ୍ତ ମାନ୍ନା ଦେବୁ, ପୁଣି ଯେଉଁ ନାମ ଗ୍ରହଣକର୍ତ୍ତା ବିନା ଅନ୍ୟ କେହି ଜାଣେ ନାହିଁ, ଏପରି ନୂତନ ନାମ, ଲିଖିତ ଏକ ଶ୍ଵେତ ପ୍ରସ୍ତର ତାହାକୁ ଦେବୁ।


ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଈଶ୍ଵରଙ୍କ ପାରଦୀଶରେ ଥିବା ଜୀବନବୃକ୍ଷର ଫଳ ଖାଇବାକୁ ଦେବୁ।


କିନ୍ତୁ ସେ ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ପ୍ରତ୍ୟେକ ଜଣକୁ ପୃଥକ୍ ପୃଥକ୍ ରୂପେ ଦାନ ବିତରଣ କରି ଏହିସମସ୍ତ କର୍ମ ସାଧନ କରନ୍ତି।


ପୁଣି, ସେମାନେ ଆପଣା ଆପଣା ମଧ୍ୟରେ ଏକମତ ନ ହେବାରୁ ବିଦାୟ ନେଲେ; ସେମାନଙ୍କ ଯିବା ପୂର୍ବେ ପାଉଲ ଏହି ଗୋଟିଏ କଥା କହିଲେ, ଆପଣମାନଙ୍କ ପିତୃପୁରୁଷଙ୍କୁ ଭାବବାଦୀ ଯିଶାଇୟଙ୍କ ଦ୍ଵାରା ପବିତ୍ର ଆତ୍ମା ଯଥାର୍ଥ ରୂପେ କହିଥିଲେ,


ସେଥିରେ ଏପିକୂରୀୟ ଓ ସ୍ତୋୟିକ କେତେକ ଦାର୍ଶନିକ ମଧ୍ୟ ତାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି କେହି କେହି କହିଲେ, ଏ ବାଚାଳଟା କଅଣ କହିବାକୁ ଇଚ୍ଛା କରୁଅଛି? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ।


ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ଵାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ କର।


କଲ୍ଦୀୟମାନଙ୍କ ଦେଶରେ କବାର ନଦୀ କୂଳରେ ବୂଷିର ପୁତ୍ର ଯିହିଜିକଲ ଯାଜକଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ହସ୍ତ ତାଙ୍କ ଉପରେ ଥିଲା।


ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଈଶ୍ଵରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରି ଯାଆନ୍ତି।


ତହିଁ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।


ଏଥିରେ ସେ ତାହାକୁ କହିଲା, ମୁଁ ମଧ୍ୟ ତୁମ୍ଭ ପରି ଜଣେ ଭବିଷ୍ୟଦ୍ବକ୍ତା; ସଦାପ୍ରଭୁଙ୍କ ବାକ୍ୟ ଦ୍ଵାରା ଏକ ଦୂତ ମୋତେ ଏହି କଥା କହିଲେ, ଯେପରି ସେ ଅନ୍ନ ଭୋଜନ ଓ ଜଳ ପାନ କରିବ, ଏଥିପାଇଁ ତୁମ୍ଭେ ତାହାକୁ ଫେରାଇ ଆପଣା ସଙ୍ଗେ ଗୃହକୁ ଆଣ। ମାତ୍ର ସେ ତାହାକୁ ମିଥ୍ୟା କହିଲା।


ଯେଉଁ ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍-ବାକ୍ୟ ପ୍ରଚାର କରନ୍ତି, ଅର୍ଥାତ୍, ଯେଉଁମାନେ ନିଜ ଅନ୍ତଃକରଣର କାପଟ୍ୟର ଭବିଷ୍ୟଦ୍ବକ୍ତା ଅଟନ୍ତି, ସେମାନଙ୍କ ଅନ୍ତଃକରଣରେ ଏହା କେତେକାଳ ଥିବ?


ହାୟ, ସଂସାର ବିଘ୍ନ ସକାଶେ ସନ୍ତାପର ପାତ୍ର; ବିଘ୍ନ ତ ନିଶ୍ଚୟ ଘଟିବ, କିନ୍ତୁ ହାୟ, ଯେଉଁ ଲୋକ ଦ୍ଵାରା ବିଘ୍ନ ଘଟେ, ସେ ସନ୍ତାପର ପାତ୍ର।


ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ବିଘ୍ନ ଯେ ନ ଘଟିବ, ଏହା ଅସମ୍ଭବ, କିନ୍ତୁ ଯାହା ଦ୍ଵାରା ତାହା ଘଟିବ, ହାୟ, ସେ ଦଣ୍ତର ପାତ୍ର;


ମୋʼ ପାଇଁ ଯେ ବନ୍ଧନ ଓ କ୍ଳେଶ ରହିଅଛି, ଏହା ପବିତ୍ର ଆତ୍ମାରେ ନଗରେ ନଗରେ ମୋତେ ସାକ୍ଷ୍ୟ ଦେଉଅଛନ୍ତି।


ସେ ଆମ୍ଭମାନଙ୍କ ନିକଟକୁ ଆସି ପାଉଲଙ୍କ କଟିବନ୍ଧନ ଘେନି ଆପଣା ହସ୍ତପଦ ବନ୍ଧନ କରି କହିଲେ, ପବିତ୍ର ଆତ୍ମା ଏହା କହନ୍ତି, ଏହି କଟିବନ୍ଧନର ଅଧିକାରୀଙ୍କି ଯିରୂଶାଲମନିବାସୀ ଯିହୁଦୀମାନେ ଏହିପରି ବାନ୍ଧି ବିଜାତିମାନଙ୍କ ହସ୍ତରେ ସମର୍ପଣ କରିବେ।


କିନ୍ତୁ ଈଶ୍ଵର ଆମ୍ଭମାନଙ୍କ ନିମନ୍ତେ ଆତ୍ମାଙ୍କ ଦ୍ଵାରା ସେସମସ୍ତ ପ୍ରକାଶ କରିଅଛନ୍ତି; ଯେଣୁ ଆତ୍ମା ସମସ୍ତ ବିଷୟ, ହଁ, ଈଶ୍ଵରଙ୍କର ଗଭୀର ବିଷୟସବୁ ଅନୁସନ୍ଧାନ କରନ୍ତି।


ଯେପରି ତୁମ୍ଭମାନଙ୍କ ମଧ୍ୟରେ ପରୀକ୍ଷାସିଦ୍ଧ ଲୋକମାନେ ପ୍ରକାଶିତ ହୁଅନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ତ ଦଳଭେଦ ନିଶ୍ଚୟ ଘଟିବ।


ଏପରି ଜ୍ଞାନ ଊର୍ଦ୍ଧ୍ଵରୁ ଆଗତ ନୁହେଁ, ମାତ୍ର ତାହା ପାର୍ଥିବ, ଶାରୀରିକ ଓ ଭୌତିକ ଅଟେ;


Swiv nou:

Piblisite


Piblisite