Biblia Todo Logo
Bib sou entènèt

- Piblisite -




୧ ତୀମଥି 4:10 - ପବିତ୍ର ବାଇବଲ (Re-edited) - (BSI)

10 ଏହି ଉଦ୍ଦେଶ୍ୟରେ ତ ଆମ୍ଭେମାନେ ପରିଶ୍ରମ ଓ ପ୍ରାଣପଣ କରୁଅଛୁ, କାରଣ ଯେଉଁ ଜୀବିତ ଈଶ୍ଵର ସମସ୍ତ ମନୁଷ୍ୟଙ୍କର, ବିଶେଷତଃ, ବିଶ୍ଵାସୀମାନଙ୍କର ତ୍ରାଣକର୍ତ୍ତା, ତାହାଙ୍କଠାରେ ଆମ୍ଭମାନଙ୍କର ଭରସା ଅଛି।

Gade chapit la Kopi

ଓଡିଆ ବାଇବେଲ

10 ଏହି ଉଦ୍ଦେଶ୍ୟରେ ତ ଆମ୍ଭେମାନେ ପରିଶ୍ରମ ଓ ପ୍ରାଣପଣ କରୁଅଛୁ, କାରଣ ଯେଉଁ ଜୀବିତ ଈଶ୍ୱର ସମସ୍ତ ମନୁଷ୍ୟଙ୍କର, ବିଶେଷତଃ ବିଶ୍ୱାସୀମାନଙ୍କର ତ୍ରାଣକର୍ତ୍ତା, ତାହାଙ୍କଠାରେ ଆମ୍ଭମାନଙ୍କର ଭରସା ଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଯେଉଁ ମୁକ୍ତିଦାତାଙ୍କଠାରେ ବିଶ୍ୱାସ କଲେ ସମସ୍ତେ ପରିତ୍ରାଣ ଲାଭ କରିପାରିବେ, ସେହି ଜୀବନ୍ତ ଈଶ୍ୱରଙ୍କଠାରେ ଭରସା ରଖି, ଆମେ ଏତେ କଷ୍ଟ ସ୍ୱୀକାର କରି ଏହି କାର୍ଯ୍ୟ କରି ଯାଉଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏହି ଉଦ୍ଦେଶ୍ୟରେ ତ ଆମ୍ଭେମାନେ ପରିଶ୍ରମ ଓ ପ୍ରାଣପଣ କରୁଅଛୁ, କାରଣ ଯେଉଁ ଜୀବିତ ଈଶ୍ବର ସମସ୍ତ ମନୁଷ୍ୟଙ୍କର, ବିଶେଷତଃ ବିଶ୍ଵାସୀମାନଙ୍କର ତ୍ରାଣକର୍ତ୍ତା, ତାହାଙ୍କଠାରେ ଆମ୍ଭମାନଙ୍କର ଭରସା ଅଛି।

Gade chapit la Kopi

ପବିତ୍ର ବାଇବଲ

10 ଏଥିପାଇଁ ଆମ୍ଭେ କାମ ଓ ସଂଘର୍ଷ କରୁଛୁ; ଆମ୍ଭେ ଜୀବିତ ପରମେଶ୍ୱରଙ୍କଠାରେ ଭରସା ରଖିଥାଉ। ସେ ସମସ୍ତ ଲୋକଙ୍କର ଏବଂ ବିଶେଷ ଭାବରେ, ଯେଉଁ ଲୋକମାନେ ତାହାଙ୍କୁ ବିଶ୍ୱାସ କରନ୍ତି ସେମାନଙ୍କର ତ୍ରାଣକର୍ତ୍ତା।

Gade chapit la Kopi




୧ ତୀମଥି 4:10
40 Referans Kwoze  

ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ସମ୍ଵନ୍ଧରେ ଜ୍ଞାନ ପ୍ରାପ୍ତ ହୁଅନ୍ତି, ଏହା ସେ ଇଚ୍ଛା କରନ୍ତି।


ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ଵରୂପ ଅଟନ୍ତି।


ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ଵରୂପେ ଆପଣାକୁ ଦାନ କରି ଯଥା ସମୟରେସେଥିର ସାକ୍ଷ୍ୟ ଦେଇ ଅଛନ୍ତି।


ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ଵରଙ୍କ ମେଷଶାବକ, ଯେ ଜଗତର ପାପ ବହିନେଇଯାଆନ୍ତି।


ପିତା ଯେ ପୁତ୍ରଙ୍କୁ ଜଗତର ତ୍ରାଣକର୍ତ୍ତା ହେବା ନିମନ୍ତେ ପ୍ରେରଣ କରିଅଛନ୍ତି, ଏହା ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ।


ଆଉ, ସେମାନେ ସେହି ସ୍ତ୍ରୀଲୋକକୁ କହିଲେ, ଏବେ ତୁମ୍ଭ କଥା ହେତୁ ଆମ୍ଭେମାନେ ବିଶ୍ଵାସ କରୁ ନାହୁଁ, କାରଣ ଆମ୍ଭେମାନେ ନିଜେ ନିଜେ ଶୁଣିଅଛୁ, ପୁଣି ଏ ଯେ ପ୍ରକୃତରେ ଜଗତର ତ୍ରାଣକର୍ତ୍ତା, ଏହା ଆମ୍ଭେମାନେ ଜାଣିଅଛୁ।


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ଵାସ କରେ, ସେ ଅନ; ଜୀବନ ପ୍ରାପ୍ତ ହୋଇଅଛି, ପୁଣି ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।


ହେ ସୈନ୍ୟାଧିପତି ପରମେଶ୍ଵର, ଯେଉଁ ଲୋକ ତୁମ୍ଭଠାରେ ଶରଣ ନିଏ, ସେ ଧନ୍ୟ।


ଅତଏବ, ଆସ, ଆମ୍ଭେମାନେ ତାହାଙ୍କ ପରି ନିନ୍ଦା ସହ୍ୟକରି ଛାଉଣୀର ବାହାରେ ତାହାଙ୍କ ନିକଟକୁ ଯାଉ।


ଦେଖ, ପରମେଶ୍ଵର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ଵାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।


ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।


ମାତ୍ର ମୁଁ ପରମେଶ୍ଵରଙ୍କ ଗୃହରେ ସତେଜ ଜୀତ ବୃକ୍ଷ ତୁଲ୍ୟ ଅଛି। ମୁଁ ଅନନ୍ତକାଳ ପରମେଶ୍ଵରଙ୍କ ଦୟାରେ ବିଶ୍ଵାସ କଲି।


ଯେଉଁ ଈଶ୍ଵର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ଵିତ କରିଅଛନ୍ତି, ସେହି ଈଶ୍ଵରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ଵାରା ବିଶ୍ଵାସ କରୁଅଛ, ଏଣୁ ଈଶ୍ଵର ତୁମ୍ଭମାନଙ୍କର ବିଶ୍ଵାସ ଓ ଭରସାର ସ୍ଥଳ ଅଟନ୍ତି।


ପୁଣି, ମିସରର ସମସ୍ତ ଧନ ଅପେକ୍ଷା ଖ୍ରୀଷ୍ଟଙ୍କ ନିନ୍ଦାର ସହଭାଗୀ ହେବା ଶ୍ରେଷ୍ଠତର ଧନ ବୋଲି ମନେ କଲେ, କାରଣ ସେ ପୁରସ୍କାର ଦାନର ସମୟ ପ୍ରତି ଦୃଷ୍ଟିପାତ କଲେ।


ଯେଉଁମାନେ ଇହକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୁଅନ୍ତି ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରନ୍ତି, ବରଞ୍ଚ ଭୋଗ ନିମନ୍ତେ ସକଳ ବିଷୟ ପ୍ରଚୁର ରୂପେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ଵର,, ତାହାଙ୍କ ଉପରେ ନିର୍ଭର କରନ୍ତି,


ମାତ୍ର ଯେବେ ମୋହର ବିଳମ୍ଵ ହୁଏ, ତେବେ ଈଶ୍ଵରଙ୍କ ଗୃହରେ, ଅର୍ଥାତ୍, ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ ସ୍ଵରୂପ ଜୀବିତ ଈଶ୍ଵରଙ୍କ ମଣ୍ତଳୀରେ, କିପରି ଆଚରଣ କରିବାକୁ ହୁଏ, ତାହା ଯେପରି ତୁମ୍ଭେ ଜ୍ଞାତ ହୁଅ, ଏହେତୁ ଏହି ସମସ୍ତ ତୁମ୍ଭ ନିକଟକୁ ଲେଖୁଅଛି।


ସେ ଈଶ୍ଵରଙ୍କ ଉପରେ ନିର୍ଭର କରେ; ସେ ଯଦି ତାହାଠାରେ ସନ୍ତୁଷ୍ଟ, ତାହାହେଲେ ଏହିକ୍ଷଣି ତାହାଙ୍କୁ ରକ୍ଷା କରନ୍ତୁ। ସେ ତ କହିଥିଲା, ମୁଁ ଈଶ୍ଵରଙ୍କ ପୁତ୍ର।


ସଦାପ୍ରଭୁ ମଙ୍ଗଳମୟ ଓ ସଙ୍କଟ ଦିନରେ ଦୃଢ଼ ଦୁର୍ଗ ଅଟନ୍ତି; ଆଉ, ଯେଉଁମାନେ ତାହାଙ୍କଠାରେ ନିର୍ଭର କରନ୍ତି; ସେମାନଙ୍କୁ ସେ ଜାଣନ୍ତି।


ନବୂଖଦ୍ନିତ୍ସର କହିଲା, ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ଵର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ଵାସ କଲେ ଓ ଆପଣାମାନଙ୍କର ପରମେଶ୍ଵର ଭିନ୍ନ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ଵା ପ୍ରଣାମ ନ କରିବେ, ଏଥିପାଇଁ ରାଜବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।


ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ, ପୁଣି ସଦାପ୍ରଭୁ ଯାହାର ବିଶ୍ଵାସ-ଭୂମି ଅଟନ୍ତି, ସେ ଧନ୍ୟ।


ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ଵାସ କରୁ ଓ ଆପଣା ପରମେଶ୍ଵରଙ୍କ ଉପରେ ନିର୍ଭର ଦେଉ।


ସେ ଯେଉଁମାନଙ୍କୁ ବିପକ୍ଷର ହସ୍ତରୁ ମୁକ୍ତ କରିଅଛନ୍ତି ଓ ନାନା ଦେଶରୁ, ପୂର୍ବ ଓ ପଶ୍ଚିମରୁ,


ପୁଣି, ସଦାପ୍ରଭୁ ସେମାନଙ୍କର ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି; ସେ ଦୁଷ୍ଟମାନଙ୍କଠାରୁ ସେମାନଙ୍କୁ ରକ୍ଷା କରି ପରିତ୍ରାଣ କରନ୍ତି, କାରଣ ସେମାନେ ତାହାଙ୍କର ଶରଣାଗତ।


ତୁମ୍ଭର ଧର୍ମ ପରମେଶ୍ଵରଙ୍କ ପର୍ବତଗଣ ତୁଲ୍ୟ; ତୁମ୍ଭର ଶାସନସବୁ ମହାବାରିଧି ସ୍ଵରୂପ; ହେ ସଦାପ୍ରଭୋ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ।


ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଈଶ୍ଵରଙ୍କ ପୁତ୍ର।


କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ଵରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋʼ ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋʼ ସହିତ ଥିବା ଈଶ୍ଵରଙ୍କ ଅନୁଗ୍ରହ ତାହା କରିଅଛି।


ସେ ଆମ୍ଭମାନଙ୍କୁ ଏପରି ଭୟାନକ ମୃତ୍ୟୁରୁ ଉଦ୍ଧାର କଲେ ଓ ଉଦ୍ଧାର କରିବେ, ପୁଣି ସେ ଯେ ଭବିଷ୍ୟତରେ ସୁଦ୍ଧା ଉଦ୍ଧାର କରିବେ, ତାହାଙ୍କଠାରେ ଆମ୍ଭମାନଙ୍କର ଏହି ଭରସା ଅଛି;


ଏହା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ଵରଙ୍କ ଦୃଷ୍ଟିରେ ଉତ୍ତମ ଓ ସୁଗ୍ରାହ୍ୟ ଅଟେ।


Swiv nou:

Piblisite


Piblisite