Biblia Todo Logo
Bib sou entènèt

- Piblisite -




୧ ତୀମଥି 4:16 - ପବିତ୍ର ବାଇବଲ (Re-edited) - (BSI)

16 ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ, ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ।

Gade chapit la Kopi

ଓଡିଆ ବାଇବେଲ

16 ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ,ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ତାହାହେଲେ, ତୁମେ ନିଜେ ପରିତ୍ରାଣ ପାଇବ ଓ ଅନ୍ୟମାନଙ୍କ ପରିତ୍ରାଣ ପ୍ରାପ୍ତିର ସହାୟକ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ, ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ।

Gade chapit la Kopi

ପବିତ୍ର ବାଇବଲ

16 ତୁମ୍ଭ ନିଜ ଜୀବନ ସମ୍ବନ୍ଧରେ ଓ ତୁମ୍ଭ ବିଷୟରେ ସତର୍କ ରୁହ। ଉତ୍ତମ ଜୀବନଯାପନ ଓ ଶିକ୍ଷା ପ୍ରଦାନ କର। ତା'ହେଲେ ତୁମ୍ଭେ ତୁମ୍ଭର ଶିକ୍ଷା ଶୁଣୁଥିବା ଲୋକଙ୍କୁ ଓ ନିଜକୁ ରକ୍ଷା କରି ପାରିବ।

Gade chapit la Kopi




୧ ତୀମଥି 4:16
38 Referans Kwoze  

ପୁଣି, ଯେପରି ସେ ହିତଜନକ ଶିକ୍ଷା ଦେଇ ଉତ୍ସାହ ଦେବାକୁ ଓ ବିପକ୍ଷବାଦୀମାନଙ୍କୁ ଅନୁଯୋଗ କରିବାକୁ ସକ୍ଷମ ହୁଅନ୍ତି, ଏଥିନିମନ୍ତେ ପ୍ରାପ୍ତ ଶିକ୍ଷାନୁଯାୟୀ ବିଶ୍ଵାସ-ଯୋଗ୍ୟ ବାକ୍ୟକୁ ଦୃଢ଼ ଭାବରେ ଧରନ୍ତୁ।


ତୁମ୍ଭେ ନିଜେ ଆପଣା ଆଚରଣରେ ଉତ୍ତମତାର ଆଦର୍ଶ ଦେଖାଅ, ଶିକ୍ଷାରେ ଅକୃତ୍ରିମ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ତନୀୟ ବାକ୍ୟ ପ୍ରକାଶ କର,


ଏବେ ସାବଧାନ ହୁଅ; କାରଣ ପବିତ୍ର ଆବାସ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି; ବଳବାନ ହୁଅ ଓ ତାହା କର।


ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି ଧମକ ଓ ଉତ୍ସାହ ଦାନ କର।


ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ଶଠତା ଓ ଭ୍ରାନ୍ତିଯୁକ୍ତ କଳ୍ପନା ଅନୁସାରେ ଧୂର୍ତ୍ତତା ଦ୍ଵାରା ବିଭିନ୍ନ ଶିକ୍ଷାରୂପ ବାୟୁରେ ଇତସ୍ତତଃ ଚାଳିତ ନ ହେଉ,


ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ଵାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ଵାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହୋଇ ନାହିଁ।


କାଳେ କେହି ଈଶ୍ଵରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ଦ୍ଵାରା ଅନେକେ କଳୁଷିତ ହୁଅନ୍ତି;


କିନ୍ତୁ ତୁମ୍ଭେ ଯାହା ଯାହା ଶିକ୍ଷା କରିଅଛ, ଆଉ, ଯେସମସ୍ତ ବିଷୟର ନିଶ୍ଚିତ ବୋଧ ପାଇଅଛ, ସେସବୁରେ ସ୍ଥିର ହୋଇ ରହିଥାଅ, କାରଣ ତୁମ୍ଭେ ଜାଣୁଅଛ, କେଉଁମାନଙ୍କଠାରୁ ସେହିସବୁ ଶିକ୍ଷା କରିଅଛ;


କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ, ପୁଣି ଜୀବିକା ସମ୍ଵନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହିଦିନ ହଠାତ୍ ତୁମ୍ଭମାନଙ୍କ ଉପରେ ପଡ଼େ;


ଆମ୍ଭ ମୁଖରୁ ନିର୍ଗତ ବାକ୍ୟ ସେପରି ହେବ; ତାହା ନିଷ୍ଫଳ ହୋଇ ଆମ୍ଭ ନିକଟକୁ ଫେରି ଆସିବ ନାହିଁ, ମାତ୍ର ଆମ୍ଭେ ଯାହା ଇଚ୍ଛା କରୁ, ତାହା ସିଦ୍ଧ କରିବ ଓ ଯେଉଁ କାର୍ଯ୍ୟ ପାଇଁ ଆମ୍ଭେ ପ୍ରେରଣ କରୁ, ତହିଁରେ କୃତାର୍ଥ ହେବ।


ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି ତୁମ୍ଭେ ଯେଉଁ ବିଶ୍ଵାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ତତ୍ସମ୍ଵନ୍ଧୀୟ ବାକ୍ୟ ଦ୍ଵାରା ପରିପୁଷ୍ଟ ହେବ;


ମୁଁ ମାକିଦନିଆକୁ ଯିବା ସମୟରେ ତୁମ୍ଭକୁ ଯେପ୍ରକାର ଅନୁରୋଧ କରିଥିଲି, ସେହିପରି ତୁମ୍ଭେ ଏଫିସରେ ରହି କେତେକ ଲୋକ ଯେପରି ଭିନ୍ନ ଶିକ୍ଷା ନ ଦିଅନ୍ତି


ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି;


ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନ; ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପ୍ରାପ୍ତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୈର୍ଯ୍ୟ ଧରି ସହ୍ୟ କରୁଅଛି।


ଅନ୍ୟ ଲୋକମାନଙ୍କ ନିକଟରେ ପ୍ରଚାର କରି କାଳେ ମୁଁ ନିଜେ କୌଣସି ପ୍ରକାରେ ଅଗ୍ରାହ୍ୟ ହୁଏ, ଏଥିପାଇଁ ମୋହର ନିଜ ଶରୀରକୁ କଷ୍ଟ ଦେଇ ବଶରେ ଦାସ କରି ରଖୁଅଛି।


କିନ୍ତୁ ଆମ୍ଭେମାନେ ପ୍ରାର୍ଥନାରେ ଓ ବାକ୍ୟ ପରିଚର୍ଯ୍ୟାରେ ଏକାଗ୍ରଭାବେ ଲାଗିରହିବା।


କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭା-ମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋʼ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ।


ମାତ୍ର ଯେବେ ସେମାନେ ଆମ୍ଭ ସଭାରେ ଠିଆ ହୋଇଥାʼନ୍ତେ, ତେବେ ଆମ୍ଭ ଲୋକମାନଙ୍କୁ ଆମ୍ଭର ବାକ୍ୟ ଶୁଣାଇଥାʼନ୍ତେ ଓ ସେମାନଙ୍କ କୁପଥରୁ, ସେମାନଙ୍କ କୁକ୍ରିୟାରୁ ସେମାନଙ୍କୁ ଫେରାଇଥାʼନ୍ତେ।


ତେବେ ଯେ ପାପୀକୁ ଭ୍ରାନ୍ତିପଥରୁ ଫେରାଇ ଆଣେ, ସେ ଯେ ତାହାର ଆତ୍ମାକୁ ମୃତ୍ୟୁରୁ ରକ୍ଷା କରେ ଓ ବହୁତ ପାପ ଆଚ୍ଛାଦନ କରେ, ଏହା ଜାଣ।


ଏହି ସମସ୍ତ କଥା କହି ପୂର୍ଣ୍ଣ କ୍ଷମତା ସହ ଉତ୍ସାହ ଦିଅ ଓ ଅନୁଯୋଗ କର। କେହି ତୁମ୍ଭକୁ ତୁଚ୍ଛ ନ କରୁ।


ଆର୍ଖିପ୍ପଙ୍କୁ କୁହ, ତୁମ୍ଭେ ପ୍ରଭୁଙ୍କ କାର୍ଯ୍ୟରେ ଯେଉଁ ସେବାର ପଦ ପାଇଅଛ, ତାହା ସମ୍ପନ୍ନ କରିବାକୁ ସାବଧାନ ହୋଇଥାଅ।


ଯେପରି ମୁଁ ଦୁର୍ବଳମାନଙ୍କୁ ଲାଭ କରି ପାରେ, ଏଥିପାଇଁ ମୁଁ ଦୁର୍ବଳମାନଙ୍କ ନିକଟରେ ଦୁର୍ବଳ ପରି ହେଲି; ଯେପରି ମୁଁ ଯେକୌଣସି ପ୍ରକାରେ କେତେକଙ୍କୁ ରକ୍ଷା କରି ପାରେ, ଏଥିପାଇଁ ମୁଁ ସମସ୍ତଙ୍କ ନିକଟରେ ସବୁପ୍ରକାର ହୋଇଅଛିସସ।


ଯେପରି କୌଣସି ପ୍ରକାରେ ମୋହର ସ୍ଵଜାତିମାନଙ୍କୁ ଉଦ୍ଯୋଗୀ କରାଇ ସେମାନଙ୍କ ମଧ୍ୟରୁ କେତେକଙ୍କୁ ପରିତ୍ରାଣ କରିପାରେ।


ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ଵେଷଣ କରନ୍ତି, ସେମାନଙ୍କୁ ଅନ; ଜୀବନ ପ୍ରଦାନ କରିବେ,


ଅତଏବ, ଈଶ୍ଵରଙ୍କଠାରୁ ସାହାଯ୍ୟ ପ୍ରାପ୍ତ ହୋଇ ମୁଁ ଆଜି ପର୍ଯ୍ୟନ୍ତ କ୍ଷୁଦ୍ର ଓ ମହାନ ସମସ୍ତଙ୍କ ନିକଟରେ ସାକ୍ଷ୍ୟ ଦେଇ ଆସୁଅଛି, ପୁଣି ଭାବବାଦୀମାନେ ଓ ମୋଶା ଯାହା ଯାହା ଘଟିବ ବୋଲି କହିଅଛନ୍ତି, ସେହିସବୁ ଛଡ଼ା ଆଉ କିଛି କହୁ ନାହିଁ,


ଓ ସେହି ବିଚାରକର୍ତ୍ତାମାନଙ୍କୁ କହିଲେ, ତୁମ୍ଭେମାନେ ଯାହା କର, ତାହା ବିବେଚନା କର; କାରଣ ତୁମ୍ଭେମାନେ ମନୁଷ୍ୟ ନିମନ୍ତେ ନୁହେଁ, ମାତ୍ର ସଦାପ୍ରଭୁଙ୍କ ନିମନ୍ତେ ବିଚାର କରୁଅଛ; ପୁଣି ବିଚାରରେ ସେ ତୁମ୍ଭର ସହାୟ ଅଟନ୍ତି।


ମୁଁ ପାଉଲ ସ୍ଵହସ୍ତରେ ଏହା ଲେଖିଦେଉଅଛି, ମୁଁ ତାହା ପରିଶୋଧ କରିବି। ତୁମ୍ଭେ ନିଜେ ଯେ ମୋʼ ନିକଟରେ ଚିରଋଣୀ, ଏ ବିଷୟରେ ମୁଁ ଆଉ କହିବାକୁ ଇଚ୍ଛା କରୁ ନାହିଁ।


କାରଣ ବିଜାତିମାନଙ୍କର ପରିତ୍ରାଣ ନିମନ୍ତେ ସେମାନଙ୍କ ନିକଟରେ ପ୍ରଚାର କରିବାକୁ ସେମାନେ ଆମ୍ଭମାନଙ୍କୁ ବାଧା ଦିଅନ୍ତି; ଏହି ପ୍ରକାରେ ସେମାନେ ସର୍ବଦା ଆପଣା ଆପଣାର ପାପ ପରିପୂର୍ଣ୍ଣ କରୁଥାଆନ୍ତି; କିନ୍ତୁ ସେମାନଙ୍କ ଉପରେ କ୍ରୋଧ ସମ୍ପୂର୍ଣ୍ଣ ରୂପେ ବର୍ତ୍ତିଲାଣି।


ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା କହିଅଛୁ, ସେସମସ୍ତ ବିଷୟରେ ସାବଧାନ ହୁଅ; ଅନ୍ୟ ଦେବଗଣର ନାମ ସ୍ମରଣ କରାଅ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ ତାହା ଶୁଣା ନ ଯାଉ।


କାରଣ ଈଶ୍ଵରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ଵାରା ଈଶ୍ଵରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ଵାରା ବିଶ୍ଵାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ଵର ସନ୍ତୁଷ୍ଟ ହେଲେ।


ତୁମ୍ଭର ଉନ୍ନତି ଯେପରି ସମସ୍ତଙ୍କ ନିକଟରେ ପ୍ରକାଶିତ ହୁଏ, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ମନୋଯୋଗୀ ହୁଅ, ସେହି ସବୁରେ ପ୍ରବୃତ୍ତ ଥାଅ।


Swiv nou:

Piblisite


Piblisite