Biblia Todo Logo
Bib sou entènèt

- Piblisite -




୧ ତୀମଥି 4:6 - ପବିତ୍ର ବାଇବଲ (Re-edited) - (BSI)

6 ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି ତୁମ୍ଭେ ଯେଉଁ ବିଶ୍ଵାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ତତ୍ସମ୍ଵନ୍ଧୀୟ ବାକ୍ୟ ଦ୍ଵାରା ପରିପୁଷ୍ଟ ହେବ;

Gade chapit la Kopi

ଓଡିଆ ବାଇବେଲ

6 ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି, ତୁମ୍ଭେ ଯେଉଁ ବିଶ୍ୱାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ସେହି ବାକ୍ୟ ଦ୍ୱାରା ପରିପୃଷ୍ଟ ହେବ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ସତ୍ୟ ଉପରେ ପ୍ରତିଷ୍ଠିତ ଆମ ଧର୍ମବିଶ୍ୱାସ ଓ ତତ୍ତ୍ୱରେ ଅନୁପ୍ରାଣିତ ହୋଇ ତୁମେ ଯଦି ମଣ୍ଡଳୀର ଭାଇମାନଙ୍କୁ ଏହି ସବୁ ଶିକ୍ଷା ଦାନ କର, ତୁମେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ସୁଦକ୍ଷ ସେବକ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି, ତୁମ୍ଭେ ଯେଉଁ ବିଶ୍ୱାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ସେହି ବାକ୍ୟ ଦ୍ୱାରା ପରିପୁଷ୍ଟ ହେବ;

Gade chapit la Kopi

ପବିତ୍ର ବାଇବଲ

6 ସେଠାରେ ଥିବା ଭାଇ ଓ ଭଉଣୀମାନଙ୍କୁ ଏ କଥା କୁହ। ଏପରି କରିବା ଦ୍ୱାରା ତୁମ୍ଭେ ଖ୍ରୀଷ୍ଟ ଯୀଶୁଙ୍କର ଭଲ ସେବକ ବୋଲି ପ୍ରମାଣିତ ହେବ। ତୁମ୍ଭେ ପ୍ରମାଣ କରିବ ଯେ ତୁମ୍ଭେ ଅନୁସରଣ କରିଥିବା ବିଶ୍ୱାସର ଶିକ୍ଷାଗୁଡ଼ିକ ଦ୍ୱାରା ଶକ୍ତିଶାଳୀ ହୋଇଛ।

Gade chapit la Kopi




୧ ତୀମଥି 4:6
39 Referans Kwoze  

ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି ଈଶ୍ଵରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ଵାରା କୃତଜ୍ଞ ହୃଦୟରେ ଗାନ କର।


କିନ୍ତୁ ତୁମ୍ଭେ ହିତଜନକ ଶିକ୍ଷାର ଉପଯୁକ୍ତ କଥା କୁହ।


ପ୍ରିୟ ଭ୍ରାତା, ପୁଣି, ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ଵସ୍ତ ସେବକ ଓ ସହଦାସ ଯେ ତୁଖିକ, ସେ ମୋହର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ;


ସେଥିରେ ଯୀଶୁ ସେମାନଙ୍କୁ କହିଲେ, ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ତାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ, ସ୍ଵର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ।


ଯଦ୍ୟପି ତୁମ୍ଭେମାନେ ସମସ୍ତ ବିଷୟ ସମ୍ପୂର୍ଣ୍ଣ ରୂପେ ଜାଣିଅଛ, ତଥାପି ମୁଁ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ଇଚ୍ଛା କରେ ଯେ, ପ୍ରଭୁ ମିସର ଦେଶରୁ ଲୋକମାନଙ୍କୁ ଉଦ୍ଧାର କଲେ, ଆଉ ଯେଉଁମାନେ ଅବିଶ୍ଵାସ କଲେ, ପରେ ସେମାନଙ୍କୁ ବିନାଶ କଲେ।


ଯେକେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ଵରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି।


ତାହାହେଲେ ସମସ୍ତପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି


କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ ଶିକ୍ଷା ସହ୍ୟ କରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ଅଭିଳାଷାନୁସାରେ ଆପଣାମାନଙ୍କ ନିମନ୍ତେ ବହୁସଂଖ୍ୟକ ଶିକ୍ଷକଙ୍କୁ ସଂଗ୍ରହ କରିବେ,


କିନ୍ତୁ ତୁମ୍ଭେ ମୋହର ଶିକ୍ଷା, ଆଚାରବ୍ୟବହାର, ସଂକଳ୍ପ, ବିଶ୍ଵାସ, ସହିଷ୍ଣୁତା, ପ୍ରେମ, ଧୈର୍ଯ୍ୟ, ତାଡ଼ନା ଓ ଦୁଃଖଭୋଗର ଅନୁଗାମୀ ହୋଇଅଛ;


ଏହି କାରଣରୁ ମୁଁ ତୁମ୍ଭକୁ ସ୍ମରଣ କରାଉଅଛି ଯେ, ତୁମ୍ଭଠାରେ ଈଶ୍ଵରଙ୍କର ଯେଉଁ ଅନୁଗ୍ରହ ଦାନ ଅଛି, ତାହା ପୁନଃ ପ୍ରଜ୍ଜ୍ଵଳିତ କର।


କେହି ଯଦି ଭିନ୍ନ ପ୍ରକାର ଶିକ୍ଷା ଦେଇ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ହିତଜନକ ବାକ୍ୟ ଓ ଈଶ୍ଵର-ପରାୟଣତା ଅନୁଯାୟୀ ଶିକ୍ଷା ସ୍ଵୀକାର ନ କରେ,


ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ, ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ।


ଏହା ଜାଣି ଯଦି କେହି ବିହିତମତେ ବ୍ୟବସ୍ଥା ବ୍ୟବହାର କରେ, ତେବେ ତାହା ଯେ ଉତ୍ତମ, ଏହା ଆମ୍ଭେମାନେ ଜାଣୁ;


ପୁଣି, ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ ଓ ତୁମ୍ଭମାନଙ୍କ ବିଶ୍ଵାସ ସମ୍ଵନ୍ଧରେ ତୁମ୍ଭମାନଙ୍କୁ ଉତ୍ସାହ ଦେବାକୁ ଖ୍ରୀଷ୍ଟଙ୍କ ସୁସମାଚାର କାର୍ଯ୍ୟରେ ଈଶ୍ଵରଙ୍କ ସହକାର୍ଯ୍ୟକାରୀ ଆମ୍ଭମାନଙ୍କ ଭାଇ ତୀମଥିଙ୍କୁ ପଠାଇଲୁ,


ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧି ଓ ଶିରା ଦ୍ଵାରା ଉପକାର ପ୍ରାପ୍ତ ହୋଇ ପରସ୍ପର ସହିତ ସୁସଂଯୁକ୍ତ ଅଟେ ଏବଂ ଈଶ୍ଵରଦତ୍ତ ବୃଦ୍ଧିରେ ବୃଦ୍ଧିପ୍ରାପ୍ତ ହେଉଅଛି।


କେବଳ, ଆମ୍ଭେମାନେ ଯିଏ ଯେତେ ପର୍ଯ୍ୟନ୍ତ ଅଗ୍ରସର ହୋଇଅଛୁ, ସେହି ଅନୁସାରେ ଆଚରଣ କରୁ।


ମୋହର ବିଷୟ, ଅର୍ଥାତ୍ ମୁଁ କିପରି ଅଛି, ଏହା ତୁମ୍ଭେମାନେ ମଧ୍ୟ ଯେପରି ଜାଣି ପାର, ସେଥିନିମନ୍ତେ ପ୍ରିୟ ଭ୍ରାତା ଓ ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ଵସ୍ତ ସେବକ ଯେ ତୁଖିକ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ;


ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ,


ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାନ୍ତି, ମାତ୍ର ଆତ୍ମାଙ୍କ, ଅର୍ଥାତ୍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକା, ମାତ୍ର ଆତ୍ମା ଜୀବନଦାୟକ;


ଏଥିସକାଶେ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ପଠାଇଅଛି, ସେ ପ୍ରଭୁଙ୍କଠାରେ ମୋହର ପ୍ରିୟ ଓ ବିଶ୍ଵସ୍ତ ପୁତ୍ର; ଯେପରି ମୁଁ ସର୍ବତ୍ର ସମସ୍ତ ମଣ୍ତଳୀରେ ଶିକ୍ଷା ଦେଇଥାଏ , ସେହିପରି ସେ ତୁମ୍ଭମାନଙ୍କୁ ମୋହର ଖ୍ରୀଷ୍ଟୀୟ ଆଚରଣସମସ୍ତ ସ୍ମରଣ କରାଇବେ।


ତଥାପି ମୋତେ ଈଶ୍ଵରଙ୍କ କର୍ତ୍ତୃକ ଦତ୍ତ ଅନୁଗ୍ରହ ହେତୁ ମୁଁ ତୁମ୍ଭମାନଙ୍କୁ ପୁନର୍ବାର ସ୍ମରଣ କରାଇବା ନିମନ୍ତେ କେତେକ ପରିମାଣରେ ଅଧିକ ସାହସ ସହିତ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି।


ଏହି ପ୍ରକାରେ ପରିଶ୍ରମ କରି ଦୁର୍ବଳମାନଙ୍କୁ ସାହାଯ୍ୟ କରିବା, ପୁଣି “ଗ୍ରହଣ କରିବା ଅପେକ୍ଷା ଦାନ କରିବା ଅଧିକ ଶ୍ରେୟସ୍କର”, ପ୍ରଭୁ ଯୀଶୁ ସ୍ଵୟଂ ଏହି ଯେଉଁ କଥା କହିଅଛନ୍ତି, ତାହା ସ୍ମରଣ କରିବା ତୁମ୍ଭମାନଙ୍କର ଯେ ଉଚିତ, ଏହିସମସ୍ତ ବିଷୟରେ ମୁଁ ତୁମ୍ଭମାନଙ୍କୁ ଦୃଷ୍ଟାନ୍ତ ଦେଖାଇଅଛି।


ଅତଏବ, ତୁମ୍ଭେମାନେ ଜାଗି ରହୁ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଅଶ୍ରୁପାତ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ କ୍ଷା; ହୋଇ ନ ଥିଲି, ଏହା ସ୍ମରଣ କର।


ତୁମ୍ଭର ବାକ୍ୟ ପ୍ରାପ୍ତ ହେଲା, ପୁଣି ମୁଁ ତାହା ଭୋଜନ କଲି; ଆଉ, ତୁମ୍ଭର ବାକ୍ୟ ମୋର ଆନନ୍ଦ ଓ ଚିତ୍ତର ଆହ୍ଲାଦଜନକ ହେଲା; କାରଣ ହେ ସୈନ୍ୟାଧିପତି ସଦାପ୍ରଭୁ ପରମେଶ୍ଵର, ମୁଁ ତୁମ୍ଭ ନାମରେ ଖ୍ୟାତ ଅଟେ।


ଯେହେତୁ ମୁଁ ତୁମ୍ଭମାନଙ୍କୁ ଉତ୍ତମ ଶିକ୍ଷା ଦେଉଅଛି, ମୋହର ଆଦେଶ ପରିତ୍ୟାଗ କର ନାହିଁ।


ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ଵାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ


ଅତଏବ, ହେ ମାନ୍ୟବର ଥୀୟଫିଲ, ଆଦ୍ୟରୁ ସମସ୍ତ ବିଷୟ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରି ସେଥିର ଧାରାବାହିକ ବିବରଣ ଆପଣଙ୍କ ନିମନ୍ତେ ଲେଖିବାକୁ ମୁଁ ମଧ୍ୟ ବିହିତ ମନେ କଲି,


ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ (ସେତେବେଳେ ପ୍ରାୟ ଶହେ କୋଡ଼ିଏ ଜଣ ଏକତ୍ର ଥିଲେ),


ସେମାନେ କି ଖ୍ରୀଷ୍ଟଙ୍କ ସେବକ? (ମୁଁ ପାଗଳ ପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ଵାର ମୃତ୍ୟୁର ସମ୍ମୁଖୀନ ହେବାରେ;


କାରଣ ଯେ ତୁମ୍ଭମାନଙ୍କ ବିଷୟରେ ପ୍ରକୃତରେ ମନୋଯୋଗ କରିବ, ଏପରି ସମଭାବାପନ୍ନ ଲୋକ ତାଙ୍କ ବିନା ମୋʼ ନିକଟରେ ଆଉ କେହି ନାହିଁ।


ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲା ପରି ସେ ତ ସୁସମାଚାର କାର୍ଯ୍ୟରେ ମୋʼ ସହିତ ସେବା କରିଥିଲେ।


Swiv nou:

Piblisite


Piblisite